Posted inଖେଳ

ସୁଦିରମାନ କପ୍‌ରେ ପଦକ ଲକ୍ଷ୍ୟରେ ଭାରତ

ନାନ୍ନିଙ୍ଗ (ଚାଇନା), ୧୮।୫(ପି.ଟି.)- ଚାଇନାର ନାନ୍ନିଙ୍ଗଠାରେ ରବିବାରଠାରୁ ସୁଦିରମାନ କପ୍‌ର ୧୬ତମ ସଂସ୍କରଣ ଆରମ୍ଭ ହେବାକୁ ଯାଉଛି। ଭାରତର ପି.ଭି. ସିନ୍ଧୁ, ସାଇନା ନେହ୍ବାଲ, କିଡାମ୍ବୀ ଶ୍ରୀକାନ୍ତଙ୍କ ପରି ଟପ୍‌ ଶଟ୍‌ଲରଙ୍କୁ ନେଇ ଗଠିତ ଭାରତୀୟ ଦଳ ଏହି ସମ୍ମାନଜନକ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟରେ ପଦକ ହାସଲ କରିବା ଲକ୍ଷ୍ୟରେ ରହିଛନ୍ତି। ଭାରତ ଏଠାରେ ୨୦୧୧ ଓ ୨୦୧୭ ସଂସ୍କରଣରେ କ୍ୱାର୍ଟର ଫାଇନାଲ ପର୍ଯ୍ୟନ୍ତ ପ୍ରବେଶ କରିବାରେ ସଫଳ ହୋଇଥିଲା। ମିକ୍ସଡ ଟିମ୍‌ ଚାମ୍ପିୟନଶିପ୍‌ରେ ଭାରତ ପଦକ ସମ୍ଭାବନା ରହିଛି। ଏହି ଟିମ୍‌ରେ ଓ୍ବାଲର୍‌ଡ ଟୁର୍‌ ଫାଇନାଲ୍ସ ବିଜୟିନୀ ସିନ୍ଧୁ, ଚଳିତ ବର୍ଷ ଇଣ୍ଡୋନେସିଆ ମାଷ୍ଟର୍ସ ଚାମ୍ପିୟନ ହୋଇଥିବା ସାଇନା, ଇଣ୍ଡିଆ ଓପନ୍‌ ଫାଇନାଲରେ ପ୍ରବେଶ କରିଥିବା ଶ୍ରୀକାନ୍ତ ଓ ଓ୍ବାର୍ଲ୍‌ସ ଟୁର୍‌ ଫାଇନାଲ୍ସ ସେମିଫାଇନାଲିଷ୍ଟ ସମୀର ବର୍ମାଙ୍କ ପରି ପ୍ରମୁଖ ଖେଳାଳି ରହୁଥିବାରୁ ଭାରତ ନିକଟରେ ସୁଯୋଗ ରହିଛି। ଭାରତ ଏହାର ପ୍ରଥମ ମୁକାବିଲାରେ ସୋମବାର ମାଲେସିଆକୁ ଭେଟିବ। ଏହାପରଦିନ ୧୦ଥର ଚାମ୍ପିୟନ ଚାଇନା ସହିତ ଭାରତ ମୁକାବିଲା କରିବ। ୧୩ ସଦସ୍ୟଙ୍କୁ ନେଇ ଗଠିତ ଭାରତୀୟ ଦଳ ଟୁର୍ନାମେଣ୍ଟରେ ୮ମ ସିଡ୍‌ ମାନ୍ୟତା ପାଇଛି। ଅପରପକ୍ଷରେ ବିଶ୍ୱର ଏକ ନମ୍ବର ଖେଳାଳି ଲି ଚୋଙ୍ଗ୍‌ଙ୍କ ବିନା ଏହି ପ୍ରତିଯୋଗିତାକୁ ଖେଳିବାକୁ ଆସିଥିବା ମାଲେସିଆ ଚାପରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଡେଙ୍ଗୁ, ଚିକୁନଗୁନିଆରେ ପୀଡ଼ିତ ଅଛନ୍ତି କ୍ରିକେଟର ଚହଲ

ପୁଣେ,୧୮ା୧୨: ଲେଗ୍‌ ସ୍ପିନର ୟୁଜବେନ୍ଦ୍ର ଚହଲ ଡେଙ୍ଗୁ ଓ ଚିକନଗୁନିଆରେ ପୀଡ଼ିତ ଅଛନ୍ତି। ଏଥିଯୋଗୁ ସେ ଗୁରୁବାର ଝାଡ଼ଖଣ୍ଡ ଓ ହରିୟାଣା ମଧ୍ୟରେ ଖେଳାଯାଇଥିବା ସୟଦ...

ଈଶାନ କିସାନଙ୍କ ଧୂଆଁଧାର ଶତକ: ସୟଦ ମୁସ୍ତାକ ଅଲି ଟ୍ରଫି ଜିତିଲା ଝାଡ଼ଖଣ୍ଡ

ପୁନେ,୧୮ା୧୨: ଅଧିନାୟକ ଇଶାନ କିଶନଙ୍କ ଧୂଆଁଧାର ଶତକ ବଳରେ ଝାଡ଼ଖଣ୍ଡ କ୍ରିକେଟ ଦଳ ଏକ ନୂଆ ଇତିହାସ ରଚିଛି। ଗୁରୁବାର ପୁଣେର MCA ଷ୍ଟାଡିୟମଠାରେ ଅନୁଷ୍ଠିତ...

IPL ୨୦୨୬: ମା’ ବିକିଥିଲେ ଗହଣା, ଖାଲିପେଟରେ ଶୋଇଥିଲେ ବାପା; ଏବେ ୧୪.୨୦ କୋଟିରେ କିଣିଲା CSK

ମୁମ୍ବାଇ,୧୮ା୧୨: ଆଇପିଏଲ୍ ୨୦୨୬ ନିଲାମରେ ଚେନ୍ନାଇ ସୁପର କିଙ୍ଗସ୍ (CSK) ଦ୍ୱାରା ୧୪.୨୦ କୋଟି ଟଙ୍କାରେ କିଣାଯାଇଥିବା ଯୁବ ୱିକେଟକିପର ବ୍ୟାଟର କାର୍ତ୍ତିକ ଶର୍ମାଙ୍କ ସଫଳତା...

ମେସିଙ୍କୁ ବଡ଼ ଗିଫ୍ଟ ଦେଲେ ଅନନ୍ତ ଅମ୍ବାନୀ: ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ଫୁଟବଲ କିମ୍ବଦନ୍ତୀ ଲିଓନେଲ ମେସି ଜାମନଗରର ବନତାରା ବନ୍ୟପ୍ରାଣୀ ସଂରକ୍ଷଣ କେନ୍ଦ୍ର ପରିଦର୍ଶନ କରିଥିଲେ। ମେସି ଅନନ୍ତ ଅମ୍ବାନୀଙ୍କ ଦ୍ୱାରା ପ୍ରତିଷ୍ଠିତ କେନ୍ଦ୍ରରେ ପାରମ୍ପରିକ ରୀତିନୀତିରେ...

Stokes-Archer Fight VIDEO: ବେନ୍ ଷ୍ଟୋକ୍ସ ଏବଂ ଜୋଫ୍ରା ଆର୍ଚରଙ୍କ ମଧ୍ୟରେ କାହିଁକି ହେଲା ଝଗଡ଼ା?

ନୂଆଦିଲ୍ଲୀ,୧୮।୧୨: ଅଷ୍ଟ୍ରେଲିଆ ବିପକ୍ଷରେ ଚାଲିଥିବା ଆସେସ୍ ଟେଷ୍ଟରେ ଇଂଲଣ୍ଡର ଖରାପ ପ୍ରଦର୍ଶନର ପ୍ରଭାବ ପଡ଼ିବା ଆରମ୍ଭ ହୋଇଛି । ସେଥିପାଇଁ ଇଂଲଣ୍ଡ ଅଧିନାୟକ ଏବଂ ଖେଳାଳିମାନେ...

IND vs SA 4th T20I: ଭରରତ-ସାଉଥ ଆଫ୍ରିକା ମ୍ୟାଚ ରଦ୍ଦ ହେଲେ ବୁଡ଼ିଯିବ କି ଦର୍ଶକଙ୍କ ଟିକେଟ ଟଙ୍କା? ଜାଣନ୍ତୁ କ’ଣ ରହିଛି BCCIର ନିୟମ

ନୂଆଦିଲ୍ଲୀ,୧୮।୧୨: ଲକ୍ଷ୍ନୌରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚତୁର୍ଥ ଟି-୨୦ ଅନ୍ତର୍ଜାତୀୟ ମ୍ୟାଚ ଗୋଟିଏ ବି ବଲ ଖେଳି ନଯାଇ ବାତିଲ କରାଯାଇଥିଲା। ଘନ...

୨୬ ମାର୍ଚ୍ଚରୁ IPL ଆରମ୍ଭ , ଏହି ଦିନ ଖେଳାଯିବ ଫାଇନାଲ; କାର୍ଯ୍ୟସୂଚୀ ଘୋଷଣାରେ ପାକିସ୍ତାନରେ ହଙ୍ଗାମା

ନୂଆଦିଲ୍ଲୀ,୧୮।୧୨: IPL ୨୦୨୬ ମିନି ନିଲାମ ପରେ, ସମସ୍ତ ୧୦ଟି ଦଳର ଦଳ ଚୂଡ଼ାନ୍ତ ହୋଇଛି। ଏହି ସମୟରେ, ଭାରତୀୟ କ୍ରିକେଟ ନିୟନ୍ତ୍ରଣ ବୋର୍ଡ (BCCI)...

ହଠାତ୍‌ ରାଗିଗଲେ ବୁମ୍‌ରା, ପ୍ରଶଂସକଙ୍କ ମୋବାଇଲ୍‌ ଛଡ଼ାଇନେଲେ…ଦେଖନ୍ତୁ VIDEO

ଲକ୍ଷ୍ନୌ,୧୮।୧୨: ଲକ୍ଷ୍ନୌରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚତୁର୍ଥ ଟି-୨୦ ମ୍ୟାଚ ବାତିଲ ହୋଇଗଲା। ଜସପ୍ରୀତ ବୁମରାଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri