ଡ.ସତ୍ୟବ୍ରତ ସିବିଏସ୍‌ଇ ଦିଲ୍ଲୀ ଗଭର୍ନିଂ ବଡିର ସଦସ୍ୟ ମନୋନୀତ

ଭୁବନେଶ୍ୱର, ୧୮।୮: ରାଜ୍ୟର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ତଥା ଭୁବନେଶ୍ୱରର ପଟିଆ ନିକଟସ୍ଥ ‘ଓଡିଏମ୍‌’ ସମୂହର ଅଧ୍ୟକ୍ଷ ଡ. ସତ୍ୟବ୍ରତ ମୀନକେତନ କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସେଣ୍ଟ୍ରାଲ ବୋର୍ଡ ଅଫ୍‌ ସେକେଣ୍ଡାରି ଏଜୁକେଶନ ବା ସିବିଏସ୍‌ଇ)ର ଦିଲ୍ଲୀ ଗଭର୍ନିଂ ବଡି ସଦସ୍ୟଭାବେ ମନୋନୀତ ହୋଇଛନ୍ତି। ଉଲ୍ଲେଖଯୋଗ୍ୟ, ଭାରତ ସରକାରଙ୍କ ଶିକ୍ଷା ମନ୍ତ୍ରଣାଳୟ ପକ୍ଷରୁ ଏ ନେଇ ବିସ୍ତୃତ ସୂଚନା ପ୍ରଦାନ ସହ ବିଜ୍ଞପ୍ତି ଜରିଆରେ ଡ.ସତ୍ୟବ୍ରତ ସିବିଏସ୍‌ଇ ଦିଲ୍ଲୀ ଗଭର୍ନିଂ ବଡିର ସଦସ୍ୟଭାବେ ମନୋନୀତ ହୋଇଛନ୍ତି ବୋଲି ସିବିଏସ୍‌ଇ ପକ୍ଷରୁ ଓଡିଏମ୍‌ ସମୂହକୁ ସୂଚନା ଦିଆଯାଇଛି।
ଭାରତବର୍ଷର ୪ଜଣ ବିଶିଷ୍ଟ ଶିକ୍ଷାବିତ୍‌ମାନଙ୍କ ମଧ୍ୟରେ ତାଙ୍କର ଏହି ସର୍ବୋଚ୍ଚ ସମିତିକୁ ମନୋନୟନ ହେବା ସମଗ୍ର ଓଡ଼ିଶା ପାଇଁ ଏକ ବୃହତ୍ତର ଗର୍ବ ଓ ଗୌରବର ବିଷୟ ବୋଲି ଓଡିଏମ୍‌ ସମୂହ ପକ୍ଷରୁ ବିସ୍ତୃତ ଭାବେ ସୂଚନା ଦିଆଯାଇଛି।
ସିବିଏସ୍‌ଇର ବରିଷ୍ଠ ଅଧିକାରୀ ଚିଠି ଦ୍ୱାରା ଭାରତ ସରକାରଙ୍କର ଏହି ମନୋନୟନର ନିର୍ଣ୍ଣୟକୁ ଡ.ମୀନକେତନଙ୍କୁ ଜଣାଇବା ସହ ଅଭିନନ୍ଦନ ଓ ସମ୍ବର୍ଦ୍ଧନା ଜ୍ଞାପନ କରିଛନ୍ତି। ଏହି ଅବସରରେ ଓଡିଏମ୍‌ ସମୂହର ସମସ୍ତ ଅନୁବନ୍ଧିତ ବିଦ୍ୟାଳୟ ତଥା ଅନ୍ୟ ଶିକ୍ଷା ସଂସ୍ଥାନଗୁଡ଼ିକ ମଧ୍ୟ ଡ.ମୀନକେତନଙ୍କୁ ଶୁଭକାମନା ଓ ଅଭ୍ୟର୍ଥନା ଜଣାଇଛନ୍ତି।
ଡ. ମୀନକେତନ ଭାରତ ସରକାରଙ୍କ ଶିକ୍ଷା ମନ୍ତ୍ରଣାଳୟ ତଥା ସିବିଏସ୍‌ଇ (କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ) ନିକଟରେ ନିଜର ଗଭୀର ଆନ୍ତରିକ କୃତଜ୍ଞତା ଜ୍ଞାପନ କରିବା ସହ କହିଛନ୍ତି, ବୃହତ୍ତର ଜନକଲ୍ୟାଣ ନିମିତ୍ତ ଦେଶରେ ଶିକ୍ଷାର ବିକାଶ ଓ ସମୃଦ୍ଧି ହେତୁ ଏହି ବଡ଼ ଦାୟିତ୍ୱକୁ ସେ ନିଶ୍ଚୟ ହାର୍ଦ୍ଦିକତା ଓ ପ୍ରତିବଦ୍ଧତାର ସହିତ ବହନକରି ସମ୍ପନ୍ନ କରିବେ।
ଅପରପକ୍ଷରେ ଡ. ମୀନକେତନଙ୍କ ଏଭଳି ସଫଳତା ପାଇଁ ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ପ୍ରଫେସର ଡ. ପି.କେ.ଦାସ, ବିତ୍ତ ଓ ପ୍ରଶାସନିକ ନିର୍ଦ୍ଦେଶିକା ଇନ୍ଦୁମତୀ ରାୟ, ମୁଖ୍ୟ କାର୍ଯ୍ୟକାରିଣୀ ଅଧିକାରୀ ସ୍ବୟନ୍‌ ସତ୍ୟେନ୍ଦୁ, ଶିକ୍ଷା ନିର୍ଦ୍ଦେଶକ ଡ. ଆର୍ତ୍ତତ୍ରାଣ ମିଶ୍ରଙ୍କ ସମେତ ସ୍କୁଲର ସମସ୍ତ କର୍ମକର୍ତ୍ତା, ଶିକ୍ଷୟିତ୍ରୀଶିକ୍ଷକ ଓ ଅଭିଭାବକମାନେ ଶୁଭେଚ୍ଛା ଜ୍ଞାପନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ ବାୟୁସେନାର ଟ୍ରେନି ବିମାନ ଦୁର୍ଘଟଣାଗ୍ରସ୍ତ

ପ୍ରୟାଗରାଜ,୨୧।୧: ଜାନୁଆରୀ ୨୧, ୨୦୨୬ ରେ, ପ୍ରୟାଗରାଜରେ ଏକ ସେନା ତାଲିମ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ବିମାନଟି ହଠାତ ଖସି ପଡ଼ି ସହର ମଧ୍ୟଭାଗରେ ଥିବା...

ପଞ୍ଚାୟତିରାଜ ମନ୍ତ୍ରୀଙ୍କ ବଡ଼ ସୂଚନା: ୨୦୨୭ ସୁଦ୍ଧା ୧୫୦ ଜନସଂଖ୍ୟା ଥିବା ଗାଁକୁ ହେବ…

ଭୁବନେଶ୍ୱର,୨୧ା୧: ୨୦୨୭ ସୁଦ୍ଧା ରାଜ୍ୟର ୧୫୦ ଜନସଂଖ୍ୟା ଥିବା ଗାଁକୁ ରାସ୍ତା ହେବ। ଏନେଇ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାଏକ ସୂଚନା ଦେଇଛନ୍ତି। ଆସନ୍ତା...

ଯାଉଥିବା ବେଳେ କୂଅରେ ପଡିଲେ ୩ ହାତୀ

ଦେବଗଡ଼,୨୦ା୧(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ ରେଙ୍ଗାଳବେଡ଼ା ଫରେଷ୍ଟ ସେକ୍ସନ ଟିଙ୍କବୀର ବିଟ୍‌ହାଉସ୍‌ ଅନ୍ତର୍ଗତ ବରନାଳି ଗ୍ରାମର ଏକ କୂଅରୁ ମଙ୍ଗଳବାର ୩ଟି...

ଆମ ଟିମ ନ୍ୟୁଜିଲାଣ୍ଡ ଠାରୁ ଅଧିକ ମଜଭୁତ, ଟି ୨୦ ସିରିଜ ଜିତିବ, ଜାଣନ୍ତୁ କାହାର ବୟାନ ହେଉଛି ଭାଇରାଲ

ନୂଆଦିଲ୍ଲୀ,୨୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମ୍ୟାଚ ବୁଧବାର ନାଗପୁରରେ ଖେଳାଯିବାକୁ ଯାଉଛି। ଏହି ମ୍ୟାଚକୁ ନେଇ...

ବାଲିପାଟଣାରେ ଗଡ଼ିଲା ମୁଣ୍ଡ

ଭୁବନେଶ୍ୱର,୨୧।୧: ଭୁବନେଶ୍ୱର ଉପକଣ୍ଠସ୍ଥ ବାଲିପାଟଣା ଭାପୁର ନାଥସାହିରେ ବୁଧବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସାମାନ୍ୟ ବଚସାରୁ ଜଣେ ଯୁବକଙ୍କୁ ଗାଁର ଅନ୍ୟ ଜଣେ...

ଦୁନିଆର ସବୁଠୁ ବିପଦପୂର୍ଣ୍ଣ ରାସ୍ତା, ଯାତାୟାତ ସମୟରେ କିଛିକ୍ଷଣ ପାଇଁ ଅଟକି ଯାଏ ନିଃଶ୍ୱାସ

ବିଶ୍ୱର ଅନେକ ରାସ୍ତା ଅତ୍ୟନ୍ତ ବିପଦପୂର୍ଣ୍ଣ। ଗାଡ଼ି ଚଳାଇବା ସମୟରେ ସାମାନ୍ୟ ଭୁଲ ଜୀବନ ନେଇପାରେ। ତେଣୁ ଧର୍ଯ୍ୟର ସହିତ ଗାଡ଼ି ଚଳାଇବା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ।...

ଶସ୍ତାରେ ମିଳିବ ଘର? ବଜେଟରେ ହେବ ବଡ଼ ଘୋଷଣା!

ନୂଆଦିଲ୍ଲୀ,୨୧।୧: ମଧ୍ୟବିତ୍ତ ବର୍ଗର ଲୋକଙ୍କ ପାଇଁ, ଘର ପାଇବା ଏବେ ବି ସ୍ୱପ୍ନ ସାକାର ହେବା ପରି ମନେହୁଏ। ଘରର ମୂଲ୍ୟ ଆକାଶଛୁଆଁ ହେଉଛି, ଏବଂ...

IPL 2026: ହେଲା ବଡ଼ ଘୋଷଣା! ଏହି ୧୮ ପଡ଼ିଆରେ ଖେଳାଯିବ IPL ମ୍ୟାଚ, ରହିଛି ଗୋଟିଏ ବିବାଦୀୟ ଗ୍ରାଉଣ୍ଡ

ନୂଆଦିଲ୍ଲୀ,୨୧।୧: ଇଣ୍ଡିଆନ ପ୍ରିମିୟର ଲିଗ ୨୦୨୬ ସମ୍ପର୍କରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଏହି ସିଜିନରେ ମ୍ୟାଚ ଖେଳାଯିବ ବୋଲି ସ୍ଥାନ ଘୋଷଣା କରାଯାଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri