କର୍ମକର୍ତ୍ତାଙ୍କୁ ଏହି ଗୁରୁମନ୍ତ୍ର ଦେଲେ ନବୀନ

ଭୁବନେଶ୍ୱର,୩୧।୮: ଏକଜୁଟ ହୋଇ ଦଳକୁ ଶକ୍ତିଶାଳୀ କରିବା ପାଇଁ କାମ କରିବାକୁ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଦଳର ଛାତ୍ର, ଯୁବ, ମହିଳା ଶାଖାକୁ ଆହ୍ବାନ ଦେଇଛନ୍ତି। ଶୁକ୍ରବାର ଶଙ୍ଖ ଭବନଠାରେ ଅନୁଷ୍ଠିତ ବିଜୁ ଛାତ୍ର ଜନତା ଦଳର କର୍ମକର୍ତ୍ତାମାନଙ୍କ ବୈଠକରେ ଯୋଗଦେଇ ନବୀନ କହିଛନ୍ତି, ସେବା, ସଂଗ୍ରାମ, ସ୍ବାଭିମାନ ଓ ସଚେତନତା ହେଉଛି ଦଳର ଆଦର୍ଶ। ଏକ ଆଞ୍ଚଳିକ ଦଳ ଭାବରେ ବିଜୁ ଜନତା ଦଳ ଗତ ୨୭ ବର୍ଷ ଧରି ଓଡ଼ିଶାବାସୀଙ୍କ ସେବା କରିଆସୁଛି। ଛାତ୍ର, ଯୁବକ, ମହିଳା, ଚାଷୀ ଶ୍ରମିକ ସମସ୍ତଙ୍କୁ ସାଥିରେ ନେଇ ଏହା ଆଜି ଏକ ସାମାଜିକ ଆନ୍ଦୋଳନରେ ପରିଣତ ହୋଇପାରିଛି। କ୍ଷମତା ନୁହେଁ, ଲୋକଙ୍କ ସେବା ହିଁ ବିଜେଡିର ଲକ୍ଷ୍ୟ।
ନିର୍ବାଚନ ବିଷୟ ଉଲ୍ଲେଖକରି ନବୀନ କହିଛନ୍ତି, ନିର୍ବାଚନରେ ହାରଜିତ ରହିଛି। ଓଡ଼ିଶାବାସୀଙ୍କ ଏ ଭଲ ପାଇବା ହିଁ ବିଜେଡିର ସବୁଠାରୁ ବଡ଼ ଶକ୍ତି । ସୋସିଆଲ ମିଡିଆର ସମାଜ ଉପରେ ପ୍ରଭାବ ବିଷୟରେ ଅବତାରଣା କରି ନବୀନ ଛାତ୍ର ସମାଜକୁ ସାମାଜିକ ଗଣମାଧ୍ୟମରେ ସକ୍ରିୟ ରହିବା ପାଇଁ ପରାମର୍ଶ ଦେଇ ମିଛ ଖବର ବିରୋଧରେ ସଂଗ୍ରାମ ଜାରି ରଖିବାକୁ ଆହ୍ବାନ ଦେଇଛନ୍ତି। ଏହି କାର୍ଯ୍ୟକ୍ରମରେ ବାଙ୍କୀ ବିଧାୟକ ଦେବୀରଞ୍ଜନ ତ୍ରିପାଠୀ ସ୍ବାଗତ ଭାଷଣ ଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ଈପ୍ସିତା ସାହୁ, ଅବିନାଶ ଠାକୁର ପ୍ରମୁଖ ଉଦ୍‌ବୋଧନ ଦେଇଥିଲେ। ବୈଠକରେ ବିଜୁ ଛାତ୍ର ଜନତା ଦଳ ବ୍ଲକ ଓ ପଞ୍ଚାୟତ ସ୍ତରରେ ଦଳକୁ ସୁଦୃଢ଼ କରିବାକୁ କାର୍ଯ୍ୟ ଖସଡ଼ା ପ୍ରସ୍ତୁତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କୋଣାର୍କ ମନ୍ଦିର ଗର୍ଭଗୃହକୁ ବାଟ ଫିଟିଲା: ମନ୍ଦିର କାନ୍ଥରେ ଖୋଳା ହେଲା ଟନେଲ୍‌

ପୁରୀ,୮।୧୨: ବିଶ୍ୱପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିରର ଗର୍ଭଗୃହରେ ଥିବା ବାଲି କାଢ଼ିବା ପୂର୍ବରୁ ଆଜି ମନ୍ଦିର କାନ୍ଥର ସ୍ଥିତି ଅନୁଧ୍ୟାନ କରିବା ପାଇଁ ୯ ମିଟର (ପ୍ରାୟ...

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

‘ସବୁ ଓଡ଼ିଆଙ୍କୁ କଷ୍ଟ ଦେଉଛି’: ବିକାଶମୂଳକ ଖର୍ଚ୍ଚ ଅବହେଳା ପାଇଁ ସରକାରଙ୍କୁ ନବୀନଙ୍କ କଡ଼ା ସମାଲୋଚନା

ଭୁବନେଶ୍ୱର,୮।୧୨: ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ମୋହନ ମାଝୀ ସରକାରଙ୍କୁ ଓଡ଼ିଶାର ଲୋକଙ୍କ କଲ୍ୟାଣ ଏବଂ ବିକାଶ ପାଇଁ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ନବୀନଙ୍କ ଟାର୍ଗେଟ୍‌ ପରେ ମୁଖ୍ୟମନ୍ତ୍ରୀଙ୍କ ପାଲଟା ଜବାବ: ‘ଗୃହରେ ୨ ମିନିଟ୍‌ ବସିବାକୁ ଧୈର୍ଯ୍ୟ ନାହିଁ’

ଭୁବନେଶ୍ୱର,୮।୧୨: ରାଜଗାଙ୍ଗପୁର ଲଞ୍ଜିବେଣ୍ଡା ଠାରେ ଜଣେ କଲେଜ ଛାତ୍ରୀଙ୍କୁ ଜାଳି ଦିଆଯିବା ଘଟଣାକୁ ନେଇ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ରାଜ୍ୟ...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri