ଇନ୍‌ଷ୍ଟାଗ୍ରାମ୍‌ରେ ମୋଦିଙ୍କୁ ପଛରେ ପକାଇଲେ ଶ୍ରଦ୍ଧା

ଭୁବନେଶ୍ୱର,୨୨ା୮ (ଶର୍ମିଷ୍ଠା ପାଣିଗ୍ରାହୀ): ବଲିଉଡ୍‌ ଅଭିନେତ୍ରୀ ଶ୍ରଦ୍ଧା କପୁର ତାଙ୍କ ହରର ଓ କମେଡି ଫିଲ୍ମ ‘ସ୍ତ୍ରୀ-୨’ର ସଫଳତାକୁ ନେଇ ବେଶ୍‌ ଚର୍ଚ୍ଚାରେ। ଏହି ଚଳଚ୍ଚିତ୍ରଟି ଅଗଷ୍ଟ ୧୫ରେ ମୁକ୍ତିଲାଭ କରିଛି। ବୁଧବାର ଫିଲ୍ମ ଏହାର ପ୍ରଥମ ସପ୍ତାହ ଶେଷ କରିବାକୁ ଯାଉଛି। ଏହି ଫିଲ୍ମ ଘରୋଇ ବକ୍ସ ଅଫିସରେ ୬ ଦିନରେ ୨୫୦ କୋଟି ଟଙ୍କା ଆୟ କରିଛି। ସ୍ତ୍ରୀ-୨ର ସଫଳତା ସହିତ ଶ୍ରଦ୍ଧା କପୁରଙ୍କ ଲୋକପ୍ରିୟତା ଆହୁରି ବଢିବାରେ ଲାଗିଛି। ସୋସିଆଲ ମିଡିଆରେ ଅଭିନେତ୍ରୀଙ୍କ ଫଲୋୟର୍ସ ସଂଖ୍ୟା ଏତେ ବୃଦ୍ଧି ପାଇଛି ଯେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବି ପଛରେ ରହିଯାଇଛନ୍ତି। ସ୍ତ୍ରୀ- ୨ର ସଫଳତା ପାଇଁ ବୁଧବାର ସନ୍ଧ୍ୟାସୁଦ୍ଧା ଶ୍ରଦ୍ଧା କପୁର ନିଜ ଇନ୍‌ଷ୍ଟାଗ୍ରାମରେ ୯୧.୫ ମିଲିୟନ ଫଲୋୟର୍ସ ପାଇଥିବାବେଳେ ପ୍ରଧାନମନ୍ତ୍ରୀ ମୋଦିଙ୍କର ୯୧.୩ ମିଲିୟନ ଫଲୋୟର୍ସ ରହିଥିବା ଜଣାପଡିଛି। ତେବେ ଅଭିନେତ୍ରୀଙ୍କ ମଧ୍ୟରେ ପ୍ରିୟଙ୍କା ଚୋପ୍ରାଙ୍କର ଇନ୍‌ଷ୍ଟାଗ୍ରାମରେ ସର୍ବାଧିକ ୯୧.୮ ମିଲିୟନ ଫଲୋୟର୍ସ ଅଛନ୍ତି। ତାଙ୍କ ତଳକୁ ଶ୍ରଦ୍ଧା କପୁରଙ୍କର ୯୧.୫ ମିଲିୟନ ଓ ନରେନ୍ଦ୍ର ମୋଦିଙ୍କର ୯୧.୩ ମିଲିୟନ ଫଲୋୟର୍ସ ରହିଛନ୍ତି। ଅନ୍ୟପଟେ କ୍ରିକେଟର ବିରାଟ କୋହଲିଙ୍କର ଭାରତରେ ସର୍ବାଧିକ ୨୭୦ ମିଲିୟନ ଫଲୋୟର୍ସ ଥିବାବେଳେ ଫୁଟବଲ ଖେଳାଳି କ୍ରିଷ୍ଟିଆନୋ ରୋନାଲ୍ଡୋଙ୍କର ବିଶ୍ୱରେ ସର୍ବାଧିକ ୬୩୬ ମିଲିୟନ ଫଲୋୟର୍ସ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

ମୋଦିଙ୍କ ଘୋଷଣା ଶୁଣି ଟ୍ରମ୍ପ ଛାନିଆ! କହିଦେଲେ…

ନୂଆଦିଲ୍ଲୀ,୫।୧୨:ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଭାରତ ଗସ୍ତରେ ଅଛନ୍ତି। ଆଜି ତାଙ୍କ ଗସ୍ତର ଦ୍ୱିତୀୟ ଦିନ। ଗୁରୁବାର ରାତିରେ ଭାରତରେ ପହଞ୍ଚିଥିବା ପୁଟିନ ମହାତ୍ମା ଗାନ୍ଧୀଙ୍କ...

ଅମ୍ଳଯୁକ୍ତ ମାଟିକୁ କିପରି କରିବେ ଉର୍ବର, କେମିତି ବଢ଼ିବ ଉତ୍ପାଦନ

ଭଞ୍ଜନଗର,୫।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ବିଶ୍ବ ମୂର୍ତ୍ତିକା ଦିବସ ପାଳିତ ହୋଇଯାଇଛି। ରାଜ୍ୟରେ ୬୫ ପ୍ରତିଶତ ଚାଷ ଜମି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri