Posted inଜାତୀୟ

ଭାଜପାର ମୁଣ୍ଡବିନ୍ଧା ବଢାଇଲାଣି ଏହି ପ୍ରସଙ୍ଗ, ପ୍ରଧାନମନ୍ତ୍ରୀ ମୋଦି କ୍ଷମା ମାଗିବା ସତ୍ତ୍ୱେ ଛିଡୁନି ବିବାଦ

ପୁଣେ,୩୧।୮: ଖୁବ ଶୀଘ୍ର ମହାରାଷ୍ଟ୍ରରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। କିନ୍ତୁ ଏହାପୂର୍ବରୁ ସିନ୍ଧୁଦୁର୍ଗରେ ଛତ୍ରପତି ଶିବାଜୀ ମହାରାଜଙ୍କ ପ୍ରତିମୂର୍ତ୍ତିକୁ ଭାଙ୍ଗିବା ନେଇ ରାଜନୈତିକ ଉତ୍ତେଜନା ଥମିବାର ନାଁ ନେଉନାହିଁ। ଏପରିକି ପ୍ରତିମୂର୍ତ୍ତି ଭାଙ୍ଗିବା ପାଇଁ ଭାଜପା ରାଜ୍ୟ ସଭାପତି ଆଶିଷ ଶେଲାର, ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାର, ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କ୍ଷମା ମାଗିଛନ୍ତି, କିନ୍ତୁ ବିରୋଧୀ ବାରମ୍ବାର ଟାର୍ଗେଟ୍‌ କରୁଥିବା ଦେଖାଯାଇଛି। ବିରୋଧୀ କହିଛନ୍ତି ଯେ ଛତ୍ରପତି ଶିବାଜୀ ମହାରାଜଙ୍କ ପ୍ରତି ଅପମାନକୁ ବରଦାସ୍ତ କରାଯିବ ନାହିଁ।
ରାଜନୈତିକ ଉତ୍ତେଜନା ମଧ୍ୟରେ ପ୍ରଧାନମନ୍ତ୍ରୀ ମୋଦି କେନ୍ଦ୍ର ସରକାରଙ୍କ ପକ୍ଷରୁ କ୍ଷମା ମାଗିଛନ୍ତି ଏବଂ ବହୁ ବଡ ନେତା ରାଜ୍ୟ ସରକାରଙ୍କ ପକ୍ଷରୁ ମଧ୍ୟ ଧ୍‌କ୍ଷମା ପ୍ରାର୍ଥନା କରିଥିବାବେଳେ ତାତି ଥମୁନି। ଦିଲ୍ଲୀର କଂଗ୍ରେସ ମୁଖପାତ୍ର ସୁପ୍ରିୟା ଶ୍ରୀନେଟ କହିଛନ୍ତି, ପ୍ରଧାନମନ୍ତ୍ରୀ ଯେଉଁ କ୍ଷମା ପ୍ରାର୍ଥନା କରିଛନ୍ତି, ତାହା କପଟୀ। କେବଳ ଭୋଟକୁ ଧ୍ୟାନରେ ରଖି କ୍ଷମା ମାଗୁଛନ୍ତି। ପ୍ରଧାନମନ୍ତ୍ରୀ ମୁଖ୍ୟମନ୍ତ୍ରୀ ଏବଂ ଉପମୁଖ୍ୟମନ୍ତ୍ରୀଙ୍କୁ ହଟାଇବା ଉଚିତ୍‌। ରାମ ମନ୍ଦିରର ଛାତ ମଧ୍ୟ ଲିକ୍‌ ହେଉଛି। ପ୍ରଧାନମନ୍ତ୍ରୀ ଏହା ବିଷୟରେ କେବେ କ୍ଷମା ମାଗିବେ।
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ମହାରାଷ୍ଟ୍ର ଗସ୍ତ କରିଛନ୍ତି। ଏହି ସମୟ ମଧ୍ୟରେ ସେ ପାଲଘରର ଏକ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଥିଲେ। ସେ ୭୬,୦୦୦ କୋଟି ଟଙ୍କା ବ୍ୟୟରେ ନିର୍ମିତ ୱାଡୱାନ ବନ୍ଦରର ମୂଳଦୁଆ ପକାଇଥିଲେ। ଏହି ପ୍ରତିମୂର୍ତ୍ତି ଭାଙ୍ଗିବା ପରେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ କ୍ଷମା ମାଗିଛନ୍ତି ଏବଂ ପାଦକୁ ୧୦୦ ଥର ଛୁଇଁବାକୁ ପ୍ରସ୍ତୁତ ଥିବା କହିଛନ୍ତି।
ଏହି ପ୍ରତିମୂର୍ତ୍ତୀ ଭାଙ୍ଗିବା ଆଗାମୀ ନିର୍ବାଚନରେ ଭାଜପାକୁ ମହଙ୍ଗା ପଡିପାରେ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ମଥୁରାନଗରୀରେ ଉପ ମୁଖ୍ୟମନ୍ତ୍ରୀ, କହିଲେ ‘ଧମକ୍‌କୁ ଡରେନି ଏହି ସରକାର…’

ମଥୁରାନଗରୀ,୨।୧(ପ୍ରେମାନନ୍ଦ ଖମାରୀ)- କିଛି ଲୋକ ଚାଷୀଙ୍କୁ ନେଇ ରାଜରାସ୍ତାକୁ ଓହ୍ଲାଇବାକୁ ଚେଷ୍ଟା କରୁଛନ୍ତି। ଚାଷୀମାନଙ୍କୁ ଭାରାକ୍ରାନ୍ତ କରିବାକୁ ପ୍ରୟାସ ଚଲାଇଛନ୍ତି। ମାତ୍ର ଏହି ସରକାର କୌଣସି...

ଡରିଗଲେ କି ଗୁଲୁଆ? ବଦଳିଲା ସ୍ବର, ବର୍ଷାଙ୍କ ସହ ରୋମାଣ୍ଟିକ୍‌ ଫଟୋ ଶେୟାର କରି କହିଲେ…

ଭୁବନେଶ୍ୱର,୨।୧: ଦିନ ଥିଲା ମୋତେ କେହି ଖରାପ କହିଲେ ତୁମେ ବାହାରୁଥିଲ। ତୁମକୁ କିଏ ଖରାପ କହିଲେ ମୁଁ ବାହାରୁଥିଲି। ହେଲେ ଆଜି ତୁମେ ମୋର...

ଇଲେକ୍ଟ୍ରୋନିକ୍ସ ହବ୍ ହେବ ଭାରତ: ଘରୋଇ ଉତ୍ପାଦନ ବୃଦ୍ଧି ପାଇଁ କେନ୍ଦ୍ର ସରକାରଙ୍କ ୪.୬ ବିଲିୟନ ଡଲାର ଅନୁଦାନ

ନୂଆଦିଲ୍ଲୀ,୨ା୧: ଭାରତ ସରକାର ଦେଶର ଇଲେକ୍ଟ୍ରୋନିକ୍ସ ଯୋଗାଣ ଶୃଙ୍ଖଳାକୁ ଅଧିକ ସୁଦୃଢ଼ କରିବା ପାଇଁ ଏକ ବଡ଼ ପଦକ୍ଷେପ ନେଇଛନ୍ତି। ଶୁକ୍ରବାର ଆଇଟି (IT) ମନ୍ତ୍ରଣାଳୟ...

ମାର୍ଚ୍ଚ ମାସରୁ ଏଟିଏମରେ ମିଳିବନି ୫୦୦ ଟଙ୍କିଆ ନୋଟ୍‌? ସ୍ପଷ୍ଟ କଲେ ସରକାର

ନୂଆଦିଲ୍ଲୀ,୨।୧: ଆଜିକାଲି ସୋସିଆଲ ମିଡିଆରେ ୫୦୦ ଟଙ୍କିଆ ନୋଟ ଚର୍ଚ୍ଚାର ଏକ ମୁଖ୍ୟ ବିଷୟ ପାଲଟିଛି। ପୋଷ୍ଟଗୁଡ଼ିକରେ ଦାବି କରାଯାଉଛି ଯେ ମାର୍ଚ୍ଚ ୨୦୨୬ ରୁ...

ଇତିହାସ ରଚିଲା Dhurandhar: ଟିକସ ଛାଡ଼ ଘୋଷଣା କଲେ…

ମୁମ୍ବାଇ,୨।୧: ଫିଲ୍ମ “ଧୁରନ୍ଧର” ଡିସେମ୍ବର ୫, ୨୦୨୫ରେ ମୁକ୍ତିଲାଭ କରିଥିଲା। ଏହି ଫିଲ୍ମଟି ସାରା ବିଶ୍ୱରେ ହିଟ ହୋଇଥିଲା ଏବଂ ବକ୍ସ ଅଫିସରେ ଉଲ୍ଲେଖନୀୟ ପ୍ରଦର୍ଶନ...

ଏନ୍‌ଏସ୍‌ଏସ୍‌ ଅର୍ଥ ୧୦ ତାରିଖ ସୁଦ୍ଧା ଖର୍ଚ୍ଚ କର ଯଦି ନ ହୁଏ ତେବେ…

ଭଞ୍ଜନଗର,୨ା୧(ବାବୁଲା ପ୍ରଧାନ): ଜାତୀୟ ସେବା ଯୋଜନା (ଏନ୍‌ଏସ୍‌ଏସ୍‌) ଅର୍ଥ ନିର୍ଦ୍ଧାରିତ ସମୟ ମଧ୍ୟରେ କିଭଳି ଖର୍ଚ୍ଚ ହେବ ସେନେଇ ଅନଲାଇନ ମାଧ୍ୟମରେ ଏକ ସମୀକ୍ଷା ବୈଠକ...

ନୂଆବର୍ଷରେ ମାଙ୍କଡ଼ କିଣିବା ପାଇଁ ମାଡ଼ପିଟ୍‌, ଗୋଟିକର ଦାମ୍‌…

ବେଜିଂ,୨ା୧: ନୂଆବର୍ଷ ପାଇଁ ଚାଇନାରେ ମାଙ୍କଡ଼ର ପ୍ରବଳ ଚାହିଦା ବଢ଼ିଛି। ପୂର୍ବରୁ କିଛି ହଜାର ଟଙ୍କାରେ ବିକ୍ରି ହେଉଥିବା ମାଙ୍କଡ଼ଗୁଡ଼ିକ ଏବେ ବେଜିଂରେ ୨୫ ଲକ୍ଷ...

IND vs BAN: ଚଳିତ ବର୍ଷ ବାଂଲାଦେଶ ଗସ୍ତ କରିପାରେ ଭାରତୀୟ ଟିମ, BCCIକୁ ନିମନ୍ତ୍ରଣ, ସେପ୍ଟେମ୍ବରରେ…

ନୂଆଦିଲ୍ଲୀ,୨।୧: ବାଂଲାଦେଶ କ୍ରିକେଟ ବୋର୍ଡ (BCB) ଶୁକ୍ରବାର ଘୋଷଣା କରିଛି ଯେ ଭାରତୀୟ ଦଳ ଚଳିତ ବର୍ଷ ସେପ୍ଟେମ୍ବରରେ ବାଂଲାଦେଶ ଗସ୍ତ କରିବ, ଯେଉଁଠାରେ ଦୁଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri