ଆସୁଛି ଆଉ ଏକ ଲଘୁଚାପ: ପ୍ରବଳରୁ ଅତି ପ୍ରବଳ ବର୍ଷିବ

ଭୁବନେଶ୍ୱର,୨୭।୮(ଅନୁରାଧା ମହାରଣା): ଗାଙ୍ଗେୟ ପଶ୍ଚିମବଙ୍ଗ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ ଓ ଦକ୍ଷିଣପୂର୍ବ ବଙ୍ଗୋପସାଗରରୁ ଉତ୍ତରପୂର୍ବ ବଙ୍ଗୋପସାଗର ପର୍ଯ୍ୟନ୍ତ ବ୍ୟାପିଥିବା ମନ୍‌ସୁନ୍‌ ଟ୍ରପ୍‌ ଲାଇନ ପାଇଁ ବର୍ଷା ଜାରି ରହିଛି। ତେବେ ସୃଷ୍ଟ ଲଘୁଚାପ ୨୮ ତାରିଖ ମଧ୍ୟରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗାଙ୍ଗେୟ ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ ଓ ଆଖପାଖ ଅଞ୍ଚଳ ସମେତ ଉତ୍ତର ଓଡ଼ିଶା ଅତିକ୍ରମ କରିବ। ତେବେ ୨୯ରେ ଆଉ ଏକ ଲଘୁଚାପ କ୍ଷେତ୍ର ପୂର୍ବ ଓ ଉତ୍ତର ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସୃଷ୍ଟିହେବ। ଏହା ପ୍ରଭାବରେ ଆସନ୍ତା ୩୦ ତାରିଖ ପର୍ଯ୍ୟନ୍ତ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି।
ମଙ୍ଗଳବାର ଉତ୍ତର ଓଡ଼ିଶା ସମେତ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ବିଶେଷକରି ମୟୂରଭଞ୍ଜ, କେନ୍ଦୁଝର, ଯାଜପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, ବୌଦ୍ଧ, ସୋନପୁର, ବଲାଙ୍ଗୀର, ନୂଆପଡ଼ା, କୋରାପୁଟ ଓ ମାଲକାନଗିରିରେ ୭ରୁ ୧୧ ସେ.ମି. ବର୍ଷା ହେବା ସମ୍ଭାବନା ଥିବାରୁ ଏସବୁ ଜିଲାକୁ ପାଣିପାଗ କେନ୍ଦ୍ର ୟେଲୋ ଓ୍ବାର୍ନିଂ ଜାରି କରିଛି। ସେହିପରି ୨୯ ତାରିଖ ପର୍ଯ୍ୟନ୍ତ ବର୍ଷା ନେଇ ବିଭିନ୍ନ ଜିଲାକୁ ୟେଲୋ ଓ୍ବାର୍ନିଂ ରହିଥିବାବେଳେ ୩୦ରେ କେତେକ ଜିଲାରେ ଅତି ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି। ଏନେଇ କେତେକ ଜିଲାକୁ ଅରେଞ୍ଜ ଓ ଅନ୍ୟ କେତେକ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗାଡି ଧକ୍କାରେ ଚାଲିଗଲା ମହିଳାଙ୍କ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଲାଞ୍ଜିଗଡ଼, ୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଆଶ୍ରମପଡା ନିକଟରେ ଗୁରୁବାର ଏକ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।...

ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣ: ଚାଲିଗଲା ୨୪ ଜୀବନ

କିଭ୍‌,୧ା୧ରୁଷିଆ ଅଧିକୃତ ଖେର୍‌ସନ ଅଞ୍ଚଳର ଏକ ଗ୍ରାମରେ ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣରେ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନୂ୍ୟନ ୫୦ ଜଣ ଆହତ ହୋଇଛନ୍ତି।...

Self Care Routine:୨୦୨୬ରେ ନିଜର ଯତ୍ନ ନେବାକୁ କରିଛନ୍ତି କି ପ୍ରତିଜ୍ଞା? ଜାଣି ରଖନ୍ତୁ କିଛି ଟିପ୍ସ

ଆଜିର ବ୍ୟସ୍ତବହୁଳ ଜୀବନଚର୍ଯ୍ୟା ମଧ୍ୟରେ ନିଜର ଯତ୍ନ(ସେଲ୍ଫ କେୟାର) ଅତ୍ୟନ୍ତ ଜରୁରୀ। କାରଣ ଯେତେବେଳେ ଆମେ ନିଜର ଯତ୍ନ ନେଉନା, ସେତେବେଳେ ଧୀରେ ଧୀରେ ଥକାପଣ,...

ନୂଆବର୍ଷରେ IAS ସ୍ତରରେ ବଡ଼ଧରଣ ଅଦଳବଦଳ, ବଦଳାଇଲେ ଏହି ଜିଲାପାଳ

ଭୁବନେଶ୍ୱର,୧।୧: ନୂଆବର୍ଷର ପ୍ରଥମ ଦିନରେ ରାଜ୍ୟ ପ୍ରଶାସନିକ ସ୍ତରରେ ଏକ ବଡ଼ଧରଣର ଅଦଳବଦଳ କରାଯାଇଛି। ବରିଷ୍ଠ IAS ଅଧିକାରୀମାନଙ୍କୁ ନୂତନ ଦାୟିତ୍ୱ ପ୍ରଦାନ କରିଛନ୍ତି ରାଜ୍ୟ...

ଆରଡିସିଙ୍କ ଘୋଷଣା: ୫ତାରିଖ ବରଗଡ଼ ଉପଖଣ୍ଡରେ…

ମଥୁରାନଗରୀ,୧।୧(ପ୍ରେମାନନ୍ଦ ଖମାରୀ)- ବରଗଡ଼ରେ ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଚାଲିଛି। ଏହି ମହୋତ୍ସବ ଆସନ୍ତା ୩ତାରିଖ ଶନିବାର କଂସବଧ ସହିତ ସରିବ। ତିଥି...

ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ

ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...

ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ

ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...

ଜାନୁଆରୀ ୨୦୨୬ରେ କ’ଣ କରିବେ ଏବଂ କ’ଣ ନ କରିବେ; ରାଶି ଅନୁସାରେ ଜାଣନ୍ତୁ…

ନୂଆବର୍ଷ ୨୦୨୬ ଆରମ୍ଭ ହୋଇସାରିଛି ଏବଂ ଜାନୁଆରି ମାସ ସବୁ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ସନ୍ଦେଶ ଆଣିଛି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଏହି ମାସରେ ଗ୍ରହମାନଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri