ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ, ୪ରୁ ପ୍ରବଳ ବର୍ଷା

ଭୁବନେଶ୍ୱର,୨।୯: ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ଦାନା ବାନ୍ଧୁଛି। ଆସନ୍ତା ୪ ତାରିଖରେ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ରହିଛି। ପରେ ଏହା ଘନୀଭୂତ ହୋଇ ଅବପାତରେ ପରିଣତ ହୋଇପାରେ। ଅବପାତଟି ଛତିଶଗଡ଼ମୁହାଁ ହେବା ନେଇ ମଧ୍ୟ ଆକଳନ କରାଯାଇଛି। ଏହାର ପ୍ରଭାବରେ ୪ ତାରିଖରୁ ପୁଣି ପ୍ରବଳ ବର୍ଷା ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।
ଅନ୍ୟପକ୍ଷରେ ବଙ୍ଗୋପସାଗରରେ ସକ୍ରିୟ ଥିବା ଲଘୁଚାପ ଇତିମଧ୍ୟରେ ଅବପାତର ରୂପ ନେଇଛି। ଏଥିଯୋଗୁ ରାଜ୍ୟର କିଛି ଅଞ୍ଚଳରେ ବର୍ଷା ଲାଗି ରହିଛି। ଅବପାତଟି କ୍ରମଶଃ ପଶ୍ଚିମ-ଉତ୍ତରପଶ୍ଚିମକୁ ମୁହାଁଇ ଉପକୂଳ ଅଞ୍ଚଳ ଓ ପରେ ଉତ୍ତର ଆନ୍ଧ୍ର ଓ ସଂଲଗ୍ନ ଦକ୍ଷିଣ ଓଡିଶା ଉପକୂଳରେ ସ୍ଥଳଭାଗ ଅତିକ୍ରମ କରିବ। ରବିବାର ସନ୍ଧ୍ୟା ସୁଦ୍ଧା ଏହା ବିଶାଖାପାଟଣାରୁ ୯୦ କି.ମି. ଏବଂ ମାଲକାନଗିରିରୁ ୧୨୦ କି.ମି. ଦୂରରେ ରହିଥିବାବେଳେ ସୋମବାର ସୁଦ୍ଧା ଦକ୍ଷିଣ ଓଡ଼ିଶା ଉପକୂଳ ଅତିକ୍ରମ କରିବ। ପରେ ଦୁର୍ବଳ ହୋଇ ଓ୍ବେଲ୍‌ମାର୍କ ଲୋପ୍ରେସରରେ ପରିଣତ ହେବ। ତେବେ ଏହାର ପ୍ରଭାବରେ ରବିବାର ଦକ୍ଷିଣ ଓଡ଼ିଶା ସମେତ ରାଜ୍ୟର ଅନ୍ୟାନ୍ୟ ସ୍ଥାନରେ ପ୍ରବଳ ବର୍ଷା ହୋଇଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ସୂଚନାନୁସାରେ, ତାଳଚେରରେ ୨୦.୦ ମିମି, ଖୋର୍ଦ୍ଧା ଜିଲାରେ ୧୭.୦ ମିମି, ମାଲକାନଗିରିରେ ୧୧.୬ ମିମି ଓ ଯାଜପୁରରେ ୧୦.୦ ମିମି ବର୍ଷା ରେକର୍ଡ କରାଯାଇଛି। ତେବେ ୨ ଓ ୩ ତାରିଖରେ ବଡ଼ ବର୍ଷା ହେବନାହିଁ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଥିବା ବେଳେ ୪ ତାରିଖରୁ ବର୍ଷାର ପରିମାଣ ପୁଣିଥରେ ବଢ଼ିପାରେ ବୋଲି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

ମୁହାଁମୁହିଁ ଧକ୍କା ହେଲା ବୋଲେରୋ-କାର୍, ରାସ୍ତାରେ ଦେଖାଗଲା…

ବଲାଙ୍ଗିର,୨୧/୧୨ (ସୁନିଲ ମହାନ୍ତି): ବଲାଙ୍ଗିର ସହର ସଦର ବ୍ଳକ ଛକ ନିକଟରେ ଏକ ବୋଲେରୋ ଓ କାର୍ ମୁହାଁ ମୁହଁ ଧକ୍କା ହୋଇଥଲା । ଦୁଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri