ମଦ ମୃତ୍ୟୁର ଅନୁଧ୍ୟାନ କରିବ ବିଜେଡି ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍‌

ଭୁବନେଶ୍ୱର,୨୨।୮(ଅନିଲ ଦାସ): ଭାଜପା ସରକାର ଦାୟିତ୍ୱ ନେବାର ୧୦୦ ଦିନ ନ ପୂରୁଣୁ ଅପମିଶ୍ରିତ ମଦ ପିଇ ଗଞ୍ଜାମ ଜିଲା ଅନ୍ତର୍ଗତ ଚିକିଟିଠାରେ ୨ ଜଣଙ୍କ ମୃତ୍ୟୁ ହୋଇଛି । ଅନେକ ଲୋକ ମୃତ୍ୟୁ ସହ ସଂଗ୍ରାମ କରୁଛନ୍ତି।
ଏହି ଘଟଣାକୁ ନେଇ ବିଜେଡି ବିଧାନସଭାରେ ପ୍ରଶ୍ନ ଉଠାଇଛି। ବିଜେଡି ସଭାପତି ନବୀନ ପଟ୍ଟନାୟକ ଏହି ମଦ ମୃତ୍ୟୁ ଘଟଣାର ଅନୁଧ୍ୟାନ ପାଇଁ ପୂର୍ବତନ ମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କ ନେତୃତ୍ୱରେ ଏକ ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍‌ ଗଠନ କରିଛନ୍ତି। ଏହି ଟିମ୍‌ରେ ପୂଜାରୀଙ୍କ ସହ ପୂର୍ବତନ ମନ୍ତ୍ରୀ ଉଷା ଦେବୀ, ପୂର୍ବତନ ବିଧାୟକ ଡା. ରମେଶ ଚନ୍ଦ୍ର ଚ୍ୟାଉପଟ୍ଟନାୟକ ଏବଂ ବିକ୍ରମ କୁମାର ପଣ୍ଡା ରହିଛନ୍ତି। ଏହି ଟିମ୍‌ ଗୁରୁବାର ଘଟଣାସ୍ଥଳକୁ ଯାଇ ସ୍ଥିତି ଅନୁଧ୍ୟାନ କରିବା ସହ ସଭାପତିଙ୍କୁ ମଦ ମୃତ୍ୟୁ ଘଟଣାର ବିସ୍ତୃତ ବିବରଣୀ ପ୍ରଦାନ କରିବେ ା
ଶଙ୍ଖ ଭବନଠାରେ ବୁଧବାର ଆୟୋଜିତ ଖବରଦାତା ସମ୍ମିଳନୀରେ ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ଗଣମାଧ୍ୟମ ସଂଯୋଜକ ପ୍ରତାପ ଜେନା ଏହି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆବର୍ଷରେ IAS ସ୍ତରରେ ବଡ଼ଧରଣ ଅଦଳବଦଳ, ବଦଳାଇଲେ ଏହି ଜିଲାପାଳ

ଭୁବନେଶ୍ୱର,୧।୧: ନୂଆବର୍ଷର ପ୍ରଥମ ଦିନରେ ରାଜ୍ୟ ପ୍ରଶାସନିକ ସ୍ତରରେ ଏକ ବଡ଼ଧରଣର ଅଦଳବଦଳ କରାଯାଇଛି। ବରିଷ୍ଠ IAS ଅଧିକାରୀମାନଙ୍କୁ ନୂତନ ଦାୟିତ୍ୱ ପ୍ରଦାନ କରିଛନ୍ତି ରାଜ୍ୟ...

ଆରଡିସିଙ୍କ ଘୋଷଣା: ୫ତାରିଖ ବରଗଡ଼ ଉପଖଣ୍ଡରେ…

ମଥୁରାନଗରୀ,୧।୧(ପ୍ରେମାନନ୍ଦ ଖମାରୀ)- ବରଗଡ଼ରେ ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଚାଲିଛି। ଏହି ମହୋତ୍ସବ ଆସନ୍ତା ୩ତାରିଖ ଶନିବାର କଂସବଧ ସହିତ ସରିବ। ତିଥି...

ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ

ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...

ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ

ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...

ଜାନୁଆରୀ ୨୦୨୬ରେ କ’ଣ କରିବେ ଏବଂ କ’ଣ ନ କରିବେ; ରାଶି ଅନୁସାରେ ଜାଣନ୍ତୁ…

ନୂଆବର୍ଷ ୨୦୨୬ ଆରମ୍ଭ ହୋଇସାରିଛି ଏବଂ ଜାନୁଆରି ମାସ ସବୁ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ସନ୍ଦେଶ ଆଣିଛି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଏହି ମାସରେ ଗ୍ରହମାନଙ୍କ...

ନାତୁଣୀଙ୍କୁ ଦୁର୍ବ୍ୟବହାର, ପ୍ରତିବାଦ କରିବାରୁ ଗାଁ ଦାଣ୍ଡରେ ବୃଦ୍ଧଙ୍କୁ ପିଟି ପିଟି ହତ୍ୟା; ମୃତଦେହ…

ଦିଗପହଣ୍ଡି,୧।୧(ଅଶେଷ ନାଥ ମିଶ୍ର): ନୂଆବର୍ଷରେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷା ନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମରେ ଜଣେ ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ ଗୁରୁବାର ସକାଳ...

ଫେବୃଆରୀ ୧ରୁ FASTag ନିୟମରେ ହେବ ବଡ଼ ପରିବର୍ତ୍ତନ

ନୂଆଦିଲ୍ଲୀ,୧।୧: କେନ୍ଦ୍ର ସରକାର FASTag ନିୟମରେ ବଡ଼ ପରିବର୍ତ୍ତନ କରିବାକୁ ଯାଉଛନ୍ତି। ଏହା ଅଧୀନରେ, ଗାଡ଼ି ମାଲିକଙ୍କୁ FASTag ପାଇବା ପାଇଁ ଆଉ KYC ପୂରଣ...

ସାବରିମାଲା ଦୁର୍ନୀତିର ବଡ଼ ପର୍ଦ୍ଦାଫାଶ

କୋଚି,୧ା୧: କେରଳ ହାଇକୋର୍ଟଙ୍କ ତରଫରୁ ସାବରିମାଲା ମନ୍ଦିରର ସୁନା ଚୋରି ଘଟଣାର ତଦନ୍ତ ଆରମ୍ଭ କରିଥିବା ସ୍ୱତନ୍ତ୍ର ତଦନ୍ତକାରୀ ଟିମ୍‌ (ଏସ୍‌ଆଇଟି) ମନ୍ଦିର ଗର୍ଭଗୃହର ଦ୍ୱରାପାଳକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri