ରାଇକିଆରେ ନିଅଣ୍ଟିଆ ବର୍ଷା, କ୍ଷତିରେ ପରିବା ଚାଷୀ

ରାଇକିଆ,୫।୯(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ଅଞ୍ଚଳରେ ଚଳିତ ବର୍ଷ ସ୍ବାଭାବିକଠାରୁ କମ୍‌ ବର୍ଷା ହୋଇଛି । ଏହାର ପ୍ରଭାବ ବିଭିନ୍ନ ଚାଷ କାର୍ଯ୍ୟ ଉପରେ ଦେଖିବାକୁ ମିଳିଛି । ବିଶେଷ କରି ପନିପରିବା ଚାଷୀ କ୍ଷତି ସହିଛନ୍ତି । ପୂର୍ବ ବର୍ଷ ତୁଳନାରେ ଚିଳିତ ବର୍ଷ କମ ପନିପରିବା ଉତ୍ପାଦନ ହୋଇଛି । ଏକଦା ରାଜ୍ୟକୁ ବିନ୍ସ, ଫୁଲ କୋବି, ବନ୍ଧା କୋବି ରାଇକିଆ ଅଞ୍ଚଳରୁ ରପ୍ତାନି ହେଉଥିବା ବେଳେ ଚଳିତ ବର୍ଷ ଏହା ଆଉ ଦେଖିବାକୁ ମିଳୁ ନାହିଁ।

ଫଳରେ ଅଞ୍ଚଳରେ ବିନ୍ସ ୮୦ରୁ ୧୦୦ ଟଙ୍କା ଏବଂ ଫୁଲକୋବି ୫୦ରୁ ୬୦ ଟଙ୍କା କିଲୋ ପ୍ରତି ବିକ୍ରି ହେଉଛି । ଏପରିକି କର୍ନାଟକ ଫୁଲୋକୋବି ଓ ବନ୍ଧାକୋବି ରାଇକିଆ ବଜାରରେ ବିକ୍ରି ହେଉଥିବା ଦେଖିବାକୁ ମିଳୁଛି ।

ଅଞ୍ଚଳରେ ଜଳ ସେଚନର ବିଶେଷ ସୁବିଧା ନ ଥିବାରୁ ଖରିଫ ଋତୁରେ ଅଧିକାଂଶ ଚାଷୀ ବର୍ଷା ଜଳ ଉପରେ ନିର୍ଭର କରିଥାନ୍ତି । ହେଲେ ଚଳିତ ବର୍ଷ ଏହାର ବ୍ୟତିକ୍ରମ ଦେଖା ଦେଇଛି। ଏ ନେଇ ବରେପାଙ୍ଗା ଅଞ୍ଚଳର ଚାଷୀ ରମେଶ ପ୍ରଧାନ କୁହନ୍ତି, ଚଳିତ ବର୍ଷ ବିନ୍ସ ଚାଷ କରିଥିଲୁ । କିନ୍ତୁ ବର୍ଷା ଠିକ ଭାବେ ହେଲା ନାହିଁ । ଫଳରେ ଭଲ ଅମଳ ନ ହେବାରୁ କ୍ଷତି ସହିଲୁ । ଅନ୍ୟପକ୍ଷେ ଧାନ ଚାଷ ଏହି ବର୍ଷାରେ ବିଶେଷ କ୍ଷତି ସମ୍ଭାବନା ଦେଖା ଦେଇ ନି, ଆଗକୁ ଯଦି ଏହି ପରି କମ ବର୍ଷା ଲାଗି ରହେ ନିଶ୍ଚିତ ଭାବେ ଧାନ ଚାଷ କ୍ଷତି ହେବାର ଆଶଙ୍କା ରହିଛି ବୋଲି ରାଇକିଆ ବ୍ଲକ କୃଷି ଅଧିକାରୀ ସଚିନ୍ଦ୍ର କୁମାର ସେଠୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ ବାୟୁସେନାର ଟ୍ରେନି ବିମାନ ଦୁର୍ଘଟଣାଗ୍ରସ୍ତ

ପ୍ରୟାଗରାଜ,୨୧।୧: ଜାନୁଆରୀ ୨୧, ୨୦୨୬ ରେ, ପ୍ରୟାଗରାଜରେ ଏକ ସେନା ତାଲିମ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ବିମାନଟି ହଠାତ ଖସି ପଡ଼ି ସହର ମଧ୍ୟଭାଗରେ ଥିବା...

ପଞ୍ଚାୟତିରାଜ ମନ୍ତ୍ରୀଙ୍କ ବଡ଼ ସୂଚନା: ୨୦୨୭ ସୁଦ୍ଧା ୧୫୦ ଜନସଂଖ୍ୟା ଥିବା ଗାଁକୁ ହେବ…

ଭୁବନେଶ୍ୱର,୨୧ା୧: ୨୦୨୭ ସୁଦ୍ଧା ରାଜ୍ୟର ୧୫୦ ଜନସଂଖ୍ୟା ଥିବା ଗାଁକୁ ରାସ୍ତା ହେବ। ଏନେଇ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାଏକ ସୂଚନା ଦେଇଛନ୍ତି। ଆସନ୍ତା...

ଯାଉଥିବା ବେଳେ କୂଅରେ ପଡିଲେ ୩ ହାତୀ

ଦେବଗଡ଼,୨୦ା୧(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ ରେଙ୍ଗାଳବେଡ଼ା ଫରେଷ୍ଟ ସେକ୍ସନ ଟିଙ୍କବୀର ବିଟ୍‌ହାଉସ୍‌ ଅନ୍ତର୍ଗତ ବରନାଳି ଗ୍ରାମର ଏକ କୂଅରୁ ମଙ୍ଗଳବାର ୩ଟି...

ଆମ ଟିମ ନ୍ୟୁଜିଲାଣ୍ଡ ଠାରୁ ଅଧିକ ମଜଭୁତ, ଟି ୨୦ ସିରିଜ ଜିତିବ, ଜାଣନ୍ତୁ କାହାର ବୟାନ ହେଉଛି ଭାଇରାଲ

ନୂଆଦିଲ୍ଲୀ,୨୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମ୍ୟାଚ ବୁଧବାର ନାଗପୁରରେ ଖେଳାଯିବାକୁ ଯାଉଛି। ଏହି ମ୍ୟାଚକୁ ନେଇ...

ବାଲିପାଟଣାରେ ଗଡ଼ିଲା ମୁଣ୍ଡ

ଭୁବନେଶ୍ୱର,୨୧।୧: ଭୁବନେଶ୍ୱର ଉପକଣ୍ଠସ୍ଥ ବାଲିପାଟଣା ଭାପୁର ନାଥସାହିରେ ବୁଧବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସାମାନ୍ୟ ବଚସାରୁ ଜଣେ ଯୁବକଙ୍କୁ ଗାଁର ଅନ୍ୟ ଜଣେ...

ଦୁନିଆର ସବୁଠୁ ବିପଦପୂର୍ଣ୍ଣ ରାସ୍ତା, ଯାତାୟାତ ସମୟରେ କିଛିକ୍ଷଣ ପାଇଁ ଅଟକି ଯାଏ ନିଃଶ୍ୱାସ

ବିଶ୍ୱର ଅନେକ ରାସ୍ତା ଅତ୍ୟନ୍ତ ବିପଦପୂର୍ଣ୍ଣ। ଗାଡ଼ି ଚଳାଇବା ସମୟରେ ସାମାନ୍ୟ ଭୁଲ ଜୀବନ ନେଇପାରେ। ତେଣୁ ଧର୍ଯ୍ୟର ସହିତ ଗାଡ଼ି ଚଳାଇବା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ।...

ଶସ୍ତାରେ ମିଳିବ ଘର? ବଜେଟରେ ହେବ ବଡ଼ ଘୋଷଣା!

ନୂଆଦିଲ୍ଲୀ,୨୧।୧: ମଧ୍ୟବିତ୍ତ ବର୍ଗର ଲୋକଙ୍କ ପାଇଁ, ଘର ପାଇବା ଏବେ ବି ସ୍ୱପ୍ନ ସାକାର ହେବା ପରି ମନେହୁଏ। ଘରର ମୂଲ୍ୟ ଆକାଶଛୁଆଁ ହେଉଛି, ଏବଂ...

IPL 2026: ହେଲା ବଡ଼ ଘୋଷଣା! ଏହି ୧୮ ପଡ଼ିଆରେ ଖେଳାଯିବ IPL ମ୍ୟାଚ, ରହିଛି ଗୋଟିଏ ବିବାଦୀୟ ଗ୍ରାଉଣ୍ଡ

ନୂଆଦିଲ୍ଲୀ,୨୧।୧: ଇଣ୍ଡିଆନ ପ୍ରିମିୟର ଲିଗ ୨୦୨୬ ସମ୍ପର୍କରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଏହି ସିଜିନରେ ମ୍ୟାଚ ଖେଳାଯିବ ବୋଲି ସ୍ଥାନ ଘୋଷଣା କରାଯାଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri