ଭାବି ସ୍ତ୍ରୀଙ୍କ ଫଟୋରେ ଏମିତି କମେଣ୍ଟ ଦେଲେ ନାଗା ଚୈତନ୍ୟ

ସାଉଥ୍‌ ସୁପରଷ୍ଟାର୍‌ ନାଗା ଚୈତନ୍ୟ ଏବଂ ଶୋଭିତା ଧୁଲିପାଲାଙ୍କ ନିର୍ବନ୍ଧ ସରିଛି। ଏବେ ଉଭୟଙ୍କ ବିବାହ ଡେଟ୍‌କୁ ପ୍ରଶଂସକ ଅପେକ୍ଷା କରିଛନ୍ତି। ଏସବୁ ଭିତରେ ଶୋଭିତାଙ୍କ କିଛି ଫଟୋ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଭାଇରାଲ ଫଟୋରେ ଶୋଭିତା ଶାଢି ପିନ୍ଧିଥିବା ନଜର ଆସିଛନ୍ତି। ଏହାସହ ଫଟୋରେ ସେ ନିର୍ବନ୍ଧ ମୁଦି ଦେଖାଇଥିଲେ। ଏହି ଫଟୋରେ ତାଙ୍କ ଭାବି ସ୍ବାମୀ ନାଗା ଚୈତନ୍ୟ କମେଣ୍ଟ ଦେଇଛନ୍ତି।
ଶୋଭିତା ଧୁଲିପାଲା ତାଙ୍କ ଇନଷ୍ଟା ଆକାଉଣ୍ଟରେ ଏକ ଇଭେଣ୍ଟରୁ ତାଙ୍କର କିଛି ଫଟୋ ଶେୟାର କରିଛନ୍ତି। ଫଟୋରେ ଅଭିନେତ୍ରୀ ଶାଢିରେ ବହୁତ ସୁନ୍ଦର ଦେଖାଯାଉଛନ୍ତି। କିନ୍ତୁ ଏହି ସମୟ ଯାହା ଧ୍ୟାନ ଆକର୍ଷଣ କରିଥିଲା ତାହା ହେଉଛି ତାଙ୍କ ଡାଏମଣ୍ଡ ରିଙ୍ଗ୍‌। ନାଗା ଏହି ଫଟୋରେ କମେଣ୍ଟ ଦେଇ ଲେଖିଥିଲେ, ଷ୍ଟନର୍‌।

ନାଗା ଏବଂ ଶୋଭିତା ମଧ୍ୟରେ ଗତ ମାସରେ ନିର୍ବନ୍ଧ ସମ୍ପନ୍ନ ହୋଇଥିଲା। ଏହା ପୂର୍ବରୁ, ଦମ୍ପତି ପ୍ରାୟ ଦୁଇ ବର୍ଷ ଧରି ଡେଟ କରିଥିଲେ। ଏସବୁ ମଧ୍ୟରେ ଉଭୟ ରାଜସ୍ଥାନରେ ବିବାହ କରିବାକୁ ଯୋଜନା କରୁଛନ୍ତି ବୋଲି ଗୁଜବ ପ୍ରଚାରିତ ହେଉଛି। ନାଗାଙ୍କ ଏହା ଦ୍ୱିତୀୟ ବିବାହ। ଏହା ପୂର୍ବରୁ ସେ ଦକ୍ଷିଣ ଅଭିନେତ୍ରୀ ସାମନ୍ଥା ରୁତ୍‌ ପ୍ରଭୁଙ୍କୁ ବିବାହ କରିଥିଲେ। ପରେ ସେମାନେ ଛାଡପତ୍ର ହୋଇଥିଲେ।

 

View this post on Instagram

 

A post shared by Sobhita (@sobhitad)


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମିକାଙ୍କ ପାଇଁ ଗଳା କାଟିଦେଲେ ପ୍ରେମିକ, ଆଉ ତା’ ପରେ…

ଜି.ଉଦୟଗିରି,୬ା୧୨(ଚିନ୍ମୟ କୁମାର ସେଠୀ): କଳିଙ୍ଗା ପଞ୍ଚାୟତର ଡୁଗୁଡ଼ିପାରୀ ଗ୍ରାମରେ ଶନିବାର ସକାଳେ ଜଣେ ଯୁବକ ଆତ୍ମହତ୍ୟା ଉଦ୍ୟମ କରିଥିବା ଦେଖିବାକୁ ମିଳିଛି। ପ୍ରେମିକାଙ୍କ ନିଜ ଘରକୁ...

୨୩ରୁ ଭଞ୍ଜନଗରରେ ଖୋଲିବ ଧାନ ମଣ୍ଡି: ୨୪ ଘଣ୍ଟିଆ ନଜର ରଖିବ…

ଭଞ୍ଜନଗର,୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡରେ ଆସନ୍ତା ୨୩ ତାରିଖରୁ ମଣ୍ଡିରେ ଧାନ ସଂଗ୍ରହ ହେବ। ତେଣୁ ଏହା ପୂର୍ବରୁ ଭଞ୍ଜନଗର ଉପଖଣ୍ଡ ପ୍ରଶାସନ...

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ୧୮ହଜାର ଟପିବ ନାହିଁ ଘରୋଇ ବିମାନ ଭଡ଼ା, କିଲୋମିଟର ଅନୁଯାୟୀ ପଡିବ…

ନୂଆଦିଲ୍ଲୀ,୬।୧୨: ଗତ ୫ ଦିନ ଧରି ଇଣ୍ଡିଗୋ ବିମାନ ଚଳାଚଳ ବନ୍ଦ ହେବା ଏବଂ ଯାତ୍ରୀଙ୍କ ସଂଖ୍ୟା ଆଶାତିତ ବୃଦ୍ଧି ଯୋଗୁ, ଅନ୍ୟ ବିମାନ କମ୍ପାନୀଗୁଡ଼ିକର...

ଅସମାଜିକଙ୍କ ଆଡ୍ଡାସ୍ଥଳୀ ପାଲଟିଛି ଉଦ୍ୟାନ କୃଷି କୋଠା, ସବୁ ଜାଣି ପ୍ରଶାସନ ଚୁପ୍‌

ଥୁଆମୂଳ ରାମପୁର,୬ା୧୨(ଦୁର୍ଗା କୀର୍ତ୍ତି): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମିଳିତ ସହଯୋଗରେ ବିଭିନ୍ନ ଯୋଜନା ମଧ୍ୟରେ ଉଦ୍ୟାନ କୃଷି ଉପରେ ଅଧିକ ଗୁରୁତ୍ୱ ଦିଆଯାଉଛି। ଉଦ୍ୟାନ...

ବିଜେଡିକୁ ଶକ୍ତ ଝଟ୍‌କା: ଭାଜପାରେ ଯୋଗଦେଲେ ପ୍ରଫୁଲଙ୍କ ଦୁଇ ପୁଅ

ଭୁବନେଶ୍ୱର/ଭଦ୍ରକ,୬।୧୨(ସନାତନ ରାଉତ): ଭଦ୍ରକ ବିଜେଡି କନ୍ଦଳ ନେଇ ରାଜନୀତି ସରଗରମ ଥିବାବେଳେ ଶେଷରେ ବିଜେଡିକୁ ଶକ୍ତ ଝଟ୍‌କା । ଭାଜପାରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ୨...

ଚୁଲି ଜାଳି ନିଆଁ ପୁଇଁ ହେଉଥିଲେ ମହିଳା, ଶାଢ଼ିରେ ଲାଗିଗଲା ନିଆଁ, ଆଉ ତା’ ପରେ…

ଆନନ୍ଦପୁର,୬ା୧୨(ସୁଶାନ୍ତ କୁମାର ସାହୁ): ଚୁଲିନିଆଁରେ ପୋଡ଼ି ହୋଇ ଜଣେ ମହିଳା ଗୁରୁତର ହୋଇଛନ୍ତି। ଆନନ୍ଦପୁର ଉପଖଣ୍ଡ ନନ୍ଦିପଦା ଥାନା କରଗୋଳା ଗାଁରେ ଘଟିଛି ଏଭଳି ଏକ...

ଜିରୋ ବାଲାନ୍ସ ଆକାଉଣ୍ଟଧାରୀଙ୍କ ପାଇଁ ଖୁସି ଖବର, ଏବେ ସେମାନେ ପାଇବେ…

ନୂଆଦିଲ୍ଲୀ,୬।୧୨: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ସାଧାରଣ ଗ୍ରାହକଙ୍କୁ ଆଶ୍ୱସ୍ତି ପ୍ରଦାନ କରି ମୌଳିକ ସଞ୍ଚୟ ବ୍ୟାଙ୍କ ଜମା (BSBD) ଆକାଉଣ୍ଟରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରିଛି।...

ଘରଦ୍ୱାର ଭାଙ୍ଗିଲେ ହାତୀପଲ, ବାଡ଼ିରେ ପଶି ଖାଇଗଲେ…

ଗଜପତି,୬ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମାବ୍ଲକରେ ହାତୀଙ୍କ ଉପଦ୍ରବ ଲାଗି ରହିଛି। ଗତ ୪ ଦିନ ହେଲା ୪ ଟିକିଆ ହାତୀପଲ ଗୁମ୍ମା ବ୍ଲକର ଗାଁକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri