ଜାଣନ୍ତୁ କେତେ ବର୍ଷ ପର୍ଯ୍ୟନ୍ତ ମିଳିବ ସୁଭଦ୍ରା ସହାୟତା ରାଶି, ଏମିତି କହିଲେ…

ଭୁବନେଶ୍ୱର,୨୩।୮: ସୁଭଦ୍ରା ଯୋଜନାରେ ମହିଳା ମାନଙ୍କୁ ୫୦ ହଜାର ଟଙ୍କା ଦେବାକୁ ପ୍ରତିଶ୍ରୁତି ରଖିଥିଲା ଭାଜପା। ଏହାକୁ ମୁଦ୍ଦା କରି ନିର୍ବାଚନ ବୈତରଣୀ ମଧ୍ୟ ପାର ହୋଇଥିଲା। ତେବେ ଶୁକ୍ରବାର ସରକାର ଏହି ଯୋଜନାର ଏସ୍‌ଓପି ଆଣିଛନ୍ତି। ଏହି ଯୋଜନା ଅଧୀନରେ ୨୧ରୁ ୬୦ ବର୍ଷର ମହିଳାଙ୍କୁ ଆର୍ଥିକ ସହାୟତା ମିଳିବ। ପ୍ରତିବର୍ଷ ରାକ୍ଷୀ ପୂର୍ଣ୍ଣିମା ଓ ମହିଳା ଦିବସରେ ଏହି ଟଙ୍କା ପ୍ରଦାନ କରାଯିବ। ଏହି ଯୋଜନାରେ ରାଜ୍ୟର ୧ କୋଟିରୁ ଅଧିକ ମହିଳା ଉପକୃତ ହେବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ଅନ୍ୟପକ୍ଷେ, ପ୍ରତିବର୍ଷ ୨ଥର, ୫ ବର୍ଷ ପର୍ଯ୍ୟନ୍ତ ସହାୟତା ରାଶି ଦିଆଯିବ। ଏନେଇ ହିତାଧିକାରୀଙ୍କ ସୁଭଦ୍ରା ଡେବିଟ କାର୍ଡ ପ୍ରଦାନ କରାଯିବ।

ବିଧାନସଭାରେ ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଛନ୍ତି। ଗୃହରେ ‘ସୁଭଦ୍ରା’ ଯୋଜନା ଏସ୍‌ଓପି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ଗତକାଲି କ୍ୟାବିନେଟ୍‌ରେ ଏସ୍‌ଓପି ପାରିତ ହୋଇଥିବା ସେ ସୂଚନା ଦେଇଛନ୍ତି। ଏହି ଯୋଜନା ଅଧୀନରେ ୨୧ରୁ ୬୦ ବର୍ଷର ମହିଳାଙ୍କୁ ଆର୍ଥିକ ସହାୟତା ମିଳିବ।

ଡିବିଟି ମାଧ୍ୟମରେ ୨୧ରୁ ୬୦ ବର୍ଷ ମହିଳାଙ୍କ ଆକାଉଣ୍ଟକୁ ସିଧାସଳଖ ୫ ହଜାର ଟଙ୍କା ପ୍ରଦାନ କରାଯିବ। ପ୍ରତିବର୍ଷ ରାକ୍ଷୀ ପୂର୍ଣ୍ଣିମା ଓ ମହିଳା ଦିବସରେ ଏହି ଟଙ୍କା ପ୍ରଦାନ କରାଯିବ। ଅର୍ଥାତ ପ୍ରତିବର୍ଷ ୨ଥର, ୫ ବର୍ଷ ପର୍ଯ୍ୟନ୍ତ ଏହି ସହାୟତା ରାଶି ମିଳିବ। ଏହାଦ୍ୱାରା ରାଜ୍ୟର ୧ କୋଟିରୁ ଅଧିକ ମହିଳା ଉପକୃତ ହେବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏହି ଯୋଜନା ପାଇଁ ସରକାର ହିତାଧିକାରୀଙ୍କୁ ସୁଭଦ୍ରା ଡେବିଟ୍‌ କାର୍ଡ ପ୍ରଦାନ କରିବେ।

ଏଥିସହିତ ରାଜ୍ୟରେ ଡିଜିଟାଲ କାରବାରକୁ ପ୍ରୋତ୍ସାହନ ପାଇଁ ସରକାର ଅତିରିକ୍ତ ସହାୟତା ପ୍ରଦାନ କରିବେ। ସର୍ବାଧିକ ଡିଜିଟାଲ କାରବାର କରିଥିବା ହିତାଧିକାରୀଙ୍କୁ ଅତିରିକ୍ତ ୫ଶହ ପୁରସ୍କାର ସ୍ୱରୂପ ମିଳିବ। ପ୍ରତି ପଞ୍ଚାୟତର ୧୦୦ ଜଣ ହିତାଧିକାରୀଙ୍କୁ ଏହି ଅତିରିକ୍ତ ୫ଶହ ଟଙ୍କା ପାଇବେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା:  ଯାହାକୁ ସ୍ବାମୀ କହୁଥିଲେ ସେ ଥାନାରେ

ଧର୍ମଶାଳା,୧୯।୧୨(ଶିବ ପ୍ରସାଦ ମହାନ୍ତି): ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା। ଯାହାଙ୍କୁ ସ୍ବାମୀ  କହିଲେ ତାଙ୍କୁ ପୋଲିସ ନେଇ ପଚରାଉଚରା କରୁଛି। ଏଭଳି ଅଭାବନୀୟ ଘଟଣା...

‘ଜନସାଧାରଣଙ୍କ ସହଯୋଗ ବିନା ହାତୀ ସୁରକ୍ଷା ଅସମ୍ଭବ’

ଦିଗପହଣ୍ଡି, ୧୯ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ପଞ୍ଚାୟତ ଜନଜାତି ବହୁଳ ଢେପାଗୁଡ଼ା ଗ୍ରାମବାସୀ ଏବଂ ସ୍କୁଲ ଛାତ୍ରୀ ଛାତ୍ରଙ୍କୁ ନେଇ...

ଭାରତରେ Google ଲଞ୍ଚ କଲା ପ୍ରଥମ କ୍ରେଡିଟ୍‌ କାର୍ଡ, ଲାଇଫଟାଇମ୍‌ ଯାଏ Free

ନୂଆଦିଲ୍ଲୀ,୧୯।୧୨: ଭାରତୀୟମାନଙ୍କ ଜୀବନକୁ ଆହୁରି ସହଜ କରିବା ପାଇଁ ଗୁଗଲ ନୂଆ ଡିଜିଟାଲ କ୍ରେଡିଟ କାର୍ଡ ‘ଫ୍ଲେକ୍ସ ବାଇ ଗୁଗଲ ପେ’ ଲଞ୍ଚ କରିଛି। ଏହା...

ଆନ୍ଧ୍ର କୋଟିଆର ମାଉସୀ ହୋଇ ରହୁ, ମା’ ହେବାକୁ ଚେଷ୍ଟା ନ କରୁ: ରାଜସ୍ବମନ୍ତ୍ରୀ

ପଟ୍ଟାଙ୍ଗି,୧୯ା୧୨(ଶରତ କୁମାର ଧଳ)-ରାଜ୍ୟ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ସୀମାନ୍ତ କୋଟିଆ ପଞ୍ଚାୟତକୁ ଶୁକ୍ରବାର ଗସ୍ତ...

ଫାଇନାଲରେ ଭାରତ, ପାକିସ୍ତାନ ସହ ହେବ ମୁକାବିଲା

ଦୁବାଇ,୧୯।୧୨:  ସିନିଅର୍‌ ମେନ୍ସ ଏସିଆ କପ୍‌ ୨୦୨୫ ପରେ ଏବେ ଅଣ୍ଡର-୧୯ ମେନ୍ସ ଏସିଆ କପ୍‌ ୨୦୨୫ରେ ମଧ୍ୟ ଭାରତ ପ୍ରବେଶ କରିଛି। ଦୁବାଇରେ ଚାଲିଥିବା...

ଛତୁଆ ବିଲ୍‌ କରିଦେବା ପାଇଁ ପୂର୍ବତନ ସିଡିପିଓ ମାଗିଥିଲେ୮୦ ହଜାର ଲାଞ୍ଚ : ଆସିଲା ବଡ଼ ରାୟ 

ଭବାନୀପାଟଣା,୧୯।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ପୂର୍ବତନ ସିଡିପିଓ (ସମ୍ମନିତ ଶିଶୁ ବିକାଶ ସେବା ପ୍ରକଳ୍ପ ଅଧିକାରିଣୀ) ମୀନା ପାତ୍ର ୨୦୨୧ ମସିହାର...

ଆସିଲା ନିଷ୍ପତ୍ତି: ରବି ଚାଷ ପାଇଁ ଘୋଡ଼ାହାଡ଼ ଡ଼୍ୟାମରୁ …

ଦିଗପହଣ୍ଡି,୧୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରିି ଗାଁ ନିକଟ ଘୋଡ଼ାହାଡ଼ ଡ଼୍ୟାମରୁ ରବି ଚାଷ ନିମନ୍ତେ ପାଣି ଛଡାଯିବା ପାଇଁ ନିଷ୍ପତ୍ତି...

ସଶକ୍ତ ସମୃଦ୍ଧ କରିବା କେବିକେର ଲକ୍ଷ

ଭଞ୍ଜନଗର,୧୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ଜିଲାର ଅଗ୍ରଣୀ ଚାଷୀ ଏବଂ କୃଷକ ଉତ୍ପାଦକ ସଂଘର କର୍ମକର୍ତ୍ତାମାନଙ୍କୁ ନେଇ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri