ବିଜେଡିରୁ ବିଦା ହେଲେ ଜିଲା ପରିଷଦ ସସ୍ମିତା ମାଝୀ

ଭୁବନେଶ୍ୱର,୨୭।୮: ଚାକିରି ଦେବା ନାଁରେ ଟଙ୍କା ଠକେଇ ଅଭିଯୋଗ ପରେ ବିଜେଡିରୁ ବହିଷ୍କୃତ ହୋଇଛନ୍ତି ମାଲକାନଗିରି ମାଥିଲି-୩ ଜିଲା ପରିଷଦ ସଭ୍ୟା ସସ୍ମିତା ମାଝୀ। ଏନେଇ ଦଳ ପକ୍ଷରୁ ମଙ୍ଗଳବାର ଏକ ବିଜ୍ଞପ୍ତି ମାଧ୍ୟମରେ ଏହି ସୂଚନା ଦିଆଯାଇଛି।

ସୂଚନା ଯୋଗ୍ୟ, ମାଲକାନଗିରି ଏକ ଆଦିବାସୀ ବହୁଳ ଜିଲା। ଏଠି ବେକାରି ସଂଖ୍ୟା ଅଧିକ ରହିଛି। ଚାକିରି ପାଇବା ପାଇଁ ଯୁବତୀଯୁବକମାନେ ଆଶା କରିଥିଲେ ମଧ୍ୟ ସୁଯୋଗ ନ ପାଇ ଦଲାଲଙ୍କ ଶିକାର ହେଉଛନ୍ତି। ଜିଲାରେ ଜାଲ ସାର୍ଟିଫିକେଟ, ଆଧାର କାର୍ଡ, ନକଲି ପୋଲିସ ଅଧିକାରୀ, ନକଲି ମାଓବାଦୀ ଆଦି ଅନେକ ଘଟଣାରେ ଅଭିଯୁକ୍ତମାନେ ଗିରଫ ହୋଇଛନ୍ତି। ବର୍ତ୍ତମାନ ଜନ ପ୍ରତିନିଧି ଓ ରାଜନେତାମାନେ ବେକାର ଉଚ୍ଚଶିକ୍ଷିତ ଯୁବତୀ ଯୁବକମାନଙ୍କୁ ଚାକିରି କରାଇଦେବା ନାଁରେ ଟଙ୍କା ଠକେଇ ଘଟଣା ସାମ୍‌ନାକୁ ଆସିଛି।

ମାଲକାନଗିରି ଜିଲା ବିଜେଡିର କେତେକ ଜନ ପ୍ରତିନିଧି ଯୁବତୀ ଯୁବକମାନଙ୍କୁ ଚାକିରି କରାଇଦେବା ନାଁରେ ବହୁ ଲକ୍ଷ ଟଙ୍କା ହଡପ କରି ନେଇଥିବା ମାଥିଲି ଥାନାରେ ଅଭିଯୋଗ ହୋଇଛି। ମାଥିଲି ଥାନା ଅନ୍ତର୍ଗତ ମିଲୁଗୁଡା ଗ୍ରାମର ରବିନାରାୟଣ ପୁହାଣ ମାଥିଲି ଥାନାରେ ଲିଖିତ ଅଭିଯୋଗ କରିଛନ୍ତି, ଯେ, ତାଙ୍କ ପୁଅଙ୍କୁ ଯୋଗାଣ ବିଭାଗରେ ଇନ୍ସପେକ୍ଟର ଚାକିରି କରାଇଦେବା ନାଁରେ ମାଥିଲି ଜିଲା ପରିଷଦ ଜୋନ-୩ ସଭ୍ୟା ସସ୍ମିତା ମାଝି ୨୦୨୩, ଏପ୍ରିଲ ୨୫ରେ ୧ ଲକ୍ଷ ଟଙ୍କା, ଏପ୍ରିଲ ୨୮ ରେ ୩୦ ହଜାର ଟଙ୍କା ନଗଦ ନେଇଥିଲେ।

ପରେ ଭୁବନେଶ୍ୱରରେ ସୁଜାତା ପାଣ୍ଡିଆନଙ୍କ ଭାଇ କହୁଥିବା ରମେଶ ଚନ୍ଦ୍ର ରାଉତଙ୍କ ଆକାଉଣ୍ଟକୁ ଦୁଇଟି କିସ୍ତିରେ ୬ ଲକ୍ଷ ଟଙ୍କା ପଠାଇବାକୁ କହିଥିଲେ। ପରବର୍ତ୍ତୀ ସମୟରେ ତାଙ୍କ କାର୍ଯ୍ୟ ନ ହେବାରୁ ରବିନାରାୟଣ ଏ ସମ୍ପର୍କରେ ସସ୍ମିତାଙ୍କୁ ପଚାରିବାରୁ କିଛି ନ ଶୁଣିବା ସହ ଥାନାରେ କହିଲେ ଜୀବନରେ ମାରିଦେବାକୁ ଧମକ ଦେଇଥିଲେ।

ଫଳରେ ରବିନାରାୟଣ ୧୯ା୮ା୨୪ରେ ମାଥିଲି ଥାନାରେ ଅଭିଯୋଗ କରିଥିଲେ। ଏନେଇ ପୋଲିସ ନଂ. ୧୬୬/୨୪ରେ ମାମଲା ରୁଜୁ କରିଥିଲା। ଘଟଣାର ମାଷ୍ଟର ମାଇଣ୍ଡ ସସ୍ମିତା ମାଝି ଫେରାର ହୋଇଯାଇଥିବା ବେଳେ ଏହାର ମୁଖ୍ୟ ଅଭିଯୁକ୍ତ ରମେଶ ଚନ୍ଦ୍ର ରାଉତଙ୍କୁ କେନ୍ଦ୍ରାପଡ଼ାରୁ ରବିବାର ମାଥିଲି ପୋଲିସ ଗିରଫ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜିଲା ବିଜେଡି କାର୍ଯ୍ୟକାରିଣୀରେ ସ୍ଥାନ ପାଇଲେ ପାଟଣା ନିର୍ବାଚନମଣ୍ଡଳୀର ତୁଙ୍ଗ ନେତା

ପାଟଣା,୨୮ା୧୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ବିଜେଡିର ନୂତନ ଜିଲା କାର୍ଯ୍ୟକାରୀ କମିଟିକୁ ବିଜେଡି ସଭାପତି ତଥା ସୁପ୍ରିମୋ ନବୀନ ପଟ୍ଟନାୟକ ପୁନର୍ଗଠନ କରିଛନ୍ତି। ଏହି...

୧୦୨ ହୋମ୍‌ଗାର୍ଡ ପଦବୀ ପାଇଁ ୪୦୪୦ ପରୀକ୍ଷାର୍ଥୀ, ଚାଲିଛି ଲିଖିତ ପରୀକ୍ଷା

ଝାରସୁଗୁଡ଼ା,୨୮ା୧୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ଜିଲାରେ ଖାଲି ପଡ଼ିଥିବା ୧୦୨ଟି ହୋମଗାର୍ଡ ପଦ ପାଇଁ ରବିବାର ଲିଖିତ ପରୀକ୍ଷା ଅନୁଷ୍ଠିତ ହେଉଛି। ଏହି ପରୀକ୍ଷାରେ ମୋଟ୍‌...

ନେତାନ୍ୟାହୁ-ଟ୍ରମ୍ପଙ୍କ ସାକ୍ଷାତ ପୂର୍ବରୁ ମାସୁଦ୍‌ଙ୍କ ବଡ଼ ଘୋଷଣା: କହିଲେ ଆମ ଦେଶ ଏବେ ଯୁଦ୍ଧ ପାଇଁ…

ତେହରାନ,୨୮ା୧୨: ଇରାନ ରାଷ୍ଟ୍ରପତି ମାସୁଦ୍‌ ପେଜେସ୍କିଆନ କହିଛନ୍ତି, ତାଙ୍କ ଦେଶ ବର୍ତ୍ତମାନ ଆମେରିକା, ଇସ୍ରାଏଲ ଏବଂ ୟୁରୋପ ସହିତ ଏକ ପୂର୍ଣ୍ଣାଙ୍ଗ ଯୁଦ୍ଧରେ ଲିପ୍ତ। ସୋମବାର...

ଭରସା କଲେ ନବୀନ: ସିଲୁଙ୍କୁ ମିଳିଲା ଗୁରୁଦାୟତ୍ୱ, କହିଲେ…

କେସିଙ୍ଗା,୨୮।୧୨(ତୁମେଶ୍ୱର ସାହୁ): ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଅନୁମୋଦନ କ୍ରମେ ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ସାରା ରାଜ୍ୟରେ ନୂତନ ବିଜେଡି ପଦାଧିକାରୀମାନଙ୍କ...

ଶୀତ ମହୋତ୍ସବ ଲାଗି ଗାଁ ଗାଁରେ ଉତ୍କଣ୍ଠା, ଉତ୍ସାହ

ଦାରିଙ୍ଗବାଡି, ୨୮।୧୨ (ଅରୁଣ ସାହୁ ): ଆଉ କିଛି ଦିନର ଅପେକ୍ଷା। ଶୀତ ମହୋତ୍ସବ ୨୦୨୬ ପାଇଁ ଦାରିଙ୍ଗବାଡି ଏବେ ଠାରୁ ଉତ୍ସବମୁଖର ହୋଇପଡିଛି। ଗାଁ...

ଧନୁଯାତ୍ରା ରାଜ ଦରବାରରେ ଉଚ୍ଚଶିକ୍ଷା, ସଂସ୍କୃତି ମନ୍ତ୍ରୀ କହିଲେ ଅସ୍ମିତାର କଥା…

ମଥୁରାନଗରୀ,୨୮।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ଚତୁର୍ଥ ଦିବସରେ ଗୋପପୁର ଦୃଶ୍ୟାଭନିନୟ ଗୁଡ଼ିକ ଚିତ୍ତାକର୍ଷକ ଥିଲା। କୃଷ୍ଣଙ୍କ ବାଲ୍ୟଲୀଳା ଦେଖିବାକୁ ନାହିଁ...

ଚୋରକୁ କାବୁ କରି ବିଦ୍ୟୁତ୍‌ ଖୁଣ୍ଟରେ ବାନ୍ଧିଲେ ଲୋକେ, ପ୍ରବଳ ମାଡ଼ ମାରିବା ପରେ…

ଭଦ୍ରକ,୨୮ା୧୨(ସନାତନ ରାଉତ): ଚୋରି କରୁଥିବାବେଳେ ଜଣେ ନିଶାଡ଼ି ଯୁବକଙ୍କୁ କାବୁ କରି ବିଦ୍ୟୁତ୍‌ ଖୁଣ୍ଟରେ ବାନ୍ଧି ଦେଲେ ଗ୍ରାମବାସୀ। ପ୍ରବଳ ମାଡ଼ ମାରିବା ପରେ ପୋଲିସକୁ...

ଡ୍ରାଇଭର ମହାସଂଘର ଉପସଭାପତି ସନ୍ତୋଷଙ୍କୁ ଝୁରୁଛନ୍ତି ଅଞ୍ଚଳବାସୀ, କଂଗ୍ରେସ ପତାକା ଉପରେ ଢାଙ୍କି ଦେଇ ନେତା…

ଦାରିଙ୍ଗବାଡ଼ି,୨୮ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଓଡ଼ିଶା ଡ୍ରାଇଭର ମହାସଂଘର ଉପସଭାପତି ସନ୍ତୋଷ ଦିଗାଲଙ୍କ ବିୟୋଗରେ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ପ୍ରକାଶ ଯେ,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri