ଚିକିଟି ମଦମୃତ୍ୟୁ: ଆର୍‌ଡିସି ତଦନ୍ତ ନିର୍ଦ୍ଦେଶ

ଭୁବନେଶ୍ୱର,୨୩ା୮(ଅନିଲ ଦାସ): ଗଞ୍ଜାମ ଜିଲା ଚିକିଟି ମଦମୃତ୍ୟୁ ଘଟଣାରେ ଆର୍‌ଡିସି ସ୍ତରୀୟ ତଦନ୍ତ ପାଇଁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି। ଗଣମାଧ୍ୟମକୁ ସୂଚନା ଦେଇ ଗୁରୁବାର ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି, ଚିକିଟି ମଦମୃତ୍ୟୁ ଘଟଣାରେ ଆର୍‌ଡିସି ସ୍ତରୀୟ ତଦନ୍ତ ପାଇଁ ସରକାର ନିର୍ଦ୍ଦେଶ ଦେଇଛନ୍ତି। ଦିନେ ଦୁଇଦିନ ଭିତରେ ତଦନ୍ତ ଆରମ୍ଭ ହେବ। ଏ ନେଇ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ନେବେ। ଆର୍‌ଡିସି ତଦନ୍ତର ରିପୋର୍ଟ ୨ ମାସ ମଧ୍ୟରେ ଆସିବ। ଏହି ରିପୋର୍ଟ ଆସିବା ପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ସରକାର ଏହି ଘଟଣାକୁ ନେଇ କଠୋର ଅଛନ୍ତି ଓ ନିଷ୍ପତ୍ତି ନେଉଛନ୍ତି ବୋଲି ମନ୍ତ୍ରୀ କହିଛନ୍ତି।
ଗତ ୨୦ ତାରିଖରୁ ରାଜ୍ୟର ବିଭିନ୍ନ ସ୍ଥାନରେ ଚଢ଼ାଉ ଜାରି ରହିଛି। ୨୧୭ ବେଆଇନ ମଦଭାଟି ଚିହ୍ନଟ କରାଯାଇଛି। ବେଆଇନ ମଦଭାଟିକୁ ବୁଲଡୋଜର ସାହାଯ୍ୟରେ ଉଡ଼ାଇ ଦିଆଯିବ। ଆସନ୍ତା ବର୍ଷେ ଭିତରେ ବେଆଇନ ମଦ କାରବାର ବନ୍ଦ କରାଯିବ ବୋଲି ସେ କହିଛନ୍ତି। ଚିକିଟି ମଦମୃତ୍ୟୁ ଘଟଣାରେ କାର୍ଯ୍ୟରେ ଅବହେଳା ପାଇଁ ବ୍ରହ୍ମପୁର ଅବକାରୀ ଅଧୀକ୍ଷକ ପ୍ରଦୀପ ପାଣିଗ୍ରାହୀଙ୍କୁ ଅନ୍ୟତ୍ର ବଦଳି ପାଇଁ ନିର୍ଦ୍ଦେଶ ଦିଆଯାଇଥିବା ବେଳେ ବ୍ରହ୍ମପୁର ଅବକାରୀ ଇନ୍ସପେକ୍ଟର ରମେଶ ଚନ୍ଦ୍ର ମହାନ୍ତି ଓ ଏସ୍‌ଆଇ ପ୍ରସନ୍ନ କୁମାର ଜାଲିଙ୍କୁ ନିଲମ୍ବନ କରାଯାଇଛି ବୋଲି ଆଇନମନ୍ତ୍ରୀ କହିଛନ୍ତି। ସୂଚନାଯୋଗ୍ୟ, ଗତ ୨ ଦିନ ଧରି ଚିକିଟି ମଦମୃତ୍ୟୁ ପ୍ରସଙ୍ଗକୁ ନେଇ ବିଧାନସଭାରେ ପ୍ରବଳ ହଟ୍ଟଗୋଳ ଜାରି ରହିଛି। ଗୁରୁବାର ମୁଖ୍ୟ ବିରୋଧୀ ଦଳ ବିଜେଡି ମଦମୃତ୍ୟୁ ଘଟଣାର ଆର୍‌ଡିସି ସ୍ତରୀୟ ତଦନ୍ତ ଦାବି କରି ପ୍ରବଳ ହଟ୍ଟଗୋଳ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗଙ୍ଗପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା; କଣ୍ଟେନରକୁ ଧକ୍କା ଦେଲା ଥାର୍, ୩ ମୃତ

ଖୋର୍ଦ୍ଧା୨୧।୧: ପୁଣିଥରେ ଦୁର୍ଘଟଣା ଘଟାଇଲା ଥାର୍ । ମଙ୍ଗଳବାର ରାତିରେ ଥାର ଦୁର୍ଘଟଣାରେ ଭୁବନେଶ୍ବରରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଜି ପୁଣି ଖୋର୍ଦ୍ଧା ଦୁର୍ଘଟଣାରେ...

ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି, ରାସ୍ତାରେ ଭାସିଲା ପରେ ଲୋକେ…

ଭୁବନେଶ୍ୱର,୨୧।୧: ରାଜଧାନୀ ଭୁବନେଶ୍ୱର ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି । ତେବେ ଏହି ଅଘଟଣ ପରେ ରାସ୍ତାରେ ତେଲ ଭାସୁଥିବା ଦେଖିଯାଇଛି ।...

ଗ୍ରୀନଲ୍ୟାଣ୍ଡକୁ ପୁଣି ଧମକ ଦେଲେ ଟ୍ରମ୍ପ, ଯଦି ହଁ କରନ୍ତି….

ନୂଆଦିଲ୍ଲୀ,୨୧।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ୱିଜରଲ୍ୟାଣ୍ଡର ଡାଭୋସରେ ବିଶ୍ୱ ଅର୍ଥନୈତିକ ଫୋରମ୍ (WEF)ର ବାର୍ଷିକ ବୈଠକରେ ଭାଷଣ ଦେଇ ତାଙ୍କ ପ୍ରଥମ ବର୍ଷ କାର୍ଯ୍ୟକାଳର...

ପଞ୍ଚାୟତ ନିର୍ବାଚନ ପାଇଁ ବିଜେଡିର ରଣନୀତି: ବିଧାୟକଙ୍କ ସହ ନବୀନଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର,୨୧।୧: ଓଡ଼ିଶାର ଆଗାମୀ ପଞ୍ଚାୟତ ନିର୍ବାଚନ ପାଇଁ ବିଜୁ ଜନତା ଦଳ ପ୍ରସ୍ତୁତି ଜୋରଦାର କରିଛି। ବୁଧବାର ସନ୍ଧ୍ୟାରେ ବିଜେଡି ସୁପ୍ରିମୋ ତଥା ବିରୋଧୀ ଦଳ...

ଜୀବିତ ସତ୍ତ୍ବେ ମୃତ ଦର୍ଶାଇ ଆଧାର ନିଷ୍କ୍ରିୟ: ମଣ୍ଡିରେ ବିକ୍ରି ହୋଇ ପାରିଲାନି ଧାନ, ଘରକୁ ଫେରାଇ…

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା...

୫୬ ହଜାରରୁ ଅଧିକ ପରୀକ୍ଷାର୍ଥୀ ଦେଲେ OSSTET ପରୀକ୍ଷା

ଭୁବନେଶ୍ୱର,୨୧।୧: ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ‘ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା’ (OSSTET) ବୁଧବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟର ମୋଟ ୨୨୭ଟି କେନ୍ଦ୍ରରେ...

ଅନାଥ ସାଜିଲେ ୬ ନିଷ୍ପାପ ଶିଶୁ, ସାହାଯ୍ୟର ହାତ ବଢାଇଲେ ବିଧାୟକ

ଥୁଆମୂଳ ରାମପୁର,୨୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଦୁର୍ଗମ କେରପାଇ ଗ୍ରାମପଞ୍ଚାୟତର ମେଲରଫା ଗ୍ରାମରୁ ଏକ ହୃଦୟ ବିଦାରକ ଦୃଶ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri