ମୁଖ୍ୟମନ୍ତ୍ରୀଙ୍କୁ ଭେଟିବାକୁ ସେବାୟତଙ୍କ ପଦଯାତ୍ରା

ଭଦ୍ରକ,୧।୯(ସନାତନ ରାଉତ): ବାରିପଦା ଦେବୋତ୍ତର ବିଭାଗ ଓ ମନ୍ଦିର ସମସ୍ୟା ସମ୍ପର୍କରେ ମଠ, ମନ୍ଦିରର ସେବାୟତମାନେ ମୁଖ୍ୟମନ୍ତ୍ରୀଙ୍କୁ ନିବେଦନ ଜଣାଇବା ପାଇଁ ଗତ ଅଗଷ୍ଟ ୨୮ରୁ ପଦଯାତ୍ରାରେ ଭୁବନେଶ୍ୱର ଅଭିମୁଖେ ବାହାରିଛନ୍ତି।

ବାରିପଦାର ଶ୍ରୀ ଶ୍ରୀ ହରିବଳଦେବ ମନ୍ଦିର ଜମିକୁ ବିଭିନ୍ନ ସରକାରୀ ସଂସ୍ଥା ଓ କିଛି ମୁଷ୍ଟିମେୟ ଲୋକ ଜବରଦଖଲ କରିଛନ୍ତି। ଏହି ସମ୍ପତ୍ତିର ପୁନଃଉଦ୍ଧାର, ଠାକୁରଙ୍କ ବେଶ ପାଇଁ ରହିଥିବା ସୁନା ରୁପା ଅଳଙ୍କାର ଉପଯୁକ୍ତ ମରାମତି, ଦ୍ୱିତୀୟ ଶ୍ରୀକ୍ଷେତ୍ର ବାରିପଦା ଜଗନ୍ନାଥ ମନ୍ଦିରରେ ଛତିଶାନିଯୋଗ, ସେବାୟତମାନଙ୍କୁ ଠିକ୍‌ ପାଉଣା ମିଳୁ ନ ଥିବାରୁ ନୀତିନିୟମ ପରିଚାଳନାରେ ଅନିୟମିତତା, ମନ୍ଦିର ସୌନ୍ଦର୍ଯ୍ୟକରଣ, ଭକ୍ତଙ୍କ ପାଇଁ ଶୌଚାଳୟର ବ୍ୟବସ୍ଥା, ମନ୍ଦିରର ଆୟ ବୃଦ୍ଧି ପାଇଁ ଦେବୋତ୍ତର ଜମିରେ କଲ୍ୟାଣ ମଣ୍ଡପ ଓ ମାର୍କେଟ୍‌ କମ୍ପ୍ଲେକ୍ସର ବ୍ୟବସ୍ଥା, ଦେବୋତ୍ତର ବିଭାଗ ପରିଚାଳନା ନିମନ୍ତେ ସ୍ବତନ୍ତ୍ର ଅଫିସର ନିଯୁକ୍ତି ଆଦି ଦାବି ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିବା ପାଇଁ ପଦଯାତ୍ରାରେ ବାହାରଛି। ପଦଯାତ୍ରାରେ ବାହାରିଥିବା ସେବାୟତମାନେ ରବିବାର ଭଦ୍ରକରେ ପହଞ୍ଚତ୍ିବା ପରେ ବାଇପାସ୍‌ସ୍ଥିତ ଜଗନ୍ନାଥ ମନ୍ଦିର ପରିସରରେ ବରିଷ୍ଠ ହିନ୍ଦୁ ସଙ୍ଗଠକ ମାନସ ମହାନ୍ତିଙ୍କ ସଂଯୋଜନାରେ ଆୟୋଜିତ ଖବରଦାତା ସମ୍ମିଳନୀରେ ସେବାୟତମାନେ ଏହା ପ୍ରକାଶ କରିଛନ୍ତି। ଅରୁଣ କୁମାର ମିଶ୍ର ଓ କାମେଶ୍ୱର ତ୍ରିପାଠୀ ସମ୍ମିଳନୀକୁ ସମ୍ବୋଧିତ କରିଥିବା ବେଳେ ସ୍ଥାନୀୟ ହିନ୍ଦୁ ସଙ୍ଗଠନର ତପନ ମହାନ୍ତି, ଦଶରଥ ସାହୁ, ଧୀରେନ ନାୟକ, କ୍ଷୀତିଶ ରାଉତ, ସୁଶାନ୍ତ ସାହୁ, ରାଜୀବ ସାମଲ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବ ସରକାରଙ୍କୁ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଟାର୍ଗେଟ୍‌, କହିଲେ ଯେଉଁ ଅଧିକାରୀଙ୍କ କାର୍ଯ୍ୟକାଳ ସରୁଥିଲା ତାଙ୍କୁ…

ଭୁବନେଶ୍ୱର,୧୧ା୧୨: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର ଆୟୋଜିତ ହୋଇଥିବା ନିଯୁକ୍ତି ମେଳାରେ ପୂର୍ବ ସରକାରଙ୍କୁ କଡ଼ା ଟାର୍ଗେଟ୍‌ କରିଛନ୍ତି। ମୁଖ୍ୟମନ୍ତ୍ରୀ ସମାଲୋଚନା କରି କହିଛନ୍ତି,...

ଆଶ୍ଚର୍ଯ୍ୟ ଲାଗିଲେ ବି ସତ! ଏହି ସ୍ଥାନରେ 5 ଦିନ ପୋଷାକ ପିନ୍ଧନ୍ତିନି ମହିଳା

ନୂଆଦିଲ୍ଲୀ,୧୧|୧୨ : ଭାରତ ଅନନ୍ୟ ସଂସ୍କୃତି, ପରମ୍ପରା ଏବଂ ମାନ୍ୟତା ପାଇଁ ସାରା ବିଶ୍ବରେ ପରିଚିତ । ଦେଶର ଏକ ସ୍ଥାନରେ ଏପରି ଏକ ପରମ୍ପରା...

ଶୋଇଥିଲେ ମହିଳା, ଘରେ ପଶି ଦଳିଦେଲା ହାତୀ

ବଲାଙ୍ଗୀର,୧୧ା୧୨(ସୁନିଲ କୁମାର ମହାନ୍ତି): ବଙ୍ଗୋମୁଣ୍ଡା ରେଞ୍ଜ ତୁରେକେଲା ଥାନା ଅନ୍ତର୍ଗତ ସାନବାଙ୍କୀ ଗାଁରେ ହାତୀ ଆକ୍ରମଣରେ ଜଣେ ମହିଳା଼ଙ୍କ ମୃତ୍ୟୁ ଘଟିଛି। ମୃତ ମହିଳା ଜଣକ...

କଂଗ୍ରେସ ଛାଡି ନୂଆ ଦଳ ଗଠନ କରିବେ ମୋକିମ! ମୁହଁ ଖୋଲିଲେ ସୁର, କହିଲେ…

ଭୁବନେଶ୍ୱର,୧୧।୧୨: ମୋକିମଙ୍କ ଚିଠି ମନ୍ତବ୍ୟକୁ ନେଇ ମୁହଁ ଖୋଲିଲେ ବରିଷ୍ଠ କଂଗ୍ରେସ ନେତା ସୁର ରାଉତରାୟ। ସୁର କହିଛନ୍ତି, ମୋକିମ ଏପରି କରି ଝିଅ କ୍ୟାରିୟରକୁ...

ବସ୍‌-ବାଇକ୍‌ ମୁହାଁମୁହିଁ, ଚାଲିଗଲା ୨ ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୧ା୧୨(ଆଶିଷ ରଞ୍ଜନ ପଣ୍ଡା): ଗୁଡାରୀରୁ ବାଡ଼ିସୋଲା ସ୍କୁଲରେ ଯୁକ୍ତଦୁଇ ପାଠ ପଢ଼ିବା ପାଇଁ ବାଇକ୍‌ରେ ଯାଉଥିବା ବେଳେ ଗୁରୁବାର ସକାଳୁ ରାମନାଗୁଡ଼ା ବ୍ଲକ ପାଲୁପାଇ ନିକଟରେ...

ମାଲକାନଗିରିରେ ସରିଲା ଉପ ମୁଖ୍ୟମନ୍ତ୍ରୀଙ୍କ ବୈଠକ: କହିଲେ…

ମାଲକାନଗିରି,୧୧।୧୨: ମାଲକାନଗିରିରେ ସରିଲା ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓଙ୍କ ବୈଠକ। ପର୍ଯ୍ୟାୟ କ୍ରମେ ଦୁଇ ଗୋଷ୍ଠୀଙ୍କ ସହ କେଭି ସିଂହଦେଓଙ୍କ ଆଲୋଚନା କରିଛନ୍ତି। ଜିଲାପାଳଙ୍କ କାର୍ଯ୍ୟାଳୟରେ ବୈଠକ...

ଐଶ୍ୱର୍ଯ୍ୟା-ଅଭିଷେକ ଛାଡପତ୍ର ଗୁଜବ ବିଷୟରେ ଜାଣିଛନ୍ତି କି ଝିଅ ଆରାଧ୍ୟା, ବାପା କହିଲେ…

ଫିଲ୍ମ ଇଣ୍ଡଷ୍ଟ୍ରିରେ ପ୍ରାୟତଃ ଛାଡପତ୍ର ବିଷୟରେ ଆଲୋଚନା ହୁଏ। ଏହା ସିଧାସଳଖ ସେମାନଙ୍କ ପରିବାର ଏବଂ ପିଲାମାନଙ୍କୁ ପ୍ରଭାବିତ କରେ। ନିକଟରେ ଅଭିଷେକ ବଚ୍ଚନ ଏବଂ...

ଖୁବଶୀଘ୍ର ଆସିବ EV ପଲିସି 2.0, ଏତିକି ଟଙ୍କା ଶସ୍ତା ହେବ ଗାଡ଼ି ଦାମ୍

ନୂଆଦିଲ୍ଲୀ,୧୧ା୧୨: ଦିଲ୍ଲୀରେ ଇଲେକ୍ଟ୍ରିକ ମୋବିଲିଟିକୁ ତ୍ୱରାନ୍ୱିତ କରିବା ପାଇଁ, ସରକାର ଏକ ବୈଦ୍ୟୁତିକ ଯାନ (EV) ନୀତି 2.0 ର ଏକ ଡ୍ରାଫ୍ଟ ପ୍ରସ୍ତୁତ କରିଛନ୍ତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri