ଯୁବକ ପାଇଲେ ନୂଆ ପରିଚୟ: ଅଜୟରୁ ଏବେ ରିଙ୍କି

ଜଳେଶ୍ୱର,୩୦ା୮(ନବୀନ ସାହୁ): ଥିଲେ ପୁଅ, ହେଲେ ଝିଅ। ଦିଲ୍ଲୀର ଏକ ଘରୋଇ ହସ୍‌ପିଟାଲରେ ବିରଳ ଅସ୍ତ୍ରୋପଚାର ପରେ ଜଣେ ଯୁବକ ପାଇଛନ୍ତି ନୂଆ ପରିଚୟ। ସମାଜରେ ନାରୀମାନଙ୍କ ଉପରେ ହେଉଥିବା ଅତ୍ୟାଚାର ଓ କନ୍ୟା ଭ୍ରୂଣ ହତ୍ୟାକୁ ରୋକିବା ସହ ଅବହେଳିତ ମହିଳାଙ୍କୁ ନ୍ୟାୟ ଦେବା ପାଇଁ ଏଭଳି ନିଷ୍ପତ୍ତି ନେଇଛନ୍ତି ବାଲେଶ୍ବର ଜିଲା ଜଳେଶ୍ବର ବ୍ଲକ ନମକାନା ଗ୍ରାମର ଅଜୟ ବାରିକ(୩୮)। ପାଠପଢା ଶେଷ ହେବା ପରେ କୋଲକାତାରେ ରହି ଏକ ଘରୋଇ କମ୍ପାନୀରେ କାର୍ଯ୍ୟ କରୁଥିଲେ। ଦେଶ ସ୍ବାଧୀନ ହେବାର ୭୮ ବର୍ଷ ପରେ ବି ନାରୀ ଅସୁରକ୍ଷିତ। ତେଣୁ ଆଜିର ସମାଜରେ ପୁଅ ଅପେକ୍ଷା ଝିଅ ଜନ୍ମ ହେଲେ ଲୋକଙ୍କ ମନରେ ଘୃଣା ଭାବ ଜାଗ୍ରତ ହେଉଛି। ମହିଳାମାନଙ୍କ ଦୁଃଖ, କଷ୍ଟ ଏବଂ ଯନ୍ତ୍ରଣାକୁ ଜଣେ ମହିଳା ହିଁ ବୁଝିପାରିବ। ତେଣୁ ପୁଅରୁ ଝିଅ ହୋଇ ସମାଜ ପାଇଁ କିଛି ନୂଆ ବାର୍ତ୍ତା ଦେବା ପାଇଁ ଏଭଳି ପଦକ୍ଷେପ ଗ୍ରହଣ କରିଥିବା ସେ କହିଛନ୍ତି। ନିଜ ପରିବାର ଲୋକଙ୍କ ସହମତି କ୍ରମେ ୨୦୨୨ ଡିସେମ୍ବରରେ ଦିଲ୍ଲୀସ୍ଥିତ ଓଲମେକ ହସପିଟାଲର ଡାକ୍ତର ନରେନ୍ଦ୍ର କୌଶିକଙ୍କ ତତ୍ତ୍ୱାବଧାନରେ ଅସ୍ତ୍ରୋପଚାର କରାଇଥିଲେ ଅଜୟ। ସମସ୍ତ ପରୀକ୍ଷା ନିରୀକ୍ଷା ପରେ ବିଶେଷଜ୍ଞ ଡାକ୍ତରୀ ଟିମ୍‌ଙ୍କ ଦ୍ବାରା ଅନେକ ପ୍ରକାର ସର୍ଜରୀ କରାଯିବା ସହ ପ୍ରାୟ ୬ଲକ୍ଷ ଟଙ୍କା ଖର୍ଚ୍ଚ ହେବା ପରେ ସେ ଅଜୟ ବାରିକରୁ ରିଙ୍କି ବାରିକର ପରିଚୟ ପାଇଥିଲେ। ସେବେଠାରୁ ସେ ବିଭିନ୍ନ ସଙ୍ଗଠନ ସହ ଜଡିତ ହୋଇ ନାରୀ ସଶକ୍ତୀକରଣ ଏବଂ ସମାଜରେ ଅବହେଳିତ, ନିଷ୍ପେସିତ ନାରୀମାନଙ୍କୁ ନ୍ୟାୟ ପ୍ରଦାନ ପାଇଁ କାର୍ଯ୍ୟ କରୁଛନ୍ତି। ନିକଟରେ ଗଁାକୁ ଆସିବା ପରେ ଅଜୟ ଲିଙ୍ଗ ପରିବର୍ତ୍ତନ କରିଥିବା ସମ୍ପର୍କରେ ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri