Posted inଜାତୀୟ

ଡାକ୍ତରଙ୍କୁ ବଳାତ୍କାର ଓ ହତ୍ୟା ମାମଲା: ମମତାଙ୍କୁ ସିଧା ଟାର୍ଗେଟ କଲେ ଡାକ୍ତରଙ୍କ ମାଆ, କହିଲେ ମମତା ଫେଲ୍‌

କୋଲକାତା,୧୭।୮: ପଶ୍ଚିମବଙ୍ଗର ରାଜଧାନୀ କୋଲକାତାରେ ଅବସ୍ଥିତ ଆର.ଜି କର ମେଡିକାଲ କଲେଜ ଏବଂ ହସ୍ପିଟାଲରେ ଜଣେ ତାଲିମପ୍ରାପ୍ତ ଡାକ୍ତରଙ୍କୁ ବଳାତ୍କାର ଓ ହତ୍ୟା ଘଟଣାରେ ସାରା ଦେଶ ସ୍ତବ୍ଧ ହୋଇଯାଇଛି। ଏହି ଘଟଣାକୁ ନେଇ ସାରା ଦେଶବାସୀଙ୍କ କମ୍ପନ ସୃଷ୍ଟି ହୋଇଛି। ଏହି ଭୟଙ୍କର ଘଟଣାକୁ ନେଇ ସାରା ଦେଶରେ ଡାକ୍ତର ଦୀର୍ଘ ୪ଦିନ ଧରି ଆନ୍ଦୋଳନ କରୁଛନ୍ତି । ବର୍ତ୍ତମାନ ଏହି ମାମଲାରେ ନିର୍ଭୟାଙ୍କ ମା’ ଆଶା ଦେବୀ ମୁହଁ ଫିଟାଇଛନ୍ତି। ଆଶାଦେବୀ ନିଜର ପ୍ରଥମ ପ୍ରତିକ୍ରିୟାରେ ମୁଖ୍ୟମନ୍ତ୍ରୀ ମମତା ବାର୍ନାଜୀଙ୍କୁ ଘେରିଛନ୍ତି।

ସେ କହିଛନ୍ତି, ମମତା ପରିସ୍ଥିତିକୁ ନିୟନ୍ତ୍ରଣ କରିବାରେ ବିଫଳ ହେଉଛନ୍ତି, ତେଣୁ ସେ ତାଙ୍କ ପଦରୁ ଇସ୍ତଫା ଦିଅନ୍ତୁ। ୨୦୧୨ରେ, ଦେଶର ରାଜଧାନୀ ଦିଲ୍ଲୀରେ ସେହିପରି ଏକ ଲୋମ ଟାଙ୍କୁରା ଘଟଣା ଘଟିଥିଲା। ଏହି ଘଟଣା ବିରୋଧରେ ସାରା ଦେଶରେ ତୀବ୍ର ବିରୋଧ କରାଯାଇଥିଲା। ଲୋକଙ୍କ ରାଗ ଦେଖି ସରକାରଙ୍କୁ ମହିଳାଙ୍କ ସୁରକ୍ଷାକୁ ନେଇ କଡା ଆଇନ ପ୍ରଣୟନ କରିବାକୁ ପଡିଲା।

ଟ୍ରେନି ଡାକ୍ତରଙ୍କୁ ଅତି ନିର୍ଦ୍ଦୟ ଭାବରେ ବଳାତ୍କାର ପରେ ହତ୍ୟା କରାଯାଇଛି। ଏହାକୁ ବିରୋଧ କରି ସାରା ଦେଶରେ ବିରୋଧ ପ୍ରଦର୍ଶନ କରାଯାଉଛି। ନ୍ୟୁଜ ଏଜେନ୍ସି ପିଟିଆଇ ସହ କଥାବାର୍ତ୍ତା ବେଳେ ଆଶା ଦେବୀ କହିଛନ୍ତି ଯେ ଅପରାଧୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପରିବର୍ତ୍ତେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ବିରୋଧ ପ୍ରଦର୍ଶନ କରି ଲୋକଙ୍କ ଦୃଷ୍ଟି ଆକର୍ଷଣ କରିବାକୁ ଚେଷ୍ଟା କରୁଛନ୍ତି।

ନିର୍ଭୟାଙ୍କ ମା ଆଶା ଦେବୀ ସିଏମ ମମତାଙ୍କୁ ବଡ଼ା ସମାଲୋଚନା କରି କହିଛନ୍ତି, ମମତା ବାନାର୍ଜୀ ଅପରାଧୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପରିବର୍ତ୍ତେ ତାଙ୍କ ଅଧିକାରକୁ ବ୍ୟବହାର କରିବା ପରିବର୍ତ୍ତେ ଜନସାଧାରଣଙ୍କୁ ବିଭ୍ରାନ୍ତ କରିବାକୁ ଚେଷ୍ଟା କରୁଛନ୍ତି। ଏହି ପ୍ରସଙ୍ଗରୁ ଲୋକଙ୍କ ଦୃଷ୍ଟି ଆକର୍ଷଣ କରିବାକୁ ମମତା ବିରୋଧ ପ୍ରଦର୍ଶନ କରୁଛନ୍ତି। ସେ ନିଜେ ଜଣେ ମହିଳା। ରାଜ୍ୟ ମୁଖ୍ୟ ଭାବରେ ନିଜର ଦାୟିତ୍ୱ ପୂରଣ କରି ସେ ଦୋଷୀମାନଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଉଚିତ। ସେ ଇସ୍ତଫା ଦେବା ଉଚିତ, କାରଣ ସେ ପରିସ୍ଥିତିକୁ ନିୟନ୍ତ୍ରଣ କରିବାରେ ବିଫଳ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri