ମିଶେଲ ବାର୍ନିୟଙ୍କୁ ନୂଆ ପ୍ରଧାନମନ୍ତ୍ରୀ ଭାବେ ନିଯୁକ୍ତ କଲେ ମାଁକର

ପ୍ୟାରିସ୍‌,୫ା୯ ଫ୍ରାନ୍ସ ରାଷ୍ଟ୍ରପତି ଏମାନୁଏଲ ମାଁକର ଗୁରୁବାର ୟୁରୋପୀୟ ସଂଘର ପୂର୍ବତନ ବ୍ରେକ୍‌ଜିଟ୍‌ ମଧ୍ୟସ୍ଥ ମିଶେଲ ବାର୍ନିୟରଙ୍କୁ ନୂଆ ପ୍ରଧାନମନ୍ତ୍ରୀ ନିଯୁକ୍ତ କରିଛନ୍ତି।

ୟୁରୋପିଆନ୍‌ ୟୁନିୟନରୁ ବ୍ରିଟେନ୍‌ ବାହାରିଯିବା ପାଇଁ ଚାହିଁବାରୁ ସଂଘ ତରଫରୁ ୭୩ ବର୍ଷୀୟ ମିଶେଲ ୨୦୧୬ରୁ ୨୦୨୧ ବ୍ରିଟେନ୍‌ ନେତୃବୃନ୍ଦଙ୍କ ସହ ଆଲୋଚନାର ନେତୃତ୍ୱ ନେଇଥିଲେ। ଏହା ପୂର୍ବରୁ ଏହି ନେତା ଜଣକ ଫ୍ରାନ୍ସ ସରକାରରେ ବିଭିନ୍ନ ପଦବୀରେ ରହିବା ସହ ୟୁରୋପୀୟ ସଂଘର କମିଶନର ମଧ୍ୟ ରହିଥିଲେ।

ଫ୍ରାନ୍ସ ନିର୍ବାଚନରେ କୌଣସି ଦଳକୁ ପୂର୍ଣ୍ଣ ସଂଖ୍ୟାଗରିଷ୍ଠତା ନ ମିଳିବାରୁ ଝୁଲା ପାର୍ଲାମେଣ୍ଟ ଗଠନ ହୋଇଥିଲା। ନୂଆ ପ୍ରଧାନମନ୍ତ୍ରୀ ଭାବେ ମାଁକର ବିଭିନ୍ନ ନେତାଙ୍କ ନାଁ ବିଚାରକୁ ନେଇଥିଲେ ମଧ୍ୟ ସ୍ଥାୟୀ ସରକାରର ଗ୍ୟାରେଣ୍ଟି ନିମନ୍ତେ କାହାକୁ ପର୍ଯ୍ୟାପ୍ତ ସମର୍ଥନ ମିଳି ନ ଥିଲା। ଝୁଲା ପାର୍ଲାମେଣ୍ଟରେ ଗୃହୀତ ସଂସ୍କାରଗୁଡ଼ିକୁ କାର୍ଯ୍ୟକାରୀ କରିବାରେ ମିଶେଲଙ୍କ ସରକାର କେତେ ସଫଳ ହେବ ତାହା ଉପରେ ମଧ୍ୟ କୌଣସି ଗ୍ୟାରେଣ୍ଟି ନାହିଁ। ତେବେ ଏହି ସରକାର ଯଦି କେତେକ ସର୍ତ୍ତକୁ ପୂରଣ କରନ୍ତି, ତେବେ ଏହାକୁ ହଟାଯିବ ନାହଁ ବୋଲି ପାର୍ଲାମେଣ୍ଟର ବୃହତ୍‌ ଦଳ ଫାର୍‌ ରାଇଟ୍‌ ନ୍ୟାଶନାଲ ରାଲି ପକ୍ଷରୁ ସୂଚନା ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ରୀନଲ୍ୟାଣ୍ଡକୁ ନେଇ ଡାଭୋସରେ ଟ୍ରମ୍ପଙ୍କ ଚରମବାଣୀ: ୟୁରୋପରେ ଉତ୍ତେଜନା

ନୂଆଦିଲ୍ଲୀ।୧: ସ୍ୱିଜରଲ୍ୟାଣ୍ଡର ଡାଭୋସରେ ଆୟୋଜିତ ବିଶ୍ୱ ଅର୍ଥନୈତିକ ଫୋରମ (WEF) ରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗ୍ରୀନଲ୍ୟାଣ୍ଡକୁ ନେଇ ଏକ ବଡ଼ ବୟାନ ଦେଇଛନ୍ତି।...

ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି, ରାସ୍ତାରେ ଭାସିଲା ପରେ ଲୋକେ…

ଭୁବନେଶ୍ୱର,୨୧।୧: ରାଜଧାନୀ ଭୁବନେଶ୍ୱର ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି । ତେବେ ଏହି ଅଘଟଣ ପରେ ରାସ୍ତାରେ ତେଲ ଭାସୁଥିବା ଦେଖିଯାଇଛି ।...

ଗ୍ରୀନଲ୍ୟାଣ୍ଡକୁ ପୁଣି ଧମକ ଦେଲେ ଟ୍ରମ୍ପ, ଯଦି ହଁ କରନ୍ତି….

ନୂଆଦିଲ୍ଲୀ,୨୧।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ୱିଜରଲ୍ୟାଣ୍ଡର ଡାଭୋସରେ ବିଶ୍ୱ ଅର୍ଥନୈତିକ ଫୋରମ୍ (WEF)ର ବାର୍ଷିକ ବୈଠକରେ ଭାଷଣ ଦେଇ ତାଙ୍କ ପ୍ରଥମ ବର୍ଷ କାର୍ଯ୍ୟକାଳର...

ଜୀବିତ ସତ୍ତ୍ବେ ମୃତ ଦର୍ଶାଇ ଆଧାର ନିଷ୍କ୍ରିୟ: ମଣ୍ଡିରେ ବିକ୍ରି ହୋଇ ପାରିଲାନି ଧାନ, ଘରକୁ ଫେରାଇ…

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା...

୫୬ ହଜାରରୁ ଅଧିକ ପରୀକ୍ଷାର୍ଥୀ ଦେଲେ OSSTET ପରୀକ୍ଷା

ଭୁବନେଶ୍ୱର,୨୧।୧: ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ‘ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା’ (OSSTET) ବୁଧବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟର ମୋଟ ୨୨୭ଟି କେନ୍ଦ୍ରରେ...

ଅନାଥ ସାଜିଲେ ୬ ନିଷ୍ପାପ ଶିଶୁ, ସାହାଯ୍ୟର ହାତ ବଢାଇଲେ ବିଧାୟକ

ଥୁଆମୂଳ ରାମପୁର,୨୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଦୁର୍ଗମ କେରପାଇ ଗ୍ରାମପଞ୍ଚାୟତର ମେଲରଫା ଗ୍ରାମରୁ ଏକ ହୃଦୟ ବିଦାରକ ଦୃଶ୍ୟ...

ପିକଅପ୍ ଧକ୍କାରେ ଚାହା କେବିନ୍ ସହ ୨ ବାଇକ୍ ଚୁରମାର, ଠାକୁର ପୂଜା କରୁଥିବା ବେଳେ…

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଚିକିଟି ମୁଖ୍ୟରାସ୍ତାର ଦେଓଖାଳି ଛକରେ ସଡ଼କ ଦୁର୍ଘଟଣା । ସକାଳ ପ୍ରାୟ ସାଢ଼େ ୬ ଟାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri