ସିଏମ କିଷାନକୁ ନେଇ ଟାର୍ଗେଟ କଲେ ସମ୍ବିତ ରାଉତରାୟ, କହିଲେ ନାଁ ବଦଳାଇଦେଲେ…

ଭୁବନେଶ୍ୱର,୮।୯: ରାଜ୍ୟର ଭାଜପା ସରକାର ନୂଆଖାଇ ଅବସରରେ ସିଏମ୍‌ କିଷାନ ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହି ଯୋଜନାକୁ ନେଇ ରାଜ୍ୟ ସରକାର ଚାଷୀଙ୍କ ଉପକାର ହେବ ବୋଲି କହୁଥିବା ବେଳେ ଟାର୍ଗେଟ କରିଛି ବିରୋଧୀ ବିଜେଡି। ଏହି ଯୋଜନାକୁ ନେଇ ଶାସକ ଓ ବିରୋଧୀ ଦଳ ମଧ୍ୟରେ ବାକ୍‌ଯୁଦ୍ଧ ଆରମ୍ଭ ହୋଇଯାଇଛି।

ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ କହିଛନ୍ତି, କୃଷି ଓ କୃଷକଙ୍କ ଉନ୍ନତି ପାଇଁ ଭାଜପା ସରକାର ପ୍ରତିଶ୍ରୁତିବଦ୍ଧ। ଗତ ୭୫ ବର୍ଷ ଭିତରେ ଅନ୍ୟ କୌଣସି ସରକାର ଚାଷୀଙ୍କ ଉନ୍ନତି ପାଇଁ କୌଣସି ପଦକ୍ଷେପ ନେଇ ନ ଥିଲା। ମାତ୍ର ମୋଦି ଗତ ୧୦ ବର୍ଷ ମଧ୍ୟରେ ଚାଷୀଙ୍କ ଆୟ ବୃଦ୍ଧି ପାଇଁ ଅନେକ ପଦକ୍ଷେପ ନେଇଛନ୍ତି। ଗତ ସରକାର ତୁଳନାରେ କୃଷି ବଜେଟ୍‌ ୩୬% ବୃଦ୍ଧି ପାଇଛି। ବିଜେଡି ସରକାରରେ ଥିବାବେଳେ ନିଜର ରାଜନୈତିକ ଆଶା ଚରିତ୍ରାର୍ଥ କରିବା ପାଇଁ ପିଏମ୍‌ କିଷାନ ଯୋଜାନରୁ ଅନେକ ଚାଷୀଙ୍କୁ ବଞ୍ଚିତ ରଖିଥିଲା। ଦଳୀୟ କାର୍ଯ୍ୟକର୍ତ୍ତାକୁ ଖୁସି କରିବା ପାଇଁ ନିର୍ବାଚନ ବେଳେ ଜନସାଧାରଣଙ୍କୁ ଭୁଅଁା ବୁଲାଇବା ପାଇଁ କାଳିଆ ଯୋଜନା ଆରମ୍ଭ କରିଥିଲା। ବହୁ ଚାଷୀ ଏହାର ଲାଭ ଉଠାଇ ନ ପାରି ଦୁଃଖ କଷ୍ଟରେ ଚଳୁଥିଲେ ବୋଲି ମନମୋହନ କହିଛନ୍ତି।

ଏହାକୁ କାଉଣ୍ଟର କରିଛନ୍ତି ବିଜେଡି ନେତା ସମ୍ବିତ ରାଉତରାୟ। ସେ କହିଛନ୍ତି, ବିଜେଡି ସରକାର ସମୟରେ ଯେଉଁ ଯୋଜନା ହୋଇଥିଲା ତାର ନାଁ ପରିବର୍ତ୍ତନ କରି ପ୍ରଚାର କରୁଛନ୍ତି। ଖାଲି ନାଁ ପରିବର୍ତ୍ତନ କରିଦେଲେ କ’ଣ ହେବ ଯୋଜନା ତ ସମାନ ରହିବ। ଲୋକାଭିମୁଖୀ ଯୋଜନା ଯାହାସବୁ ବିଜେଡି କରିଥିଲା ତାକୁ ଆଗକୁ ନେବା ହେଉଛି ନୂଆ ସରକାରର ଦାୟିତ୍ୱ। କାମ କରିବା ପରିବର୍ତ୍ତେ କେବଳ ନାଁ ବଦଳେଇ ଦେଇଦେଲେ କିଛି ହେବନି ସେକଥା ସେମାନେ ଅନୁଭବ କରନ୍ତୁ ବୋଲି ସମ୍ବିତ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୋଦି କ୍ୟାବିନେଟର ଦୁଇଟି ବଡ଼ ନିଷ୍ପତ୍ତି, ଅଟଳ ପେନସନ ପାଣ୍ଠିକୁ ମଞ୍ଜୁରୀ, ଦ୍ୱିତୀୟ ପ୍ରମୁଖ ନିଷ୍ପତ୍ତି ବିଷୟରେ ଜାଣନ୍ତୁ

ନୂଆଦିଲ୍ଲୀ,୨୧।୧: ମୋଦି କ୍ୟାବିନେଟ ବୁଧବାର (୨୧ ଜାନୁଆରୀ) ଦିନ ଭାରତୀୟ କ୍ଷୁଦ୍ର ଶିଳ୍ପ ବିକାଶ ବ୍ୟାଙ୍କକୁ ଇକ୍ୱିଟି ସହାୟତା ମଞ୍ଜୁର କରିଛନ୍ତି। ଏହା ଅଟଳ ପେନସନ...

ମନ୍ତ୍ରୀଙ୍କ ବଡ଼ ଘୋଷଣା: ହଟିବ ଡିଜେଲ ଚାଳିତ ଆମ୍‌ ବସ

ଭୁବନେଶ୍ୱର,୨୧।୧: ଗୃହ ନିର୍ମାଣ ଏବଂ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର ବୁଧବାର ଏକ ବଡ଼ ଘୋଷଣା କରିଛନ୍ତି। ଡିଜେଲ ଚାଳିତ ‘ଆମ୍‌ ବସ୍‌’...

ହ୍ବାଟ୍ସ ଆପ୍‌ରେ ନ୍ୟୁଡ୍‌ ଭିଡିଓ କଲ୍‌ କରି କରୁଥିଲେ ବ୍ଲାକମେଲ୍‌: ଜଣାପଡ଼ିବା ପରେ ଘଟିଲା…

କଟକ,୨୧ା୧(କାର୍ତ୍ତିକ ସାହୁ):ଜଣେ ୭୨ ବର୍ଷୀୟ ବରିଷ୍ଠ ନାଗରିକଙ୍କୁ ପ୍ରଥମେ ହ୍ବାଟ୍ସ ଆପ୍‌ରେ ନ୍ୟୁଡ୍‌ ଭିଡିଓ କଲେ। ପରେ ଉକ୍ତ ଭିଡିଓ କଲିଂର ରେକର୍ଡିଂ କରି ତାହା...

ଆଗେଇବ ରେଳ ଓଭରବ୍ରିଜ୍‌ ନିର୍ମାଣ କାର୍ଯ୍ୟ

ଭୁବନେଶ୍ୱର,୨୧ା୧: ରାଜ୍ୟର ରାସ୍ତା ସଂଯୋଗକୁ ମଜଭୁତ କରିବାରେ ରେଲଓ୍ବେ ଓଭରବ୍ରିଜ୍‌ (ଆର୍‌ଓବି) ଗୁରୁତ୍ୱପୂର୍ଣ୍ଣ ଭୂମିକା ନିଭାଇଥାଏ। ରେଲଓ୍ବେ ଲେଭଲକ୍ରସିଂକୁ ଆର୍‌ଓବିରେ ପରିବର୍ତ୍ତନ କରିବା ଦ୍ୱାରା ଯାନ...

ଭାରତୀୟ ବାୟୁସେନାର ଟ୍ରେନି ବିମାନ ଦୁର୍ଘଟଣାଗ୍ରସ୍ତ

ପ୍ରୟାଗରାଜ,୨୧।୧: ଜାନୁଆରୀ ୨୧, ୨୦୨୬ ରେ, ପ୍ରୟାଗରାଜରେ ଏକ ସେନା ତାଲିମ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ବିମାନଟି ହଠାତ ଖସି ପଡ଼ି ସହର ମଧ୍ୟଭାଗରେ ଥିବା...

ପଞ୍ଚାୟତିରାଜ ମନ୍ତ୍ରୀଙ୍କ ବଡ଼ ସୂଚନା: ୨୦୨୭ ସୁଦ୍ଧା ୧୫୦ ଜନସଂଖ୍ୟା ଥିବା ଗାଁକୁ ହେବ…

ଭୁବନେଶ୍ୱର,୨୧ା୧: ୨୦୨୭ ସୁଦ୍ଧା ରାଜ୍ୟର ୧୫୦ ଜନସଂଖ୍ୟା ଥିବା ଗାଁକୁ ରାସ୍ତା ହେବ। ଏନେଇ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାଏକ ସୂଚନା ଦେଇଛନ୍ତି। ଆସନ୍ତା...

ଯାଉଥିବା ବେଳେ କୂଅରେ ପଡିଲେ ୩ ହାତୀ

ଦେବଗଡ଼,୨୦ା୧(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ ରେଙ୍ଗାଳବେଡ଼ା ଫରେଷ୍ଟ ସେକ୍ସନ ଟିଙ୍କବୀର ବିଟ୍‌ହାଉସ୍‌ ଅନ୍ତର୍ଗତ ବରନାଳି ଗ୍ରାମର ଏକ କୂଅରୁ ମଙ୍ଗଳବାର ୩ଟି...

ଆମ ଟିମ ନ୍ୟୁଜିଲାଣ୍ଡ ଠାରୁ ଅଧିକ ମଜଭୁତ, ଟି ୨୦ ସିରିଜ ଜିତିବ, ଜାଣନ୍ତୁ କାହାର ବୟାନ ହେଉଛି ଭାଇରାଲ

ନୂଆଦିଲ୍ଲୀ,୨୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମ୍ୟାଚ ବୁଧବାର ନାଗପୁରରେ ଖେଳାଯିବାକୁ ଯାଉଛି। ଏହି ମ୍ୟାଚକୁ ନେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri