Posted inଜାତୀୟ

ଘୋଷଣା ହେଲା ତାରିଖ: ହରିୟାଣାରେ ୧ ଅକ୍ଟୋବରରେ ନିର୍ବାଚନ, ୪ରେ ଭୋଟ ଗଣତି

ନୂଆଦିଲ୍ଲୀ,୧୬।୮: ଜମ୍ମୁ କଶ୍ମୀର ଏବଂ ହରିୟାଣା ବିଧାନସଭା ନିର୍ବାଚନ ପାଇଁ ତାରିଖ ଘୋଷଣା କରାଯାଇଛି। ଜମ୍ମୁ କଶ୍ମୀରରେ ତିନିଟି ପର୍ଯ୍ୟାୟରେ ନିର୍ବାଚନ ଅନୁଷ୍ଠିତ ହେବ। ସେପ୍ଟେମ୍ବର ୧୮ରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ। ଦ୍ୱିତୀୟ ପର୍ଯ୍ୟାୟ ସେପ୍ଟେମ୍ବର ୨୫ରେ ଅନୁଷ୍ଠିତ ହେବ। ତୃତୀୟ ପର୍ଯ୍ୟାୟ ଭୋଟ ଅକ୍ଟୋବର ୧ରେ ଅନୁଷ୍ଠିତ ହେବ ଏବଂ ଭୋଟ ଗଣନା ଅକ୍ଟୋବର ୪ରେ କରାଯିବ। ଏଠାରେ ସମସ୍ତ ପ୍ରାର୍ଥୀଙ୍କୁ ସୁରକ୍ଷା ଯୋଗାଇ ଦିଆଯିବ। ଏହା ସହିତ ସମସ୍ତ ମତଦାନ କେନ୍ଦ୍ରଗୁଡ଼ିକ ମଧ୍ୟ ସିସିଟିଭି କ୍ୟାମେରା ଦ୍ୱାରା ତଦାରଖ କରାଯିବ।
ହରିୟାଣାରେ ଅକ୍ଟୋବର ୧ରେ ସମସ୍ତ ୯୦ ଟି ବିଧାନସଭା ଆସନ ପାଇଁ ଭୋଟ ଗ୍ରହଣ କରାଯିବ। ଏଠାରେ ମଧ୍ୟ ଅକ୍ଟୋବର ୪ରେ ଭୋଟ ଗଣନା ହେବ । ଅର୍ଥାତ୍‌ ଜମ୍ମୁ କଶ୍ମୀର ଏବଂ ହରିୟାଣା ବିଧାନସଭା ପାଇଁ ଦିଆଯାଇଥିବା ଭୋଟର ଫଳାଫଳ ସେହି ଦିନ ଅକ୍ଟୋବର ୪ରେ ଆସିବ।

ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାର ଶୁକ୍ରବାର ଏହି ନିର୍ବାଚନ ତାରିଖ ଘୋଷଣା କରିଛନ୍ତି। ମୁଖ୍ୟ ଖିର୍ବାଚନ କମିଶନର କହିଛନ୍ତି ଯେ ଜମ୍ମୁ କଶ୍ମୀରର ସମସ୍ତ ରାଜନୈତିକ ଦଳ ସୁରକ୍ଷା ସମ୍ପର୍କରେ ଅନୁରୋଧ କରିଛନ୍ତି। ଏହାକୁ ଦୃଷ୍ଟିରେ ରଖି ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ପ୍ରତ୍ୟେକ ପ୍ରାର୍ଥୀଙ୍କୁ ପର୍ଯ୍ୟାପ୍ତ ସୁରକ୍ଷା ଯୋଗାଇ ଦିଆଯିବ ବୋଲି ନିଷ୍ପତ୍ତି ନିଆଯାଇଛି। ନିର୍ବାଚନ କମିଶନର କହିଛନ୍ତି ଯେ କଶ୍ମୀରରେ ନିର୍ବାଚନ ସହିତ ପର୍ବର ଋତୁ ମଧ୍ୟ ଅଛି, ଫଳର ଋତୁ ମଧ୍ୟ ଅଛି, ସାଫ୍ରନ ଏବଂ ଆପଲର ଋତୁ ମଧ୍ୟ ଅଛି।
ନିର୍ବାଚନ କମିଶନଙ୍କ ସୂଚନା ଅନୁଯାୟୀ, ଜମ୍ମୁ-କଶ୍ମୀରର ପ୍ରତ୍ୟେକ ଭୋଟ ଗ୍ରହଣ କନ୍ଦ୍ରେରେ ସିସିଟିଭି ବ୍ୟବସ୍ଥା କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ଭାରତକୁ ୪୦,୦୦୦ ଏଲ୍‌ଏମ୍‌ଜି ଯୋଗାଇବ ଇସ୍ରାଏଲୀ କମ୍ପାନୀ

ଜେରୁଜେଲମ୍‌ ,୬ା୧୨: ଇସ୍ରାଏଲ୍‌ର ଏକ ପ୍ରମୁଖ ପ୍ରତିରକ୍ଷା କମ୍ପାନୀ ଭାରତକୁ ପ୍ରଥମ ପର୍ଯ୍ୟାୟରେ ୪୦ ହଜାର ହାଲୁକା ମେଶିନ୍‌ ଗନ୍‌ (ଏଲ୍‌ଏମ୍‌ଜି) ଯୋଗାଇବାକୁ ଯାଉଛି। ଆସନ୍ତାବର୍ଷ...

ଏୟାରବସ୍‌ ଏ-୩୨୦ରେ ଗୁଣବତ୍ତା ସମସ୍ୟା, ବିମାନ ଡେଲିଭରିରେ ବିଳମ୍ବ

ପ୍ୟାରିସ୍‌,୬ା୧୨: ଏୟାର ବସ୍‌ ଏ-୩୨୦ ବିମାନଗୁଡ଼ିକରେ ସଫ୍ଟଓ୍ବେର ସମସ୍ୟା ଦେଖାଦେବା ପରେ ଗତ ମାସରେ କମ୍ପାନୀ ସେଗୁଡ଼ିକର ସମାଧାନ କରିଥିଲା। ସଫ୍ଟଓ୍ବେର ଅପ୍‌ଡେଟ୍‌ ପାଇଁ ଅନେକ...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri