ଛାତ୍ରୀଙ୍କ ଅସ୍ବାଭାବିକ ମୃତ୍ୟୁ ନେଇ କର୍ତ୍ତୃପକ୍ଷଙ୍କୁ ଦାୟୀ କଲେ ଅଭିଭାବକ, ପ୍ରତିବାଦରେ ରାସ୍ତାରୋକୋ

ବାରିପଦା,୨୫ା୮(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଗୋପବନ୍ଧୁ ନଗର ବ୍ଲକ ଅଧୀନ ଖୁଣ୍ଟା ସରକାରୀ ଉଚ୍ଚ ବିଦ୍ୟାଳୟରେ ଅଧ୍ୟୟନରତ ୬ଷ୍ଠ ଶ୍ରେଣୀ ଛାତ୍ରୀଙ୍କ ଅସ୍ବାଭାବିକ ମୃତ୍ୟୁକୁ ନେଇ ଉଦ୍‌ବେଗ ପ୍ରକାଶ ପାଇଛି। ପରିବାର ଲୋକେ ସ୍କୁଲ କର୍ତ୍ତୃପକ୍ଷ ଅବହେଳାକୁ ନେଇ ଉଦଳା-ବାରିପଦା ୧୯ନଂ ରାଜ୍ୟ ରାଜପଥକୁ ଅବରୋଧ କରି ବିକ୍ଷୋଭ ପ୍ରଦର୍ଶନ କରୁଛନ୍ତି। ଛାତ୍ରୀଙ୍କ ଶରୀର ଅସୁସ୍ଥତାକୁ ନେଇ ସ୍କୁଲ କର୍ତ୍ତୃପକ୍ଷ ଅବହେଳା ପ୍ରତିବାଦରେ ଅଭିଭାବକମାନେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି।
ସୂଚନାଯୋଗ୍ୟ, କସ୍ତୁରବାଗାନ୍ଧୀ ଆବାସିକ ବିଦ୍ୟାଳୟରେ କୁସୁମଘାଟି ଅଞ୍ଚଳର ମଧୁସ୍ମିତା ବେହେରା ହଷ୍ଟେଲ୍‌ରେ ରହି ପାଠ ପଢୁଥିଲେ। ମଧୁସ୍ମିତାଙ୍କ ଦେହ ଖରାପକୁ ନେଇ ସ୍କୁଲ କର୍ତ୍ତୃପକ୍ଷ ଅଭିଭାବକଙ୍କୁ ଜଣାଇଥିଲେ। ପରିବାର ଲୋକେ ସ୍କୁଲରେ ପହଞ୍ଚିବା ପରେ ଡାକ୍ତରଖାନା ନେବାକୁ ଆମ୍ବୁଲାନ୍ସ ଡାକିଥିଲେ। ମାତ୍ର ଆମ୍ବୁଲାନ୍ସ ନ ମିଳିବାରୁ ଏକ ବାଇକ୍‌ ଯୋଗେ ଖୁଣ୍ଟା ଡାକ୍ତରଖାନାକୁ ଆଣିଥିଲେ ହେଁ ଡାକ୍ତର ମୃତ ଘୋଷଣା କରିଥିଲେ। ତେବେ ସ୍କୁଲ ପକ୍ଷରୁ ଅବହେଳା କରାଯାଇଥିବା ନେଇ ଦାୟିତ୍ୱରେ ଥିବା ସୁପରିଟେଣ୍ଡେଣ୍ଟ ଓ କର୍ମଚାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ରାଜପଥ ଅବରୋଧ କରିଛନ୍ତି। ଫଳରେ ଯାନବାହନ ଚଳାଚଳ ବନ୍ଦ ରହିଥିବା ବେଳେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ବୁଝାଶୁଝା ବୁଝାଶୁଝା କରିବା ସହ ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ଟୋକୀମରା ପର୍ବ ପାଇଁ ହାଟରେ ଜନସମୁଦ୍ର: ବିପଦପୂର୍ଣ୍ଣ ସ୍ଥାନରେ ଚାଲିଛି କିଣାବିକା, ପ୍ରଶାସନିକ ଅବହେଳାକୁ…

ଥୁଆମୂଳ ରାମପୁର,୨୪।୧୨(ଦୁର୍ଗା କୀର୍ତ୍ତି): ସ୍ଥାନୀୟ ଅଞ୍ଚଳର ଆଦିବାସୀମାନଙ୍କ ପାରମ୍ପରିକ ମୁଖ୍ୟ ପର୍ବ “ଟୋକୀମରା”ପାଇଁ ଆଜି କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ସ୍ଥିତ ବିଦେଶୀ...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri