‘ସୁଭଦ୍ରା’ ଯୋଜନାକୁ ନେଇ ପ୍ରଶ୍ନ ଉଠାଇଲେ ପ୍ରମିଳା

ଭୁବନେଶ୍ୱର,୧୪।୮(ଅନିଲ ଦାସ):ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୁଭଦ୍ରା ଯୋଜନାର ଏସ୍‌ଓପି ପ୍ରକାଶ କରିବା ପୂର୍ବରୁ ଜିଲାପାଳମାନଙ୍କ ଦ୍ୱାରା ଜନସାଧାରଣଙ୍କଠାରୁ ଫିଡ୍‌ବ୍ୟାକ ନିଆଯିବ ବୋଲି ଦେଇଥିବା ମନ୍ତବ୍ୟରୁ ଏହି ଯୋଜନାର ସଫଳ ରୂପାୟନକୁ ନେଇ ଜନସାଧାରଣଙ୍କ ମନରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି ବୋଲି ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ କହିଛନ୍ତି। ମଙ୍ଗଳବାର ଶଙ୍ଖ ଭବନଠାରେ ଖବରଦାତା ସମ୍ମିଳନୀରେ ସେ କହିଛନ୍ତି, ନିର୍ବାଚନ ବେଳେ ଭାଜପା ଦ୍ୱାରା ଦିଆଯାଇଥିବା ସଙ୍କଳ୍ପପତ୍ରରେ ସ୍ପଷ୍ଟ ଭାବେ କୁହାଯାଇଥିଲା ଯେ ସୁଭଦ୍ରା ଯୋଜନା ମାଧ୍ୟମରେ ରାଜ୍ୟର ପ୍ରତ୍ୟେକ ମହିଳାଙ୍କୁ ୫୦,୦୦୦ ଟଙ୍କାର କ୍ୟାଶ୍‌ ଭାଉଚର ପ୍ରଦାନ କରାଯିବ; ଯାହାକୁ ସେମାନେ ୨ ବର୍ଷ ଭିତରେ ଖର୍ଚ୍ଚ କରିପାରିବେ। କ୍ଷମତାକୁ ଆସିବା ପରେ ଭାଜପା ସରକାରଙ୍କ ଦ୍ୱାରା ପ୍ରସ୍ତୁତ କରାଯାଇଥିବା ବଜେଟରେ ସୁଭଦ୍ରା ଯୋଜନା ପାଇଁ ମାତ୍ର ୧୦,୦୦୦ କୋଟି ଟଙ୍କା ବ୍ୟୟବରାଦ କରାଯାଇଛି। ଏହି ପରିମାଣରେ ରାଜ୍ୟର ମାତ୍ର ୨୦ ଲକ୍ଷ ମହିଳା ସାମିଲ ହୋଇପାରିବେ। ଏହି ଯୋଜନାରେ ରାଜ୍ୟର ପ୍ରତ୍ୟେକ ମହିଳା ଲାଭବାନ ହୋଇପାରିବେ ନାହିଁ ବୋଲି ପ୍ରମିଳା କହିଛନ୍ତି। ପୁଣି ଉପମୁଖ୍ୟମନ୍ତ୍ରୀ ଦେଇଥିବା ମନ୍ତବ୍ୟ, ଏସ୍‌ଓପି ପ୍ରକାଶ ପୂର୍ବରୁ ଜିଲାପାଳଙ୍କ ମାଧ୍ୟମରେ ଜନସାଧାରଣଙ୍କଠାରୁ ଫିଡ୍‌ବ୍ୟାକ୍‌ ଗ୍ରହଣ କରାଯିବା କଥା ସର୍ବସାଧାରଣଙ୍କ ଦ୍ୱାରା ଗ୍ରହଣୀୟ ହୋଇପାରୁନାହିଁ। ଭତ୍ତା ବୃଦ୍ଧି ପ୍ରସଙ୍ଗରେ ଚତୁରତାର ସହ କେବଳ ୮୦ ବର୍ଷରୁ ଊର୍ଦ୍ଧ୍ୱ ବରିଷ୍ଠ ନାଗରିକ ଓ ୮୦ ପ୍ରତିଶତରୁ ଊର୍ଦ୍ଧ୍ୱ ଭିନ୍ନକ୍ଷମଙ୍କ ଭତ୍ତା ବୃଦ୍ଧି କରି ସଂଖ୍ୟାଧିକ ଭତ୍ତା ପାଉଥିବା ଲୋକଙ୍କ ସହ ପ୍ରତାରଣା କରିଥିବା ସରକାର, ସୁଭଦ୍ରା ଯୋଜନାରେ ମଧ୍ୟ ଅଧିକାଂଶ ମହିଳାଙ୍କ ସହ ଚଞ୍ଚକତା କରିବାକୁ ଯାଉଛନ୍ତି। ରାଜ୍ୟର ୩୦ ଜିଲାରୁ ଫିଡ୍‌ବ୍ୟାକ୍‌ ଆଣିବା ପାଇଁ ମାତ୍ର ୧୦ ଜିଲାପାଳଙ୍କୁ ଦାୟିତ୍ୱ ଦେବା କେବଳ ଧର୍ମକୁ ଆଖିଠାର ସଦୃଶ। ଏହି ଫିଡ୍‌ବ୍ୟାକ୍‌ ଆଣିବା ଆଳରେ କିପରି ଅଧିକାଂଶ ମହିଳା ସୁଭଦ୍ରା ଯୋଜନା ହିତାଧିକାରୀ ତାଲିକାରୁ ବାଦ୍‌ ପଡ଼ିବେ ସେହି ବ୍ୟବସ୍ଥା କରିବା ପାଇଁ ଜିଲାପାଳଙ୍କୁ ଦାୟିତ୍ୱ ଦିଆଯାଇଛି। ଭାଜପା ପାଖରେ ଏସ୍‌ଓପି ପ୍ରସ୍ତୁତ ନ ଥିଲା ବେଳେ ଗତ ନିର୍ବାଚନ ସମୟରେ ମହିଳା ମାନଙ୍କୁ ସୁଭଦ୍ରା ଯୋଜନା ପାଇଁ ଫର୍ମ ପୂରଣ କରେଇବା ଓ ସେମାନଙ୍କୁ ଆୟ ପ୍ରମାଣପତ୍ର ଓ ଜାତି ପ୍ରମାଣପତ୍ର ଇତ୍ୟାଦି ଯୋଗାଡ଼ କରି ଖର୍ଚ୍ଚାନ୍ତ କରିବା ଭାଜପାକୁ ମହଙ୍ଗା ପଡ଼ିବ। ରାଜ୍ୟର ମହିଳାମାନେ ଭାଜପାକୁ ଉଚିତ ଜବାବ ଦେବେ ବୋଲି ପ୍ରମିଳା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହିଲଭିୟୁ ପାର୍କରେ ଟ୍ରେନ ଦୁର୍ଘଟଣା: ଟ୍ରାକ ବାହାରକୁ ଚାଲିଗଲା ବଗି

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ହିଲଭିୟୁ ପାର୍କରେ ଛୁଟିଦିନ ରହିଥିବାରୁ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି । ତେବେ...

ଜାତୀୟ କବାଡ଼ି ପ୍ରତିଯୋଗିତାରେ ଭାଗ ନେବେ ଓଡ଼ିଆ ପୁଅ ଶିବପ୍ରସାଦ

ଗଞ୍ଜାମ,୨୫ା୧୨(ବିଦ୍ୟାଧର ସାହୁ): ଆସନ୍ତା ୬ ତାରିଖରେ ରାଇପୁର ଭିଲାଇ ରାଜକୁମାର କଲେଜରେ ଅନୁଷ୍ଠିତ ହେବ ନ୍ୟାଶନାଲ ଇଭେଣ୍ଟ କବାଡ଼ି। ଏହି ପ୍ରତିଯୋଗିତାରେ ଖେଳିବାକୁ ଓଡ଼ିଶାର ଦୁଇ...

ଶୀତକୁ ନାହିଁ ଖାତିର, ଦାରିଙ୍ଗବାଡ଼ିରେ ବଢୁଛି ପର୍ଯ୍ୟଟକଙ୍କ ଭିଡ଼

ଦାରିଙ୍ଗବାଡ଼ି,୨୫ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ପୁଣି ବଢ଼ିଲା ଶୀତର ପ୍ରକୋପ। ବିଭିନ୍ନ ସ୍ଥାନରେ ଘନକୁହୁଡି ସହ ଶୀତ ଦ୍ବିଗୁଣିତ ହୋଇଛି। ଗୁରୁବାର ସକାଳେ...

ଗୁଲୁଆଙ୍କ ଗୁମର ଖୋଲିଦେଲେ ସ୍ତ୍ରୀ: ନୂଆ ନୂଆ ଝିଅଙ୍କୁ ଧରି….

ଭୁବନେଶ୍ୱର,୨୫।୧୨: ଓଡ଼ିଆ କମେଡିଆନ୍‌ ଗୁଲୁଆଙ୍କ ସାଂସାରିକ ଜୀବନରେ ଆସିଛି ଝଡ଼। ଜୀବନ ପ୍ରତି ବିପଦ ଥିବା ଗୁଲୁଆ ଅଭିଯୋଗ କରିବା ପରେ ତାଙ୍କ ସ୍ତ୍ରୀ ତଥା...

VHT 2025: ବିଜୟ ହଜାରେ ଟ୍ରଫିରୁ ବାଦ ପଡ଼ିଲେ ବୈଭବ ସୂର୍ଯ୍ୟବଂଶୀ, କାରଣ…

ନୂଆଦିଲ୍ଲୀ,୨୫।୧୨: ବୈଭବ ସୂର୍ଯ୍ୟବଂଶୀଙ୍କ ଫ୍ୟାନ୍ସଙ୍କୁ ଝଟକା । ଅଣ୍ଡର-୧୯ ଏସିଆ କପରେ ଏକ ଚମତ୍କାର ଇନିଂସ ଖେଳିବା ପରେ, ବୈଭବ ବିଜୟ ହଜାରେ ଟ୍ରଫିରେ ମଧ୍ୟ...

ଜାଣନ୍ତି କି ସରକାରୀ ଅନୁମୋଦନ ପାଇଥିବା ୨ ବିମାନ କମ୍ପାନୀର ମାଲିକ କିଏ?

ନୂଆଦିଲ୍ଲୀ,୨୫ା୧୨: କେନ୍ଦ୍ର ସରକାର ଇଚ୍ଛା ପ୍ରକାଶ କରୁଥିବା ଏୟାରଲାଇନ୍ସ ସହିତ ଅନେକ ବୈଠକ କରିବା ପରେ ଭାରତରେ ନୂଆ ଏୟାରଲାଇନ୍ସକୁ କାର୍ଯ୍ୟ କରିବାକୁ ଅନୁମତି ଦେଇଛନ୍ତି।...

ସସପେନ୍ସ ଶେଷ! ୨୦୨୭ ବିଶ୍ୱକପ ଖେଳିବେ କି ବିରାଟ କୋହଲି, କୋଚ କରିଦେଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୨୫।୧୨: ଭାରତୀୟ ଷ୍ଟାର କ୍ରିକେଟର୍‌ ବିରାଟ କୋହଲି ବିଜୟ ହଜାରେ ଟ୍ରଫିରେ ଏକ ଚମିତ୍କାର ପ୍ରତ୍ୟାବର୍ତ୍ତନ କରିଛନ୍ତି। ସେ ଆନ୍ଧ୍ର ବିପକ୍ଷରେ ୧୩୧ ରନର ଏକ...

ଜଗନ୍ନାଥପ୍ରେମୀଙ୍କ ଭାବାବେଗକୁ ଆଘାତ…ସମୁଦ୍ରରେ ଭାସି ଆସିଲା ମହାପ୍ରଭୁଙ୍କ ବିଗ୍ରହ, ଦୟନୀୟ ଅବସ୍ଥାରେ ଉଦ୍ଧାର

ପୁରୀ ୨୫/୧୨( ଅଜିତ୍ କୁମାର ସାହୁ): ପୁଣି ମହାପ୍ରଭୁଙ୍କୁ ଅପମାନ। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ମୂର୍ତ୍ତି ସମୁଦ୍ରରେ ଭାସିଵାର ଦୃଶ୍ୟ ଏବେ ସୋସିଆଲ ମିଡିଆରେ ବେଶ୍ ଭାଇରାଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri