Posted inଜାତୀୟ

ପତଞ୍ଜଳିକୁ ସୁପ୍ରିମକୋର୍ଟ ଆଶ୍ୱସ୍ତି

ନୂଆଦିଲ୍ଲୀ,୧୫ା୮: ବିଭ୍ରାନ୍ତିକର ବିଜ୍ଞାପନ ମାମଲାରେ ପତଞ୍ଜଳିକୁ ସୁପ୍ରିମକୋର୍ଟରୁ ଆଶ୍ୱସ୍ତି ମିଳିଛି। ଯୋଗଗୁରୁ ରାମଦେବ, ତାଙ୍କ ସହଯୋଗୀ ଆଚାର୍ଯ୍ୟ ବାଲ୍‌କ୍ରିଷ୍ଣା ଓ ପତଞ୍ଜଳି ଆୟୁର୍ବେଦ ଲିଃର କ୍ଷମା ଆବେଦନକୁ ସର୍ବୋଚ୍ଚ ଅଦାଲତ ଗ୍ରହଣ କରିବା ସହ ସେମାନଙ୍କ ବିରୋଧରେ ଅଦାଲତ ଅବମାନନା ମାମଲାକୁ ବନ୍ଦ କରିଦେଇଛନ୍ତି।
ଇଣ୍ଡିଆନ୍‌ ମେଡିକାଲ ଆସୋସିଏଶନ୍‌ (ଆଇଏମ୍‌ଏ) ପକ୍ଷରୁ ସୁପ୍ରିମକୋର୍ଟରେ ଏକ ପିଟିଶନ ଦାଖଲ କରାଯାଇଥିଲା। କୋଭିଡ୍‌-୧୯ ଟିକାକରଣ ଏବଂ ଔଷଧର ଆଧୁନିକ ବ୍ୟବସ୍ଥା ବିରୋଧରେ ପତଞ୍ଜଳି ବିଭାନ୍ତିକର ବିଜ୍ଞାପନ ପ୍ରକାଶ କରି ଅଭିଯାନ ଚଳାଇଥିବା ଏଥିରେ ଦର୍ଶାଯାଇଥିଲା। ସର୍ବୋଚ୍ଚ ଅଦାଲତ ଗତ ମେ’ ୧୪ରେ ଏହାର ଶୁଣାଣି ଶେଷକରି ରାୟ ସଂରକ୍ଷିତ ରଖିଥିଲେ। ତେବେ ରାମଦେବ, ବାଲ୍‌କ୍ରିଷ୍ଣା ଓ ପତଞ୍ଜଳି ଆୟୁର୍ବେଦ ଲିଃ ଦେଇଥିବା ଅଣ୍ଡରଟେକିଂକୁ ଭିତ୍ତିକରି ଜଷ୍ଟିସ୍‌ ହିମା କୋହଲି ଏବଂ ଅହସାନୁଦ୍ଦିନ ଅମାନୁଲ୍ଲାହଙ୍କ ଖଣ୍ଡପୀଠ ଅବମାନନା ମାମଲାକୁ ସବୁଦିନ ପାଇଁ ବନ୍ଦ କରିଦେଇଛନ୍ତି ଏନେଇ କମ୍ପାନୀ ପକ୍ଷରୁ ମାମଲା ପରିଚାଳନା କରିଥିବା ଆଇନଜୀବୀ ଗୌତମ ତାଲୁକ୍‌ଦାର ସୂଚନା ଦେଇଛନ୍ତି।
ପ୍ରକାଶ ଯେ, ଭବିଷ୍ୟତରେ ଆଇନ ଉଲ୍ଲଂଘନ କଲା ଭଳି ଏପରି କୌଣସି ବିଜ୍ଞାପନ ପ୍ରକାଶ କରାଯିବ ନାହିଁ ବୋଲି ପତଞ୍ଜଳି ପକ୍ଷରୁ ଅବଗତ କରାଯାଇଥିବା ବିଷୟ ୨୦୨୩ ନଭେମ୍ବର ୨୧ ରାୟରେ ସୁପ୍ରିମକୋର୍ଟ ସ୍ପଷ୍ଟ କରିଥିଲେ। ପତଞ୍ଜଳି ଏହାର ଅନୁପାଳନ କରିବାକୁ ବାଧ୍ୟ ବୋଲି ଅଦାଲତ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଦେଶ ଆମେରିକାକୁ ଦେଲା ଝଟକା, ହକ୍ ବଦଳରେ ଭାରତରୁ ଆକାଶ କ୍ଷେପଣାସ୍ତ୍ର କିଣିବ

ନୂଆଦିଲ୍ଲୀ,୭ା୧୨: ଫିଲିପାଇନ୍ସ ଭାରତ ସହିତ ମଧ୍ୟମ ଦୂରଗାମୀ ସର୍ଫେସ ଟୁ ଏୟାର ମିସାଇଲ (SAM) ସିଷ୍ଟମ୍ କିଣିବାକୁ ଆନୁଷ୍ଠାନିକ ଆଲୋଚନା ଆରମ୍ଭ କରିଛି। ଏହି କ୍ଷେପଣାସ୍ତ୍ର...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

ତୃତୀୟ ଥର ପାଇଁ ସଭାପତି ହେଲେ ସୁନେଶ

କେନ୍ଦୁଝର,୧୨।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ପୂର୍ବତନ ଜିଲା ଛାତ୍ର କଂଗ୍ରେସ କମିଟି ସଭାପତି ତଥା ଜିଲା ଯୁବ କଂଗ୍ରେସ ସଭାପତି ସୁନେଶ ଧୀର ପୁଣି କେନ୍ଦୁଝର ଜିଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri