ସ୍କୁଲରେ ତାଲା, ରାସ୍ତାରେ ପଢ଼ିଲେ ପିଲା

ବଇଣ୍ଡା,୪ା୯ (ପରିକ୍ଷିତ ସାହୁ): ସରକାରୀ ସ୍କୁଲ ପାଇଁ ଜମି ଦେଇଥିଲେ ମଧ୍ୟ ଜମି ମାଲିକଙ୍କ ସମ୍ପର୍କୀୟଙ୍କୁ ରୋଷେୟା ଭାବେ ନିଯୁକ୍ତି ମିଳିଲା ନାହିଁ। ଏଥିରେ ଖପ୍ପା ହୋଇ ଜମି ଉପରେ ମାଲିକାନା ଦାବି କରୁଥିବା ବ୍ୟକ୍ତି ଜଣକ ଜମି ବାବଦ କ୍ଷତିପୂରଣ ଦାବି କରି ଉକ୍ତ ସରକାରୀ ବିଦ୍ୟାଳୟରେ ମଙ୍ଗଳବାର ତାଲା ପକାଇ ଦେବାରୁ ରାସ୍ତା ଉପରେ ବସି ପାଠ ପଢ଼ିଛନ୍ତି ଛାତ୍ରୀଛାତ୍ର। ଏପରି ଏକ ଘଟଣା ଦେଖିବାକୁ ମିଳିଛି ଅନୁଗୋଳ ଜିଲା କିଶୋରନଗର ବ୍ଲକ କଦଳୀମୁଣ୍ଡା ପଞ୍ଚାୟତର ସାନରୋହିଲା ଗ୍ରାମରେ ଥିବା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ।
ଘଟଣାରୁ ପ୍ରକାଶ, ସାନରୋହିଲା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଏକ ଘରୋଇ ଜମିରେ ସ୍ଥାପନ ହୋଇଛି। ଏଥିପାଇଁ ଦୀର୍ଘବର୍ଷ ତଳୁ ଗ୍ରାମର ଜଣେ ବ୍ୟକ୍ତି ଜମି ପ୍ରଦାନ କରିଥିଲେ। ଏବେ ମଧ୍ୟ ବିଦ୍ୟାଳୟ ଜମି ସମ୍ପୃକ୍ତ ଜମି ମାଲିକଙ୍କ ଉତ୍ତରାଧିକାରୀଙ୍କ ନାମରେ ରହିଛି। କିଛି ମାସ ପୂର୍ବେ ଉକ୍ତ ବିଦ୍ୟାଳୟରେ ରୋଷେୟା ନିଯୁକ୍ତି କରାଯାଇଥିଲା। ଏହି ପଦବୀରେ ତାଙ୍କର ଜଣେ ସମ୍ପର୍କୀୟଙ୍କୁ ନିଯୁକ୍ତି ଦେବାକୁ ଜମି ଉପରେ ମାଲିକାନା ଦାବି କରୁଥିବା ବ୍ୟକ୍ତି ଜଣକ କହିଥିଲେ। ବିଦ୍ୟାଳୟ ପକ୍ଷରୁ ଏହି ନିଯୁକ୍ତି ଦିଆଯିବ ବୋଲି କୁହାଯାଇଥିଲା। ହେଲେ ବିଦ୍ୟାଳୟ ପକ୍ଷରୁ ଆଉ ଜଣଙ୍କୁ ରୋଷେୟା ଭାବେ ନିଯୁକ୍ତ କରାଯାଇଥିଲା। ଏହାକୁ ନେଇ ଜମି ଉପରେ ମାଲିକାନା ଦାବି କରୁଥିବା ବ୍ୟକ୍ତି ଖପ୍ପା ହୋଇଥିଲେ। ସ୍କୁଲକୁ ଦିଆଯାଇଥିବା ଜମି ବଦଳରେ ଉପଯୁକ୍ତ କ୍ଷତିପୂରଣ ଯୋଗାଇ ଦେବାକୁ ଦାବିକରି ସେ ବିଦ୍ୟାଳୟ ଫାଟକରେ ତାଲା ପକାଇ ଆନ୍ଦୋଳନ କରିଥିଲେ। ଫଳରେ ସ୍କୁଲ ଭିତରକୁ ଯାଇ ନ ପାରି ଛାତ୍ରୀଛାତ୍ରମାନେ ପୂର୍ବାହ୍ନ ୧୦ଟାରୁ ମଧ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ ବିଦ୍ୟାଳୟ ସମ୍ମୁଖ ରଣିଆକଟା-କଦଳୀମୁଣ୍ଡା ରାସ୍ତା ଉପରେ ବସି ପାଠ ପଢ଼ିଥିଲେ। ଏଥିଯୋଗୁ ଉକ୍ତ ରାସ୍ତାରେ ୨ ଘଣ୍ଟା ଯାତାୟାତ ବାଧାପ୍ରାପ୍ତ ହୋଇଥିଲା। ଏ ସମ୍ପର୍କରେ ଗ୍ରାମବାସୀ ବ୍ଲକ ଶିକ୍ଷା ଅଧିକାରୀଙ୍କୁ ଜଣାଇଥିଲେ। ପରେ ସିଆର୍‌ସିସି ତ୍ରିଲୋଚନ ବେହେରା, ତହସିଲଦାର ମନୋଜ କୁମାର ପ୍ରଧାନ, କିଶୋରନଗର ଥାନା ଆଇଆଇସି ବିଭୁତି ପ୍ରଧାନ ଘଟଣାସ୍ଥଳରେ ପହଞ୍ଚି ଜମି ଉପରେ ମାଲିକାନା ଦାବି କରୁଥିବା ବ୍ୟକ୍ତିଙ୍କୁ ବୁଝାଶୁଝା କରିଥିଲେ। ଏହାପରେ ବିଦ୍ୟାଳୟ ଫାଟକରୁ ତାଲା ଖୋଲାଯାଇଥିଲା। ଛାତ୍ରୀଛାତ୍ରମାନେ ଭିତରେ ପାଠ ପଢିବା ସହ ମଧ୍ୟାହ୍ନ ଭୋଜନ ରୋଷେଇ ହୋଇଥିଲା। ଘଟଣା ସମ୍ପର୍କରେ କିଶୋରନଗର ତହସିଲଦାର ପ୍ରଧାନ କହିଛନ୍ତି, ଏହି ବିବାଦର ସ୍ଥାୟୀ ସମାଧାନ ପାଇଁ ବୈଠକ କରାଯିବ। ଆଗାମୀ ଦିନରେ କିଭଳି ସମସ୍ୟା ହେବନି ସେଥିପ୍ରତି ଦୃଷ୍ଟି ଦେବାକୁ ଶିକ୍ଷା ବିଭାଗକୁ ନିର୍ଦ୍ଦେଶ ଦିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri