ଏହି ଦିନ ଓଡ଼ିଶା ଆସି ‘ସୁଭଦ୍ରା’ ଟଙ୍କା ବାଣ୍ଟିବେ ପ୍ରଧାନମନ୍ତ୍ରୀ ମୋଦି

ଭୁବନେଶ୍ୱର,୨।୯: ବହୁଚର୍ଚ୍ଚିତ ‘ସୁଭଦ୍ରା’ ଯୋଜନା ପାଇଁ ଆବେଦନ ଚାଲିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଗସ୍ତରେ ଆସି ସୁଭଦ୍ରା ଟଙ୍କା ବାଣ୍ଟିବେ ବୋଲି ଜଣାପଡିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ୧୭ ଅର୍ଥାତ୍‌ ନିଜ ଜନ୍ମଦିନରେ ଓଡ଼ିଶା ଗସ୍ତରେ ଆସିବେ ବୋଲି ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ କହିଛନ୍ତି।
ଏହି ସୂଚନା ଦେଇ ସେ କହିଛନ୍ତି, ୧୭ ତାରିଖରେ ଜନତା ମଇଦାନରେ ପ୍ରଧାନମନ୍ତ୍ରୀ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିବେ। ସେହି ଦିନ ଏହି ଯୋଜନାର ପ୍ରଥମ କିସ୍ତି ପ୍ରଦାନ କରାଯିବ।
ସୁଭଦ୍ରା ଯୋଜନାର ସମସ୍ତ ସୂଚନା ପାଇଁ ସୋମବାର ‘ସୁଭଦ୍ରା ପୋର୍ଟାଲ’ ଉନ୍ମୋଚନ କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ସୁଭଦ୍ରାର ସମସ୍ତ ସୂଚନା ଏଣିକି ସୁଭଦ୍ରା ପୋର୍ଟାଲରେ ଉପଲବ୍ଧ ହେବ। ସୁଭଦ୍ରା ଯୋଜନା ବିଷୟରେ ଜାଣିବାକୁ ଚାହୁଁଥିଲେ ଜଣେ ହିତାଧୀକାରୀ http://subhadra.odisha.gov.in ଲଗ୍‌ ଇନ୍‌ କରି ସବୁକିଛି ସୂଚନା ପାଇପାରିବେ।
ଉପମୁଖ୍ୟମନ୍ତ୍ରୀ କହିଛନ୍ତି, କିଛି ତଥ୍ୟ ଜାଣିବାକୁ ଚାହୁଁଥିଲେ ପୋର୍ଟାଲରୁ ହିଁ ଜାଣିହେବ। ସୁଭଦ୍ରା ଯୋଜପାର ଫର୍ମ ବଣ୍ଟନ ଆରମ୍ଭ ହୋଇଛି, ୪ରୁ ଫର୍ମ ସଂଗ୍ରହ ଆରମ୍ଭ ହେବ। ଫର୍ମ ପୂରଣ କରି ଆଧାର କାର୍ଡ ନକଲ ସହ ଦାଖଲ କରିବେ। ମୋ ସେବା କେନ୍ଦ୍ର ବା ଜନସେବା କେନ୍ଦ୍ରରେ ଫର୍ମ ଦାଖଲ କରି ପାରିବେ। ଫର୍ମ ବଣ୍ଟନ ଓ ଦାଖଲ ସଂପୂର୍ଣ୍ଣ ମାଗଣାରେ ହେବ। ରାକ୍ଷୀ ପୂର୍ଣ୍ଣିମାରେ ମିଳିବାକୁ ଥିବା କିସ୍ତି ୧୭ରୁ ଆରମ୍ଭ ହେବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମ ଦିନରେ ନିଜେ ପ୍ରଧାନମନ୍ତ୍ରୀ ଶୁଭାରମ୍ଭ କରିବେ। ସବୁ ଯୋଗ୍ୟ ମହିଳାଙ୍କୁ ମିଳିବା ପର୍ଯ୍ୟନ୍ତ ଏହା ଚାଲୁ ରହିବ କହିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

କ୍ରିସମାସ ଶୁଭକାମନାରେ ରୁଷିଆ ରାଷ୍ଟ୍ରପତି ପୁଟିନଙ୍କ ‘ମୃତ୍ୟୁ’ କାମନା କଲେ ଜେଲେନସ୍କି 

କ୍ୱିଭ,୨୫।୧୨: ଯୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କ୍ରିସମସ ଇଭ (ଡିସେମ୍ବର ୨୪) ରେ ତାଙ୍କ ପାରମ୍ପରିକ ଭାଷଣରେ ରୁଷିଆ ରାଷ୍ଟ୍ରପତି ଭ୍ଲାଡ଼ିମିର ପୁଟିିନଙ୍କ ଅପ୍ରତ୍ୟକ୍ଷ ମୃତ୍ୟୁ...

୨୪ ବର୍ଷ ପୂର୍ବେ ପାକିସ୍ତାନକୁ ନେଇ ଏମିତି କଥା କହିଥିଲେ ପୁଟିନ: ଏବେ ହେଉଛି ସତ

ମସ୍କୋ,୨୫।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ପାକିସ୍ତାନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ଏହି ବିବୃତ୍ତି ପ୍ରାୟ ୨୪ ବର୍ଷ ପୁରୁଣା, ଯେତେବେଳେ ସେ...

ସାନ୍ତାଳୀ ଭାଷାରେ ଉନ୍ମୋଚନ ହେଲା ଭାରତର ସମ୍ବିଧାନ: ରାଷ୍ଟ୍ରପତି କହିଲେ, ଗର୍ବର ବିଷୟ

ନୂଆଦିଲ୍ଲୀ,୨୫ା୧୨:ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ସାନ୍ତାଳୀ ଭାଷାରେ ଭାରତର ସମ୍ବିଧାନକୁ ଉନ୍ମୋଚନ କରିଛନ୍ତି। ରାଷ୍ଟ୍ରପତି ଭବନରେ ଏହାର ଉନ୍ମୋଚନ କରାଯାଇଛି। ୨୦୦୩ର ଆଇନରେ ସଂଶୋଧନ ଅଣାଯାଇ...

ମାତ୍ର ୫ ଦିନରେ ଦୋଷୀଙ୍କୁ ମିଳିଲା ଦଣ୍ଡ: କୋର୍ଟଙ୍କ ରାୟଙ୍କ ଦେଖି ଲୋକେ ଆଶ୍ଚର୍ଯ୍ୟ

ଜୟପୁର,୨୫।୧୨: ରାଜସ୍ଥାନର କୋଟପୁଟଲି-ବେହରର ଜିଲାରେ ଏକ ଚୋରି ମାମଲାରେ ଅଭିଯୁକ୍ତକୁ ପାଞ୍ଚ ଦିନ ମଧ୍ୟରେ କୋର୍ଟ ଦଣ୍ଡାଦେଶ ଶୁଣାଇଛି। କୋର୍ଟ ତାଙ୍କୁ ଦୁଇ ବର୍ଷ ଜେଲଦଣ୍ଡ...

ବରଗଡ଼ ଧନୁଯାତ୍ରା: ଦେବକୀଙ୍କ କୋଳରେ ଜନ୍ମନେଲେ ଶ୍ରୀକୃଷ୍ଣ

ମଥୁରାନଗରୀ,୨୫।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବର ଦ୍ୱିତୀୟ ଦିବସ ଗୁରୁବାରରେ ମଥୁରାନଗରୀର ଲୋକ ମଣ୍ଡପ ପଡ଼ିଆରେ ରଙ୍ଗମହଲ ଉଦଘାଟିତ ହୋଇଛି। ଜିଲାପାଳ ଆଦିତ୍ୟ ଗୋୟଲ ଏହି...

ଗୁଲୁଆଙ୍କ ପାଲଟା ଅଭିଯୋଗ: ‘ମୋତେ ଶାରୀରିକ ସମ୍ପର୍କ ରଖିବାକୁ ମନା କରିଥିଲେ ବର୍ଷା, ମୁଁ ନୁହେଁ ବରଂ ସେ… 

ଭୁବନେଶ୍ୱର,୨୫।୧୨: ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି।...

ନୂଆବର୍ଷରେ ଫିଟିବ ପୂଜାଙ୍କ ଭାଗ୍ୟ

ଅଭିନେତ୍ରୀ ପୂଜା ହେଗଡେ ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଶିଳ୍ପରେ ମଧ୍ୟ ବହୁତ ପ୍ରସିଦ୍ଧ। ୨୦୧୬ରେ ସେ ମୋହେଞ୍ଜୋଦାରୋ ସହିତ ଡେବ୍ୟୁ କରିଥିଲେ। ଏହା ବକ୍ସ ଅଫିସରେ...

୧୭ ବର୍ଷ ପରେ ପୁଣି ଚର୍ଚ୍ଚାରେ ଗସମା ଜଙ୍ଗଲ: ମାଓବାଦୀ ସଂଗଠନକୁ ଶକ୍ତ ଧକ୍କା, ପୋଲିସକୁ ବଡ ସଫଳତା 

ଭଞ୍ଜନଗର,୨୫।୧୨(ବାବୁଲା ପ୍ରଧାନ)- ଦୀର୍ଘ ୧୭ ବର୍ଷ ପରେ ପୁଣି ଚର୍ଚ୍ଚାକୁ ଆସିଛି ଗସମା ଜଙ୍ଗଲ । ୨୦୦୮ ମସିହା ଫେବୃୟାରୀ ମାସ ୧୫ ତାରିଖ ରାତିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri