ରେଳ ପ୍ରକଳ୍ପ ବିକାଶକୁ ତ୍ୱରାନ୍ବିତ କରିବ

ଭୁବନେଶ୍ୱର,୨୯।୮(ଅନିଲ ଦାସ): ଓଡ଼ିଶାର ୨ ନୂଆ ରେଳ ଲାଇନ ଓ ଗୋଟିଏ ମଲ୍ଟି-ଟ୍ରାକିଂ ପ୍ରକଳ୍ପକୁ ବୁଧବାର କେନ୍ଦ୍ର କ୍ୟାବିନେଟ ମଞ୍ଜୁରୀ ମିଳିଛି। ବରଗଡ଼ ରୋଡ ଓ ନୂଆପଡ଼ା ରୋଡ ୧୩୮କି.ମି. ନୂଆ ରେଳ ଲାଇନ ନିର୍ମାଣ ପାଇଁ ୨୯୨୬କୋଟି ଟଙ୍କା ବ୍ୟୟ ବରାଦ କରାଯାଇଛି। ଏହି ଲାଇନ ହେବା ପରେ ବରଗଡ଼ରୁ ରାୟପୁରକୁ ଯୋଗାଯୋଗ ସହଜ ହେବ। ସେହିପରି ସୁନ୍ଦରଗଡ଼ ଜିଲା ସରଡେଗାରୁ ଛତିଶଗଡ଼ର ଭଲୁମୁଡାକୁ ୩୭ କି.ମି. ନୂଆ ଡବଲ ଲାଇନ ପାଇଁ ୧୩୬୦କୋଟି ଟଙ୍କା ବ୍ୟୟବରାଦ କରାଯାଇଛି। ସେହିପରି ଜାମସେଦପୁର-ଆସାନସୋଲ ମଧ୍ୟରେ୧୨୧କି.ମି. ଲମ୍ବ ତୃତୀୟ ଲାଇନ ପାଇଁ ୨୧୭୦କୋଟି ଟଙ୍କା ବ୍ୟୟବରାଦ ହୋଇଛି। ନୂଆ ରେଳ ପ୍ରକଳ୍ପ ଯୋଗାଯୋଗ ବ୍ୟବସ୍ଥାରେ ସୁଧାର ଆଣିବା ସହ ଯାତ୍ରାକୁ ସହଜ କରିବ। ଓଡ଼ିଶାର ବିକାଶ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ କେନ୍ଦ୍ର କ୍ୟାବିନେଟ୍‌ରେ ନିଆଯାଇଥିବା ନିଷ୍ପତ୍ତି ଓଡ଼ିଶାବାସୀଙ୍କ ଲାଗି ସ୍ମରଣୀୟ ହୋଇ ରହିବ। ଓଡ଼ିଶାର ରେଳ ବିକାଶ ପାଇଁ ୪୨୩୪କୋଟି ଟଙ୍କା ବ୍ୟୟରେ ଏସବୁ ପ୍ରକଳ୍ପ ନିର୍ମାଣ ହେବାକୁ ଯାଉଛି। ଓଡ଼ିଶାର ସାମଗ୍ରିକ ବିକାଶ ଲାଗି ପ୍ରଧାନମନ୍ତ୍ରୀ ମୋଦିଙ୍କ ପ୍ରତିଶ୍ରୁତିବଦ୍ଧତା ପାଇଁ ରାଜ୍ୟ ସଭାପତି ମନମୋହନ ସାମଲ ତାଙ୍କୁ କୃତଜ୍ଞତା ଜଣାଇବା ସହିତ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ଧନ୍ୟବାଦ ଜଣାଇଛନ୍ତି। ମନମୋହନ କହିଛନ୍ତି, କେନ୍ଦ୍ର କ୍ୟାବିନେଟ୍‌ରେ ମଞ୍ଜୁର ହୋଇଥିବା ପ୍ରକଳ୍ପଗୁଡ଼ିକ ଓଡ଼ିଶାବାସୀଙ୍କ ସ୍ବାର୍ଥ ପୂରଣ କରିବ। ନୂତନ ରେଳ ପ୍ରକଳ୍ପ ଯୋଗୁ ଓଡ଼ିଶାର ଆର୍ଥତ୍କ ବିକାଶ ଦୃଢ଼ ହେବ। ବିଶେଷଭାବେ ପଶ୍ଚିମ ଓଡ଼ିଶାରେ ଗମନାଗମନ ଦୃଢ଼ ହେବା ସହ କୃଷି, ଶିଳ୍ପ, ପର୍ଯ୍ୟଟନ ଓ ଅନ୍ୟାନ୍ୟ କ୍ଷେତ୍ରର ବିକାଶ ହୋଇପାରିବ। ବନଜାତ ଦ୍ରବ୍ୟକୁ ରାଜ୍ୟ ତଥା ରାଜ୍ୟ ବାହାରକୁ ପହଞ୍ଚାଯାଇ ପାରିବ ଏବଂ ସ୍ଥାନୀୟ ବାସିନ୍ଦାଙ୍କ ଆର୍ଥିକ ସ୍ଥିତି ମଜଭୁତ ହେବ।
ରାଜ୍ୟରେ ନୂତନ ଶିଳ୍ପାନୁଷ୍ଠାନ ପ୍ରତିଷ୍ଠା ତ୍ୱରାନ୍ବିତ ହେବ। ଏଥିରେ ରାଜ୍ୟରେ ଲକ୍ଷାଧିକ ଓଡ଼ିଆ ଯୁବତୀଯୁବକଙ୍କ ପାଇଁ ପ୍ରତ୍ୟକ୍ଷ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ ବୋଲି ମନମୋହନ କହିଛନ୍ତି।
କେନ୍ଦ୍ରରେ ମୋଦି ସରକାର ଗଠନ ଦିନରୁ ଓଡ଼ିଶାର ବିକାଶକୁ ପ୍ରାଧାନ୍ୟ ଦିଆଯାଉଛି। ବିଜେଡି ସରକାର ଅମଳରେ ରାଜନୈତିକ ଇଚ୍ଛାଶକ୍ତି ଅଭାବରୁ କେନ୍ଦ୍ରୀୟ ପ୍ରକଳ୍ପଗୁଡ଼ିକୁ ବାସ୍ତବ ରୂପ ମିଳି ପାରୁ ନ ଥିଲା ଏବଂ ଓଡ଼ିଶାରେ ବିକାଶ ବାଧାପ୍ରାପ୍ତ ହେଉଥିଲା। ମାତ୍ର ଏବେ ଓଡ଼ିଶାରେ ଡବଲ ଇଞ୍ଜିନ୍‌ ସରକାର ଗଠନ ହୋଇଥିବାରୁ ସମସ୍ତ ବାଧା ଦୂର ହୋଇଛି ବୋଲି ମନମୋହନ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri