ନେଇପାରିଲେନି ନିଶ୍ୱାସ, ସୁପରଷ୍ଟାର ମୋହନଲାଲ ହସ୍‌ପିଟାଲ୍‌ରେ ଭର୍ତ୍ତି

ନୂଆଦିଲ୍ଲୀ,୧୮।୮: ସୁପରଷ୍ଟାର ମୋହନଲାଲଙ୍କୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି। ମୋହନଲାଲଙ୍କ ସ୍ୱାସ୍ଥ୍ୟ ବିଗିଡ଼ିଯିବାରୁ ତାଙ୍କୁ ହସ୍‌ପିଟାଲ୍‌ରେ ଭର୍ତ୍ତି କରାଯାଇଛି। ଅଭିନେତାଙ୍କ ସ୍ୱାସ୍ଥ୍ୟ ଅବସ୍ଥାକୁ ନେଇ ମେଡିକାଲ ପକ୍ଷରୁ ମଧ୍ୟ ଅଫିସିଆଲ ବିବୃତି ଜାରି କରାଯାଇଛି, ଯେଉଁଥିରେ ତାଙ୍କର ସ୍ୱାସ୍ଥ୍ୟବସ୍ଥା ସମ୍ପର୍କରେ ସୂଚନା ଦିଆଯାଇଛି। ମୋହନଲାଲ ହସ୍‌ପିଟାଲ୍‌ରେ ଭର୍ତ୍ତି ହେବା ଖବର ଶୁଣି ତାଙ୍କର ପ୍ରଶଂସକ ମାନେ ଚିନ୍ତାରେ ପଡି ଯାଇଛନ୍ତି।

ମୋହନଲାଲ ମାଲାୟାଲମ୍ ଚଳଚ୍ଚିତ୍ରର ଜଣେ ଜଣାଶୁଣା ଅଭିନେତା। ଏବେ ତାଙ୍କ ସ୍ୱାସ୍ଥ୍ୟ ସମ୍ବନ୍ଧରେ ବିବ୍ରତିକର ଖବର ସାମ୍ନାକୁ ଆସିଛି। ଅତ୍ୟଧିକ ଜ୍ୱର ଏବଂ ଶ୍ୱାସ ନେବାରେ ଅସୁବିଧା ହେଉଥିବା ଅଭିଯୋଗ ହେବା ପରେ ତାଙ୍କୁ କୋଚି ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଡାକ୍ତରଙ୍କ ଦଳ ତାଙ୍କ ଟର୍ଟମେଣ୍ଟରେ ନିୟୋଜିତ ଅଛନ୍ତି। ତାଙ୍କୁ କିଛି ଔଷଧ ଦିଆଯାଇଛି। ଏହା ବ୍ୟତୀତ ଅଭିନେତାଙ୍କୁ ପାଞ୍ଚ ଦିନ ସର୍ବସାଧାରଣ ସ୍ଥାନକୁ ଯିବାକୁ ବାରଣ କରାଯାଇଛି।

ଅଫିସିଆଲ ବିବୃତି ଅନୁଯାୟୀ ଏହି ଅଭିନେତା ଭାଇରାଲ ସଂକ୍ରମଣରେ ପୀଡିତ। ସେ ମାୟାଲଜିଆ (ମାଂସପେଶୀ ଯନ୍ତ୍ରଣା) ବିଷୟରେ ଅଭିଯୋଗ କରୁଥିଲେ। ଏହି କାରଣରୁ ତାଙ୍କୁ ତୁରନ୍ତ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ମୋହନଲାଲଙ୍କ ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ଏହି ବିବୃତ୍ତିକୁ ଇଣ୍ଡଷ୍ଟ୍ରି ଟ୍ରାକର ଶ୍ରୀଧର ପିଲ୍ଲାଇ ସେୟାର କରିଛନ୍ତି। ପାଞ୍ଚ ଦିନ ପାଇଁ ସମ୍ପୂର୍ଣ୍ଣ ବିଶ୍ରାମ ନେବାକୁ ଡାକ୍ତରମାନେ ପରାମର୍ଶ ଦେଇଛନ୍ତି। ଅଭିନେତାଙ୍କୁ ମଧ୍ୟ ଜନଗହଳିପୂର୍ଣ୍ଣ ସ୍ଥାନଠାରୁ ଦୂରରେ ରହିବାକୁ ପଡିବ। ମୋହନଲାଲଙ୍କ ବିଷୟରେ ଜାଣିବା ପରେ ତାଙ୍କ ପ୍ରଶଂସକମାନେ ଶୀଘ୍ର ସୁସ୍ଥ ହେବା ପାଇଁ ପ୍ରାର୍ଥନା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

ମୋଦିଙ୍କ ଘୋଷଣା ଶୁଣି ଟ୍ରମ୍ପ ଛାନିଆ! କହିଦେଲେ…

ନୂଆଦିଲ୍ଲୀ,୫।୧୨:ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଭାରତ ଗସ୍ତରେ ଅଛନ୍ତି। ଆଜି ତାଙ୍କ ଗସ୍ତର ଦ୍ୱିତୀୟ ଦିନ। ଗୁରୁବାର ରାତିରେ ଭାରତରେ ପହଞ୍ଚିଥିବା ପୁଟିନ ମହାତ୍ମା ଗାନ୍ଧୀଙ୍କ...

ଅମ୍ଳଯୁକ୍ତ ମାଟିକୁ କିପରି କରିବେ ଉର୍ବର, କେମିତି ବଢ଼ିବ ଉତ୍ପାଦନ

ଭଞ୍ଜନଗର,୫।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ବିଶ୍ବ ମୂର୍ତ୍ତିକା ଦିବସ ପାଳିତ ହୋଇଯାଇଛି। ରାଜ୍ୟରେ ୬୫ ପ୍ରତିଶତ ଚାଷ ଜମି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri