ସନ୍ଧ୍ୟାରେ ଯୁବକଙ୍କ ସହ ଝଗଡା, ଅଧରାତିରେ ମିଳିଲା ମହିଳାଙ୍କ ମୃତଦେହ: ହାତରେ ଥିଲା…

ଭୁବନେଶ୍ୱର,୩୧।୮: ବରମୁଣ୍ଡା ବସଷ୍ଟାଣ୍ଡରେ ଚାଞ୍ଚଲ୍ୟକର ଘଟଣା ଘଟିଛି। ଏଠାରେ ଜଣେ ମହିଳାଙ୍କ ସନ୍ଦେହଜନକ ଅବସ୍ଥାରେ ମୃତଦେହ ମିଳିଛି। ମୃତ ମହିଳା ବିବାହିତ ବୋଲି ଜଣାପଡ଼ିଛି।
ରାତି ପ୍ରାୟ ସାଢ଼େ ୧୦ଟା ବେଳେ ପୁରୁଣା ବସଷ୍ଟାଣ୍ଡ ଟର୍ମିନାଲ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଖବର ପାଇ ଭରତପୁର ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ମହିଳାଙ୍କ ହାତରୁ ଏକ ବସ ଟିକଟ ଜବତ କରିଛି। ସେଥିରୁ ଜଣାପଡିଛି, ମହିଳା ଗଞ୍ଜାମ ଜିଲା ସୋରଡ଼ାକୁ ଯାଇଥାନ୍ତେ।

ପ୍ରତ୍ୟକ୍ଷଦର୍ଶୀଙ୍କ କହିବା ଅନୁସାରେ, ଶୁକ୍ରବାର ସନ୍ଧ୍ୟାରେ ମୃତ ମହିଳାଙ୍କ ସହ ଜଣେ ଯୁବକ ଥିଲେ। ଟିକଟ କାଉଣ୍ଟର ନିକଟରେ କୌଣସି କାରଣରୁ ଉଭୟଙ୍କ ମଧ୍ୟରେ ମଧ୍ୟରେ ଝଗଡ଼ା ହୋଇଥିଲା। ସଂପୃକ୍ତ ଯୁବକ ମହିଳାଙ୍କୁ ମାଡ଼ ମାରୁଥିଲେ। ଏହି କାରରୁ ମହିଳାଙ୍କ ହତ୍ୟା କରାଯାଇଥିବା କିମ୍ବା ସେ ନିଜେ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି। ତେବେ ପୁଲିସ ଯାଞ୍ଚ ସମୟରେ ମହିଳାଙ୍କ ମୃତଶରୀରରେ କୌଣସି କ୍ଷତଚିହ୍ନ ଦେଖିବାକୁ ମିଳିନି। କିନ୍ତୁ ମହିଳାଙ୍କ ସହିତ ଝଗଡ଼ା କରିଥିବା ଯୁବକ ଜଣଙ୍କ କିଏ ସେନେଇ ପୋଲିସ ତଦନ୍ତ ଆରମ୍ଭ କରାଯାଇଛି। ପୋଲିସ ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ କ୍ୟାପିଟାଲ ହସ୍ପିଟାଲ ଟାଲକୁ ପଠାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗାଡି ଧକ୍କାରେ ଚାଲିଗଲା ମହିଳାଙ୍କ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଲାଞ୍ଜିଗଡ଼, ୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଆଶ୍ରମପଡା ନିକଟରେ ଗୁରୁବାର ଏକ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।...

ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣ: ଚାଲିଗଲା ୨୪ ଜୀବନ

କିଭ୍‌,୧ା୧ରୁଷିଆ ଅଧିକୃତ ଖେର୍‌ସନ ଅଞ୍ଚଳର ଏକ ଗ୍ରାମରେ ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣରେ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନୂ୍ୟନ ୫୦ ଜଣ ଆହତ ହୋଇଛନ୍ତି।...

Self Care Routine:୨୦୨୬ରେ ନିଜର ଯତ୍ନ ନେବାକୁ କରିଛନ୍ତି କି ପ୍ରତିଜ୍ଞା? ଜାଣି ରଖନ୍ତୁ କିଛି ଟିପ୍ସ

ଆଜିର ବ୍ୟସ୍ତବହୁଳ ଜୀବନଚର୍ଯ୍ୟା ମଧ୍ୟରେ ନିଜର ଯତ୍ନ(ସେଲ୍ଫ କେୟାର) ଅତ୍ୟନ୍ତ ଜରୁରୀ। କାରଣ ଯେତେବେଳେ ଆମେ ନିଜର ଯତ୍ନ ନେଉନା, ସେତେବେଳେ ଧୀରେ ଧୀରେ ଥକାପଣ,...

ନୂଆବର୍ଷରେ IAS ସ୍ତରରେ ବଡ଼ଧରଣ ଅଦଳବଦଳ, ବଦଳାଇଲେ ଏହି ଜିଲାପାଳ

ଭୁବନେଶ୍ୱର,୧।୧: ନୂଆବର୍ଷର ପ୍ରଥମ ଦିନରେ ରାଜ୍ୟ ପ୍ରଶାସନିକ ସ୍ତରରେ ଏକ ବଡ଼ଧରଣର ଅଦଳବଦଳ କରାଯାଇଛି। ବରିଷ୍ଠ IAS ଅଧିକାରୀମାନଙ୍କୁ ନୂତନ ଦାୟିତ୍ୱ ପ୍ରଦାନ କରିଛନ୍ତି ରାଜ୍ୟ...

ଆରଡିସିଙ୍କ ଘୋଷଣା: ୫ତାରିଖ ବରଗଡ଼ ଉପଖଣ୍ଡରେ…

ମଥୁରାନଗରୀ,୧।୧(ପ୍ରେମାନନ୍ଦ ଖମାରୀ)- ବରଗଡ଼ରେ ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଚାଲିଛି। ଏହି ମହୋତ୍ସବ ଆସନ୍ତା ୩ତାରିଖ ଶନିବାର କଂସବଧ ସହିତ ସରିବ। ତିଥି...

ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ

ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...

ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ

ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...

ଜାନୁଆରୀ ୨୦୨୬ରେ କ’ଣ କରିବେ ଏବଂ କ’ଣ ନ କରିବେ; ରାଶି ଅନୁସାରେ ଜାଣନ୍ତୁ…

ନୂଆବର୍ଷ ୨୦୨୬ ଆରମ୍ଭ ହୋଇସାରିଛି ଏବଂ ଜାନୁଆରି ମାସ ସବୁ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ସନ୍ଦେଶ ଆଣିଛି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଏହି ମାସରେ ଗ୍ରହମାନଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri