ଝିଅକୁ ମାରିଦେଇଥିବା ଅଭିଯୋଗ ଆଣିଲେ ବାପା

ଲୋଇସିଂହା,୧୫।୮(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅଧୀନ ବାଞ୍ଜିପାଳି ଗ୍ରାମରେ ଗୁରୁବାର ଜଣେ ମହିଳାଙ୍କ ସନ୍ଦେହ ଜଣକ ମୃତ୍ୟୁ ଘଟିଛି । ମୃତ ମହିଳା ଜଣକ ହେଲେ ସୁରେଶ ସାହୁ ଓରଫ ହିମାଂଶୁ ସାହୁଙ୍କ ସ୍ତ୍ରୀ ରେଶମା ସାହୁ(୨୫)।

ରେଶମାଙ୍କ ବାପା ମକରଧ୍ବଜ ସାହୁଙ୍କ ଅଭିଯୋଗ ଅନୁଯାୟୀ ତାଙ୍କ ଝିଅଙ୍କୁ ଶାଶୁ ଘର ଲୋକେ ହତ୍ୟା କରି ଆତ୍ମହତ୍ୟାର ରୂପ ଦେଇଥିବା ଲୋଇସିଂହା ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଅଭିଯୋଗ ପରେ ବଲାଙ୍ଗୀର ସଦର ଏସ୍‌ଡିପିଓ ପ୍ରଦୀପ କୁମାର ସାହୁ, ଲୋଇସିଂହା ଥାନା ଅଧିକାରୀ ଯଜ୍ଞସିନି ନାୟକ, ସାଇଣ୍ଟିଫିକ ଟିମ୍‌ ସହ ମୃତକଙ୍କ ଘରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। ମାଜିଷ୍ଟ୍ରେଟ ଆସିଲା ପରେ ମୃତ ଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ବଲାଙ୍ଗୀର ଭୀମ ଭୋଇ ମେଡିକାଲ ପଠାଯିବ। ଏହି ଘଟଣାରେ ମହିଳାଙ୍କ ସ୍ବାମୀ, ଶାଶୁ ଓ ଶଶୁରକୁ ଥାନାରେ ଅଟକ ରଖି ପଚରାଉଚରା କରୁଛି।

ପୋଲିସ ସୂଚନା ଅନୁଯାୟୀ, ଦେଓଗାଁ ଥାନା କଛାରପାଳି ଗ୍ରାମର ମକରଧ୍ବଜଙ୍କ ଝିଅ ରେଶମା(ଗାୟତ୍ରୀ)ଙ୍କୁ ଲୋଇସିଂହା ଥାନା ବୁର୍ଡା ପଞ୍ଚାୟତ ବାଞ୍ଜାପାଳି ଗ୍ରାମର ସୁରେଶ ୨୧ ଫେବୃୟାରୀ ୨୦୨୧ରେ ବୈଦିକ ରୀତିରେ ବିବାହ କରିଥିଲେ। ବିବାହ ଘର ପରେ ବାପ ଘର ଲୋକେ ଯଥା ସାଧ୍ୟ ଯୌତୁକ ଦେଇଥିଲେ। ହେଲେ ଏତିକିରେ ସନ୍ତୁଷ୍ଟ ନ ଥିଲେ ରେଶମାଙ୍କ ଶଶୁର ଘର ଲୋକେ।

ଅନେକ ସମୟରେ ଅଧିକ ଯୌତୁକ ପାଇଁ ମାଡ଼ମାରିବା ସହ ଅଶ୍ଳୀଳ ଭାଷାରେ ଗାଳିଗୁଲଜ କରି ନିର୍ଯାତନା ଦେଉଥିଲେ। ନିକଟରେ ରେଶମାଙ୍କୁ ୧ଲକ୍ଷ ଟଙ୍କା ଆଣିବାକୁ କହୁଥିଲେ ସ୍ବାମୀ ଘର ଲୋକେ। ବାପ ଘରୁ ଟଙ୍କା ନ ଆଣିଲେ ଜୀବନରେ ମାରିଦେବାକୁ ଧମକ ଦେଇଥିଲେ।

ଏନେଇ ରେଶମା ଗୁରୁବାର ସକାଳେ ବାପ ଘରକୁ ଫୋନ କରି ଜଣାଇଥିଲେ । ଏପରିକି ରେଶମା ଘରକୁ ନେଇ ଯିବାକୁ ପରିବାର ଲୋକଙ୍କୁ କାମୁତି ମିନତି କରିଥିଲେ। ଏହାର କିଛି ସମୟ ପରେ ମକରଧ୍ବଜଙ୍କ ପରିବାର ଲୋକେ ଝିଅ ମରଯାଇଥିବା ଖବର୍‌ ପାଇ ବାଞ୍ଜିପାଳି ଆସି ଦେଖିଲା ପରେ ଶୋଇଲା ଘରେ ଏକ ଶାଢ଼ୀରେ ବେକରେ ଫାଶ ପକାଇ ଓହଲି ପଡିଥିବା ଦେଖିବାକୁ ପାଇଥିଲେ।

ମୁଁହରେ କପଡ଼ା ଘୋଡ଼ା ହୋଇଥିବାରୁ ପରିବାର ଲୋକେ ସନ୍ଦେହ କରି ଝଅଙ୍କୁ ହତ୍ୟା କରି ଆତ୍ମହତ୍ୟାର ରୂପ ଦିଆଯାଇଥିବା ନେଇ ଲୋଇସିଂହା ଥାନାରେ ଅଭିଯୋଗ କରିଛନ୍ତି। ଏପରିକି କୌଣସି ଘଟଣାକୁ ନେଇ ଦୁଇଦିନ ତଳେ ଗାଁ ଦାଣ୍ଡରେ ସର୍ବ ସମ୍ମୁଖରେ ଝିଅ ରେଶମାଙ୍କୁ ମାଡ଼ମରା ଯାଇଥିବା ପରିବାର ଲୋକେ ଜାଣିବାକୁ ପାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri