ମହାକାଶ ଜ୍ଞାନ ଆହରଣ କଲେ ଛାତ୍ରୀଛାତ୍ର

ବରଗଡ,୨୫।୮(ପ୍ରେମାନନ୍ଦ ଖମାରୀ): ଜାତୀୟ ମହାକାଶ ଦିବସ ପାଳନ ଅବସରରେ ବରଗଡ଼ ପଞ୍ଚାୟତ କଲେଜର ରସାୟନ ବିଜ୍ଞାନ, ପଦାର୍ଥ ବିଜ୍ଞାନ ବିଭାଗ ଆନୁକୂଲ୍ୟରେ ରାଜ୍ୟସ୍ତରୀୟ ସେମିନାର ଅନୁଷ୍ଠିତ ହୋଇଯାଇଛି। କଲେଜର ଅଧ୍ୟକ୍ଷ ଡଃ ନକୁଳ ସେଠ ଏଥିରେ ଅଧ୍ୟକ୍ଷତା କରିଥିଲେ। ରସାୟନ ବିଜ୍ଞାନ ବିଭାଗର ଆସିଷ୍ଟାଣ୍ଟ ପ୍ରଫେସର ସମୀର ସେଠ ସ୍ବାଗତ ଭାଷଣ ଦେଇଥିଲେ। ଉପଦେଷ୍ଟା ଡଃ ଉମେଶ ଚନ୍ଦ୍ର ମହାପାତ୍ର ଛାତ୍ରୀଛାତ୍ର ଏବଂ ଅଧ୍ୟାପିକା, ଅଧ୍ୟାପକମାନଙ୍କୁ ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ଉପରେ ଉତ୍ସାହିତ କରିଥିଲେ। ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ବୈଷୟିକ ବିଶ୍ୱବିଦ୍ୟାଳୟର ପ୍ରଫେସର ହରିଶ କୁମାର ସାହୁ, ଭୁବନେଶ୍ୱରସ୍ଥିତ କିଟ୍‌ ବିଶ୍ୱବିଦ୍ୟାଳୟର ଆସୋସିଏଟ ପ୍ରଫେସର ଡଃ ଗୋପାଳକୃଷ୍ଣ ପ୍ରଧାନ ଆଲୋଚକ ଭାବେ ଯୋଗଦାନ କରିଥିଲେ। ଆଲୋଚକମାନେ ମହାକାଶ ଅନୁସନ୍ଧାନ ତଥା ମହାକାଶ ଯାତ୍ରା ଉପରେ ଆଲୋକପାତ କରିଥିଲେ। ପଦାର୍ଥ ବିଜ୍ଞାନ ବିଭାଗୀୟ ମୁଖ୍ୟ ଲିପ୍‌ସା ନନ୍ଦ ଏବଂ ରସାୟନ ବିଜ୍ଞାନ ବିଭାଗୀୟ ମୁଖ୍ୟ ଡଃ ସିପୁନ ସେଠୀ କାର୍ଯ୍ୟକ୍ରମ ଆୟୋଜନର ଆଭିମୁଖ୍ୟ ଉପରେ ସୂଚନା ଦେଇଥିଲେ। ଏହି ଅବସରରେ ଛାତ୍ରୀଛାତ୍ରଙ୍କ ମଧ୍ୟରେ ବକ୍ତୃତା, କୁଇଜ ଏବଂ ଚିତ୍ରାଙ୍କନ ପ୍ରତିଯୋଗିତା ହୋଇ କୃତୀ ଛାତ୍ରୀଛାତ୍ରଙ୍କୁ ପୁରସ୍କୃତ କରାଯାଇଥିଲା। ରସାୟନ ବିଜ୍ଞାନ ବିଭାଗର ଡଃ ସୁଶାନ୍ତ କୁମାର ପ୍ରଧାନ, ଶଶିଭୂଷଣ ସେଠ, ମାନସ ରଞ୍ଜନ ଭୋଇ, ଆକାଶ କୁମାର ଭୋଇ, ଲଳିତା ଧରୁଆ, ଚନ୍ଦ୍ରଭାନୁ ସାହୁ, ପଦାର୍ଥ ବିଜ୍ଞାନ ବିଭାଗର ଅନିରୁଦ୍ଧ ରୋହିଦାସ, ଡଃ କିଶୋର ନାୟକ, ରୀତା ପାଣ୍ଡେ, ପଙ୍କଜିନୀ ରୟ, ସ୍ମୃତିସ୍ମିତା ସାମଲ, ପ୍ରଭାସ ରଞ୍ଜନ ଭୋଇ, ମନୋବାଞ୍ଛା କୁଶଳ ପ୍ରମୁଖ କାର୍ଯ୍ୟକ୍ରମ ସହଯୋଗ କରିଥିଲେ। ବିନୟ କୁମାର ସାହୁ ଧନ୍ୟବାଦ ଅର୍ପଣ କରିଥିଲେ।
ସେହିପରି ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଭୁକ୍ତାସ୍ଥିତ ଜନତା ସରକାରୀ ଉଚ୍ଚ ବିଦ୍ୟାଳୟରେ ଜାତୀୟ ମହାକାଶ ଦିବସ ପାଳିତ ହୋଇଛି। ଶିକ୍ଷାର୍ଥୀମାନଙ୍କ ମଧ୍ୟରେ ମହାକାଶ ସମ୍ବନ୍ଧୀୟ ଜ୍ଞାନ ପ୍ରଦାନ କରିବା ଆଭିମୁଖ୍ୟ ନେଇ ବିଦ୍ୟାଳୟରେ ସେମିନାର, କୁଇଜ୍‌ ପ୍ରତିଯୋଗିତା ଏବଂ ଗୋଳକଧନ୍ଦା ସମାଧାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏହି ଅବସରରେ ପ୍ରଧାନ ଶିକ୍ଷକ ଦୁର୍ଗାପ୍ରସାଦ ନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଗୋଷ୍ଠୀ ଶିକ୍ଷାଧିକାରୀ ଭାବନା ସାହୁ ମୁଖ୍ୟଅତିଥି, ଅତିରିକ୍ତ ଗୋଷ୍ଠୀ ଶିକ୍ଷାଧିକାରୀ ମୋହନ ଚରଣ ମହାନ୍ତ, ବିଦ୍ୟାଳୟ ପରିଚାଳନା କମିଟି ଅଧ୍ୟକ୍ଷ ସାନନ୍ଦ ଦେହେରୀ ସମ୍ମାନିତ ଅତିଥି ଭାବେ ଯୋଗଦାନ କରିଥିଲେ। ବିଜ୍ଞାନ କ୍ଲବର ମାର୍ଗଦର୍ଶକ ଶିକ୍ଷକ ସଞ୍ଜୟ ଖମାରୀ, ଜାତୀୟ ମହାକାଶ ଦିବସ ପାଳନର ଉଦ୍ଦେଶ୍ୟ, ଆଭିମୁଖ୍ୟ ଉପରେ ଆଲୋକପାତ କରିଥିଲେ। ଏହାସହିତ ମହାକାଶ ବିଜ୍ଞାନୀଙ୍କ ଗବେଷଣାଲବ୍ଧ ତଥ୍ୟ ପ୍ରଦାନ କରିଥିଲେ। ଏହି ଅବସରରେ ଅନୁଷ୍ଠିତ ମହାକାଶ ଗବେଷଣା ସମ୍ବନ୍ଧୀୟ ଗୋଲକଧନ୍ଦା ସମାଧାନ କାର୍ଯ୍ୟକ୍ରମରେ ଛାତ୍ରୀଛାତ୍ରଙ୍କ ମଧ୍ୟରୁ ଉମାକାନ୍ତ ମହାରଣା, କରିସ୍ମା ପଟେଲ, ଅଙ୍କିତ ଦୁଆନ, କୁଇଜ ପ୍ରତିଯୋଗିତାରେ ମୋନିକା ପ୍ରଧାନ, ଆଦ୍ୟାଶା ଭୋଇ, ସ୍ବାତୀ ସାହୁ ପ୍ରଥମ, ଦ୍ୱିତୀୟ ଏବଂ ତୃତୀୟ ହୋଇଥିଲେ। କୃତୀ ଛାତ୍ରୀଛାତ୍ରଙ୍କୁ ପୁରସ୍କୃତ କରାଯାଇଥିଲା। ଭୁକ୍ତା କ୍ଲଷ୍ଟର ସିଆରସିସି କେଦାର ନାଏକ ସଭାକାର୍ଯ୍ୟ ପରିଚାଳନା କରିଥିଲେ। ଶିକ୍ଷକ ବୋଧରାମ ବିଶ୍ୱାଳ, ଅଙ୍କିତ ମହନ୍ତ, ସୁବାସ ଚନ୍ଦ୍ର ଖମାରୀ, ପଦ୍ମଲୋଚନ ବିଶି, ଶ୍ରୀପତି ସାହୁ, ପ୍ରଶାନ୍ତ ମହାପାତ୍ର ସହଯୋଗ କରିଥିଲେ। ଶିକ୍ଷୟିତ୍ରୀ ଅନୀତା ପ୍ରଧାନ ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋଣାର୍କ ମନ୍ଦିର ଗର୍ଭଗୃହକୁ ବାଟ ଫିଟିଲା: ମନ୍ଦିର କାନ୍ଥରେ ଖୋଳା ହେଲା ଟନେଲ୍‌

ପୁରୀ,୮।୧୨: ବିଶ୍ୱପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିରର ଗର୍ଭଗୃହରେ ଥିବା ବାଲି କାଢ଼ିବା ପୂର୍ବରୁ ଆଜି ମନ୍ଦିର କାନ୍ଥର ସ୍ଥିତି ଅନୁଧ୍ୟାନ କରିବା ପାଇଁ ୯ ମିଟର (ପ୍ରାୟ...

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

‘ସବୁ ଓଡ଼ିଆଙ୍କୁ କଷ୍ଟ ଦେଉଛି’: ବିକାଶମୂଳକ ଖର୍ଚ୍ଚ ଅବହେଳା ପାଇଁ ସରକାରଙ୍କୁ ନବୀନଙ୍କ କଡ଼ା ସମାଲୋଚନା

ଭୁବନେଶ୍ୱର,୮।୧୨: ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ମୋହନ ମାଝୀ ସରକାରଙ୍କୁ ଓଡ଼ିଶାର ଲୋକଙ୍କ କଲ୍ୟାଣ ଏବଂ ବିକାଶ ପାଇଁ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ନବୀନଙ୍କ ଟାର୍ଗେଟ୍‌ ପରେ ମୁଖ୍ୟମନ୍ତ୍ରୀଙ୍କ ପାଲଟା ଜବାବ: ‘ଗୃହରେ ୨ ମିନିଟ୍‌ ବସିବାକୁ ଧୈର୍ଯ୍ୟ ନାହିଁ’

ଭୁବନେଶ୍ୱର,୮।୧୨: ରାଜଗାଙ୍ଗପୁର ଲଞ୍ଜିବେଣ୍ଡା ଠାରେ ଜଣେ କଲେଜ ଛାତ୍ରୀଙ୍କୁ ଜାଳି ଦିଆଯିବା ଘଟଣାକୁ ନେଇ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ରାଜ୍ୟ...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri