ଅବପାତରେ ପରିଣତ ହେଲା ଲଘୁଚାପ: ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା

ଭୁବନେଶ୍ୱର,୮।୯: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତରେ ପରିଣତ ହୋଇଛି। ଏହା ଘନୀଭୂତ ହୋଇ ଉତ୍ତରପଶ୍ଚିମ ଆଡ଼କୁ ମୁହାଁଇବ। ଉତ୍ତର ପଶ୍ଚିମକୁ ଗତି କରି ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ମୁହାଁଇବ । ୨୪ ଘଣ୍ଟାରେ ଗଭୀର ଅବପାତରେ ପରିଣତ ହେବା ସମ୍ଭାବନା ରହିଛି। ଏହା ପ୍ରଭାବରେ ବର୍ଷା ଜାରି ରହିଛି। ୧୧ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ତେବେ ରବିବାର ପ୍ରବଳରୁ ଅତି ପ୍ରବଳ ବର୍ଷା (୭୦ରୁ ୨୦୦ ମି.ମି.) ନେଇ ୫ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ଏହିସବୁ ଜିଲାଗୁଡ଼ିକ ମଧ୍ୟରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଓ ଗଞ୍ଜାମ ଜିଲା ରହିଛି। ଏହା ସହ ୯ ଜିଲାକୁ ପ୍ରବଳ ବର୍ଷା ନେଇ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ୯ ତାରିଖ ବେଳକୁ ରାଜ୍ୟରେ ବର୍ଷାର ପରିମାଣ ଏବଂ ବିସ୍ତୃତି ବଢ଼ିବା ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି। କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ଗଜପତି, ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା, ପୁରୀ, କଟକ ଜିଲାକୁ ବଜ୍ରପାତ ସହ ବର୍ଷା ନେଇ ସତର୍କ କରାଯାଇଛି। ସେହିଭଳି ୧୬ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରିକରାଯାଇଛି। ୧୦ ତାରିଖ ପାଇଁ ୯ ଜିଲାକୁ ଆରେଞ୍ଜ ଓ୍ବାର୍ନିଂ ରହିଥିବାବେଳେ ଏହିସବୁ ଜିଲାଗୁଡ଼ିକ ମଧ୍ୟରେ କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ବଲାଙ୍ଗୀର, ସୋନପୁର, ବରଗଡ଼, ସମ୍ବଲପୁର, ଅନୁଗୋଳ ଓ ଢେଙ୍କାନାଳ ଆଦି ରହିଛି । ପ୍ରବଳ ବର୍ଷା ସହ ଘଣ୍ଟା ପ୍ରତି ୪୦ ରୁ ୫୦ କି.ମି. ବେଗରେ ପବନ ବହିବାର ସମ୍ଭାବନା ରହିଛି। ସମୁଦ୍ର ଅଶାନ୍ତ ରହିବା ଆଶଙ୍କା ଥିବାରୁ ୧୦ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଛତୁଆ ବିଲ୍‌ କରିଦେବା ପାଇଁ ପୂର୍ବତନ ସିଡିପିଓ ମାଗିଥିଲେ୮୦ ହଜାର ଲାଞ୍ଚ : ଆସିଲା ବଡ଼ ରାୟ 

ଭବାନୀପାଟଣା,୧୯।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ପୂର୍ବତନ ସିଡିପିଓ (ସମ୍ମନିତ ଶିଶୁ ବିକାଶ ସେବା ପ୍ରକଳ୍ପ ଅଧିକାରିଣୀ) ମୀନା ପାତ୍ର ୨୦୨୧ ମସିହାର...

ଭୋଜି ସାରି ଫେରୁଥିଲେ, ମୁହାଁମୁହିଁ ହେଲା ୨ ବାଇକ୍‌, ଆଉ ତା’ ପରେ…

ଭଞ୍ଜନଗର,୧୯ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜଳଭଣ୍ଡାର ସେତୁ ନିକଟରେ ଶୁକ୍ରବାର ଅପରାହ୍ନରେ ଦୁଇ ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ବାସୁ ଦାସ...

ପୁରୁଷୋତ୍ତମପୁର ସବ୍‌-ରେଜିଷ୍ଟ୍ରାର ଅଫିସରେ ଜମି ଦୁର୍ନୀତି ଘଟଣା: କାର୍ଯ୍ୟାନୁଷ୍ଠାନ ଲାଗି ଅତିରିକ୍ତ ଜିଲାପାଳଙ୍କୁ ସ୍ମାରକପତ୍ର

ପୁରୁଷୋତ୍ତମପୁର,୧୯ା୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସବ୍‌ରେଜିଷ୍ଟ୍ରାର ଅଫିସରେ ଜମି ଦୁର୍ନୀତି ଘଟି ଜମିର ପ୍ରକୃତ ମାଲିକଙ୍କ ମୃତ୍ୟୁ ଘଟିଥିବା ସତ୍ତ୍ବେ ଅନ୍ୟ ଜଣେ ବ୍ୟକ୍ତି...

ବିଜେଡି ନେତାଙ୍କ ମେଳିକୁ ନେଇ ପ୍ରଶ୍ନ କରିବାରୁ ଚିହିଁକି ଉଠିଲେ ନେତା: କହିଲେ କେହି ବଙ୍କା କରିପାରିବେ…

ଭୁବନେଶ୍ୱର,୧୯।୧୨: ବିଜେଡି ନେତାଙ୍କ ମେଳିକୁ ନେଇ ପ୍ରଶ୍ନ ପଚାରିବାରୁ ଚିହିଁକି ଉଠିଲେ ରାଜେନ୍ଦ୍ର। ସାମ୍ବାଦିକଙ୍କ ପ୍ରଶ୍ନରେ ପୂର୍ବତନ ବିଧାୟକ ରାଜେନ୍ଦ୍ର ସାହୁ ଚିହିଁକି ଉଠିଛନ୍ତି। ଖରାପ...

୯ ଦଫା ଦାବି ନେଇ ଗଣଧାରଣା ଦେଲେ ପାଚିକା ସଂଘ, ଦରମା ବୃଦ୍ଧି ନ ହେଲେ…

କେସିଙ୍ଗା,୧୯ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ପାଚିକା ଓ ସହାୟିକା ମଜଦୁର ସଂଘ ସଭାନେତ୍ରୀ ରଶ୍ମିତା ହେର୍ନାଙ୍କ ନେତୃତ୍ୱରେ ୯ ଦଫା ଦାବି ନେଇ...

ପୁରୁଷୋତ୍ତମପୁର ତହସିଲଦାର ଭାବେ ଯୋଗଦେଲେ ମୃଣାଳିକା ରାଠୋର, ପ୍ରତିଶ୍ରୁତି ଦେଇ କହିଲେ…

ପୁରୁଷୋତ୍ତମପୁର,୧୯ା୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ନୂତନ ତହସିଲଦାର ଭାବରେ ୨୦୨୪ ବ୍ୟାଚ୍‌ର ପ୍ରୋବେସନ ଆଇଏଏସ୍‌ ଅଫିସର ମୃଣାଳିକା ରାଠୋର ଶୁକ୍ରବାର ଦାୟିତ୍ୱ ଗ୍ରହଣ କରିଛନ୍ତି।...

ଆର୍‌ଟିଓ ଅଫିସ ନିକଟରେ ବ୍ରେକ୍‌ ଫେଲ୍‌ ହେଲା ମିନି ଟ୍ରକ୍‌, ୨ କାର୍‌ ସହ ୧୦ରୁ ଊର୍ଦ୍ଧ୍ୱ ବାଇକ୍‌ ନଷ୍ଟ

କୋରାପୁଟ,୧୯ା୧୨(ଅମିତାଭ ବେହେରା): କୋରାପୁଟ ଆରଟିଓ କାର୍ଯ୍ୟାଳୟ ନିକଟରେ ଏକ ମିନି ଟ୍ରକ୍‌ ବ୍ରେକ୍‌ ଫେଲ ହୋଇ ଘଟିଛି ସିରିଜ୍‌ ଦୁର୍ଘଟଣା। ୨ କାର୍‌ ସହ ୧୦...

ଦାରିଙ୍ଗବାଡ଼ି ଇକୋ ରିଟ୍ରିଟ୍‌ରେ ବଢୁଛି ଭିଡ଼, ଜୈବିକ ହଳଦୀ-କଫିଚାଷକୁ ପ୍ରଶଂସା କରି ପର୍ଯ୍ୟଟକ କହିଲେ…

ଦାରିଙ୍ଗବାଡ଼ି,୧୯ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ି ଇକୋ ରିଟ୍ରିଟ୍‌ ସମେତ ବିଭିନ୍ନ ପର୍ଯ୍ୟଟନକ୍ଷେତ୍ରରେ ପ୍ରବଳ ଭିଡ଼ ଦେଖିବାକୁ ମିଳିଛି। ଶନିବାରଠାରୁ ଆସନ୍ତା ନୂତନ ବର୍ଷର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri