ଜେଲ ଭିତରେ ଡି ବ୍ରଦର୍ସଙ୍କ ସ୍ମାର୍ଟଫୋନ୍‌:ଖେଳିଗଲା ହଇଚଇ

ବଲାଙ୍ଗୀର,୨୬ା୮(ବୀରେନ୍ଦ୍ର କୁମାର ଝାଙ୍କର):ବଲାଙ୍ଗୀର ଜିଲା କାରାଗାରରୁ ଗତ ଶୁକ୍ରବାର ଜବତ ହୋଇଥିବା ସ୍ମାର୍ଟଫୋନ୍‌ଟି କୁଖ୍ୟାତ ଗ୍ୟାଙ୍ଗଷ୍ଟର ଡି’ ବ୍ରଦର ତଥା ସୁଶାନ୍ତ ଧଳସାମନ୍ତ ରହୁଥିବା ସେଲ୍‌ରୁ ମିଳିଥିବା ଜଣାପଡିଛି। ଏହାକୁ ହଇଚଇ ସୃଷ୍ଟି ହୋଇଛି। ସୁଶାନ୍ତ ରହୁଥିବା ସେଲ୍‌ ଭିତରକୁ କିଭଳି ମୋବାଇଲ ଫୋନ୍‌ ଆସିଲା ଏବଂ ଉକ୍ତ ଫୋନ୍‌ରେ ଧଳସାମନ୍ତ କ’ଣ ସବୁ କାରବାର କରିଛନ୍ତି ସେନେଇ ତଦନ୍ତ ଆରମ୍ଭ ହୋଇଛି ବୋଲି ବଲାଙ୍ଗୀର ଏସ୍‌ପି ଋଷିକେଶ ଡି. ଖିଲାରୀ ରବିବାର ଖବରଦାତା ସମ୍ମିଳନୀରେ ଉତ୍ତର ରଖିଛନ୍ତି। ୨୦୧୮ରେ ଭୁବନେଶ୍ୱର ଝାରପଡ଼ା ଜେଲରୁ ବଲାଙ୍ଗୀର ଜେଲକୁ ସୁଶାନ୍ତ ଧଳସାମନ୍ତଙ୍କୁ ସ୍ଥାନାନ୍ତର କରାଯାଇଥିଲା। ଝାରପଡା ଜେଲରୁ ଆପରାଧିକ କାର୍ଯ୍ୟ କରୁଥିବା ଜଣାପଡ଼ିବା ପରେ ଧଳସାମନ୍ତଙ୍କୁ ସୁରକ୍ଷା ଦୃଷ୍ଟିରୁ ବଲାଙ୍ଗୀର ଜେଲକୁ ଅଣାଯାଇଥିଲା। ଗତ ଶୁକ୍ରବାର ସକାଳ ପ୍ରାୟ ୬ଟାରେ ବଲାଙ୍ଗୀର ଏସ୍‌ପି ଖିଲାରି ୯ ବରିଷ୍ଠ ପୋଲିସ ଅଧିକାରୀ ଓ ୨ ପ୍ଲାଟୁନ୍‌ ପୋଲିସ ଫୋର୍ସ ନେଇ ବଲାଙ୍ଗୀର ଜିଲା କାରାଗାର ଭିତରେ ଚଢ଼ାଉ କରିଥିଲେ। ଜେଲର ୧୨ଟି ସେଲ୍‌, ରନ୍ଧାଘର, ଲାଟିନ୍‌, ଗାଧୁଆଘର ଓ ଅନ୍ୟ ସ୍ଥାନରେ ଯାଞ୍ଚ କରାଯାଇଥିଲା। ଚଢ଼ାଉ ବେଳେ ଜେଲ ଭିତରୁ ବିଡି, ସିଗାରେଟ୍‌, ଭାଙ୍ଗ ଭଳି ନିଶାଦ୍ରବ୍ୟ, ଦୁଇଟି ଲାଇଟର ଏବଂ ଏକ ଟ୍ରିମର ଜବତ ହୋଇଥିବା ସୂଚନା ଦେଇଥିଲେ। ସେହିଦିନ ଅପରାହ୍ଣରେ ଉତ୍ତରାଞ୍ଚଳ ପୋଲିସ ଆଇଜି ହିମାଂଶୁ କୁମାର ଲାଲ ବଲାଙ୍ଗୀର ଆସି ଘଟଣାର ସମୀକ୍ଷା କରିଥିଲେ। ଏହାପରେ ଜିଲା କାରାଗାର ଭିତରୁ ଏକ ମୋବାଇଲ ଫୋନ୍‌ ଜବତ ହୋଇଥିବା ସୂଚନା ଦିଆଯାଇଥିଲା। କେଉଁ ସେଲ୍‌ରୁ ଫୋନ ଜବତ ହୋଇଥିଲା ସେଦିନ କୁହାଯାଇ ନ ଥିଲା। ରବିବାର ସୁଶାନ୍ତ ଧଳସାମନ୍ତ ରହୁଥିବା ସେଲ୍‌ରୁ ଉକ୍ତ ସ୍ମାର୍ଟଫୋନ୍‌ ଜବତ ହୋଇଥିବା କୁହାଯାଇଛି। ବଲାଙ୍ଗୀର ଜେଲ୍‌ ଅଧୀକ୍ଷକ ସର୍ବେଶ୍ୱର ସାହୁ ଉକ୍ତ ସ୍ମାର୍ଟଫୋନ ଜବତ କରି ହସ୍ତାନ୍ତର କରିଥିବା ଏବଂ ଏନେଇ ବଲାଙ୍ଗୀର ଟାଉନ ଥାନାରେ ଏକ ମାମଲା ରୁଜୁ କରାଯାଇଥିବା ଏସ୍‌ପି ଖିଲାରୀ ସୂଚନା ଦେଇଛନ୍ତି। ସ୍ମାର୍ଟଫୋନ ଜବତ ସମୟରେ ଧଳସାମନ୍ତ ଉକ୍ତ ସେଲ୍‌ରେ ନ ଥିଲେ ଏବଂ ଚିକିତ୍ସା ପାଇଁ ତାଙ୍କୁ କଟକ ବଡମେଡିକାଲକୁ ନିଆଯାଇଥିବା ଏସ୍‌ପି ଖିଲାରୀ ସୂଚନା ଦେଇଛନ୍ତି। ବଲାଙ୍ଗୀର ଜିଲା କାରାଗାରରେ ଅନେକ କୁଖ୍ୟାତ ଅପରାଧୀ ରହିଛନ୍ତି। ସେଠାରୁ ସ୍ମାର୍ଟଫୋନ୍‌, ଟ୍ରିମର, ଲାଇଟର, ବିଡି, ସିଗାରେଟ ଓ ନିଶାଦ୍ରବ୍ୟ ମିଳିବା ଘଟଣା ଆଲୋଡ଼ନ ଖେଳାଇବା ସହ ଜେଲ୍‌ ସୁରକ୍ଷାକୁ ନେଇ ବଡ଼ ପ୍ରଶ୍ନବାଚୀ ସୃଷ୍ଟି କରିଛି। ଧଳସାମନ୍ତଙ୍କ ସେଲ୍‌ରୁ ସ୍ମାର୍ଟଫୋନ୍‌ ମିଳିବା ଘଟଣାରେ ଜେଲ୍‌ କର୍ମଚାରୀଙ୍କ ସମ୍ପୃକ୍ତି ଥିବା ନେଇ ସନ୍ଦେହ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭାରତକୁ ୪୦,୦୦୦ ଏଲ୍‌ଏମ୍‌ଜି ଯୋଗାଇବ ଇସ୍ରାଏଲୀ କମ୍ପାନୀ

ଜେରୁଜେଲମ୍‌ ,୬ା୧୨: ଇସ୍ରାଏଲ୍‌ର ଏକ ପ୍ରମୁଖ ପ୍ରତିରକ୍ଷା କମ୍ପାନୀ ଭାରତକୁ ପ୍ରଥମ ପର୍ଯ୍ୟାୟରେ ୪୦ ହଜାର ହାଲୁକା ମେଶିନ୍‌ ଗନ୍‌ (ଏଲ୍‌ଏମ୍‌ଜି) ଯୋଗାଇବାକୁ ଯାଉଛି। ଆସନ୍ତାବର୍ଷ...

ଏୟାରବସ୍‌ ଏ-୩୨୦ରେ ଗୁଣବତ୍ତା ସମସ୍ୟା, ବିମାନ ଡେଲିଭରିରେ ବିଳମ୍ବ

ପ୍ୟାରିସ୍‌,୬ା୧୨: ଏୟାର ବସ୍‌ ଏ-୩୨୦ ବିମାନଗୁଡ଼ିକରେ ସଫ୍ଟଓ୍ବେର ସମସ୍ୟା ଦେଖାଦେବା ପରେ ଗତ ମାସରେ କମ୍ପାନୀ ସେଗୁଡ଼ିକର ସମାଧାନ କରିଥିଲା। ସଫ୍ଟଓ୍ବେର ଅପ୍‌ଡେଟ୍‌ ପାଇଁ ଅନେକ...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri