Posted inଜାତୀୟ

ଆର୍‌.ଜି. କର ହସ୍ପିଟାଲରେ ପଶିଲା ଇଡି

ନୂଆଦିଲ୍ଲୀ,୨୮।୮:ଟ୍ରେନି ମହିଳା ଡାକ୍ତର ବଳାତ୍କାର ଓ ହତ୍ୟା ଘଟଣାକୁ ନେଇ ଚର୍ଚ୍ଚାରେ ଥିବା କୋଲକାତାର ଆର୍‌.ଜି. କର ମେଡିକାଲ କଲେଜ ଓ ହସ୍ପିଟାଲରେ ବ୍ୟାପକ ଆର୍ଥତ୍କ ଅନିୟମିତତା ଅଭିଯୋଗ ହୋଇଥିଲା। କୋଲକାତା ହାଇକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ସିବିଆଇ ଏହାର ତଦନ୍ତ ଚଳାଇଥିବାବେଳେ ମାମଲାର ମନିଲଣ୍ଡରିଂ ଦିଗ ଉପରେ ତଦନ୍ତ ପାଇଁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ନିଷ୍ପତ୍ତି ନେଇଛି। ସିବିଆଇ ଏତଲା ଆଧାରରେ ସଂଘୀୟ ତଦନ୍ତକାରୀ ସଂସ୍ଥା ମନିଲଣ୍ଡରିଂ ପ୍ରତିକାର ଆଇନ (ପିଏମ୍‌ଏଲ୍‌ଏ)ର ବିଭିନ୍ନ ଧାରାରେ ଏନ୍‌ଫୋର୍ସମେଣ୍ଟ କେସ୍‌ ଇନ୍‌ଫର୍ମେଶନ ରିପୋର୍ଟ (ଇସିଆଇଆର୍‌) ଦାଖଲ କରିଛି। ଇଡି ମେଡିକାଲ କଲେଜ ଓ ହସ୍ପିଟାଲର ବ୍ୟାଙ୍କ୍‌ କାରବାର ସମ୍ପର୍କିତ କାଗଜପତ୍ର, ହସ୍ପିଟାଲ ଓ ମେଡିକାଲ କଲେଜ ପାଇଁ କିଣାଯାଇଥିବା ବିଭିନ୍ନ ସାମଗ୍ରୀର ଦସ୍ତାବିଜ୍‌ ଆଦି ବିଭିନ୍ନ ସୂତ୍ରରୁ ସଂଗ୍ରହ କରିଛି। ପୂର୍ବତନ ପ୍ରିନ୍ସପାଲ ସନ୍ଦୀପ୍‌ ଘୋଷଙ୍କ ସମୟରେ ଏହି ଅନିୟମିତତା ହୋଇଥିବାରୁ ଖୁବ୍‌ ଶୀଘ୍ର ତାଙ୍କ ସମେତ ଅନ୍ୟମାନଙ୍କୁ ଜେରା ଓ ବୟାନ ରେକର୍ଡ ପାଇଁ ଇଡି ଡାକିପାରେ। ପୂର୍ବରୁ ସିବିଆଇ ଆର୍ଥତ୍କ ଅନିୟମିତତା ମାମଲାରେ ସନ୍ଦୀପ୍‌ଙ୍କ ସମେତ କୋଲକାତାର ୩ଟି ଘରୋଇ ଯୋଗାଣକାରୀ ସଂସ୍ଥା ନାମରେ ମାମଲା ରୁଜୁ କରିଛି। ଗତ ରବିବାର କେନ୍ଦ୍ରୀୟ ତଦନ୍ତ ବ୍ୟୁରୋର ଅଧିକାରୀମାନେ ସନ୍ଦୀପ୍‌ଙ୍କ ସମେତ ମେଡିକାଲର ପୂର୍ବତନ ସୁପରିଣ୍ଟେଣ୍ଡେଣ୍ଟ ସଞ୍ଜୟ ବଶିଷ୍ଠ ଓ ଅନ୍ୟ ୧୩ ଜଣଙ୍କ ଘରେ ଚଢ଼ାଉ କରିଥିଲେ। ଏହି ଚଢ଼ାଉ ବେଳେ ଆର୍ଥତ୍କ ଅନିୟମିତତା ସମ୍ପର୍କିତ ଅନେକ ଦସ୍ତାବିଜ୍‌ ଜବତ ହୋଇଥିବା ସିବିଆଇର ଜଣେ ଅଧିକାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସାନ୍ତାଳୀ ଭାଷାରେ ଉନ୍ମୋଚନ ହେଲା ଭାରତର ସମ୍ବିଧାନ: ରାଷ୍ଟ୍ରପତି କହିଲେ, ଗର୍ବର ବିଷୟ

ନୂଆଦିଲ୍ଲୀ,୨୫ା୧୨:ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ସାନ୍ତାଳୀ ଭାଷାରେ ଭାରତର ସମ୍ବିଧାନକୁ ଉନ୍ମୋଚନ କରିଛନ୍ତି। ରାଷ୍ଟ୍ରପତି ଭବନରେ ଏହାର ଉନ୍ମୋଚନ କରାଯାଇଛି। ୨୦୦୩ର ଆଇନରେ ସଂଶୋଧନ ଅଣାଯାଇ...

ମାତ୍ର ୫ ଦିନରେ ଦୋଷୀଙ୍କୁ ମିଳିଲା ଦଣ୍ଡ: କୋର୍ଟଙ୍କ ରାୟଙ୍କ ଦେଖି ଲୋକେ ଆଶ୍ଚର୍ଯ୍ୟ

ଜୟପୁର,୨୫।୧୨: ରାଜସ୍ଥାନର କୋଟପୁଟଲି-ବେହରର ଜିଲାରେ ଏକ ଚୋରି ମାମଲାରେ ଅଭିଯୁକ୍ତକୁ ପାଞ୍ଚ ଦିନ ମଧ୍ୟରେ କୋର୍ଟ ଦଣ୍ଡାଦେଶ ଶୁଣାଇଛି। କୋର୍ଟ ତାଙ୍କୁ ଦୁଇ ବର୍ଷ ଜେଲଦଣ୍ଡ...

ବରଗଡ଼ ଧନୁଯାତ୍ରା: ଦେବକୀଙ୍କ କୋଳରେ ଜନ୍ମନେଲେ ଶ୍ରୀକୃଷ୍ଣ

ମଥୁରାନଗରୀ,୨୫।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବର ଦ୍ୱିତୀୟ ଦିବସ ଗୁରୁବାରରେ ମଥୁରାନଗରୀର ଲୋକ ମଣ୍ଡପ ପଡ଼ିଆରେ ରଙ୍ଗମହଲ ଉଦଘାଟିତ ହୋଇଛି। ଜିଲାପାଳ ଆଦିତ୍ୟ ଗୋୟଲ ଏହି...

ଗୁଲୁଆଙ୍କ ପାଲଟା ଅଭିଯୋଗ: ‘ମୋତେ ଶାରୀରିକ ସମ୍ପର୍କ ରଖିବାକୁ ମନା କରିଥିଲେ ବର୍ଷା, ମୁଁ ନୁହେଁ ବରଂ ସେ… 

ଭୁବନେଶ୍ୱର,୨୫।୧୨: ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି।...

ନୂଆବର୍ଷରେ ଫିଟିବ ପୂଜାଙ୍କ ଭାଗ୍ୟ

ଅଭିନେତ୍ରୀ ପୂଜା ହେଗଡେ ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଶିଳ୍ପରେ ମଧ୍ୟ ବହୁତ ପ୍ରସିଦ୍ଧ। ୨୦୧୬ରେ ସେ ମୋହେଞ୍ଜୋଦାରୋ ସହିତ ଡେବ୍ୟୁ କରିଥିଲେ। ଏହା ବକ୍ସ ଅଫିସରେ...

୧୭ ବର୍ଷ ପରେ ପୁଣି ଚର୍ଚ୍ଚାରେ ଗସମା ଜଙ୍ଗଲ: ମାଓବାଦୀ ସଂଗଠନକୁ ଶକ୍ତ ଧକ୍କା, ପୋଲିସକୁ ବଡ ସଫଳତା 

ଭଞ୍ଜନଗର,୨୫।୧୨(ବାବୁଲା ପ୍ରଧାନ)- ଦୀର୍ଘ ୧୭ ବର୍ଷ ପରେ ପୁଣି ଚର୍ଚ୍ଚାକୁ ଆସିଛି ଗସମା ଜଙ୍ଗଲ । ୨୦୦୮ ମସିହା ଫେବୃୟାରୀ ମାସ ୧୫ ତାରିଖ ରାତିରେ...

ବଡ଼ ଧୂମଧାମରେ ପାଳିତ ହେଲା ବଡ଼ଦିନ: ପୁଣି ବର୍ଷେ ଅପେକ୍ଷା

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ): ଆସିଛି ଖୁସିର ମୁହୂର୍ତ୍ତ। ଯୀଶୁଖ୍ରୀଷ୍ଟଙ୍କ ଆଗମନକୁ ନେଇ ସବୁଠି ଖୁସି ଓ ଆନନ୍ଦର ମୁହୂର୍ତ୍ତ ଘରେ ଘରେ ଜମିଛି ମିଠା...

ଭଉଣୀଙ୍କୁ ଅସଦାଚରଣ କରିଥିଲେ ଭାଇ, ଅଭିଯୋଗ ହେବାପରେ ଘଟିଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମକୋଇ ପଞ୍ଚାୟତ ସିନ୍ଧୁଖାଳି ଗ୍ରାମରେ ଭଉଣୀଙ୍କୁ ଅସଦାଚରଣ ସହ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri