ସୁଭଦ୍ରା ଯୋଜନା ଏସଓପି ଘୋଷଣା ପରେ ଭାଜପାକୁ ଟାର୍ଗେଟ କଲେ ନବୀନ: କହିଲେ-ଗ୍ୟାରେଣ୍ଟି ନା ଧୂଆଁବାଣ?

ଭୁବନେଶ୍ୱର,୨୩।୮: ଶୁକ୍ରବାର ରାଜ୍ୟ ସରକାର ସୁଭଦ୍ରା ଯୋଜନାର ଏସଓପି ଘୋଷଣା କରିଛନ୍ତି। ଏହି ଘୋଷଣା ପରେ କେଉଁମାନେ ଏହି ଯୋଜନାରେ ଉପକୃତ ହେବେ ଏବଂ କେଉଁମାନେ ବାଦ ପଡ଼ିବେ ସେ ନେଇ ଚର୍ଚ୍ଚା ଜୋର ଧରିଛି। ଏହାରି ମଧ୍ୟରେ ବିଧାନସଭା ମୁଖ୍ୟ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ସରକାରଙ୍କୁ ଟାର୍ଗେଟ କରିଛନ୍ତି।

ସୋସିଆଲ ମିଡିଆ ପ୍ଳାର୍ଟଫର୍ମ ଏକ୍ସ’ରେ ଏକ ଲମ୍ବା ପୋଷ୍ଟ କରି ସେ ଲେଖିଛନ୍ତି, ”ଭାଜପା ପ୍ରତ୍ୟେକ ମହିଳାଙ୍କୁ ୫୦,୦୦୦ ଟଙ୍କା ଦେବ ବୋଲି ‘ଗ୍ୟାରେଣ୍ଟି’ ଦେଇଥିଲା। ନିର୍ବାଚନ ସମୟରେ କହିଥିଲେ ୫୦,୦୦୦ ଟଙ୍କା, ଦେଉଛନ୍ତି ମାତ୍ର ୫,୦୦୦ ଟଙ୍କା। କହିଲେ ସବୁ ମହିଳା, ହେଲେ ପାଇବେ ଜମା ୩ଜଣରୁ ଜଣେ। ମା’ମାନଙ୍କୁ ଏହା କ’ଣ ବିଜେପିର ଗ୍ୟାରେଣ୍ଟି?

ଆମର ୪.୫ କୋଟି ଜନସଂଖ୍ୟାର ପ୍ରାୟ ୨.୨୫ କୋଟି ମହିଳା ଏଥିରେ ସାମିଲ ହେବେ ବୋଲି ଆଶା କରାଯାଉଥିଲା। କିନ୍ତୁ ଏବେ ଭାଜପା ସରକାରଙ୍କ କହିବା ମୁତାବକ କେବଳ ମାତ୍ର ୭୦ ଲକ୍ଷ ମହିଳା ଏଥିରେ ସାମିଲ ହୋଇପାରିବେ। ତାହେଲେ ଭାଜପା ସରକାରଙ୍କ ‘ପ୍ରତ୍ୟେକ’ ମହିଳାଙ୍କୁ ଏ ଯୋଜନାରେ ସାମିଲ କରିବା ଅର୍ଥ କ’ଣ ଏଇୟା? ମା’ମାନଙ୍କୁ ଏହା କ’ଣ ବିଜେପିର ଗ୍ୟାରେଣ୍ଟି? ନା ଏହା ଏକ ଧୂଆଁବାଣ?

ମା’ମାନେ ଅନେକ ଆଶା ରଖିଥିଲେ। ଟଙ୍କା ମିଳିଲେ କିଛି ଭଲ କାମରେ ଲଗାଇବେ ବା ବ୍ୟବସାୟ କରିବେ। ହେଲେ ଏବେ କହୁଛନ୍ତି ମା’ମାନଙ୍କୁ ୬ମାସରେ ମାତ୍ର ୫,୦୦୦ ଟଙ୍କାର ସହାୟତା; ଯାହା ମାସକୁ ମାତ୍ର ୮୦୦ ଟଙ୍କା ପଡ଼ୁଛି।ଏହା କେଉଁ କାମରେ ଲାଗିବ? ଏକ ସାଙ୍ଗରେ ୫୦,୦୦୦ ଟଙ୍କାର ପ୍ରୋତ୍ସାହନ ମିଳିଥିଲେ ମା’ମାନେ ଏହାକୁ କୌଣସି କାମରେ ଲଗାଇ ପାରିଥାନ୍ତେ। କିଛି ବ୍ୟବସାୟ କରି ସଶକ୍ତ ହୋଇ ସମାଜରେ ଆଗକୁ ବଢ଼ିଥାନ୍ତେ।

ସୁଭଦ୍ରା ବା କିଛି ଗ୍ୟାରେଣ୍ଟି ଯୋଜନାକୁ କାର୍ଯ୍ୟକ୍ଷମ କରିବାକୁ ବିଜେପି ସରକାର ଚଳିତ ବଜେଟରେ ୫୦,୦୦୦ କୋଟି ଟଙ୍କାର ଋଣ କରିଛନ୍ତି। ଏହା ଆମ ସମସ୍ତଙ୍କ ମୁଣ୍ଡରେ ଋଣ ବୋଝ। ଆମ ମା’ ଓ ଭଉଣୀମାନଙ୍କୁ ଏହାକୁ ସୁଧ ସହ ସୁଝିବାକୁ ପଡ଼ିବ। କାରଣ ଏହା ସରକାରୀ ଅର୍ଥ ନୁହେଁ, ଋଣ ହୋଇ ଆସିଥିବା ଟଙ୍କା। ଏଥିରେ କ’ଣ ନାରୀ ସଶକ୍ତିକରଣ ସମ୍ଭବ ହେବ? ଆମେ ଖାଲି ଯାହା ଋଣ କରି ପରବ ପାଳିବା ସାର ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଗଙ୍ଗପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା; କଣ୍ଟେନରକୁ ଧକ୍କା ଦେଲା ଥାର୍, ୩ ମୃତ

ଖୋର୍ଦ୍ଧା୨୧।୧: ପୁଣିଥରେ ଦୁର୍ଘଟଣା ଘଟାଇଲା ଥାର୍ । ମଙ୍ଗଳବାର ରାତିରେ ଥାର ଦୁର୍ଘଟଣାରେ ଭୁବନେଶ୍ବରରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଜି ପୁଣି ଖୋର୍ଦ୍ଧା ଦୁର୍ଘଟଣାରେ...

ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି, ରାସ୍ତାରେ ଭାସିଲା ପରେ ଲୋକେ…

ଭୁବନେଶ୍ୱର,୨୧।୧: ରାଜଧାନୀ ଭୁବନେଶ୍ୱର ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି । ତେବେ ଏହି ଅଘଟଣ ପରେ ରାସ୍ତାରେ ତେଲ ଭାସୁଥିବା ଦେଖିଯାଇଛି ।...

ଗ୍ରୀନଲ୍ୟାଣ୍ଡକୁ ପୁଣି ଧମକ ଦେଲେ ଟ୍ରମ୍ପ, ଯଦି ହଁ କରନ୍ତି….

ନୂଆଦିଲ୍ଲୀ,୨୧।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ୱିଜରଲ୍ୟାଣ୍ଡର ଡାଭୋସରେ ବିଶ୍ୱ ଅର୍ଥନୈତିକ ଫୋରମ୍ (WEF)ର ବାର୍ଷିକ ବୈଠକରେ ଭାଷଣ ଦେଇ ତାଙ୍କ ପ୍ରଥମ ବର୍ଷ କାର୍ଯ୍ୟକାଳର...

ପଞ୍ଚାୟତ ନିର୍ବାଚନ ପାଇଁ ବିଜେଡିର ରଣନୀତି: ବିଧାୟକଙ୍କ ସହ ନବୀନଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର,୨୧।୧: ଓଡ଼ିଶାର ଆଗାମୀ ପଞ୍ଚାୟତ ନିର୍ବାଚନ ପାଇଁ ବିଜୁ ଜନତା ଦଳ ପ୍ରସ୍ତୁତି ଜୋରଦାର କରିଛି। ବୁଧବାର ସନ୍ଧ୍ୟାରେ ବିଜେଡି ସୁପ୍ରିମୋ ତଥା ବିରୋଧୀ ଦଳ...

ଜୀବିତ ସତ୍ତ୍ବେ ମୃତ ଦର୍ଶାଇ ଆଧାର ନିଷ୍କ୍ରିୟ: ମଣ୍ଡିରେ ବିକ୍ରି ହୋଇ ପାରିଲାନି ଧାନ, ଘରକୁ ଫେରାଇ…

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା...

୫୬ ହଜାରରୁ ଅଧିକ ପରୀକ୍ଷାର୍ଥୀ ଦେଲେ OSSTET ପରୀକ୍ଷା

ଭୁବନେଶ୍ୱର,୨୧।୧: ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ‘ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା’ (OSSTET) ବୁଧବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟର ମୋଟ ୨୨୭ଟି କେନ୍ଦ୍ରରେ...

ଅନାଥ ସାଜିଲେ ୬ ନିଷ୍ପାପ ଶିଶୁ, ସାହାଯ୍ୟର ହାତ ବଢାଇଲେ ବିଧାୟକ

ଥୁଆମୂଳ ରାମପୁର,୨୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଦୁର୍ଗମ କେରପାଇ ଗ୍ରାମପଞ୍ଚାୟତର ମେଲରଫା ଗ୍ରାମରୁ ଏକ ହୃଦୟ ବିଦାରକ ଦୃଶ୍ୟ...

ପିକଅପ୍ ଧକ୍କାରେ ଚାହା କେବିନ୍ ସହ ୨ ବାଇକ୍ ଚୁରମାର, ଠାକୁର ପୂଜା କରୁଥିବା ବେଳେ…

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଚିକିଟି ମୁଖ୍ୟରାସ୍ତାର ଦେଓଖାଳି ଛକରେ ସଡ଼କ ଦୁର୍ଘଟଣା । ସକାଳ ପ୍ରାୟ ସାଢ଼େ ୬ ଟାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri