‘ଘରେ ଘରେ ତ୍ରିରଙ୍ଗା ଅଭିଯାନ’ ପଦଯାତ୍ରାରେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୫।୮(ସୁନିତ୍‌ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ୱରଠାରେ ଆୟୋଜିତ ‘ଘରେ ଘରେ ତ୍ରିରଙ୍ଗା ଅଭିଯାନ’ ପଦଯାତ୍ରାରେ ସାମିଲ ହୋଇଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଏହି ଅଭିଯାନ ଆମ ସମସ୍ତଙ୍କୁ ଦେଶପ୍ରେମର ସୂତ୍ରରେ ବାନ୍ଧି ରଖିବାରେ ସଫଳ ହେଉଛି। ସ୍ବାଧୀନତା ଦିବସର ଅବ୍ୟବହିତ ପୂର୍ବରୁ ବୁଧବାର ପୂର୍ବାହ୍ନରେ ଭୁବନେଶ୍ୱର ଲିଙ୍ଗରାଜ ମନ୍ଦିରଠାରୁ ମୁକ୍ତେଶ୍ୱର ମନ୍ଦିର ପର୍ଯ୍ୟନ୍ତ ‘ଘରେ ଘରେ ତ୍ରିରଙ୍ଗା ଅଭିଯାନ’ ପଦଯାତ୍ରାର ଆୟୋଜନ କରାଯାଇଥିଲା। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଉଦ୍‌ବୋଧନ ଦେଇ କହିଛନ୍ତି, ଜାତୀୟ ପତାକା ଆମ ଦେଶ ତଥା ପ୍ରତ୍ୟେକ ଦେଶବାସୀଙ୍କ ପାଇଁ ବହୁ ସମ୍ମାନ ଓ ଗୌରବ ବହନ କରିଥାଏ। ତ୍ରିରଙ୍ଗାର ୩ ରଙ୍ଗ ଆମକୁ ଶ୍ରଦ୍ଧା ଓ ସୌହାର୍ଦ୍ଦ୍ୟର ଆଦର୍ଶରେ ଅନୁପ୍ରାଣିତ କରିଥାଏ। ଆମ ଜାତୀୟ ପତାକା ଆମର ସଂକଳ୍ପ, ସଂଘର୍ଷ, ବଳିଦାନ ଓ ତ୍ୟାଗର ପ୍ରେରଣାଦାୟୀ ମୂକସାକ୍ଷୀ। ଏହା ମଧ୍ୟ ରାଷ୍ଟ୍ରୀୟ ଏକତା, ସହିଷ୍ଣୁତା ଓ ବନ୍ଧୁତ୍ୱର ପ୍ରତୀକ। ପ୍ରତ୍ୟେକ ଦେଶବାସୀ ଆମ ଜାତୀୟ ପତାକାକୁ ନେଇ ଗର୍ବ ଅନୁଭବ କରିଥାଆନ୍ତି ବୋଲି ସେ କହିଛନ୍ତି।
ମୁଖ୍ୟମନ୍ତ୍ରୀ କହିଛନ୍ତି, ୨୦୨୨ ଅଗଷ୍ଟ ୧୫ରେ ସ୍ବାଧୀନତାର ୭୫ତମ ପୂର୍ତ୍ତି ପାଳନ ଓ ଆଜାଦୀ କା ଅମୃତ ମହୋତ୍ସବ ଅବସରରେ ଭାରତ ସରକାରଙ୍କ ପକ୍ଷରୁ ଆମ ଜାତୀୟ ପତାକାର ସମ୍ମାନାର୍ଥେ ‘ଘରେ ଘରେ ତ୍ରିରଙ୍ଗା’ ଅଭିଯାନର ଶୁଭାରମ୍ଭ କରାଯାଇଥିଲା। ପ୍ରତି ବର୍ଷ ସ୍ବାଧୀନତା ଦିବସ ପାଳନର କିଛିଦିନ ପୂର୍ବରୁ ଦେଶବାସୀଙ୍କ ମନରେ ଜାତିପ୍ରେମକୁ ଜାଗ୍ରତ କରିବା ଉଦ୍ଦେଶ୍ୟରେ ଘରେ ଘରେ ତ୍ରିରଙ୍ଗା ଅଭିଯାନ ଆୟୋଜିତ ହେଉଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆହ୍ବାନରେ ଦେଶର କୋଣ ଅନୁକୋଣରେ ରହୁଥିବା ପ୍ରତ୍ୟେକ ଭାରତୀୟ ଏହି ଅଭିଯାନରେ ସାମିଲହୋଇ ଘରେ ଘରେ ଆମ ଜାତୀୟ ପତାକା ତ୍ରିରଙ୍ଗା ଉଡ଼ାଇ ଦେଶପ୍ରେମର ନିଦର୍ଶନ ପ୍ରତିଫଳିତ କରୁଛନ୍ତି। ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଆହ୍ବାନ ଦେଇ କହିଛନ୍ତି, ଆମେ ସମସ୍ତେ ଏକତାର ସୂତ୍ରରେ ବାନ୍ଧିହୋଇ ସବ୍‌କା ସାଥ୍‌, ସବ୍‌କା ବିକାଶ, ସବ୍‌କା ବିଶ୍ବାସ, ସବ୍‌କା ପ୍ରୟାସ ମନ୍ତ୍ରରେ ଦୀକ୍ଷିତ ହୋଇ ଦେଶ ପାଇଁ ଆସନ୍ତୁ ନିଜର ଅବଦାନ ରଖିବା। ଏହି ପଦଯାତ୍ରାରେ ମୁଖ୍ୟମନ୍ତ୍ରୀଙ୍କ ସମେତ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, ସରକାରୀ ଦଳର ମୁଖ୍ୟ ସଚେତକ ସରୋଜ କୁମାର ପ୍ରଧାନ, ବିଧାୟକ ବାବୁ ସିଂ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଏବଂ ରାଜ୍ୟ ସରକାରଙ୍କର ଅନ୍ୟ ବରିଷ୍ଠ ପ୍ରଶାସନିକ ଅଧିକାରୀଙ୍କ ସମେତ ବହୁ ସଂଖ୍ୟାରେ ଜନସାଧାରଣ ଯୋଗଦେଇଥିଲେ। ପଦଯାତ୍ରାରେ ସାମିଲ ସମସ୍ତଙ୍କ ହାତରେ ଥିଲା ଜାତୀୟ ପତାକା ଏବଂ ଭାରତ ମାତା କି ଜୟ ଧ୍ୱନିରେ ପଦଯାତ୍ରା ପ୍ରକମ୍ପିତ ହେଉଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କୋଣାର୍କ ମନ୍ଦିର ଗର୍ଭଗୃହକୁ ବାଟ ଫିଟିଲା: ମନ୍ଦିର କାନ୍ଥରେ ଖୋଳା ହେଲା ଟନେଲ୍‌

ପୁରୀ,୮।୧୨: ବିଶ୍ୱପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିରର ଗର୍ଭଗୃହରେ ଥିବା ବାଲି କାଢ଼ିବା ପୂର୍ବରୁ ଆଜି ମନ୍ଦିର କାନ୍ଥର ସ୍ଥିତି ଅନୁଧ୍ୟାନ କରିବା ପାଇଁ ୯ ମିଟର (ପ୍ରାୟ...

ଆମ୍ବୁଲାନ୍ସ ମିଳିଲାନି, ମା’ଙ୍କ ମୃତଦେହକୁ ଷ୍ଟ୍ରେଚରରେ ଟାଣି ଘରକୁ ନେଲେ ପୁଅ

ପାଟନା,୮।୧୨: ବିହାରର ନାୱାଦା ଜିଲାରେ ମାନବିକତାକୁ ଲଜ୍ଜା ଦେବା ଭଳି ଏକ ଘଟଣା ସାମ୍ନାକୁ ଆସିଛି। ଆମ୍ବୁଲାନ୍ସ ନ ମିଳିବାରୁ ଜଣେ ପୁଅ ରାତି ଅଧରେ...

‘ସବୁ ଓଡ଼ିଆଙ୍କୁ କଷ୍ଟ ଦେଉଛି’: ବିକାଶମୂଳକ ଖର୍ଚ୍ଚ ଅବହେଳା ପାଇଁ ସରକାରଙ୍କୁ ନବୀନଙ୍କ କଡ଼ା ସମାଲୋଚନା

ଭୁବନେଶ୍ୱର,୮।୧୨: ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ମୋହନ ମାଝୀ ସରକାରଙ୍କୁ ଓଡ଼ିଶାର ଲୋକଙ୍କ କଲ୍ୟାଣ ଏବଂ ବିକାଶ ପାଇଁ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ନବୀନଙ୍କ ଟାର୍ଗେଟ୍‌ ପରେ ମୁଖ୍ୟମନ୍ତ୍ରୀଙ୍କ ପାଲଟା ଜବାବ: ‘ଗୃହରେ ୨ ମିନିଟ୍‌ ବସିବାକୁ ଧୈର୍ଯ୍ୟ ନାହିଁ’

ଭୁବନେଶ୍ୱର,୮।୧୨: ରାଜଗାଙ୍ଗପୁର ଲଞ୍ଜିବେଣ୍ଡା ଠାରେ ଜଣେ କଲେଜ ଛାତ୍ରୀଙ୍କୁ ଜାଳି ଦିଆଯିବା ଘଟଣାକୁ ନେଇ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ରାଜ୍ୟ...

୮ମ ବେତନ କମିଶନ ଉପରେ ଆସିଲା ବଡ଼ ଅପଡେଟ୍: ଉପକୃତ ହେବେ ଏତିକି କର୍ମଚାରୀ ଓ ପେନସନଭୋଗୀ

ନୂଆଦିଲ୍ଲୀ,୮।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଅଷ୍ଟମ ବେତନ କମିଶନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ସାମ୍ନାକୁ ଆସିଛି। କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟର...

ଜାପାନରରେ ଶକ୍ତିଶାଳୀ ୭.୨ ତୀବ୍ରତାର ଭୂକମ୍ପ, ସୁନାମି ସତର୍କତା ଜାରି

ନୂଆଦିଲ୍ଲୀ,୮।୧୨: ସୋମବାର ଜାପାନର ଉତ୍ତର ଉପକୂଳରେ ଏକ ଶକ୍ତିଶାଳୀ ୭.୨ ତୀବ୍ରତାର ଭୂକମ୍ପ ଅନୁଭୂତ ହୋଇଛି, ଯାହାପରେ ଜାପାନ ପାଣିପାଗ ଏଜେନ୍ସି (JMA) ପକ୍ଷରୁ ସୁନାମି...

୫୦ରୁ ଅଧିକ ଫଳ ଦୋକାନ ଜଳି ପୋଡି ପାଉଁଶ: ପରିଦର୍ଶନରେ ଆସି ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ର କହିଲେ, ଏଥିପାଇଁ…

ବଲାଙ୍ଗୀର,୮।୧୨( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଯାଇଛି । ଦେଖୁ ଦେଖୁ ହୁ ହୁ ହୋଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri