Posted inରାଜ୍ୟ

କୃଷି ବିଦ୍ୟାନିଧି ଯୋଜନା ଘୋଷଣା କଲେ ମୁଖ୍ୟମନ୍ତ୍ରୀ: ଉପକୃତ ହେବେ ଲକ୍ଷାଧିକ ଛାତ୍ରୀଛାତ୍ର

ସମ୍ବଲପୁର,୮।୯: ସିଏମ କିଷାନ ଯୋଜନା ଶୁଭାରମ୍ଭ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କୃଷି ପରିବାରକୁ ଆଉ ଏକ ଉପହାର ଦେଇଛନ୍ତି । ସିଏମ କିଷାନ ଯୋଜନାର ହିତାଧକାରୀଙ୍କ ପିଲା ମାନଙ୍କ ଲାଗି କୃଷି ବିଦ୍ୟାନିଧି ଯୋଜନା ଘୋଷଣା ଘୋଷଣା କରାଯାଇଛି । ବୈଷୟିକସ୍ତରୀୟ ଉଚ୍ଚ ଶିକ୍ଷା ପାଇଁ ଛାତ୍ରବୃତ୍ତି ଆକାରରେ ପାଇବେ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବହୁ ପ୍ରତିକ୍ଷିତ ସି.ଏମ୍‌. କିଷାନ ଯୋଜନାର ଶୁଭାରମ୍ଭ କରିଛନ୍ତି। ସମ୍ବଲପୁରସ୍ଥିତ ତପସ୍ୱିନୀ ପ୍ରେକ୍ଷାଳୟରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଏହାର ଶୁଭାରମ୍ଭ କରାଯାଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ୪୬ ଲକ୍ଷ କ୍ଷୁଦ୍ର ଓ ନାମମାତ୍ର ଚାଷୀ ଏବଂ ଭୂମିହୀନଙ୍କୁ ୯୨୫ କୋଟିରୁ ଊଦ୍ଧ୍ୱର୍ ଟଙ୍କା ଆର୍ଥିକ ସହାୟତା ପ୍ରଦାନ କରିଛନ୍ତି।

ପ୍ରତ୍ୟକ୍ଷ ସୁବିଧା ହସ୍ତାନ୍ତର ମାଧ୍ୟମରେ ଏହି ସହାୟତା ରାଶି ହିତାଧିକାରୀଙ୍କ ବ୍ୟାଙ୍କ୍‌ଖାତାରେ ଜମା କରାଯାଇଛି। ପବିତ୍ର ନୂଆଁଖାଇ ଠାରୁ ଏହି ଯୋଜନା ଆରମ୍ଭ ହୋଇଥିବା ବେଳେ ଖରିଫ ଓ ରବି ଫସଲ ପୂର୍ବରୁ ଯୋଗ୍ୟ ହିତାଧିକାରୀମାନେ ଡିବିଟି ମାଧ୍ୟମରେ ଦୁଇଟି କିସ୍ତିରେ ମୋଟ ୪ ହଜାର ଟଙ୍କା ଆର୍ଥିକ ସହାୟତା ପାଇପାରିବେ।

ମୁଖ୍ୟମନ୍ତ୍ରୀ ଏହି ଅବସରରେ ସି.ଏମ୍‌. କିଷାନ ପୋର୍ଟାଲ୍‌ ସହ କୃଷକ ଓଡ଼ିଶା ୟୁନିଫାଏଡ଼୍‌ ପୋର୍ଟାଲ୍‌ର ମଧ୍ୟ ଉନ୍ମୋଚନ କରିଛନ୍ତି। ଏହି ପୋର୍ଟାଲ ଅଧୀନରେ ସି.ଏମ୍‌. କିଷାନ୍‌ ସି.ଏମ୍‌. କିଷାନ୍‌ ଓ ପି.ଏମ୍‌. କିଷାନ ଯୋଜନାରେ ନୂଆ ହିତାଧିକାରୀଙ୍କ ନାମ ପଞ୍ଜୀକରଣ କରାଯାଇପାରିବ । ଏହାଛଡ଼ା ଆଗାମୀ ଦୁଇ ମାସ ପର୍ଯ୍ୟନ୍ତ ସମସ୍ତ ଯୋଗ୍ୟ ହିତାଧିକାରୀଙ୍କୁ ସାମିଲ୍‌ କରିବାପାଇଁ ପି.ଏମ୍‌. କିଷାନ ଯୋଜନାର ସ୍ୱତନ୍ତ୍ର ଅଭିଯାନ ଆଜିଠାରୁ ଆରମ୍ଭ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଶୀତରେ ଥରୁଛି ଦାରିଙ୍ଗବାଡି: ତୁଷାରପାତରେ… 

ଦାରିଙ୍ଗବାଡି, ୧୦।୧୨ (ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଏବେ ଅସହ୍ୟ ଜାଡ଼ । ତାପମାତ୍ରା ଦିନକୁ ଦିନ ହ୍ରାସ ପାଉଥିବା ବେଳେ ଏବେ...

କୁକୁର, ଗାଈ ନେଇ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ଚିଠି

ଭୁବନେଶ୍ୱର,୧୦।୧୨: ସବୁ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ଉଚ୍ଚଶିକ୍ଷା ବିଭାଗର ଚିଠି। କୁକୁର, ଗାଈ କଲେଜରେ ପ୍ରବେଶ ରୋକିବା ପାଇଁ ପଦକ୍ଷେପ ନେବାକୁ ଚିଠି ହୋଇଛି। କଲେଜରେ...

ଗାନ୍ଧୀ ବିଭାଜନକାରୀ

ଭାରତ ୨୦୪୭ ସୁଦ୍ଧା ବିକଶିତ ହେବ ବୋଲି କେନ୍ଦ୍ର ସରକାର ବାରମ୍ବାର ଦୋହରାଉଛନ୍ତି। ବିକଶିତ ଦେଶ ଗଢ଼ିବାର ସ୍ବପ୍ନ ଦେଖାଯିବା ନିଶ୍ଚିତ ଭାବେ ସ୍ବାଗତଯୋଗ୍ୟ। କିନ୍ତୁ...

ଚାଷୀ ମହଲରେ ଚାଞ୍ଚଲ୍ୟ, ଚର୍ଚ୍ଚାରେ ନିଷ୍ପତ୍ତି: କଟନୀଛଟନୀକୁ ସରକାରୀ ମୋହର୍‌!

ବରଗଡ଼,୧୦।୧୨(ପ୍ରେମାନନ୍ଦ ଖମାରୀ): ଧାନ ସଂଗ୍ରହ ପ୍ରକ୍ରିୟାରେ କଟନୀଛଟନୀ ନୂଆ କଥା ନୁହେଁ। ପ୍ରତିବର୍ଷ ବିଭିନ୍ନ ଆଳ ଦେଖାଇ ଧାନ କଟନୀଛଟନୀ ହୋଇଥାଏ। କେତେବେଳେ ମଣ୍ଡିରେ ତ...

ଯୁକ୍ତ୨ ପରୀକ୍ଷା ସୂଚୀରେ ପରିବର୍ତ୍ତନ

ଭୁବନେଶ୍ୱର,୧୦।୧୨(ସୁଚିସ୍ମିତା ସାହୁ): ଯୁକ୍ତ୨ ପରୀକ୍ଷା ସୂଚୀରେ ସାମାନ୍ୟ ପରିବର୍ତ୍ତନ ହୋଇଛି। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ପରିବର୍ତ୍ତିତ ସୂଚୀ ଅନୁଯାୟୀ, ମାର୍ଚ୍ଚ ୧୧ରେ ହେବାକୁ...

୧୮ ଦିନ ପୂର୍ବରୁ ସରିଲା ଶୀତ ଅଧିବେଶନ

ଭୁବନେଶ୍ୱର,୧୦।୧୨ (ରବିନାରାୟଣ ଜେନା): ସପ୍ତଦଶ ବିଧାନସଭାର ପଞ୍ଚମ ତଥା ଶୀତକାଳୀନ ଅଧିବେଶନ ୧୮ ଦିନ ପୂର୍ବରୁ ମଙ୍ଗଳବାର ଅପରାହ୍ନରେ ଶେଷ ହୋଇଛି। ଗୃହର କୌଣସି ସରକାରୀ...

ନ୍ୟୁୟର୍କ ଟାଇମ୍ସ ଷ୍ଟାଇଲିଶ୍‌ ପିପୁଲ ତାଲିକାରେ ଶାହରୁଖ୍‌

ନୂଆଦିଲ୍ଲୀ,୧୦ା୧୨(ପି.ଟି.):ବଲିଉଡ୍‌ ଅଭିନେତା ଶାହରୁଖ୍‌ ଖାନ୍‌ ନ୍ୟୁୟର୍କ ଟାଇମ୍ସର ୬୭ ମୋଷ୍ଟ ଷ୍ଟାଇଲିଶ୍‌ ପିପୁଲ ତାଲିକାରେ ସ୍ଥାନିତ ହୋଇଛନ୍ତି। ୨୦୨୫ ବର୍ଷ ପାଇଁ ପ୍ରକାଶିତ ଏହି ତାଲିକାରେ...

୧୨ ଯାଏ ଥରିବ ଓଡ଼ିଶା: ଓ୍ବେଭ୍‌ ପାଇଁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୧୦।୧୨ (ବନ୍ଦନା ସେଠୀ): ପ୍ରବଳ ଶୀତରେ ଥରୁଛି ସାରା ଓଡ଼ିଶା। ଆହୁରି ୩ ଦିନ ପର୍ଯ୍ୟନ୍ତ ଶୀତ ଲହରି ବା କୋଲ୍ଡ ଓ୍ବେଭ୍‌ ଜାରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri