Posted inଜାତୀୟ

୩୫ ବର୍ଷ ପର୍ଯ୍ୟନ୍ତ ଦେଶରୁ ଆମକୁ କେହି ହଲାଇ ପାରିବେ ନାହିଁ: ଶାହା

ନୂଆଦିଲ୍ଲୀ,୧୮।୮: ଲୋକ ସଭା ନିର୍ବାଚନରେ ଭାଜପାକୁ ଏକ ବଡ଼ ଝଟକା ଲାଗିଛି। ଦଳ ବର୍ତ୍ତମାନ ଏଥିରୁ ବାହାରିବାକୁ ଆରମ୍ଭ କରିଛି। ଏଥିପାଇଁ ଭାଜପା ଏକ ବଡ ଲକ୍ଷ୍ୟ ସ୍ଥିର କରିଛି। ଭାରତୀୟ ଜନତା ପାର୍ଟି ସେପ୍ଟେମ୍ବର ୧ରୁ ସାରା ଦେଶରେ ସଦସ୍ୟତା ଅଭିଯାନର ପ୍ରଥମ ପର୍ଯ୍ୟାୟ ଆରମ୍ଭ କରିବାକୁ ଯାଉଛି। ୧୦ କୋଟି ନୂତନ ସଦସ୍ୟ ଯୋଡିବାକୁ ଏକ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି। ସଦସ୍ୟତା ଅଭିଯାନର ଜାତୀୟ ସଂଯୋଜକ ଭାବେ ଭାଜପା ସାଧାରଣ ସମ୍ପାଦକ ବିନୋଦ ତାୱଡେଙ୍କୁ ନିଯୁକ୍ତ କରାଯାଇଛି।
ସଦସ୍ୟତା ଅଭିଯାନର ପ୍ରଥମ ପର୍ଯ୍ୟାୟ ସେପ୍ଟେମ୍ବର ୧ରୁ ସେପ୍ଟେମ୍ବର ୨୫ପର୍ଯ୍ୟନ୍ତ ଚାଲିବ । ଦ୍ୱିତୀୟ ପର୍ଯ୍ୟାୟ ଅକ୍ଟୋବରରୁ ଆରମ୍ଭ ହେବ। ଏଥି ସହିତ ମହାରାଷ୍ଟ୍ର, ଝାଡ଼ଖଣ୍ଡ, ହରିୟାଣା, ଜମ୍ମୁ କଶ୍ମୀରରେ ବିଧାନସଭା ନିର୍ବାଚନ ପରେ ସଦସ୍ୟତା ଅଭିଯାନ ଆରମ୍ଭ ହେବ। ସୂଚନାଯୋଗ୍ୟ, ୨୦୧୪ରୁ ୨୦୧୯ପର୍ଯ୍ୟନ୍ତ ଦଳ ୧୮କୋଟି ସଦସ୍ୟ ସୃଷ୍ଟି କରିଥିଲା। ଯେଉଁଥିପାଇଁ ଭାଜପା ବିଶ୍ୱର ସବୁଠୁ ବଡ ରାଜନନୈତିକ ଦଳର ମାନ୍ୟତା ପାଇଛି। ଏଥର ମିସ କଲ, QR କୋଡ, ନାମୋ ଆପ ଏବଂ ପାର୍ଟି ୱେବସାଇଟ ମାଧ୍ୟମରେ ଭାଜପା ସଦସ୍ୟତା ଦେବ। ଦଳ ଦୁଇ-ତିନୋଟି ରାଜ୍ୟକୁ ମିଶାଇ ଏକ ସଦସ୍ୟତା ପ୍ରଭାରୀ ନିଯୁକ୍ତ କରିବ।


Enter your email to get our daily news in your inbox.

All Right Reserved By Dharitri.Com

ବାଇକ୍‌ ଚାଳକଙ୍କ ଉପରେ ମାଡ଼ିଗଲା ଟ୍ରଲର: ଜାତୀୟ ରାଜପଥ ରକ୍ତଚଞ୍ଜିତ

ବଣାଇଁ, ୬।୧୨(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ବଣାଇଁ ଉପଖଣ୍ଡର ଗମଲେଇ ନିକଟ ୧୪୩ ନମ୍ବର ଜାତୀୟ ରାଜପଥରେ କିଛି ସମୟ ପୂର୍ବରୁ ଘଟିଛି ଏକ ମର୍ମନ୍ତୁଦ...

କ୍ୟାମେରା ଜଗିଛି, ବାଘ ନେଇଗଲା ବାଛୁରୀ: ଘୁମୁସର ବନଖଣ୍ଡରେ ବଢୁଛି ଆତଙ୍କ

ଭଞ୍ଜନଗର,୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଘୁମୁସର ଉତ୍ତର ବନଖଣ୍ଡରେ ଦିନକୁ ଦିନ ବନ୍ୟପ୍ରାଣୀ ଆତଙ୍କ ବଢୁଛି। ଯାହାକୁ ନେଇ ଜଙ୍ଗଲ ନିକଟବର୍ତ୍ତୀ ଗ୍ରାମବାସୀ ଆତଙ୍କିତ...

ସୋଲାର ଲାଇଟ ଅଚଳ:ଠିକା ସଂସ୍ଥାକୁ ତାଗିଦ୍‌ କଲେ ବିଡିଓ, ଦେଖନ୍ତୁ VIDEO

ଦାରିଙ୍ଗବାଡି,୬/୧୨(ଅରୁଣ ସାହୁ ): ଓଡିଶାର କଶ୍ମୀର ଦାରିଙ୍ଗବାଡିରେ ସନ୍ଧ୍ୟା ହେଲେ ରାସ୍ତାଘାଟ ଅନ୍ଧାର ହୋଇପଡୁଛି। ପଞ୍ଚାୟତ ଏବଂ ଜାତୀୟ ରାଜପଥ ବିଭାଗ ପକ୍ଷରୁ ଷ୍ଟ୍ରିଟ ଆଲୁଅର...

ସାରଥିଙ୍କ ବିରୋଧରେ ଚାଲିବ ମାମଲା: ଚାର୍ଜଫ୍ରେମ୍‌ କଲେ ଅଦାଲତ

କଟକ,୬।୧୨(କାର୍ତ୍ତିକ ସାହୁ):ବହୁଚର୍ଚ୍ଚିତ ଆତ୍ମଘୋଷିତ ବାବା ସାରଥି ଓରଫ ସନ୍ତୋଷ ରାଉଳ, ତାଙ୍କ ପୁଅ ସତ୍ୟମ ଶେଖର ଓ ଅନ୍ୟ ୪ ଜଣଙ୍କ ବିରୋଧରେ କଟକ ସ୍ବତନ୍ତ୍ର...

ଇଣ୍ଡିଗୋ ସଙ୍କଟ ମଧ୍ୟରେ ବଡ଼ ପଦକ୍ଷେପ ନେଲାେ ରେଲଓ୍ବେ, ଅତିରିକ୍ତ କୋଚ ବୃଦ୍ଧି ସହ ସ୍ବତନ୍ତ୍ର ଟ୍ରେନ ସେବା ଘୋଷଣା

ନୂଆଦିଲ୍ଲୀ,୬।୧୨: ଦେଶବ୍ୟାପୀ ଇଣ୍ଡିଗୋ ଏବଂ ଅନ୍ୟ ଅନେକ ଏୟାରଲାଇନ୍ସର ଉଡ଼ାଣ ବାତିଲ ହେବା ପରେ, ଲକ୍ଷ ଲକ୍ଷ ଯାତ୍ରୀ ହଠାତ୍‌ ରେଳବାଇକୁ ଭିଡ଼ ଜମାଇଥିଲେ। ଟିକେଟର...

ପୁଣି ଆନ୍ଦୋଳନକୁ ଓହ୍ଲାଇଲେ ପ୍ରାଥମିକ ଶିକ୍ଷକ: ଦାବି ପୂରଣ ନ ହେବା ଯାଏ ସମୂହ ଛୁଟିରେ ରହିବାକୁ ନିଷ୍ପତ୍ତି

ଭୁବନେଶ୍ୱର,୬ା୧୨(ସୁଚିସ୍ମିତା ସାହୁ):ପୁଣି ଆନ୍ଦୋଳନକୁ ଓହ୍ଲାଇଲେ ପ୍ରାଥମିକ ଶିକ୍ଷକ। ଛାତ୍ରୀଛାତ୍ରଙ୍କ ପରୀକ୍ଷା ପାଖେଇ ଆସିଥିବା ବେଳେ ବିଦ୍ୟାଳୟରେ ପାଠ ପଢ଼ାଇବା ବଦଳରେ ଦାବି ପୂରଣ ପାଇଁ ଶିକ୍ଷକମାନେ...

ସୁଦର୍ଶନଙ୍କୁ ଚାପି ଦେଲା ଆମ ବସ୍‌: ଡ୍ରାଇଭର ଖସି ପଳାଇବାକୁ ଉଦ୍ୟମ

ଭୁବନେଶ୍ୱର, ୬ା୧୨(ସତ୍ୟଜିତ ରାଉତ):ରାଜଧାନୀରେ ପୁଣି ଜୀବନ ନେଇଛି ‘ଆମ ବସ୍‌’। ସତ୍‌ସଙ୍ଗ ବିହାର ସମ୍ମୁଖ ୧୬ ନଂ. ଜାତୀୟ ରାଜପଥରେ ଶୁକ୍ରବାର ସାରେ ଏହି ଦୁର୍ଘଟଣା...

ପ୍ରେସିଡେଣ୍ଟ ହାଉସରେ ଆୟୋଜିତ ଡିନରରେ କାହିଁକି ରାହୁଲଙ୍କୁ ମିଳିଲା ନାହିଁ ନିମନ୍ତ୍ରଣ? ଜଣାପଡିଲା କାରଣ

ନୂଆଦିଲ୍ଲୀ,୬।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତ ସମୟରେ ସୋସିଆଲ ମିଡିଆ ପ୍ଲାଟଫର୍ମ X ରେ କେରଳ କଂଗ୍ରେସର ଏକ ପୋଷ୍ଟ ରାଜନୈତିକ ଏବଂ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri