Posted inଖେଳ

ମୋଦିଙ୍କୁ ବଡ଼ ଉପହାର ଦେଲେ ମନୁ ଭାକର-ଶ୍ରୀଜେଶ

ପ୍ୟାରିସ୍‌,୧୫।୮: ପ୍ୟାରିସ୍‌ ଅଲିମ୍ପିକ୍ସରେ ଭାଗ ନେଉଥିବା ଭାରତୀୟ ଆଥଲେଟମାନଙ୍କୁ ପ୍ରଧାନମନ୍ତ୍ରୀ ମୋଦି ଭେଟିଥିଲେ। ଏହି ସମୟ ମଧ୍ୟରେ ଭାରତୀୟ ପ୍ରଧାନମନ୍ତ୍ରୀ ଆଥଲେଟ୍‌ମାନଙ୍କ ସହ କଥାବାର୍ତ୍ତା କରିଥିଲେ। ପ୍ୟାରିସ ଅଲିମ୍ପିକ୍ସରେ ଭାରତର ୧୧୭ ଆଥଲେଟ ଅଂଶଗ୍ରହଣ କରିଥିଲେ। ଭାରତୀୟ ହକି ଦଳର ଗୋଲକିପର ପି.ଆର ଶ୍ରୀଜେଶ ତାଙ୍କ ଜର୍ସି ମୋଦିଙ୍କୁ ଦେଇଛନ୍ତି। ଶୁଟର ମନୁ ଭାକର ପିସ୍ତଲ ପ୍ରଧାନମନ୍ତ୍ରୀଙ୍କୁ ଦେଇଥିଲେ।
ପ୍ୟାରିସ ଅଲିମ୍ପିକ୍ସରେ ଭାରତୀୟ ହକି ଦଳ ସେମିଫାଇନାଲରେ ସ୍ପେନକୁ ପରାସ୍ତ କରି ବ୍ରୋଞ୍ଜ ପଦକ ଜିତିଥିଲା। ଯେତେବେଳେ କି ଭାରତୀୟ ଶୁଟର ମନୁ ଭକର ମଧ୍ୟ ବ୍ରୋଞ୍ଜ ପଦକ ଜିତିବାରେ ସଫଳ ହୋଇଥିଲେ। ତେବେ ବର୍ତ୍ତମାନ ଏହି ପଦକ ବିଜେତାମାନଙ୍କ ବ୍ୟତୀତ ପ୍ୟାରିସ ଅଲିମ୍ପିକ୍ସରେ ଅଂଶଗ୍ରହଣ କରୁଥିବା ଅନ୍ୟ ଆଥଲେଟମାନଙ୍କୁ ପ୍ରଧାନମନ୍ତ୍ରୀଙ୍କୁ ଭେଟିଛନ୍ତି। ଏହି ସମୟରେ ପ୍ରଧାନମନ୍ତ୍ରୀ ମୋଦ ଲକ୍ଷ୍ୟ ସେନ, ସରବଜୋତ୍‌ ସିଂ, ମନୁ ଭାକର ପରି ଆଥଲେଟମାନଙ୍କ ସହ କଥା ହୋଇଥିଲେ।
ତେବେ ଜାଭେଲିନ ଥ୍ରୋରେ ରୌପ୍ୟ ପଦକ ଜିତିଥିବା ନୀରଜ ଚୋପ୍ରା ଏହି ଉତ୍ସବରେ ଅଂଶଗ୍ରହଣ କରି ନ ଥିଲେ। ବର୍ତ୍ତମାନ ନୀରଜ ଚୋପ୍ରା ଜର୍ମାନୀରେ ତାଙ୍କର ଅସ୍ତ୍ରୋପଚାର କରୁଛନ୍ତି। ଏହି କାରଣରୁ ସେ ସମାରୋହରେ ଭାଗ ନେଇପାରି ନ ଥିଲେ।
ତେବେ ପ୍ୟାରିସ ଅଲିମ୍ପିକ୍ସରେ ଅଂଶଗ୍ରହଣ କରୁଥିବା ଭାରତୀୟ ଆଥଲେଟମାନଙ୍କ ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଭିଡିଓ ଭାଇରାଲ ହେବାରେ ଲାଗିଛି।
ପ୍ୟାରିସ ଅଲିମ୍ପିକ୍ସରେ ଭାରତୀୟ ଆଥଲେଟମାନେ ୬ଟି ପଦକ ଜିତିଥିଲେ। ଏଥିରେ ଗୋଟିଏ ରୌପ୍ୟ ପଦକ ବ୍ୟତୀତ ୫ଟି ବ୍ରୋଞ୍ଜ ପଦକ ସାମିଲ ଅଛି। ଭାରତୀୟ ଜାଭେଲିନ ଥ୍ରୋଭର ନୀରଜ ଚୋପ୍ରା ଚୌପ୍ୟ ପଦକ ଜିତିଛନ୍ତି। ଏହା ବ୍ୟତୀତ ମନୁ ଭାକର, ସରବଜୋତ ସିଂ, ଅମାନ ଶେରାୱତ ଏବଂ ସ୍ବପ୍ନିଲ କୁସାଲେ ବ୍ରୋଞ୍ଜ ପଦକ ଜିତିବାରେ ସଫଳ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାଇକ୍‌କୁ ଧକ୍କାଦେଲା ବାଇକ୍‌, ମହିଳାଙ୍କ ମୁଣ୍ଡରୁ ପ୍ରବଳ ରକ୍ତସ୍ରାବ

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ): ୧୬ ନଂ ଜାତୀୟ ରାଜପଥ ଶନିମନ୍ଦିର ଛକଠାରେ ପୁଣି ଏକ ଦୁର୍ଘଟଣା ଘଟିଛି। ବିପଦସଙ୍କୁଳ ଛକ କୁହାଯାଉଥିବା ଏହି ଛକଠାରେ ବୁଧବାର ଅପରାହ୍ନରେ...

ଆଶ୍ଚର୍ଯ୍ୟ…ଚଳନ୍ତା ଯାତ୍ରୀବାହୀ ବସରୁ ଛିଡିପଡ଼ିଲା ଚକା, ଅଳ୍ପକେ ବର୍ତ୍ତିଲେ ୪୦ରୁ ଉର୍ଦ୍ଧ୍ବ ପର୍ଯ୍ୟଟକ  

ଦିଗପହଣ୍ଡି,୩୧|୧୨(ଅଶେଷ ନାଥ ମିଶ୍ର): ଏକ  ବଡ ଧରଣର ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଗଲା ଯାତ୍ରୀବାହୀ ବସ୍ ।ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟରାଜପଥର  ଗଣିଆନାଳ ଛକ...

ହାତରେ ମଦ ବୋତଲ ଧରି ବୁଲୁଛନ୍ତି ତେନ୍ଦୁଲକରଙ୍କ ଝିଅ ସାରା, ଭିଡିଓ ଭାଇରାଲ୍

ଗୋଆ,୩୧ା୧୨: କ୍ରିକେଟ୍ ଦୁନିଆର ମହାନ ଖେଳାଳି ସଚିନ ତେନ୍ଦୁଲକରଙ୍କ ଝିଅ ସାରା ତେନ୍ଦୁଲକର ଏବେ ଚର୍ଚ୍ଚାରେ। ନିକଟରେ ସାରାଙ୍କର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ୍...

ଶକ୍ତିଶାଳୀ ଦିଲ୍ଲୀକୁ ହରାଇଲା ଓଡ଼ିଶା, ବିରାଟ ଅନୁପସ୍ଥିତିରେ ମାଟି କାମୁଡ଼ିଲା ରିଷଭଙ୍କ ଟିମ୍

ବେଙ୍ଗାଲୁରୁ,୩୧ା୧୨: ବିଜୟ ହଜାରେ ଟ୍ରଫିର ଏଲିଟ୍ ଗ୍ରୁପ୍-ଡି ମୁକାବିଲାରେ ଓଡ଼ିଶା କ୍ରିକେଟ୍ ଦଳ ଶକ୍ତିଶାଳୀ ଦିଲ୍ଲୀକୁ ୭୯ ରନ୍‌ରେ ପରାସ୍ତ କରିଛି। ଷ୍ଟାର୍ ବ୍ୟାଟର ବିରାଟ...

ରାଶିଫଳ ୨୦୨୬: ମେଷରୁ ମୀନ ରାଶି ପାଇଁ କିପରି କଟିବ ନୂତନ ବର୍ଷ, ସବୁ…

ନୂତନ ବର୍ଷ ନୂତନ ଆଶା ଏବଂ ନୂତନ ସୁଯୋଗ ସହିତ ଆରମ୍ଭ ହୁଏ। ଏହି ସମୟରେ ସମସ୍ତେ ଭାବନ୍ତି ଯେ ନୂଆ ବର୍ଷ କ’ଣ ହେବ...

ନୂଆବର୍ଷ ଗୋଟିଏ ଦିନ ପୂର୍ୱରୁ ସରକାରୀ କର୍ମଚାରୀଙ୍କୁ ଝଟ୍‌କା! ଏମାନଙ୍କୁ ମିଳିବନି ଗ୍ରାଚ୍ୟୁଇଟି

ନୂଆଦିଲ୍ଲୀ,୩୧।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର ଆସିଛି। ପେନସନ ଏବଂ ପେନସନଭୋଗୀ କଲ୍ୟାଣ ବିଭାଗ (DoPPW) ଗ୍ରାଚ୍ୟୁଇଟି ସମ୍ୱନ୍ଧୀୟ...

ଏମିତି ସ୍ଥାନ, ଯେଉଁଠି ବିବାହ ପରେ କନ୍ୟା ନୁହନ୍ତି, ବର ଯାଆନ୍ତି ଶାଶୁଘର

ଭାରତରେ ଜାତି, ଧର୍ମ, ବର୍ଣ୍ଣ ସମେତ ବିଭିନ୍ନ ସ୍ଥାନରେ ଭିନ୍ନଭିନ୍ନ ପରମ୍ପରା ରହିଛି। ଏହି ଅନନ୍ୟ ପରମ୍ପରା ଭାରତକୁ ଅନ୍ୟ ଦେଶଠାରୁ ସ୍ବତନ୍ତ୍ର କରେ। ଭାରତରେ...

ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ନେଲେ ଅନୁ ଗର୍ଗ, କହିଲେ ନୂଆ ସରକାରରେ…

ଭୁବନେଶ୍ବର,୩୧ା୧୨: ନୂଆ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ନେଲେ ଅନୁ ଗର୍ଗ । ସେ ରାଜ୍ୟର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri