Posted inଜାତୀୟ

ବିଭବ କୁମାରଙ୍କୁ ଜାମିନ

ନୂଆଦିଲ୍ଲୀ, ୩।୯: ରାଜ୍ୟ ସଭା ସଦସ୍ୟ ସ୍ବାତି ମାଲିଓ୍ବାଲଙ୍କୁ ଆକ୍ରମଣ ମାମଲାରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କ ସହଯୋଗୀ ବିଭବ କୁମାରଙ୍କୁ ସୋମବାର ସୁପ୍ରିମକୋର୍ଟ ଜାମିନ ପ୍ରଦାନ କରିଛନ୍ତି। ଜଷ୍ଟିସ୍‌ ସୂର୍ଯ୍ୟକାନ୍ତ ଏବଂ ଜଷ୍ଟିସ୍‌ ଉଜ୍ଜ୍ୱଳ ଭୂୟାନ୍‌ଙ୍କୁ ନେଇ ଗଠିତ ଖଣ୍ଡପୀଠ ବିଭବଙ୍କୁ ସର୍ତ୍ତମୂଳକ ଜାମିନ ପ୍ରଦାନ କରିଛନ୍ତି। ଜାମିନରେ ଥିବା ସମୟରେ ବିଭବ ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କ ଅଫିସ୍‌ କିମ୍ବା ତାଙ୍କ ବାସଭବନକୁ ଯାଇପାରିବେ ନାହିଁ। ସେହିପରି ସେ ମାମଲାକୁ ନେଇ କୌଣସି ମନ୍ତବ୍ୟ ଦେବେନାହିଁ ବୋଲି ସର୍ବୋଚ୍ଚ ଅଦାଲତ ସର୍ତ୍ତ ରଖିଛନ୍ତି। ସେହିପରି ଜାମିନରେ ଥିବା ସମୟରେ ବିଭବଙ୍କୁ କୌଣସି ସରକାରୀ ପଦ ମଧ୍ୟ ଦିଆଯାଇପାରିବ ନାହିଁ। ବିଭବ ପ୍ରାୟ ୧୦୦ ଦିନ ଧରି ଜେଲରେ ଥିଲେ। ତେବେ ମାମଲାର ଶୁଣାଣି ସମୟରେ ଦିଲ୍ଲୀ ପୋଲିସ ବିଭବଙ୍କ ଜାମିନ ଆବେଦନକୁ ବିରୋଧ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନେତାନ୍ୟାହୁ-ଟ୍ରମ୍ପଙ୍କ ସାକ୍ଷାତ ପୂର୍ବରୁ ମାସୁଦ୍‌ଙ୍କ ବଡ଼ ଘୋଷଣା: କହିଲେ ଆମ ଦେଶ ଏବେ ଯୁଦ୍ଧ ପାଇଁ…

ତେହରାନ,୨୮ା୧୨: ଇରାନ ରାଷ୍ଟ୍ରପତି ମାସୁଦ୍‌ ପେଜେସ୍କିଆନ କହିଛନ୍ତି, ତାଙ୍କ ଦେଶ ବର୍ତ୍ତମାନ ଆମେରିକା, ଇସ୍ରାଏଲ ଏବଂ ୟୁରୋପ ସହିତ ଏକ ପୂର୍ଣ୍ଣାଙ୍ଗ ଯୁଦ୍ଧରେ ଲିପ୍ତ। ସୋମବାର...

ଭରସା କଲେ ନବୀନ: ସିଲୁଙ୍କୁ ମିଳିଲା ଗୁରୁଦାୟତ୍ୱ, କହିଲେ…

କେସିଙ୍ଗା,୨୮।୧୨(ତୁମେଶ୍ୱର ସାହୁ): ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଅନୁମୋଦନ କ୍ରମେ ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ସାରା ରାଜ୍ୟରେ ନୂତନ ବିଜେଡି ପଦାଧିକାରୀମାନଙ୍କ...

ଶୀତ ମହୋତ୍ସବ ଲାଗି ଗାଁ ଗାଁରେ ଉତ୍କଣ୍ଠା, ଉତ୍ସାହ

ଦାରିଙ୍ଗବାଡି, ୨୮।୧୨ (ଅରୁଣ ସାହୁ ): ଆଉ କିଛି ଦିନର ଅପେକ୍ଷା। ଶୀତ ମହୋତ୍ସବ ୨୦୨୬ ପାଇଁ ଦାରିଙ୍ଗବାଡି ଏବେ ଠାରୁ ଉତ୍ସବମୁଖର ହୋଇପଡିଛି। ଗାଁ...

ଧନୁଯାତ୍ରା ରାଜ ଦରବାରରେ ଉଚ୍ଚଶିକ୍ଷା, ସଂସ୍କୃତି ମନ୍ତ୍ରୀ କହିଲେ ଅସ୍ମିତାର କଥା…

ମଥୁରାନଗରୀ,୨୮।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ଚତୁର୍ଥ ଦିବସରେ ଗୋପପୁର ଦୃଶ୍ୟାଭନିନୟ ଗୁଡ଼ିକ ଚିତ୍ତାକର୍ଷକ ଥିଲା। କୃଷ୍ଣଙ୍କ ବାଲ୍ୟଲୀଳା ଦେଖିବାକୁ ନାହିଁ...

ଚୋରକୁ କାବୁ କରି ବିଦ୍ୟୁତ୍‌ ଖୁଣ୍ଟରେ ବାନ୍ଧିଲେ ଲୋକେ, ପ୍ରବଳ ମାଡ଼ ମାରିବା ପରେ…

ଭଦ୍ରକ,୨୮ା୧୨(ସନାତନ ରାଉତ): ଚୋରି କରୁଥିବାବେଳେ ଜଣେ ନିଶାଡ଼ି ଯୁବକଙ୍କୁ କାବୁ କରି ବିଦ୍ୟୁତ୍‌ ଖୁଣ୍ଟରେ ବାନ୍ଧି ଦେଲେ ଗ୍ରାମବାସୀ। ପ୍ରବଳ ମାଡ଼ ମାରିବା ପରେ ପୋଲିସକୁ...

ଡ୍ରାଇଭର ମହାସଂଘର ଉପସଭାପତି ସନ୍ତୋଷଙ୍କୁ ଝୁରୁଛନ୍ତି ଅଞ୍ଚଳବାସୀ, କଂଗ୍ରେସ ପତାକା ଉପରେ ଢାଙ୍କି ଦେଇ ନେତା…

ଦାରିଙ୍ଗବାଡ଼ି,୨୮ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଓଡ଼ିଶା ଡ୍ରାଇଭର ମହାସଂଘର ଉପସଭାପତି ସନ୍ତୋଷ ଦିଗାଲଙ୍କ ବିୟୋଗରେ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ପ୍ରକାଶ ଯେ,...

ତିନି ଦିନ ପରେ ପୁଣି ଫେରିଲା ହାଡ଼ଭଙ୍ଗା ଶୀତ: ଜି.ଉଦୟଗିରିରେ ୩.୫ ଡିଗ୍ରୀ ତାପମାତ୍ରା

ଜି.ଉଦୟଗିରି,୨୮।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ଓଡ଼ିଶାର ସବୁଠାରୁ ଶୀତ ପ୍ରବଣ ଅଞ୍ଚଳ ଜି.ଉଦୟଗିରିରେ ୨/୩ ଦିନ ଶୀତ ଲୁଚକାଳି ଖେଳୁଥିବା ବେଳେ ହଠାତ୍‌ ଶନିବାର ଠାରୁ...

ପ୍ରଧାନମନ୍ତ୍ରୀଙ୍କ ‘ମନ୍‌ କି ବାତ୍‌’ରେ ପାର୍ବତୀ ଗିରିଙ୍କୁ ପ୍ରଶଂସା ସହ ବଖାଣିଲେ ୨୦୨୫ର ଏସବୁ ସଫଳତା

ନୂଆଦିଲ୍ଲୀ,୨୮ା୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୧୨୯ ତମ ‘ମନ କି ବାତ୍‌’ କାର୍ଯ୍ୟକ୍ରମରେ ଦେଶବାସୀଙ୍କୁ ସମ୍ବୋଧିତ କରିଛନ୍ତି। ୨୦୨୫ର ଅନେକ ସଫଳତା ବିଷୟରେ କହିଛନ୍ତି ପ୍ରଧାନମନ୍ତ୍ରୀ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri