ରେଞ୍ଜରଙ୍କ ଟଏଲେଟ୍‌ ଫ୍ଲସ୍‌ରୁ ମିଳିଲା ବିଡ଼ାବିଡ଼ା ଟଙ୍କା, ଭିଡିଓ ଦେଖିଲେ…

ଢେଙ୍କାନାଳ,୨୨ା୮: ଢେଙ୍କାନାଳ ସଦର ରେଞ୍ଜର ବିଭୂଦାନନ୍ଦ ମିଶ୍ରଙ୍କ ଘରେ ଗୁରୁବାର ଚଢ଼ାଉ କରାଯାଇଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏକକାଳୀନ ୮ଟି ସ୍ଥାନରେ ଚଢ଼ାଉ ଚାଲିଥିବା ବେଳେ ତାଙ୍କ ଟଏଲେଟ୍‌ ଫ୍ଲସ ଟାଙ୍କିରୁ ବିଡ଼ାବିଡ଼ା ଟଙ୍କା ମିଳିଛି। ଭିଜିଲାନ୍ସକୁ ଦେଖି ବିଭିନ୍ନ ସ୍ଥାନରେ ଟଙ୍କା ଲୁଚାଇବାକୁ ବିଭୂଦାନନ୍ଦ ଉଦ୍ୟମ କରିଥିଲେ।

ଏହି ଚଢ଼ାଉରେ ଓଡ଼ିଶା ଭିଜିଲାନ୍ସର ୭ ଜଣ ଡିଏସ୍‌ପି, ଜଣେ ଆସିଷ୍ଟାଣ୍ଟ କମାଣ୍ଡାଣ୍ଟ୍‌, ୬ ଇନ୍ସପେକ୍ଟର, ୬ ଏଏସ୍‌ଆଇ, ଅନ୍ୟ ଅଧିକାରୀମାନେ ସାମିଲ ଅଛନ୍ତି। କଟକ ସ୍ବତନ୍ତ୍ର ଜଜ୍‌ ଭିଜିଲାନ୍ସଙ୍କ ସର୍ଚ୍ଚ ୱାରେଣ୍ଟ ଆଧାରରେ ଏହି ଚଢ଼ାଉ ଚାଲିଛି। ଢେଙ୍କାନାଳ ସହର ରତନ ବଜାରଠାରେ ପ୍ଲଟ୍‌ ନମ୍ବର ୩୧୬/୬୦୩୪ରେ ଥିବା ୩ ମହଲା ଘର ଓ ପ୍ଲଟ୍‌ ନମ୍ବର ୩୧୬ / ୬୫୪୦/ ୧୦୬୩୮ରେ ଥିବା ୨ ମହଲା ଘର, କଟକ ଜିଲା ଆଠଗଡ଼ ଥାନା ଅନ୍ତର୍ଗତ ରାହାଁଗୋଳଠାରେ ଥିବା ଫାର୍ମ ହାଉସ, ଭୁବନେଶ୍ୱର ରସୁଲଗଡ଼ସ୍ଥିତ ବ୍ରିନ୍ଦା ବସେରା ଜିଜିପି କଲୋନୀଠାରେ ଥିବା ୨୦୧ ନମ୍ବର ଫ୍ଲାଟ୍‌, ଆଠଗଡ଼ ବୀରକିଶୋରପୁର ଠାରେ ଥିବା ପୈତୃକ ଘର, ଢେଙ୍କାନାଳ ସହରରେ ଥିବା ସମ୍ପର୍କୀୟଙ୍କ ଘର, ତେଙ୍କାନାଳଠାରେ ଥିବା ତାଙ୍କର ସରକାରୀ ବାସଭବନ ଉପରେ ଚଢ଼ାଉ ଜାରି ରହିଛି। ଚଢ଼ାଉ ଜାରି ରହିଥିବାରୁ ସମ୍ପତ୍ତିର ଆକଳନ କରାଯାଇନାହିଁ। ଚଢ଼ାଉ ସରିବା ପରେ ଏହା ଜଣାପଡ଼ିବ ବୋଲି ଜନୈକ ଭିଜିଲାନ୍ସ ଅଧିକାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଆ ଅଘଟଣ: ୨୫ ମୃତକଙ୍କ ମିଳିଲା ପରିଚୟ

ପଣଜୀ,୮ା୧୨(ପି.ଟି/ଏଜେନ୍ସି):ଗୋଆ ରାଜଧାନୀ ପଣଜୀରୁ ୨୫ କି.ମି. ଦୂରରେ ‘ବର୍ଚ ବାଇ ରୋମିଓ ଲେନ୍‌’ ନାଇଟ୍‌ କ୍ଲବ୍‌ ଅବସ୍ଥିତ। ବେଆଇନ ଭାବେ ନିର୍ମିତ ଏହି କ୍ଲ୍‌ବ୍‌କୁ ଭାଙ୍ଗିବା...

ଓଲଟିଲା ପିଡିଏସ୍‌ ଚାଉଳ ବୋଝେଇ ଟ୍ରକ୍‌

ଥୁଆମୂଳ ରାମପୁର,୮ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ସିଲେଟ ଗ୍ରାମ ପଞ୍ଚାୟତରେ ଏକ୍‌ ପିଡିଏସ୍‌ ଚାଉଳ ବୋଝେଇ ଟ୍ରକ୍‌ ଭାରସାମ୍ୟ ହରାଇ...

ଶୀତୁଆ ରାତିରେ ଶିକ୍ଷକଙ୍କ ଆନ୍ଦୋଳନ: ସରକାର ଦେଲେ ଏମିତି ପ୍ରତିଶ୍ରୁତି

ଭୁବନେଶ୍ୱର, ୮।୧୨(ରବିନାରାୟଣ ଜେନା):ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକମାନଙ୍କ ରଣହୁଙ୍କାରକୁ ରାଜ୍ୟ ସରକାର ଗୁରୁତ୍ୱର ସହ ଗ୍ରହଣ କରିଛନ୍ତି। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଏବଂ ଉଚ୍ଚଶିକ୍ଷା ବିଭାଗ...

ଏଇ ଭାରତରେ

ବାହାରେ କିମ୍ବା ଘରେ ଅଦରକାରୀ ଜିନିଷ ଠୁଳ ହୋଇ ରହିବା ପ୍ରଦୂଷଣର କାରଣ ପାଲଟୁଛି। ପ୍ରଦୂଷଣ ହ୍ରାସ କରିବା ସକାଶେ ରିସାଇକ୍ଲିଂ ପଦ୍ଧତିରେ ଏଗୁଡ଼ିକର ପୁନଃ...

ପୁଟିନଙ୍କ ପରେ ଭାରତ ଆସିପାରନ୍ତି ଜେଲେନ୍‌ସ୍କି

ନୂଆଦିଲ୍ଲୀ,୮ା୧୨:ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ୨୦୨୬ ଜାନୁଆରୀରେ ଭାରତ ଆସିପାରନ୍ତି। ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ଙ୍କ ଗସ୍ତ ପରେ ନୂଆଦିଲ୍ଲୀ ପକ୍ଷରୁ କୂଟନୈତିକ ସନ୍ତୁଳନ ଉଦ୍ୟମ...

କଚ୍ଛପ ଗତି

କୌଣସି କାର୍ଯ୍ୟ ସମ୍ପାଦନରେ ଉଛୁର ହେଲେ, ଲକ୍ଷ୍ୟ ହାସଲରେ ଡେରି ହେଲେ କିମା ନିର୍ଦ୍ଦିଷ୍ଟ ସ୍ଥାନରେ ପହଞ୍ଚିବା ପାଇଁ ବିଳମ୍ବ ଘଟିଲେ ବିଳମ୍ବର କାରଣକୁ କଚ୍ଛପର...

ବାଘ ଆତଙ୍କ ଯୋଗୁ ୫୫ ସ୍କୁଲ ବନ୍ଦ: ଜାଣନ୍ତୁ କେଉଁଠି

ଡେରାଡୁନ୍‌,୮ା୧୨:ଉତ୍ତରାଖଣ୍ଡର ପୌରି ଜିଲାରେ କଲରାପତରିଆ ବାଘ ଆତଙ୍କ ଯୋଗୁ ୫୫ ସ୍କୁଲକୁ ସାମୟିକ ଭାବେ ବନ୍ଦ କରିଦିଆଯାଇଛି। ଉକ୍ତ ସ୍କୁଲଗୁଡ଼ିକର ପିଲାମାନଙ୍କୁ ଅନ୍‌ଲାଇନ ମୋଡ୍‌ରେ ପାଠପଢ଼ା...

ପୁଟିନ୍‌ଙ୍କ ଭାରତ ଗସ୍ତ ଅନ୍ତରାଳେ

ଭାରତକୁ ଆମେରିକା ନାଲିଆଖି ଦେଖାଇ ଟାରିଫ ବୃଦ୍ଧି କରିଛି। ଏହାସହ ଭାରତ-ରଷିଆ ସମ୍ପର୍କକୁ ନେଇ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଘୋର ଅସନ୍ତୁଷ୍ଟ। ଏଭଳି ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri