ରାଜାଙ୍କ ମଞ୍ଜୁରୀ ପରେ ଶିନାଓ୍ବାତ୍ରା ହେଲେ ପ୍ରଧାନମନ୍ତ୍ରୀ

ବ୍ୟାଙ୍କକ,୧୮।୮: ଥାଇଲ୍ୟାଣ୍ଡର ନୂଆ ପ୍ରଧାନମନ୍ତ୍ରୀ ଭାବରେ ପାଟୋଙ୍ଗଟର୍ନ ଶିନାୱାତ୍ରା ନିଯୁକ୍ତ ହୋଇଛନ୍ତି। ପ୍ରତିନିଧି ସଭାର ସେକ୍ରେଟେରୀ ଜେନେରାଲ ବା ମହାସଚିବ ଅର୍ଫାତ୍‌ ସୁକାନନ ରବିବାର ଏହି ଘୋଷଣା କରିଛନ୍ତି।
ଜିନ୍ହୁଆ ନ୍ୟୁଜ ଏଜେନ୍ସିର ରିପୋର୍ଟ ଅନୁଯାୟୀ ରବିବାର ସକାଳେ ମୁଖ୍ୟାଳୟରେ ଏକ ଫେଉ ଥାଇ ପାର୍ଟିର ଆୟୋଜନ କରାଯାଇଥିଲା। ଏହି ସମୟ ମଧ୍ୟରେ, ଅର୍ଫାତ୍‌ ଏକ ରାଜକୀୟ ଆଦେଶ ଦେଇଥିଲେ ଯେ ପାଟୋଙ୍ଗଟର୍ନ ଶିନାୱାତ୍ରାଙ୍କୁ ପ୍ରଧାନମନ୍ତ୍ରୀ ଭାବେ ନିଯୁକ୍ତ କରାଯାଇଥିଲା। ସେ ୧୬ଅଗଷ୍ଟରେ ସଂସଦରେ ସଂଖ୍ୟାଗରିଷ୍ଠତା ହାସଲ କରିଥିଲେ।

୩୭ବର୍ଷୀୟ ପାଟୋଙ୍ଗଟର୍ନ ଶିନାୱାତ୍ରା ଦେଶର ସର୍ବ କନିଷ୍ଠ ତଥା ଦ୍ୱିତୀୟ ମହିଳା ପ୍ରଧାନମନ୍ତ୍ରୀ ହୋଇଛନ୍ତି।
ପାଥୋଙ୍ଗର୍ନ ଶିନାୱାତ୍ରା ଶ୍ରୀଥା ଥାଭିସିନଙ୍କ ସ୍ଥାନ ନେଇଛନ୍ତି। ଯେକି ଅଗଷ୍ଟ ୧୪ରେ ଏକ ଅପରାଧିକ ରେକର୍ଡ ଥିବା କ୍ୟାବିନେଟ ସଦସ୍ୟଙ୍କ ନୁଯୁକ୍ତି ସମ୍ବନ୍ଧିତ ନୈତିକ ଉଲ୍ଲଂଘନ କାରଣରୁ ସାମ୍ବିଧାନିକ କୋର୍ଟ ଦ୍ୱାରା ତାଙ୍କୁ ପଦରୁ ହଟାଇ ଦିଆଯାଇଥିଲା।
ଦୁଇ ସନ୍ତାନର ମାତା ପାଟୋଙ୍ଗଟର୍ନ ଶିନାୱାତ୍ରା ବର୍ତ୍ତମାନ ପ୍ରଧାନମନ୍ତ୍ରୀଙ୍କ ଭୂମିକା ଗ୍ରହଣ କରିବାକୁ ଯାଉଛନ୍ତି। ସେ ତାଙ୍କ ପରିବାରର ତୃତୀୟ ସଦସ୍ୟ ଯିଏକି ଏହି ଦାୟିତ୍ୱ ତୁଲାଉଛନ୍ତି। ତାଙ୍କ ପୂର୍ବରୁ ତାଙ୍କ ପିତା ଏବଂ ମାଉସୀ ମଧ୍ୟ ଏହି ପଦବୀରେ ରହିଥିଲେ। ତାଙ୍କ ମାଉସୀ ଦେଶର ପ୍ରଥମ ମହିଳା ପ୍ରଧାନମନ୍ତ୍ରୀ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ରୀନଲ୍ୟାଣ୍ଡକୁ ନେଇ ଡାଭୋସରେ ଟ୍ରମ୍ପଙ୍କ ଚରମବାଣୀ: ୟୁରୋପରେ ଉତ୍ତେଜନା

ନୂଆଦିଲ୍ଲୀ।୧: ସ୍ୱିଜରଲ୍ୟାଣ୍ଡର ଡାଭୋସରେ ଆୟୋଜିତ ବିଶ୍ୱ ଅର୍ଥନୈତିକ ଫୋରମ (WEF) ରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗ୍ରୀନଲ୍ୟାଣ୍ଡକୁ ନେଇ ଏକ ବଡ଼ ବୟାନ ଦେଇଛନ୍ତି।...

ଗଙ୍ଗପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା; କଣ୍ଟେନରକୁ ଧକ୍କା ଦେଲା ଥାର୍, ୩ ମୃତ

ଖୋର୍ଦ୍ଧା୨୧।୧: ପୁଣିଥରେ ଦୁର୍ଘଟଣା ଘଟାଇଲା ଥାର୍ । ମଙ୍ଗଳବାର ରାତିରେ ଥାର ଦୁର୍ଘଟଣାରେ ଭୁବନେଶ୍ବରରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଜି ପୁଣି ଖୋର୍ଦ୍ଧା ଦୁର୍ଘଟଣାରେ...

ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି, ରାସ୍ତାରେ ଭାସିଲା ପରେ ଲୋକେ…

ଭୁବନେଶ୍ୱର,୨୧।୧: ରାଜଧାନୀ ଭୁବନେଶ୍ୱର ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି । ତେବେ ଏହି ଅଘଟଣ ପରେ ରାସ୍ତାରେ ତେଲ ଭାସୁଥିବା ଦେଖିଯାଇଛି ।...

ଗ୍ରୀନଲ୍ୟାଣ୍ଡକୁ ପୁଣି ଧମକ ଦେଲେ ଟ୍ରମ୍ପ, ଯଦି ହଁ କରନ୍ତି….

ନୂଆଦିଲ୍ଲୀ,୨୧।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ୱିଜରଲ୍ୟାଣ୍ଡର ଡାଭୋସରେ ବିଶ୍ୱ ଅର୍ଥନୈତିକ ଫୋରମ୍ (WEF)ର ବାର୍ଷିକ ବୈଠକରେ ଭାଷଣ ଦେଇ ତାଙ୍କ ପ୍ରଥମ ବର୍ଷ କାର୍ଯ୍ୟକାଳର...

ଜୀବିତ ସତ୍ତ୍ବେ ମୃତ ଦର୍ଶାଇ ଆଧାର ନିଷ୍କ୍ରିୟ: ମଣ୍ଡିରେ ବିକ୍ରି ହୋଇ ପାରିଲାନି ଧାନ, ଘରକୁ ଫେରାଇ…

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା...

୫୬ ହଜାରରୁ ଅଧିକ ପରୀକ୍ଷାର୍ଥୀ ଦେଲେ OSSTET ପରୀକ୍ଷା

ଭୁବନେଶ୍ୱର,୨୧।୧: ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ‘ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା’ (OSSTET) ବୁଧବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟର ମୋଟ ୨୨୭ଟି କେନ୍ଦ୍ରରେ...

ଅନାଥ ସାଜିଲେ ୬ ନିଷ୍ପାପ ଶିଶୁ, ସାହାଯ୍ୟର ହାତ ବଢାଇଲେ ବିଧାୟକ

ଥୁଆମୂଳ ରାମପୁର,୨୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଦୁର୍ଗମ କେରପାଇ ଗ୍ରାମପଞ୍ଚାୟତର ମେଲରଫା ଗ୍ରାମରୁ ଏକ ହୃଦୟ ବିଦାରକ ଦୃଶ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri