ଓଡ଼ିଶାରେ ପ୍ରଥମ: ଖୋଲିବ RIR ପାୱର୍‌ ଇଲୋଟ୍ରୋନିକ, ୫୦୦ ଜଣଙ୍କୁ ମିଳବ….

ଭୁବନେଶ୍ୱର,୬।୯: ଓଡ଼ିଶାରେ ପ୍ରଥମ ଥର ପାଇଁ ଆରଆଇଆର ପାୱାର୍‌ ଇଲୋଟ୍ରୋନିକ ଖୋଲିବ । ଖୋର୍ଦ୍ଧା ଇନ୍‌ଫୋଭ୍ୟାଲିରେ ୬୦୦ କୋଟି ଟଙ୍କା ବିନିଯୋଗରେ ନିର୍ମାଣ ହେବାକୁ ଥିବା ଏହି କମ୍ପାନୀ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଭୂମିପୂଜନ କରିଛନ୍ତି ।

ପ୍ରଥମ ପର୍ଯ୍ୟାୟରେ ୫୦୦ କର୍ମଚାରୀଙ୍କୁ ଏହି କମ୍ପାନୀରେ ନିଯୁକ୍ତି ମିଳିବ। ସିଲିକନ କାର୍ବାଇଡ ସହିତ ସେମିକଣ୍ଡକ୍ଟର ଉତ୍ପାଦନ ଏଠି ହେବ। ଏହି କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଓଡ଼ିଶାରେ ବାହାର ଶିଳ୍ପଙ୍କୁ ସୁଯୋଗ ଦିଆଯାଇଛି। ଯାହା ଆଗାମୀ ଦିନରେ ଓଡ଼ିଶାକୁ ଶିଳ୍ପ ହବ କରିବା ପାଇଁ ଲକ୍ଷ ରଖାଯାଇଛି।

ଅନ୍ୟପଟେ ଭଦ୍ରକ ଟେକ୍ସଟାଇଲ ପ୍ଲାଣ୍ଟ ପ୍ରତିଷ୍ଠା ପାଇଂ ବ୍ୟବସ୍ଥା କରାଯାଉଥିବା ନେଇ ଶିଲ୍ପ ମନ୍ତ୍ରୀ ସମ୍ପଦ ସ୍ବାଇଁ ସୂଚନା ଦେଇଛନ୍ତି । ବିଧାନସଭାରେ ସେ କହିଛନ୍ତି ପାରାଦୀପରେ ଏକ ମେଗା ଫିଡ଼ କ୍ରାକର ପ୍ଲାଣ୍ଟ ହେବ। ଏହି ପ୍ଲାଣ୍ଟର ବାଏ ପ୍ରଡକ୍ଟ ଭଦ୍ରକ ଟେକ୍ସଟାଇଲ ପାର୍କରେ ବ୍ୟବହାର କରାଯିବ। IOCL ସହ ମିଳିତ ଭାବେ ଏହି କାମ ହେବ। ଶୁକ୍ରବାର ବିଧାନସଭାରେ ବିଧାୟକ ସଞ୍ଜୀବ ମଲ୍ଲିଙ୍କ ଏକ ପ୍ରଶ୍ନର ଉତ୍ତରରେ ଏହା ଶିଳ୍ପ ମନ୍ତ୍ରୀ କହିଛନ୍ତି । ଏଥି ସହିତ ରାଜ୍ୟରେ ଅଧିକ MSME ପାର୍କ ହେବ ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି। MSME ୟୁନିଟ ବଢିଲେ ହିଁ ନିଯୁକ୍ତି ସୁଯୋଗ ବଢିବ ବୋଲି ମନ୍ତ୍ରୀ କହିଛନ୍ତି।

ସେହିପରି କଂଗ୍ରେସ ବିଧାୟିକା ସୋଫିଆ ଫିର୍ଦ୍ଦୋଷଙ୍କ ପ୍ରଶ୍ନରେ ମନ୍ତ୍ରୀ କହିଛନ୍ତି ସ୍ଥାନୀୟ ଅଞ୍ଚଳର ଶିଳ୍ପାନୁଷ୍ଠାନରେ ସ୍ଥାନୀୟ ଲୋକଙ୍କ ନିଯୁକ୍ତି ପାଇଁ ବିଧାୟକମାନେ କୁହନ୍ତୁ। ଯଦି ପ୍ରଶାସନ ନ ଶୁଣେ, ତେବେ ମୋ ସହ ଆଲୋଚନା କରନ୍ତୁ ବୋଲି ମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୬ ବଲ୍‌ରେ ୫ ଉଇକେଟ…ଇତିହାସ ରଚିଲେ ୨୮ ବର୍ଷୀୟ ଏହି ବୋଲର୍‌; ପ୍ରଥମ ଥର…

ନୂଆଦିଲ୍ଲୀ,୨୩।୧୨: ଟି୨୦ଆଇ କ୍ରିକେଟ୍‌ରେ ଏକ ଓଭରରେ ୫ ଉଇକେଟ୍ ନେବା ପ୍ରତ୍ୟେକ ବୋଲରଙ୍କ ସ୍ୱପ୍ନ ଅଟେ। ୪ ଓଭରର ସ୍ପେଲ୍‌ରେ ଏହି କାରନାମା କରିବା ବହୁତ...

ଆଶେସ୍‌ ଖରାପ ପ୍ରଦର୍ଶନ ପରେ ମଦ ପିଇ ମାତାଲ ହେଲେ ଇଂଲଣ୍ଡ କ୍ରିକେଟର, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୩।୧୨: ଅଷ୍ଟ୍ରେଲିଆ ବିପକ୍ଷ ଆଶେସ୍ ସିରିଜ୍ ମଧ୍ୟରେ ଇଂଲଣ୍ଡ କ୍ରିକେଟ୍ ଦଳ ପାଇଁ ଏକ ଅଡୁଆ ପରିସ୍ଥିତି ସୃଷ୍ଟି ହୋଇଛି। ଦଳର ଷ୍ଟାର୍ ବ୍ୟାଟର ବେନ୍...

ଦିଲ୍ଲୀ କ୍ୟାପିଟାଲ୍ସର ବଡ଼ ଘୋଷଣା: ୨୫ ବର୍ଷୀୟ ଏହି ଖେଳାଳି ହେଲେ ନୂଆ ଅଧିନାୟକ

ନୂଆଦିଲ୍ଲୀ,୨୩।୧୨: ଦିଲ୍ଲୀ କ୍ୟାପିଟଲ୍ସ ଏକ ବଡ଼ ଘୋଷଣା କରିଛି। ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ ସିଜନ୍ ପୂର୍ବରୁ ଟିମ୍‌କୁ ନୂଆ ଅଧିନାୟକ ମିଳିଛି। ଅକ୍ସନ୍...

୭ ସରକାରୀ ମେଡିକାଲ କଲେଜରେ ନିର୍ମାଣ ହେବ ରୋଗୀ ସମ୍ପର୍କୀୟଙ୍କ ପାଇଁ ବିଶ୍ରାମାଗାର: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୩।୧୨: ରାଜ୍ୟର ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଏକ ବଡ଼ ପଦକ୍ଷେପ ସ୍ୱରୂପ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର...

Gotra Matching for Marriage: ସମାନ ଗୋତ୍ରରେ ବିବାହ କରିବା ଶୁଭ ନା ଅଶୁଭ? ଜାଣନ୍ତୁ କ’ଣ କୁହେ…

ହିନ୍ଦୁ ଧର୍ମରେ ବିବାହ ପୂର୍ବରୁ କୁଣ୍ଡଳୀ ମିଳନ ସହିତ ଗୋତ୍ରର ପରୀକ୍ଷା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଏ। ଏକ ଗୋତ୍ରରେ ବିବାହକୁ ସାଧାରଣତଃ ଅଶୁଭ...

ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା: ପାଖରେ ପଡ଼ିଛି ମୋବାଇଲ, ବ୍ୟାଗ୍‌; ମିଳିନି ପରିଚୟ…

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ବିଶାଖାପାଟଣାରୁ ଭୁବନେଶ୍ୱର ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ପରିଚୟ ଜଣା ପଡ଼ିନାହିଁ।...

SCBରେ ନିର୍ମାଣ ହେବ ୧୭ ମହଲା ବିଶିଷ୍ଟ ମଲ୍‌ଟି ଲେଭଲ୍ ପାର୍କିଂ

ଭୁବନେଶ୍ୱର,୨୩।୧୨: ରାଜ୍ୟର ସ୍ୱାସ୍ଥ୍ୟ ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଲୋକସେବା ଭବନଠାରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର...

୨୦୨୬ ତାମିଲନାଡୁ ନିର୍ବାଚନ: ୩୦%ରୁ ଅଧିକ ଭୋଟ୍ ପାଇବା ନେଇ ବିଜୟଙ୍କ ଦାବି

ଚେନ୍ନାଇ,୨୩।୧୨: ୨୦୨୬ ତାମିଲନାଡୁ ବିଧାନସଭା ନିର୍ବାଚନକୁ ନେଇ ଏବେଠାରୁ ରାଜନୀତି ସରଗରମ ହେବାରେ ଲାଗିଛି। ସୁପରଷ୍ଟାର ବିଜୟଙ୍କ ନୂତନ ରାଜନୈତିକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri