Posted inଜାତୀୟ

ମୋଦିଙ୍କୁ ପୁଣି ଚିଠି ଲେଖିଲେ ମମତା, ଭାଜପା କହିଲା ମମତା ଜଣେ…

କୋଲକାତା,୩୦।୮: କୋଲକାତା ବଳାତ୍କାର-ହତ୍ୟା ମାମଲାକୁ ନେଇ ଚାଲିଥିବା ବିରୋଧ ମଧ୍ୟରେ ଚିଠି ଉପରେ ରାଜନୀତି ଚାଲିଛି। ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପୁଣି ଥରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖିଛନ୍ତି। ଏଥିରେ ସେ କହିଛନ୍ତି ଯେ ପ୍ରଧାନମନ୍ତ୍ରୀଙ୍କ ପୂର୍ବ ଚିଠି ସମ୍ପର୍କରେ କୌଣସି ଉତ୍ତର ମିଳିନାହିଁ। ଏହାପରେ ଭାଜପା କହିଛି, ମମତା ବାନାର୍ଜୀ ଜଣେ ମିଥ୍ୟାବାଦୀ। ତାଙ୍କୁ ସରକାରଙ୍କ ପକ୍ଷରୁ ଜବାବ ମିଳିଛି। ଚିଠି ଲେଖିବା ପରିବର୍ତ୍ତେ ମମତାଙ୍କୁ ପ୍ରଶ୍ନର ଉତ୍ତର ଦେବା ଉଚିତ୍‌।

କୋଲକାତାର ଟ୍ରେନି ମହିଳା ଡାକ୍ତରଙ୍କ ସହ ହୋଇଥିବା ଅତ୍ୟାଚାରକୁ ନେଇ ଡାକ୍ତରମାନେ ପ୍ରଦର୍ଶନ କରୁଛନ୍ତି। ଏହି ମାମଲାର ତଦନ୍ତ ସିବିଆଇ ହାତରେ ଅଛି। ଏହି ସମୟରେ ଅଭିଯୁକ୍ତଙ୍କୁ ମୃତ୍ୟୁଦଣ୍ଡ ଦିଆଯାଉ ବୋଲି ସବୁ ଦିଗରୁ ଦାବି ଉଠିଛି। ଏପରି ଦାବି କରୁଥିବା ଲୋକଙ୍କ ମଧ୍ୟରେ ମମତା ବାନାର୍ଜୀ ମଧ୍ୟ ଅନ୍ତର୍ଭୁକ୍ତ । ଅଗଷ୍ଟ ୨୨ରେ ମମତା ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଏକ ଚିଠି ଲେଖିଥିଲେ ଯେଉଁଥିରେ ବଳାତ୍କାରର ଅପରାଧୀଙ୍କ ପାଇଁ ସରକାର କଠୋର ଆଇନ ପ୍ରଣୟନ କରିବାକୁ ଦାବି କରିଥିଲେ। ହେଲେ ପ୍ରଧାନମନ୍ତ୍ରୀଙ୍କଠାରୁ କିଛି ଉତ୍ତର ପାଇନଥିବା ଦର୍ଶାଇ ପୁଣି ଥରେ ମମତା ପିଏମ ମୋଦିଙ୍କୁ ଚିଠି ଲେଖିଛନ୍ତି।

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଲେଖାଯାଇଥିବା ଚିଠିର ଉତ୍ତରରେ ଭାଜପା ନେତା ଅମିତ ମାଲଭିଆ କେନ୍ଦ୍ର ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଅନ୍ନପୂର୍ଣ୍ଣା ଦେବୀଙ୍କ ଚିଠିକୁ ଶେୟାର କରି ମମତାଙ୍କୁ ମିଥ୍ୟାବାଦୀ ବୋଲି କହିଛନ୍ତି। ସେ କହିଛନ୍ତି, ମମତା ବାନାର୍ଜୀ ଜଣେ ମିଥ୍ୟାବାଦୀ। କେନ୍ଦ୍ର ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଅନ୍ନପୂର୍ଣ୍ଣା ଦେବୀ ଅଗଷ୍ଟ ୨୫ରେ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀଙ୍କୁ ଉତ୍ତର ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶିଶିର ସରସ ମେଳା-୨୦୨୬ରେ ୩୦ କୋଟି ଟପିଲା ବ୍ୟବସାୟ

ଭୁବନେଶ୍ୱର,୨୦।୧: ରାଜଧାନୀରେ ଚାଲିଥିବା ଜାତୀୟ ସ୍ତରୀୟ ‘ଶିଶିର ସରସ ମେଳା-୨୦୨୬’ ମଙ୍ଗଳବାର ଉଦଯାପିତ ହୋଇଯାଇଛି। ଚଳିତ ବର୍ଷ ଏହି ମେଳା ବିକ୍ରି ଏବଂ ଜନସମାଗମ କ୍ଷେତ୍ରରେ...

ବାଲେଶ୍ୱରରେ ସଂଖ୍ୟାଲଘୁ ଯୁବକଙ୍କ ହତ୍ୟା: ନବୀନଙ୍କ ଗଭୀର ଦୁଃଖ ପ୍ରକାଶ

ଭୁବନେଶ୍ୱର,୨୦।୧: ବାଲେଶ୍ୱର ଜିଲାରେ ଗୋ-ଚାଲାଣ ଅଭିଯୋଗରେ ଜଣେ ସଂଖ୍ୟାଲଘୁ ସମ୍ପ୍ରଦାୟର ଯୁବକଙ୍କୁ ହତ୍ୟା ଘଟଣାରେ ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ...

୨୦୦୦ ଟଙ୍କାର ଛୋଟିଆ SIP କରିବ କୋଟିପତି, ଜାଣନ୍ତୁ କିଭଳି ନିବେଶ… 

ନୂଆଦିଲ୍ଲୀ, ୨୦।୧: କ’ଣ ୨୦୦୦ର ଛୋଟ SIPରୁ ଆପଣ କୋଟିପତି ହୋଇପାରିବେ? ଉତ୍ତର ହେଉଛି ହଁ! କେବଳ ଧୌର୍ଯ୍ୟ ଏବଂ ସମୟର ଆବଶ୍ୟକତା ରହିଛି। ଏସ୍‌ଆଇପି,...

୨୭ ବର୍ଷ ପରେ ନକ୍ଷତ୍ର ପରିବର୍ତ୍ତନ କଲେ ଶନି, ଏହି ୩ ରାଶିର ବଦଳିବ ଭାଗ୍ୟ…

ଜାନୁଆରୀ ୨୦ ତାରିଖ ଅର୍ଥାତ୍ ଆଜିର ଦିନରୁ ଶନିଦେବ ଉତ୍ତରା ଭାଦ୍ରପଦ ନକ୍ଷତ୍ରରେ ପ୍ରବେଶ କରିବାକୁ ଯାଉଛନ୍ତି । ଜ୍ୟୋତିଷ ଶାସ୍ତ୍ରର ଗଣନା ଅନୁଯାୟୀ ପାଖାପାଖି...

ନିରଞ୍ଜନଙ୍କୁ ଗୁରୁଦାୟିତ୍ୱ: ରାଜ୍ୟ ସରପଞ୍ଚ ମହାସଂଘର ଉପଦେଷ୍ଟା ହେଲେ …

ଦିଗପହଣ୍ଡି,୨୦|୧(ଅଶେଷନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକର ପୂର୍ବତନ ସମିତି ସଭ୍ୟ ତଥା ରେଡ୍ଡୀ ସମାଜ ଦିଗପହଣ୍ଡି ଜୋନର ସଭାପତି ଏମ୍ . ନିରଞ୍ଜନ ରେଡ୍ଡୀଙ୍କୁ...

ପ୍ରତିରକ୍ଷା କ୍ଷେତ୍ରରେ ଭାରତର ବଡ଼ ପଦକ୍ଷେପ: ଆସୁଛି ଶକ୍ତିଶାଳୀ ଲେଜର ଅସ୍ତ୍ର

ନୂଆଦିଲ୍ଲୀ,୨୦।୧: ବିଶ୍ୱରେ ବଦଳୁଥିବା ସୁରକ୍ଷା ପରିସ୍ଥିତିକୁ ଦୃଷ୍ଟିରେ ରଖି ଭାରତ ଏବେ ନିଜସ୍ୱ ବାୟୁ ପ୍ରତିରକ୍ଷା ପ୍ରଣାଳୀକୁ ଅଧିକ ସୁଦୃଢ଼ କରିବାକୁ ଯାଉଛି। ରୁଷର S-400...

ଟାଙ୍ଗିଆରେ ହାଣି କରିଥିଲେ ହତ୍ୟା: ବାପା-ପୁଅକୁ ଆଜୀବନ ଜେଲ

ବ୍ରହ୍ମପୁର,୨୦।୧(ସୁବାସ ଚନ୍ଦ୍ର ପାଢ଼ୀ): କିଆବାଡ଼ ଭାଗବଣ୍ଟାକୁ ନେଇ ଘଟିଥିବା ହତ୍ୟା ମାମଲାର ବିଚାର କରି ଗଞ୍ଜାମ ଜିଲା ଜଜ୍‌ ଅଶାନ୍ତ କୁମାର ଦାଶ ଅଭିଯୁକ୍ତ ବାପ-ପୁଅଙ୍କୁ...

ମୁନିଗୁଡ଼ା ବ୍ଲକ୍‌ ତେଲେଙ୍ଗାପଦର ଛକରେ ମାଓବାଦୀ ବ୍ୟାନର

ରାୟଗଡା,୨୦।୧ (ନନ୍ଦ କିଶୋର ପଟ୍ଟନାୟକ): ରାୟଗଡ଼ା ମୁନିଗୁଡ଼ା ବ୍ଲକ୍‌ ଅନ୍ତର୍ଗତ ତେଲେଙ୍ଗାପଦର ଛକ ନିକଟରେ ମାଓବାଦୀ ବ୍ୟାନର ଲାଗିଥିବା ଦେଖିବାକୁ ମିଳିଛି I ଖଣି ଖାଦାନକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri