Posted inଜାତୀୟ

୩ ବିଧାୟକଙ୍କ ସହ ଦିଲ୍ଲୀ ବାହାରିଲେ ଚମ୍ପାଇ ସୋରେନ

ରାଞ୍ଚି,୧୮।୮: ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ଚମ୍ପାଇ ସୋରେନଙ୍କ ସହ ୩ଜେଏମଏମ ବିଧାୟକ ରବିବାରି ଅପରାହ୍ନ ୩ଟାରେ ଦିଲ୍ଲୀ ଭାଜପା ମୁଖ୍ୟାଳୟରେ ଭାଜପାରେ ଯୋଗ ଦେଇପାରନ୍ତି। ଏୟାର ଇଣ୍ଡିଆର ବିମାନ ଯୋଗେ ଏମାନେ ନୂଆଦିଲ୍ଲୀ ପହଞ୍ଚିଛନ୍ତି। ତେବେ ଚମ୍ପାଇ ସୋରେନ ଦିଲ୍ଲୀ ଯିବା କାରଣରୁ ରାଜନୈତିକ ଅସ୍ଥିରତା ଆହୁରି ତୀବ୍ର ହୋଇଛି। ଦଶରଥ ଗଗରାଇ, ରାମଦାସ ସୋରେନ, ଚମରା ଲିଣ୍ଡା, ଲୋବିନ ହେମ୍ବ୍ରୋମ, ସମୀର ମହାନ୍ତି ମଧ୍ୟ ଯୋଗାଯୋଗରେ ନାହାଁନ୍ତି।

ସୂଚନାନୁସାରେ, ଚମ୍ପାଇ ସୋରେନ ଭାଜପାର ବଡ ନେତାଙ୍କ ସହ ଯୋଗାଯୋଗରେ ଅଛନ୍ତି। ଦୁଇ ଦିନ ପୂର୍ବେ ତାଙ୍କ ଦଳ ପରିବର୍ତ୍ତନକୁ ନେଇ କଳ୍ପନାଜଳ୍ପନା ତୀବ୍ର ହୋଇଥିଲା।
ରାଜନୈତିକ ବିଶେଷଜ୍ଞଙ୍କ ଅନୁଯାୟୀ ଚମ୍ପାଇ ସୋରେନଙ୍କ ଭାଜପାରେ ଯୋଗଦେବା ଆସନ୍ତା ବିଧାନସଭା ନିର୍ବାଚନରେ ଆଦିବାସୀ ଭୋଟ ବ୍ୟାଙ୍କରେ ଏକ ବଡ଼ ସପୋର୍ଟ ସୃଷ୍ଟି କରିବାରେ ସହାୟକ ହେବ। କିନ୍ତୁ ଦଳ ଭିତରେ ଦଳଗତତା ମଧ୍ୟ ତୀବ୍ର ହେବ। ଜାମସେଦପୁର ସମେତ କୋଲହାନ ଅଞ୍ଚଳରେ ଚମ୍ପାଇଙ୍କ ଏକ ଦୃଢ ସମର୍ଥନ ରହିଛି।
ବିଶେଷକରି ପୋଟକା, ଘାଟସିଲା ଏବଂ ବାହାରାଗୋଡା, ଇଚାଗଡ, ସଢେଇକଳା-ଖରସୁଆଁ ଏବଂ ପ.ସିଂହଭୂମି ଜିଲାର ବିଧାନସଭା ନିର୍ବାଚନମଣ୍ଡଳୀରେ ମଧ୍ୟ ସମର୍ଥନ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିରୁ ଇସ୍ତଫା ଦେଲେ କାଉନସିଲର ଶୁଚିସ୍ମିତା, ହୋଇପାରନ୍ତି ଭାଜପାରେ ସାମିଲ

ବାସୁଦେବପୁର,୬।୧୨ (କାଳିପଦ ରାୟ ): ବାସୁଦେବପୁର ପୌରାଞ୍ଚଳର ଏକ ନମ୍ବର ୱାର୍ଡର କାଉନସିଲର ଶୁଚିସ୍ମିତା ଗିରି ଶନିବାର ସକାଳେ ବିଜେଡିରୁ ଇସ୍ତଫା ଦେଇଛନ୍ତି। ଶୁକ୍ରବାର ସନ୍ଧ୍ୟାରେ...

କ୍ୟାମେରା ଜଗିଛି, ବାଘ ନେଇଗଲା ବାଛୁରୀ: ଘୁମୁସର ବନଖଣ୍ଡରେ ବଢୁଛି ଆତଙ୍କ

ଭଞ୍ଜନଗର,୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଘୁମୁସର ଉତ୍ତର ବନଖଣ୍ଡରେ ଦିନକୁ ଦିନ ବନ୍ୟପ୍ରାଣୀ ଆତଙ୍କ ବଢୁଛି। ଯାହାକୁ ନେଇ ଜଙ୍ଗଲ ନିକଟବର୍ତ୍ତୀ ଗ୍ରାମବାସୀ ଆତଙ୍କିତ...

ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମବାର୍ଷିକୀ ପାଇଁ ଦେଓଲ ପରିବାର ନେଲେ ବଡ଼ ନିଷ୍ପତ୍ତି, ପ୍ରଶଂସକଙ୍କୁ ମିଳିବ…

ମୁମ୍ବାଇ,୬।୧୨: ବଲିଉଡର ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ଜନ୍ମଦିନର ମାତ୍ର ୧୫ ଦିନ ପୂର୍ବରୁ ଦେହାନ୍ତ ହୋଇଗଲା। ଏବେ, ସନି ଦେଓଲ ଏବଂ ବବି ଦେଓଲ ସମେତ...

ସୋଲାର ଲାଇଟ ଅଚଳ:ଠିକା ସଂସ୍ଥାକୁ ତାଗିଦ୍‌ କଲେ ବିଡିଓ, ଦେଖନ୍ତୁ VIDEO

ଦାରିଙ୍ଗବାଡି,୬/୧୨(ଅରୁଣ ସାହୁ ): ଓଡିଶାର କଶ୍ମୀର ଦାରିଙ୍ଗବାଡିରେ ସନ୍ଧ୍ୟା ହେଲେ ରାସ୍ତାଘାଟ ଅନ୍ଧାର ହୋଇପଡୁଛି। ପଞ୍ଚାୟତ ଏବଂ ଜାତୀୟ ରାଜପଥ ବିଭାଗ ପକ୍ଷରୁ ଷ୍ଟ୍ରିଟ ଆଲୁଅର...

କଣ୍ଟେନରରେ ୩୦ରୁ ଅଧିକ ଗୋରୁଙ୍କୁ ପଶ୍ଚିମବଙ୍ଗକୁ କରାଯାଉଥିଲା ଚାଲାଣ, ମାଡିବସିଲା ପୋଲିସ, ତା’ପରେ…

ନୀଳଗିରି,୬।୧୨(ପ୍ରଶାନ୍ତ କୁମାର ବିଶ୍ବାଳ): ଭଦ୍ରକରୁ ପାଖାପାଖି ୩୦ରୁ ଊର୍ଦ୍ଧ୍ୱ ଗୋରୁଙ୍କୁ କଣ୍ଟେନରରେ ନେଇ ପଶ୍ଚିମବଙ୍ଗକୁ ଚାଲାଣ ହେଉଥିବା ବେଳେ ବାଲେଶ୍ୱର ଜିଲା ନୀଳଗିରି ପୋଲିସ ଇଶ୍ୱରପୁର...

ସାରଥିଙ୍କ ବିରୋଧରେ ଚାଲିବ ମାମଲା: ଚାର୍ଜଫ୍ରେମ୍‌ କଲେ ଅଦାଲତ

କଟକ,୬।୧୨(କାର୍ତ୍ତିକ ସାହୁ):ବହୁଚର୍ଚ୍ଚିତ ଆତ୍ମଘୋଷିତ ବାବା ସାରଥି ଓରଫ ସନ୍ତୋଷ ରାଉଳ, ତାଙ୍କ ପୁଅ ସତ୍ୟମ ଶେଖର ଓ ଅନ୍ୟ ୪ ଜଣଙ୍କ ବିରୋଧରେ କଟକ ସ୍ବତନ୍ତ୍ର...

ଇଣ୍ଡିଗୋ ସଙ୍କଟ ମଧ୍ୟରେ ବଡ଼ ପଦକ୍ଷେପ ନେଲାେ ରେଲଓ୍ବେ, ଅତିରିକ୍ତ କୋଚ ବୃଦ୍ଧି ସହ ସ୍ବତନ୍ତ୍ର ଟ୍ରେନ ସେବା ଘୋଷଣା

ନୂଆଦିଲ୍ଲୀ,୬।୧୨: ଦେଶବ୍ୟାପୀ ଇଣ୍ଡିଗୋ ଏବଂ ଅନ୍ୟ ଅନେକ ଏୟାରଲାଇନ୍ସର ଉଡ଼ାଣ ବାତିଲ ହେବା ପରେ, ଲକ୍ଷ ଲକ୍ଷ ଯାତ୍ରୀ ହଠାତ୍‌ ରେଳବାଇକୁ ଭିଡ଼ ଜମାଇଥିଲେ। ଟିକେଟର...

ପୁଣି ଆନ୍ଦୋଳନକୁ ଓହ୍ଲାଇଲେ ପ୍ରାଥମିକ ଶିକ୍ଷକ: ଦାବି ପୂରଣ ନ ହେବା ଯାଏ ସମୂହ ଛୁଟିରେ ରହିବାକୁ ନିଷ୍ପତ୍ତି

ଭୁବନେଶ୍ୱର,୬ା୧୨(ସୁଚିସ୍ମିତା ସାହୁ):ପୁଣି ଆନ୍ଦୋଳନକୁ ଓହ୍ଲାଇଲେ ପ୍ରାଥମିକ ଶିକ୍ଷକ। ଛାତ୍ରୀଛାତ୍ରଙ୍କ ପରୀକ୍ଷା ପାଖେଇ ଆସିଥିବା ବେଳେ ବିଦ୍ୟାଳୟରେ ପାଠ ପଢ଼ାଇବା ବଦଳରେ ଦାବି ପୂରଣ ପାଇଁ ଶିକ୍ଷକମାନେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri