Posted inଜାତୀୟ

ଚିରାଗ ପାସଓ୍ବାନ୍‌ଙ୍କ ଡିଗ୍ରୀକୁ ନେଇ ଉଠିଲା ପ୍ରଶ୍ନ

ନୂଆଦିଲ୍ଲୀ,୩୧।୮: ଭାଜପାର ସହଯୋଗୀ ଲୋକ ଜନଶକ୍ତି ପାର୍ଟି (ରାମବିଳାସ)ର ସଭାପତି ତଥା କେନ୍ଦ୍ର ସରକାରରେ ମନ୍ତ୍ରୀ ଚିରାଗ ପାସୱାନଙ୍କ ଡିଗ୍ରୀ ସମ୍ପର୍କରେ ଏକ ବଡ଼ ଖୁଲାସା କରାଯାଇଛି। ଝାନସିର ବୁନ୍ଦେଲଖଣ୍ଡ ବିଶ୍ୱବିଦ୍ୟାଳୟର ଜଣେ ପ୍ରଫେସର ଦାବି କରିଛନ୍ତି, ଚିରାଗଙ୍କର ବି-ଟେକ ଡିଗ୍ରୀ ନାହିଁ। ଚିରାଗ ଏଠାରେ ଆଡମିଶନ ନେଇଥିଲେ କିନ୍ତୁ ସେ କେବଳ ପ୍ରଥମ ସେମିଷ୍ଟାର ପାଇଁ ପରୀକ୍ଷା ଦେଇଥିଲେ।
ଚିରାଗ ପାସୱାନଙ୍କ ଡିଗ୍ରୀ ସମ୍ପର୍କରେ ବିଶ୍ୱବିଦ୍ୟାଳୟର ପ୍ରଫେସରଙ୍କ ଦାବି ପରେ ଉତ୍ତେଜନା ତୀବ୍ର ହୋଇଛି। ବୁନ୍ଦେଲଖଣ୍ଡ ବିଶ୍ୱବିଦ୍ୟାଳୟର ଇଞ୍ଜିନିୟରିଂ ଆଣ୍ଡ ଟେକ୍ନୋଲୋଜି ବିଭାଗର ସହକାରୀ ପ୍ରଫେସର ବ୍ରିଜେନ୍ଦ୍ର ଶୁକ୍ଲା ଚିରାଗଙ୍କ ଡିଗ୍ରୀ ସମ୍ପର୍କରେ ଏହି ଦାବି କରିଛନ୍ତି। ସେ କହିଛନ୍ତି, ୨୦୦୫ରେ ଚିରାଗ ପାସୱାନ ବିଶ୍ୱବିଦ୍ୟାଳୟରେ କମ୍ପ୍ୟୁଟର ସାଇନ୍ସ ଇଞ୍ଜିନିୟରିଂରେ ଆଡମିଶନ ନେଇଥିଲେ। ଆଡମିଶନ ପରେ ସେ ପ୍ରଥମ ସେମିଷ୍ଟାର ପରୀକ୍ଷାରେ ମଧ୍ୟ ହାଜର ହୋଇଥିଲେ କିନ୍ତୁ ଏହା ପରେ ସେ ପରୀକ୍ଷାରେ ହାଜର ହୋଇ ନ ଥିଲେ। ପ୍ରଥମ ସେମିଷ୍ଟାର ପରେ,ଚିରାଗ ପାସୱାନ ବ୍ୟକ୍ତିଗତ କାରଣରୁ ଅବଶିଷ୍ଟ ୮ ସେମିଷ୍ଟାର ପରୀକ୍ଷାରେ ଉପସ୍ଥିତ ନ ଥିଲେ। ଯେଉଁଥିପାଇଁ ତାଙ୍କର ବି.ଟେକ ଏଠାରେ ବନ୍ଦ ହୋଇଯାଇଥିଲା।
ଅନ୍ୟପକ୍ଷରେ, ଏମ୍‌ପି ନିର୍ବାଚନ ସମୟରେ ନିର୍ବାଚନ ଆୟୋଗଙ୍କୁ ଦିଆଯାଇଥିବା ଆଫିଡେଭିଟରେ ଚିରାଗ ପାସୱାନ କମ୍ପ୍ୟୁଟର ସାଇନ୍ସରେ ବି.ଟେକ (ଦ୍ୱିତୀୟ ସେମିଷ୍ଟାର) ବିଷୟରେ ତାଙ୍କର ସର୍ବୋଚ୍ଚ ଯୋଗ୍ୟତା ଭାବରେ ସୂଚନା ଦେଇଛନ୍ତି। ୨୦୦୫ରେ ଇନ୍‌ଷ୍ଟିଚ୍ୟୁଟ ଅଫ ଇଞ୍ଜିନିୟରିଂ ଆଣ୍ଡ ଟେକ୍ନୋଲୋଜି, ବୁନ୍ଦେଲଖଣ୍ଡ ବିଶ୍ୱବିଦ୍ୟାଳୟ, ଝାନସିରେ କମ୍ପ୍ୟୁଟର ସାଇନ୍ସରେ ବି.ଟେକ (ଦ୍ୱିତୀୟ ସେମିଷ୍ଟାର)ରେ ଏହା ଲେଖାଯାଇଛି।
ଚିରାଗ ପାସୱାନ ଲୋକ ଜନଶକ୍ତି ପାର୍ଟି (ରାମ ବିଳାସ)ର ଜାତୀୟ ସଭାପତି ଅଟନ୍ତି। ୨୦୨୪ ଲୋକ ସଭା ନିର୍ବାଚନରେ ସେ ବିଡିଏର ହାଜିପୁର ଆସନରୁ ପ୍ରତିଦ୍ୱନ୍ଦ୍ୱିତା କରି ଜିତିଥିଲେ। ଚିରାଗ ପାସୱାନ ମୋଦି ୩.୦ରେ ଖାଦ୍ୟ ପ୍ରକ୍ରିୟାକରଣ ମନ୍ତ୍ରୀ ଅଟନ୍ତି। ଚିରାଗ ନିଜକୁ ପ୍ରଧନେମନ୍ତ୍ରୀ ମୋଦିଙ୍କ ହନୁମାନ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଧୂମଧାମରେ ପାଳିତ ହେଲା ବଡ଼ଦିନ: ପୁଣି ବର୍ଷେ ଅପେକ୍ଷା

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ): ଆସିଛି ଖୁସିର ମୁହୂର୍ତ୍ତ। ଯୀଶୁଖ୍ରୀଷ୍ଟଙ୍କ ଆଗମନକୁ ନେଇ ସବୁଠି ଖୁସି ଓ ଆନନ୍ଦର ମୁହୂର୍ତ୍ତ ଘରେ ଘରେ ଜମିଛି ମିଠା...

ବାଂଲାଦେଶରେ ଆଉ ଜଣେ ହିନ୍ଦୁ ଯୁବକଙ୍କୁ ପିଟିପିଟି ହତ୍ୟା: ପୋଲିସର ଚାଞ୍ଚଲ୍ୟକର ଖୁଲାସା

ଢାକା,୨୫।୧୨: ବାଂଲାଦେଶରେ ଆଉ ଜଣେ ହିନ୍ଦୁ ବ୍ୟକ୍ତିଙ୍କୁ ପିଟିପିଟି ହତ୍ୟା କରାଯାଇଛି। ମୃତକଙ୍କ ନାମ ଅମୃତ ମଣ୍ଡଳ ଓରଫ ସମ୍ରାଟ। ପୋଲିସ ଦାବି କରିଛି, ରାଜବାଡ଼ିର...

ଭଉଣୀଙ୍କୁ ଅସଦାଚରଣ କରିଥିଲେ ଭାଇ, ଅଭିଯୋଗ ହେବାପରେ ଘଟିଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମକୋଇ ପଞ୍ଚାୟତ ସିନ୍ଧୁଖାଳି ଗ୍ରାମରେ ଭଉଣୀଙ୍କୁ ଅସଦାଚରଣ ସହ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗରେ...

ସୋସିଆଲ ମିଡିଆ ନୀତିରେ ବଡ଼ ପରିବର୍ତ୍ତନ କଲା ଭାରତୀୟ ସେନା, ଏଣିକି ଦେଖିପାରିବେ ହେଲେ…

ନୂଆଦିଲ୍ଲୀ,୨୫।୧୨: ଭାରତୀୟ ସେନା ଏହାର ସୈନିକ ଏବଂ ଅଧିକାରୀମାନଙ୍କ ପାଇଁ ସୋସିଆଲ ମିଡିଆ ଆପ୍ ବ୍ୟବହାର ସମ୍ପର୍କରେ ନୂତନ ନିର୍ଦ୍ଦେଶାବଳୀ ଜାରି କରିଛି । ପ୍ରତିରକ୍ଷା ଅଧିକାରୀଙ୍କ...

ସରକାରୀ ପ୍ରତିଶ୍ରୁତି ପାଣିର ଗାର: ୬ ମାସ ହେଲା ବସୁଧା ପ୍ରକଳ୍ପ ଅଚଳ!

ଥୁଆମୂଳ ରାମପୁର,୨୫।୧୨(ଦୁର୍ଗା କୀର୍ତ୍ତି): ସରକାରଙ୍କ ‘ବସୁଧା’ ଯୋଜନାରେ ଘରକୁ ଘର ପାନୀୟ ଜଳ ଯୋଗାଇ ଦେବା ପ୍ରତିଶ୍ରୁତି ଏବେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ...

ଦୁଇ ବାଇକ ମୁହାଁମୁହିଁ ଧକ୍କା: ଆଉ ତା’ପରେ ଘଟିଗଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି- ଘୋଡାହାଡ ଡ଼୍ୟାମ ରାସ୍ତାର ଦ୍ବାର ଗାଁ ମୁଖ୍ୟରାସ୍ତା କ୍ରସର ନିକଟରେ ଗୁରୁବାର ମଧ୍ୟାହ୍ନରେ ଦୁଇ ବାଇକ...

ଗାଁରେ ପହଞ୍ଚିଲା ଦାଦନ ଶ୍ରମିକଙ୍କ ମୃତଦେହ: ସହାୟତା ଦାବି

ଦିଗପହଣ୍ଡି,୨୫।୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ନୂଆଗାଁର ଦାଦନ ଶ୍ରମିକ ଅରକ୍ଷିତ ନାୟକ(୧୯) ତାମିଲନାଡୁର ତ୍ରିପୁର କାଙ୍ଗିଆମ ଠାରେ ଗତ...

ମତ୍ସ୍ୟ ଚାଷ ପ୍ରତି ବଢୁଛି ଆଗ୍ରହ: ଚାଷୀଙ୍କୁ ୪୦ ରୁ ୫୦ ପ୍ରତିଶତ ମିଳୁଛି ସବସିଡି

ଭଞ୍ଜନଗର,୨୫/୧୨(ବାବୁଲା ପ୍ରଧାନ): ଚିକେନ, ମଟନ ଅପେକ୍ଷା ମାଛ ସ୍ବାସ୍ଥ୍ୟ ପାଇଁ ହିତକର। ତେଣୁ ମାଛ ପ୍ରତି ଲୋକଙ୍କ ଆଗ୍ରହ ବଢୁଛି। କିନ୍ତୁ ଗଞ୍ଜାମ ଜିଲାରେ ଆବଶ୍ୟକତା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri