ନାରାୟଣପାଟଣାରେ ଡେଙ୍ଗୁ ଆତଙ୍କ: ୩ ଦିନରେ ଗଲାଣି ୨ ଜୀବନ

କୋରାପୁଟ / ନାରାୟଣପାଟଣା,୨୫।୮(ଅମିତାଭ ବେହେରା/ ରାଜକିଶୋର ଜେନା): କୋରାପୁଟ ଜିଲା ନାରାୟଣପାଟଣା ବ୍ଲକରେ ଡେଙ୍ଗୁ ଆତଙ୍କ। ରବିବାର ଏହି ଅଞ୍ଚଳର ଜଣେ ଆକ୍ରାନ୍ତଙ୍କ ବିଶାଖାପାଟଣାସ୍ଥିତ ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଛି। ମୃତକ ହେଲେ ନାରାୟଣପାଟଣା ବସ୍‌ଷ୍ଟାଣ୍ଡ ଅଞ୍ଚଳର ବ୍ୟବସାୟ ବି. ଶିବାଜୀ। ୩ ଦିନ ମଧ୍ୟରେ ନାରାୟଣପାଟଣା ଅଞ୍ଚଳରୁ ୨ ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି।
ସୂଚନାନୁଯାୟୀ ବି. ଶିବାଜୀଙ୍କୁ ପ୍ରାୟ ୩ ଦିନ ତଳେ ଜର ହୋଇଥିଲା। ସେ ପାର୍ବତୀପୁରମ୍‌ ଯାଇ ଟେଷ୍ଟ କରିବା ପରେ ଡେଙ୍ଗୁରେ ସଂକ୍ରମିତ ହୋଇଥିବା ଜଣାପଡ଼ିଥିଲା। ଏହା ପରେ ସେ ଔଷଧ ନେଇ ଘରକୁ ଆସିଥିଲେ। ଶନିବାର ତାଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡ଼ିବାରୁ ଗୁରୁତର ଅବସ୍ଥାରେ ସ୍ବତନ୍ତ୍ର ଗାଡ଼ିରେ ବିଶାଖାପାଟଣାର ଏକ ଘରୋଇ ଡାକ୍ତରଖାନାକୁ ନିଆଯାଇଥିଲା। ସକାଳେ ତାଙ୍କ ପେଟ୍‌ଲେଟ କମିଯିବାରୁ ବି. ଶିବାଜୀଙ୍କୁ ଭେଣ୍ଟିଲେଟରରେ ରଖାଯାଇଥିଲା। ତେବେ ଅପରାହ୍ନରେ ତାଙ୍କ ମୃତ୍ୟୁ ହୋଇଥିବା ପରିବାର ଲୋକେ ସୂଚନା ଦେଇଛନ୍ତି। ଗତ ୨୩ ତାରିଖରେ ବାଉରୀ ସାହିର ଏ .ସରସ୍ବତୀଙ୍କ ଡେଙ୍ଗୁରେ ମୃତ୍ୟୁ ହୋଇଛି। ଏନେଇ କୋରାପୁଟ ଜିଲା ସ୍ବାସ୍ଥ୍ୟ ବିଭାଗର ମୁଖପାତ୍ର ଡାକ୍ତର ମୁକ୍ତିକାନ୍ତ ଖଟୁଆଙ୍କୁ ପଚାରିବାରୁ ଆନ୍ଧ୍ରରେ ୨ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ରହିଛି। ଡେଙ୍ଗୁ କିମ୍ବା ଅନ୍ୟ କୌଣସି କାରଣରୁ ସେମାନଙ୍କ ମୃତ୍ୟୁ ହୋଇଛି ତାହା ତଦନ୍ତ ପରେ ସ୍ପଷ୍ଟ ହେବ ବୋଲି ସେ କହିଛନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

ସଂଘବଦ୍ଧ ଆକ୍ରମଣ: ପୁଅଙ୍କୁ ବଞ୍ଚାଇବାକୁ ଯାଇ ବାପା-ମା’ ଆହତ, ଗୁରୁତର… 

ଦିଗପହଣ୍ଡି,୨୦।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ନରସିଂହପୁର ଗ୍ରାମରେ ବ୍ୟବସାୟିକ ଶତ୍ରୁତାକୁ ନେଇ ଗୋଟିଏ ପରିବାରର ବାପ,ମା ଓ ପୁଅଙ୍କୁ...

ଆଗକୁ ପଞ୍ଚାୟତ ନିର୍ବାଚନ: ସାଙ୍ଗଠନିକ ବୈଠକରେ ବାଜିଲା ଭାଜପାର ବିଗୁଲ… 

କୋରାପୁଟ,୨୦।୧(ଅମିତାଭ ବେହେରା): ଆସନ୍ତା ପଞ୍ଚାୟତ ନିର୍ବାଚନ ନେଇ କୋରାପୁଟରେ ଭାଜପାର ସାଙ୍ଗଠନିକ  ଭିତ୍ତିଭୂମିକୁ  ଅଧିକ ସୁଦୃଢ କରିବା ଲକ୍ଷ୍ୟରେ ମଙ୍ଗଳବାର ସ୍ଥାନୀୟ ଦକ୍ଷତା ବୃଦ୍ଧି ତାଲିମ...

ଦକ୍ଷିଣାଞ୍ଚଳ ରାଜସ୍ବ ଆୟୁକ୍ତ, ଜ଼ିଲାପାଳମାନଙ୍କ ସମ୍ମିଳନୀ:ପଞ୍ଚାୟତ, ପୌର ନିର୍ବାଚନ ସଫଳତାର ସହ…

ଛତ୍ରପୁର,୨୦ା୧(ଦିଲୀପ ସାମଲ): ଆଗାମୀ ପଞ୍ଚାୟତ, ପୌର ନିର୍ବାଚନ ଏବଂ ଭୋଟର ତାଲିକା ସଂଶୋଧନକୁ ସ୍ବଚ୍ଛ, ନିରପେକ୍ଷ ଓ ସଫଳତାର ସହ ସମ୍ପାଦନ କରିବା ପାଇଁ ଛତ୍ରପୁରସ୍ଥିତ...

ପିଏମଶ୍ରୀ ଉତ୍ସବରେ ୩ ବିଧାୟକ: ଛାତ୍ରଛାତ୍ରୀଙ୍କ ପ୍ରତିଭା ଦେଖି କଲେ ପ୍ରଶଂସା

ବରଗଡ଼,୨୦।୧(ପ୍ରେମାନନ୍ଦ ଖମାରୀ) – ବରଗଡ଼ ରାଣା ପ୍ରତାପ ସ୍କୁଲ ପରିସରରେ ଚାଲିଥିବା ବରଗଡ଼ ଜିଲାସ୍ତରୀୟ ପିଏମଶ୍ରୀ ଉତ୍ସବ ମଙ୍ଗଳବାର ଉଦଯାପିତ ହୋଇଯାଇଛି । ଅତିରିକ୍ତ ଜିଲାପାଳ...

ମହିଳାଙ୍କ ହାତରେ ‘ଆମ ବସ୍’ ଷ୍ଟିୟରିଂ: ଏହି ଦିନରୁ ମିଳିବ ଦାୟିତ୍ୱ

ଭୁବନେଶ୍ୱର,୨୦।୧: ରାଜ୍ୟ ପରିବହନ ସେବାରେ ଏକ ବଡ଼ ପରିବର୍ତ୍ତନ ଆସିବାକୁ ଯାଉଛି। ଏଣିକି ପୁରୁଷଙ୍କ ସହ ମହିଳାମାନେ ମଧ୍ୟ ‘ଆମ ବସ୍’ ଚଲାଇବେ। ବିଶେଷ କରି...

ବାଲେଶ୍ୱରରେ ସଂଖ୍ୟାଲଘୁ ଯୁବକଙ୍କ ହତ୍ୟା: ନବୀନଙ୍କ ଗଭୀର ଦୁଃଖ ପ୍ରକାଶ

ଭୁବନେଶ୍ୱର,୨୦।୧: ବାଲେଶ୍ୱର ଜିଲାରେ ଗୋ-ଚାଲାଣ ଅଭିଯୋଗରେ ଜଣେ ସଂଖ୍ୟାଲଘୁ ସମ୍ପ୍ରଦାୟର ଯୁବକଙ୍କୁ ହତ୍ୟା ଘଟଣାରେ ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ...

୨୦୦୦ ଟଙ୍କାର ଛୋଟିଆ SIP କରିବ କୋଟିପତି, ଜାଣନ୍ତୁ କିଭଳି ନିବେଶ… 

ନୂଆଦିଲ୍ଲୀ, ୨୦।୧: କ’ଣ ୨୦୦୦ର ଛୋଟ SIPରୁ ଆପଣ କୋଟିପତି ହୋଇପାରିବେ? ଉତ୍ତର ହେଉଛି ହଁ! କେବଳ ଧୌର୍ଯ୍ୟ ଏବଂ ସମୟର ଆବଶ୍ୟକତା ରହିଛି। ଏସ୍‌ଆଇପି,...

୨୭ ବର୍ଷ ପରେ ନକ୍ଷତ୍ର ପରିବର୍ତ୍ତନ କଲେ ଶନି, ଏହି ୩ ରାଶିର ବଦଳିବ ଭାଗ୍ୟ…

ଜାନୁଆରୀ ୨୦ ତାରିଖ ଅର୍ଥାତ୍ ଆଜିର ଦିନରୁ ଶନିଦେବ ଉତ୍ତରା ଭାଦ୍ରପଦ ନକ୍ଷତ୍ରରେ ପ୍ରବେଶ କରିବାକୁ ଯାଉଛନ୍ତି । ଜ୍ୟୋତିଷ ଶାସ୍ତ୍ରର ଗଣନା ଅନୁଯାୟୀ ପାଖାପାଖି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri