ଗାନ୍ଧୀମାର୍ଗରେ ପ୍ରଥମ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି

ଭୁବନେଶ୍ୱର,୧୫।୮: ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ ସମାରୋହରେ ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି। ମୋହନ ମାଝି ପ୍ରଥମ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଭୁବନେଶ୍ୱରର ଗାନ୍ଧୀମାର୍ଗରେ ପତାକା ଉତ୍ତୋଳନ କରିଛନ୍ତି। ପତାକା ଉତ୍ତୋଳନ ପରେ ସେ ଗାନ୍ଧୀମାର୍ଗରେ ରାଜ୍ୟବାସୀଙ୍କୁ ସମ୍ବୋଧନ କରିଛନ୍ତି। ସମାରୋହରେ ଓଡ଼ିଆ ସ୍ବାଧୀନତା ସଂଗ୍ରାମୀଙ୍କୁ ସ୍ମରଣ କରିବା ସହ ପାଇକ ବିଦ୍ରୋହର ଯୋଦ୍ଧାମାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି।

ଏ ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଭାରତର ସ୍ବାଧୀନତା ସଂଗ୍ରାମ ଦେଶର ଅନନ୍ୟ ଅଧ୍ୟାୟ। ଏହା ଇଂରେଜମାନଙ୍କ ମୁଳଦୁଆ ଦୋହଲାଇ ଦେଇଥିଲା। ଦେଶ ଏବେ ଅମୃତକାଳ ଦେଇ ଗତି କରୁଛି। ଦେଶର ଅର୍ଥନୀତି ଦ୍ରୁତ ଗତିରେ ବଢ଼ିଛି। ଖୁବଶୀଘ୍ର ଦେଶର ଅର୍ଥନୀତି ୫ ଟ୍ରିଲିଅନରେ ପହଞ୍ଚିବ। ୨୦୪୭ ସୁଦ୍ଧା ଭାରତ ବିଶ୍ବଗୁରୁ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ସେ ଆହୁରି କହିଛନ୍ତି, ଓଡ଼ିଶାବାସୀ ସ୍ବାଭିମାନୀ, ଚଣ୍ଡାଶୋକରୁ ଧର୍ମାଶୋକରେ ପରିଣତ କରିଥିଲେ। ଓଡ଼ିଆ ଅସ୍ମିତା ସହିତ ଶିଖର ଛୁଇଁବାକୁ ଲକ୍ଷ୍ୟ ରଖିଛୁ। ବଡ଼ ସ୍ବପ୍ନ ଦେଖାଇବିନି, ଯାହା ପ୍ରତିଶ୍ରୁତି ଦେଇଛି ପାଳନ କରିବି। ଶ୍ରୀମନ୍ଦିର ୪ ଦ୍ବାର ଖୋଲିଛୁ, ଓଡ଼ିଆ ଅସ୍ମିତା ପାଣ୍ଠି କରିଛୁ। ଏଥିସହ ଧାନ କ୍ବିଣ୍ଟାଲ ୩୧ଶହ ଟଙ୍କା କରିବା ସହ ସେପ୍ଟେମ୍ବର ୧୭ରୁ ସୁଭଦ୍ରା ଯୋଜନା ଲାଗୁ କରିବୁ। ଖାଲି ପଡ଼ିଥିବା ଦେଢ଼ ଲକ୍ଷ ପଦବୀ ପୂରଣ କରିବା ସହ ଆଗାମୀ ୫ ବର୍ଷରେ ୫୦୦ ଆଦିବାସୀ ଗ୍ରାମକୁ ବିକଶିତ କରିବୁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ବିଶ୍ୱର ୪ର୍ଥ ବୃହତ୍ ଅର୍ଥନୀତି ପାଲଟିଲା ଭାରତ; ୨୦୩୦ ସୁଦ୍ଧା ଜର୍ମାନୀକୁ ଟପିବା ଲକ୍ଷ୍ୟ

ନୂଆଦିଲ୍ଲୀ,୩୦।୧୨: ବିଶ୍ୱ ଅର୍ଥନୀତି ମାନଚିତ୍ରରେ ଭାରତର ଦବଦବା ଜାରି ରହିଛି। ଜାପାନକୁ ଟପି ଭାରତ ଏବେ ବିଶ୍ୱର ଚତୁର୍ଥ ବୃହତ୍ତମ ଅର୍ଥନୈତିକ ଶକ୍ତି ଭାବେ ଉଭା...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

UAE ର ଦୁଇ ଜାହାଜ ଉପରେ ଏୟାରଷ୍ଟ୍ରାଇକ୍ କଲା ସାଉଦି ଆରବ, ଦେଲା ୨୪ ଘଣ୍ଟା ଅଲ୍ଟିମେଟମ୍

ନୂଆଦିଲ୍ଲୀ,୩୦।୧୨: ଇସ୍ରାଏଲ-ହମାସ ଯୁଦ୍ଧ ମଧ୍ୟରେ ପଶ୍ଚିମ ଏସିଆର ଦୁଇ ଶକ୍ତିଶାଳୀ ଦେଶ ସାଉଦି ଆରବ ଏବଂ ୟୁନାଇଟେଡ ଆରବ ଏମିରେଟ୍ସ (UAE) ମଧ୍ୟରେ ତିକ୍ତତା ଚରମ...

ଦେଶର GDP’କୁ ଅତିକ୍ରମ କଲା ଭାରତୀୟ ପରିବାର ପାଖରେ ଥିବା ସୁନା ମୂଲ୍ୟ

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ପରିବାରଗୁଡ଼ିକ ପାଇଁ ସୁନା କେବଳ ଏକ ଅଳଙ୍କାର ନୁହେଁ, ବରଂ ଏହା ଭାବପ୍ରବଣତା ଏବଂ ଆର୍ଥିକ ସୁରକ୍ଷାର ଏକ ପ୍ରତୀକ। ବିଶ୍ୱ ବଜାରରେ...

ବରଗଡ଼ ଧନୁଯାତ୍ରାରେ ମୁଖ୍ୟମନ୍ତ୍ରୀ: ହାତୀ ପିଠିରେ ବସି ବୁଲିଲେ ମଥୁରା ନଗରୀ

ମଥୁରାନଗରୀ,୩୦।୧୨(ପ୍ରେମାନନ୍ଦ ଖମାରୀ): ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମଙ୍ଗଳବାର ଅପରାହ୍ନରେ ମୁଖ୍ୟମନ୍ତ୍ରୀ ବିକାଶ ଗ୍ରାଉଣ୍ଡ ହେଲିପ୍ୟାଡରେ ପହଞ୍ଚିବା...

୩ ବର୍ଷ ଧରି ପାଇଲେ ଭଲ, ହେଲେ ବିବାହ ପାଇଁ କରିଦେଲେ ମନା; ଥାନାରେ ବିଷ ପିଇଦେଲେ ପ୍ରେମିକ…

ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...

ଗୋପାଳଙ୍କ ଉପରେ ଭରସା କଲେ ନବୀନ: ଦେଲେ ଗୁରୁଦାୟିତ୍ୱ, ବିଜେଡିର ନିଶ୍ଚୟ ବିଜୟ କହିଲେ…

କେସିଙ୍ଗା,୩୦।୧୨(ତୁମେଶ୍ୱର ସାହୁ): ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ସାରା ରାଜ୍ୟରେ ନୂତନ ବିଜେଡି ପଦାଧିକାରୀମାନଙ୍କ ନାମ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ  ଘୋଷଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri