Posted inRasifala

ରାଶିଫଳ: ସୋମବାର, ଅଗଷ୍ଟ ୧୯ ତାରିଖ – Daily Horoscope

ମେଷ
ଆଜି କର୍ମଭାବରେ ଚନ୍ଦ୍ର ରହିଥିବାରୁ ଯାହା ଚାହୁଁଛନ୍ତି, ତାହା ପାରିବାରେ ଅସୁବିଧା ହେବନାହିଁ। ଅଫିସି ସମସ୍ୟା ସୁଧୁରି ଯିବ। ବାଣିଜ୍ୟ, ପରିବହନ, ଆନୁଷ୍ଠାନିକ କାମ ସାଙ୍ଗକୁ ଗାଡିମୋଟର ମରାମତି କାମ ସମ୍ପନ୍ନ କରିବେ। ପଡୋଶୀ, ସହକର୍ମୀ, ଭାଇଭଉଣୀରେ ସତର୍କତାର ସହ କିଛି କହିବା କିମ୍ବା କରିବା ଭଲ ହେବ।
ବୃଷ
ବୃଷ
ଗ୍ରହଙ୍କ ଶୁଭ ସଂସ୍ଥାନରୁ କାର୍ଯ୍ୟସିଦ୍ଧି ସହ ଶୁଭଖବର ମନକୁ ଆହ୍ଲାଦିତ କରିବ। ଅଫିସ୍‌ ଯିବା ବାଟରେ ଅଜଣା ବ୍ୟକ୍ତି ଦ୍ୱାରା ଅସମ୍ମାନିତ ହୋଇପାରନ୍ତି। ଚେଷ୍ଟା କରୁଥିବା କାମ ଶୀଘ୍ର ଶେଷ କରିବା ପାଇଁ ଖୁବ୍‌ ଆଶାବାଦୀ ହେବେ। ରାଜନୀତି, ପ୍ରଶାସନ, ପ୍ରକାଶନ, ସାହିତ୍ୟ ଓ ସାମ୍ବାଦିକତା, ରାଜନୀତି ଓ ସଂଗଠନ ପାଇଁ ଦିନଟି ଭଲ।
ମିଥୁନ
ମିଥୁନ
ବହୁତ ଦିନ ହେଲା ଯାହା କରିବା ପାଇଁ ମନସ୍ଥ କରିଛନ୍ତି, ତାହା ଶୀଘ୍ର ଆରମ୍ଭ କରିଦେବା ଭଲ। ଚେଷ୍ଟା କରୁଥିବା କାମରେ ସଫଳତା ପାଇଁ ଲଢେଇ ଜାରି ରଖିବାକୁ ହେବ। ଛୋଟ କଥାଟିକୁ ବଡ଼ ଆକାରରେ ଚିନ୍ତା କରି ଅନ୍ୟମନସ୍କ ରହିବେ। ବ୍ୟବସାୟ କିମ୍ବା ପରିବହନରେ ପ୍ରତିଦ୍ୱନ୍ଦ୍ୱିତା ବୃଦ୍ଧି କାରଣକୁ ନେଇ ଅଶାନ୍ତି ଲାଗିରହିବ।
କର୍କଟ
କର୍କଟ
କର୍ମ ପରିସର ବୃଦ୍ଧି ହେତୁ କାର୍ଯ୍ୟବ୍ୟସ୍ତତା କାରଣରୁ ଜମା ଫୁର୍‌ସତ୍‌ ପାଇବେ ନାହିଁ। ଅର୍ଥର ଅଭାବ ନ ଥିଲେ ମଧ୍ୟ ହାତ ଖୋଲା ଖର୍ଚ୍ଚ କରିପାରିବେ ନାହିଁ, ଫଳରେ ନିଜ ଲୋକଙ୍କ ଦ୍ୱାରା ସମାଲୋଚିତ ହେବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ। କୃଷି, ସଭାସମିତି,ଆନୁଷ୍ଠାନିକ କାମରେ ପ୍ରଶଂସିତ ହେବେ।
ସି˚ହ
ସି˚ହ
ପ୍ରତିବନ୍ଧକ କାରଣରୁ ଅଟକି ରହିଥିବା କୌଣସି ନୂଆ କାମ ହାତକୁ ନେଇପାରନ୍ତି। ନିରପେକ୍ଷତା ଅବଲମ୍ବନ ନ କଲେ ସମାଲୋଚିତ ହେବେ। ସ୍ନାୟବିକ ଦୁର୍ବଳତାଜନିତ କ୍ଳାନ୍ତିବୋଧ କରିବେ। ଅଧିକାଂଶ ସମୟ ସହକର୍ମୀ କିମ୍ବା ବନ୍ଧୁ ମେଳରେ କଟାଇପାରନ୍ତି। ପରିବାରରେ ପରସ୍ପରକୁ ଦୋଷ ଦେଇ ଅଶାନ୍ତ ପରିସ୍ଥିତି ସୃଷ୍ଟି କରିପାରନ୍ତି।
କନ୍ୟା
ବିଭିନ୍ନ ଘାତ, ପ୍ରତିଘାତ ମଧ୍ୟରେ ଗତି କରିବା କାରଣରୁ ଧୈର୍ଯ୍ୟଚ୍ୟୁତି ଘଟିପାରେ। ନିଜ ପରିସରରେ ପରୋକ୍ଷ ଶତ୍ରୁତା କାରଣରୁ ଟେନ୍‌ସନ ଲାଗିରହିବ। ଭୁଲ୍‌ ବୁଝାମଣା ହେତୁ ଘରୋଇ କଳହକୁ ନେଇ ଅଶାନ୍ତି ଦେଖାଦେଇପାରେ। ଆଜିର ପ୍ରତ୍ୟୁଷ ଯାତ୍ରାରେ ଆଶା ପୂରଣ ହେବ, କିନ୍ତୁ କୌଣସି ଅଜଣା ବ୍ୟକ୍ତି କଳହ କରିପାରନ୍ତି।
ତୁଳା
ତୁଳା
ସମ୍ପର୍କୀୟ ବ୍ୟକ୍ତି ପଛରେ ବିଭିନ୍ନ ଅଶାଳୀନ ମନ୍ତବ୍ୟ ଦେଇପାରନ୍ତି। ଯେତେ ନୀରବ ରହିଲେ ମଧ୍ୟ ପରିବାରରେ ପ୍ରଶଂସା ସୂଚକ ପଦୁଟିଏ ଶୁଣିବାକୁ ମିଳିବ ନାହିଁ। ବ୍ୟବସାୟରେ ଲାଭ କମ୍‌ ମିଳିଲେ ମଧ୍ୟ ଆଗାମୀ କ୍ଷେତ୍ର ପ୍ରସ୍ତୁତ ହୋଇ ରହିବ। ଉପରିସ୍ଥଙ୍କ ଆଦେଶାନୁସାରେ ଦୂରସ୍ଥାନକୁ ଯିବା ପାଇଁ ବାଧ୍ୟ ହେବେ।
ବିଛା
ବିଛା
କୌଣସି ଗୁରୁତ୍ୱପୂର୍ଣ୍ଣ କାମ ସକାଶେ ବନ୍ଧୁଙ୍କ ସହଯୋଗ ଆଶା କରିବେ। ପରୋକ୍ଷ ଶତ୍ରୁତା କରୁଥିବା ବ୍ୟକ୍ତିଙ୍କ ନିକଟରୁ ଦୂରେଇ ରହିବା ଭଲ। ଅସଂଗତି ନିରାକରଣ କ୍ଷେତ୍ରରେ ଉଚ୍ଚ ପଦାଧିକାରୀ ସହଯୋଗ କରିବାର ପ୍ରତିଶ୍ରୁତି ଦେବେ। ବାଣିଜ୍ୟ, ବ୍ୟବସାୟ, ପରିବହନ, ରାଜନୀତି, ସାହିତ୍ୟ, ସାମ୍ବାଦିକତା କ୍ଷେତ୍ରରୁ ଶୁଭଫଳ ମିଳିବ।
ଧନୁ
ଧନୁ
ଛୋଟ କଥାକୁ କେନ୍ଦ୍ରକରି ପରିବାରରେ ବିବାଦୀୟ ପରିସ୍ଥିତି ସୃଷ୍ଟି କରିପାରନ୍ତି। ଯୋଜନାରମ୍ଭ ସକାଶେ ସମ୍ପର୍କୀୟଙ୍କ ସାହାଯ୍ୟ ଅବଶ୍ୟ ମିଳିବ। ପରିବାରରେ ମନ ଭୁଲାଣିଆ କଥା କହି ପରିସ୍ଥିତିକୁ ସମ୍ଭାଳି ନେବେ। ମଙ୍ଗଳୋସତ୍ବ କାର୍ଯ୍ୟ ସମ୍ପନ୍ନ କରିବା ପାଇଁ ବନ୍ଧୁଙ୍କ ସହ ଆଲୋଚନା କଲେ ଉପକୃତ ହୋଇପାରନ୍ତିି।
ମକର
ମକର
ଆନୁଷଙ୍ଗିକ ସାହାଯ୍ୟ, ସହଯୋଗ ଲାଭକରି କର୍ମକ୍ଷେତ୍ରରେ ଆଶାନୁରୂପକ ସଫଳତା ହାସଲ କରିବେ। ସାମାନ୍ୟ କଥାରେ ସ୍ତ୍ରୀଙ୍କ ସହ ମତପାର୍ଥକ୍ୟ ଦେଖାଦେଇପାରେ। ବ୍ୟବସାୟ ଓ ବାଣିଜ୍ୟ ପାଇଁ ପ୍ରତିବନ୍ଧକର ସାମ୍‌ନା କରିବାକୁ ପଡିବ। ଅର୍ଥସଙ୍କଟ ଲାଗି ରହିଲେ ମଧ୍ୟ କୈାଣସି କାମ ଅଟକି ରହିବ ନାହିଁ।
କୁମ୍ଭ
କୁମ୍ଭ
ସାଧାରଣ କଥାକୁ ବଡ ଆକାରରେ ଚିନ୍ତା କରି ଅଯଥା ଟେନ୍‌ସନ ଭିତରକୁ ଟାଣି ହେବେ। ପରିବାରରେ ଆପଣ ସରଳତା ପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ଫେରିବା ରାସ୍ତାରେ ଅପରିଚିତ ବ୍ୟକ୍ତି ଜଣକ ସକାଶେ ବ୍ୟସ୍ତତା ବୃଦ୍ଧି ପାଇବ। କଳା, ସାହିତ୍ୟ, ଏଜେନ୍ସି ଓ ସାମ୍ବାଦିକତାରେ ପ୍ରଶଂସିତ ହୋଇପାରନ୍ତି।
ମୀନମୀନ

ପରିବାର ସଦସ୍ୟଙ୍କର ଯେତେପ୍ରକାର ମନ ଧରି କାମ କଲେ ମଧ୍ୟ ସେମାନଙ୍କୁ ପୂର୍ଣ୍ଣମାତ୍ରାରେ ସନ୍ତୁଷ୍ଟ କରିପାରିବେ ନାହିଁ। କର୍ମକ୍ଷେତ୍ରରେ ମିଥ୍ୟାଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି। ଉତ୍ତମ ବୁଝାମଣା ଓ ଆପୋସ ମିଳାମିଶାରୁ ଆନୁଷ୍ଠାନିକ ସମସ୍ୟାର ସମାଧାନ ଘଟିବ। ଆଶା କରିଥିବା ଦିଗରୁ ଅର୍ଥ ଲାଭ ସକାଶେ ବନ୍ଧୁଙ୍କ ପରାମର୍ଶ କାମକୁ ଆସିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ଡିସେମ୍ବର ୧୭ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ କୋଣ ସ୍ଥାନରେ ବୃହସ୍ପତି ଅବସ୍ଥାନ କରୁଥିବାରୁ ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ନୂଆ ଯୋଜନା ସକାଶେ ମନ...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୧୬ ତାରିଖ – Daily Horoscope

ମେଷ ଆଜିର ସପ୍ତମ ଚନ୍ଦ୍ର ପ୍ରଭାବରେ ବନ୍ଧୁଙ୍କ ସହ ଯାତ୍ରାରମ୍ଭ କରି ଖୁସି ମନେଇବେ। ଅର୍ଥ ଲାଭ, ଶାରୀରିକ ସୁସ୍ଥତା, ବନ୍ଧୁଙ୍କ ପରାମର୍ଶ କାମକୁ ଆସିବ।...

ରାଶିଫଳ: ସୋମବାର , ଡିସେମ୍ବର ୧୫ ତାରିଖ – Daily Horoscope

ମେଷ ଆଜିର ସପ୍ତମସ୍ଥ ଚନ୍ଦ୍ର ଏବଂ ଉଚ୍ଚାରୋହୀ ରାଶ୍ୟାଧିପତିଙ୍କ କାରଣରୁ ପ୍ରତ୍ୟେକ କାର୍ଯ୍ୟରେ ସଫଳତା ପାଇବେ। କେତୁଙ୍କ କୁପ୍ରଭାବରୁ ସନ୍ତାନ ହେତୁକ ସମସ୍ୟା ବିବ୍ରତ କରିପାରେ।...

ରାଶିଫଳ: ରବିବାର, ଡିସେମ୍ବର ୧୪ ତାରିଖ – Daily Horoscope

ମେଷ ସମ୍ମୁଖରେ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ କଥା କହୁଥିବାର ଶୁଣିବାକୁ ପାଇବେ। ଯେଉଁଥିପାଇଁ ଚିନ୍ତିତ ରହିଥିଲେ, ଆଜି ତାହା ପଡ଼ୋଶୀଙ୍କ ମାଧ୍ୟମରେ ପାଇପାରିବେ।...

ରାଶିଫଳ: ଶନିବାର, ଡିସେମ୍ବର ୧୩ ତାରିଖ – Daily Horoscope

ମେଷ ଶୁଭଚନ୍ଦ୍ର ପ୍ରଭାବରେ ନୂତନ ଆନନ୍ଦ, ଉତ୍ସାହ ଓ ଉଦ୍ଦୀପନାର ସହ ଦିନଟି ଉପଭୋଗ୍ୟ ରହିବ। ଶତ୍ରୁକ୍ଷେତ୍ରସ୍ଥ ଚନ୍ଦ୍ରଙ୍କ ଯୋଗୁ ପାରିବାରିକ ଓ କର୍ମ କ୍ଷେତ୍ରର...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୧୨ ତାରିଖ – Daily Horoscope

ମେଷ ହାତକୁ ନେଇଥିବା କାମଟି ସମ୍ପନ୍ନ କରିବାରେ ବିଶେଷ ଅସୁବିଧା ରହିବ ନାହିଁ। ଶୁକ୍ରଙ୍କ ପ୍ରଭାବରୁ ଅର୍ଥ ଓ ବିଳାସପୂର୍ଣ୍ଣ ଦ୍ରବ୍ୟ ପ୍ରତି ଆଗ୍ରହୀ ହେବେ।...

ରାଶିଫଳ: ଗୁରୁବାର, ଡିସେମ୍ବର ୧୧ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଅସମ୍ପୂର୍ଣ୍ଣ କାମକୁ ନେଇ ମାନସିକ ଉଦ୍‌ବେଗ ବୃଦ୍ଧି ପାଇବ। ଅର୍ଥର ଅଭାବ ପୂରଣ ଦିଗରେ ବନ୍ଧୁଙ୍କ ସାହାଯ୍ୟ କାମକୁ ତ୍ୱରାନ୍ବିତ କରିବ। ଆଲୋଚନା...

ରାଶିଫଳ: ବୁଧବାର, ଡିସେମ୍ବର ୧୦ ତାରିଖ – Daily Horoscope

ମେଷ ଆଜି ପାପଯୁକ୍ତ ଚନ୍ଦ୍ର କୋଣସ୍ଥାନରେ ରହିଥିବାରୁ ସନ୍ତାନଙ୍କ ସମସ୍ୟା ଦୁଶ୍ଚିନ୍ତାର କାରଣ ହେବ। ସ୍ବାସ୍ଥ୍ୟ ସମସ୍ୟା ସୁଧୁରିଯିବାରୁ ଆଶ୍ୱସ୍ତି ଲାଭ କରିବେ। ଜଳ, ତୈଳ,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri