ପଥପ୍ରାନ୍ତ ସୁବିଧା କେନ୍ଦ୍ରରେ ତାଲା

ଭବାନୀପାଟଣା,୪ା୯(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲାର ପୂର୍ତ୍ତବିଭାଗ ଅଧୀନରେ ଥିବା ୪ଟି ପଥପ୍ରାନ୍ତ ସୁବିଧା କେନ୍ଦ୍ରରେ ୨ମାସ ହେଲା ତାଲା ଝୁଲୁଥିବା ଦେଖିବାକୁ ମିଳିଛି। ଫଳରେ ଯାତ୍ରୀମାନେ ସେବା ନ ପାଇ ହନ୍ତସନ୍ତ ହୋଇଛନ୍ତି। ଏହାକୁ ନେଇ ସାଧାରଣରେ ଉଦ୍‌ବେଗ ପ୍ରକାଶ ପାଇଛି। ଜିଲାର ଜୁନାଗଡ ବ୍ଲକର ଚଞ୍ଚରାଭାଡି, ଭବାନୀପାଟଣା ବ୍ଲକର ବୋର୍ଡା, କୋକସରା ବ୍ଲକର ଆମ୍ବପାଣି ଓ ଏମ୍‌ ରାମପୁର ବ୍ଲକର ରଙ୍ଗାପଦରଠାରେ ଏହି ପ୍ରଥପ୍ରାନ୍ତ ସୁବିଧା କେନ୍ଦ୍ର ରହିଛି। ୨୦୧୮ରେ ତତ୍କାଳୀନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉଦ୍ୟମରେ ଏହି ପଥପ୍ରାନ୍ତ ସେବା କେନ୍ଦ୍ର ଲୋକାର୍ପିତ ହୋଇଥିଲା। ଏଠାରେ ଯାତ୍ରୀମାନେ ବିଶ୍ରାମ ନେବା, ଶୌଚାଳୟ ବ୍ୟବହାର କରିବା, ପିଇବା ପାଣିର ବ୍ୟବସ୍ଥା ଆଦି ରହିଥିଲା। ଏହାଦ୍ୱାରା ରାସ୍ତାରେ ଯାଉଥିବା ଅନେକ ଯାତ୍ରୀ ଉପକୃତ ହେଉଥିଲେ। ହେଲେ ଗତ ୨ମାସରୁ ଊର୍ଦ୍ଧ୍ୱ ହେଲା ଏସବୁ କେନ୍ଦ୍ରରେ ତାଲା ଝୁଲୁଥିବାରୁ ଯାତ୍ରୀମାନେ ନାହଁି ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ମିଳିଥିବା ସୂଚନା ଅନୁଯାୟୀ, ୪ ପଥପ୍ରାନ୍ତରେ କାର୍ଯ୍ୟରତ ୨୪ ଜଣ କର୍ମଚାରୀଙ୍କୁ ଛଟେଇ ପରେ ଏପରି ଅସୁବିଧା ଦେଖାଦେଇଛି। ପୂର୍ତ୍ତବିଭାଗ ଏକ ଘରୋଇ ଠିକା କମ୍ପାନୀକୁ ପରିଚାଳନା ପାଇଁ ଦାୟିତ୍ୱ ଦେଇଥିଲା। ହେଲେ ଠିକା କମ୍ପାନୀ ସମସ୍ତ କର୍ମଚାରୀଙ୍କୁ ଗତ ଜୁନ୍‌ ଶେଷରେ ଛଟେଇ କରିଦେଇଥିବା ଜଣାପଡିଛି। ଫଳରେ ସେହିଦିନଠୁ ପଥପ୍ରାପ୍ତ ସୁବିଧା କେନ୍ଦ୍ରରେ ତାଲା ଝୁଲୁଛି। ଏ ନେଇ କଳାହାଣ୍ଡି ଜିଲାପାଳ ସଚିନ ପାୱାରଙ୍କୁ ପଚାରିବାରୁ ପିଡବ୍ଲ୍ୟୁଡି ଅଧିକାରୀଙ୍କ ସହ କଥା ହୋଇ ସମାଧାନ କରାଯିବ ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗଡ଼ିଲା ହାଇଡ୍ରୋଜେନ୍‌ ଚାଳିତ ଜାହାଜ

ବାରାଣସୀ,୧୧ା୧୨: ଭାରତରେ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ପ୍ରଥମ ହାଇଡ୍ରୋଜେନ୍‌ ଇନ୍ଧନ-ସେଲ୍‌ ଜାହାଜର ଚଳାଚଳକୁ କେନ୍ଦ୍ର ବନ୍ଦର, ଜାହାଜ ଚଳାଚଳ ଓ ଜଳମାର୍ଗ ମନ୍ତ୍ରୀ ସର୍ବାନନ୍ଦ ସୋନୋଓ୍ବାଲ...

ମାଲକାନଗିରିରେ ଉତ୍ତଜନା: ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି,୧୧।୧୨ (ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲାରେ ଉତ୍ତେଜନାମୂଳକ ପରିସ୍ଥିତି ଲାଗି ରହିଥିବା ବେଳେ ଜିଲାସ୍ତରୀୟ ଲୋକ ମହୋତ୍ସବ ମାଲ୍ୟବନ୍ତ- ୨୦୨୫କୁ ଜିଲା ପ୍ରଶାସନ ପକ୍ଷରୁ ସ୍ଥଗିତ...

ପାକିସ୍ତାନ ଖେଳାଳିଙ୍କ ସହ ହାତ ମିଳାଇବେ ବୈଭବ ସୂର୍ଯ୍ୟବଂଶୀ! ଏସିଆ କପ ପୂର୍ବରୁ ICC ରଖିଲା ଏମିତି ଦାବି

ନୂଆଦିଲ୍ଲୀ,୧୧।୧୨: ୧୯ ବର୍ଷରୁ କମ ଏସିଆ କପ ୨୦୨୫ ଡିସେମ୍ବର ୧୨ ତାରିଖରେ ଆରମ୍ଭ ହେବ। ଭାରତର ୧୯ ବର୍ଷରୁ କମ ଦଳର ନେତୃତ୍ୱ ଆୟୁଷ...

ଅର୍ଶଦୀପଙ୍କ ପାଇଁ ଭୟଙ୍କର ଦିନ: ଗୋଟିଏ ଓଭରରେ ପକାଇଲେ ୭ ୱାଇଡ୍

ମୁଲାନପୁର,୧୧ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଗୁରୁବାର ମୁଲାନପୁରରେ ଖେଳାଯାଉଥିବା ଦ୍ୱିତୀୟ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍‌ରେ ଭାରତୀୟ ପେସ୍ ବୋଲର ଅର୍ଶଦୀପ ସିଂହ ଏକ...

Bahraich Violence: ବହରାଇଚ ହିଂସା ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ, ଅନ୍ୟ ନଅ ଜଣଙ୍କୁ ଆଜୀବନ କାରାଦଣ୍ଡ

ନୂଆଦିଲ୍ଲୀ,୧୧।୧୨: ବହରାଇଚ ହିଂସାର ମୁଖ୍ୟ ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ ଦିଆଯାଇଛି। ଅନ୍ୟ ନଅ ଜଣ ଅଭିଯୁକ୍ତଙ୍କୁ ମଧ୍ୟ ଆଜୀବନ କାରାଦଣ୍ଡ ଦିଆଯାଇଛି। ଗୁରୁବାର କୋର୍ଟ ରାମଗୋପାଳ...

ଦୁର୍ଘଟଣାରେ ଚାଲିଗଲା ଜୀବନ: ବାଇକ୍‌ ଚାଳକ ଗିରଫ

କୋକସରା,୧୧ା୧୨ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଗତ ୩ ତାରିଖ ରାତିରେ ନିଆଁ ପୁଇଁବା ସମୟରେ ବାଇକ୍‌ ଧକ୍କାରେ କୋକସରା ଥାନା ଡାଲଗୁମା ଗ୍ରାମର ଅଶୋକ କୁମାର...

୨୪ ଲିଟର ଅପମିଶ୍ରିତ ଦେଶୀ ମଦ ଜବତ; ୨ ଅଭିଯୁକ୍ତ କୋର୍ଟ ଚାଲାଣ

ଦିଗପହଣ୍ଡି,୧୧।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅବକାରୀ ଥାନା ଅଧୀନରେ ଚଢ଼ାଉ କରାଯାଇ ମୋଟ ୨୪ ଲିଟର ଅପମିଶ୍ରିତ ଦେଶୀ ମଦ ଜବତ କରାଯାଇଛି।...

ଫୁଟବଲ ମ୍ୟାଚ୍‌ ପରେ ପାକିସ୍ତାନ ଖେଳାଳିଙ୍କ ମଧ୍ୟରେ ମାରପିଟ୍‌: ଭିଡିଓ ଭାଇରାଲ

କରାଚୀ,୧୧ା୧୨: ପାକିସ୍ତାନ ଆର୍ମି ଏବଂ ଓ୍ବାପଡା ଦଳ ମଧ୍ୟରେ ଖେଳାଯାଇଥିବା ନ୍ୟାଶନାଲ ଗେମ୍ସ ଫୁଟବଲ ସେମିଫାଇନାଲ ପରେ ଦୁଇ ଦଳର ଖେଳାଳି ଓ ଅଫିସିଆଲ୍ସ ପରସ୍ପରକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri