Posted inଜାତୀୟ

ଆଞ୍ଚଳିକ ସଂହତିର ସୁରକ୍ଷା ପାଇଁ କେନ୍ଦ୍ର ପଦକ୍ଷେପ ନେଉ

ଇମ୍ଫାଲ,୯ା୯ (ପି.ଟି.): ମଣିପୁରରେ ସାନି ହିଂସାକାଣ୍ଡ ପରେ ଆଞ୍ଚଳିକ ସଂହତିର ସୁରକ୍ଷା ପାଇଁ କେନ୍ଦ୍ର ସରକାର ପଦକ୍ଷେପ ନେବାକୁ ମୁଖ୍ୟମନ୍ତ୍ରୀ ଏନ୍‌. ବୀରେନ୍‌ ସିଂ ରବିବାର ଅପିଲ୍‌ କରିଛନ୍ତି। କୁକି-ଜୋ ସମ୍ପ୍ରଦାୟର ଅଲଗା ପ୍ରଶାସନ ଦାବିକୁ କେନ୍ଦ୍ର ସରକାର ରାଜି ନ ହେବାକୁ ବୀରେନ୍‌ କେନ୍ଦ୍ର ସରକାରଙ୍କୁ ନିବେଦନ କରିଥିବା ଏକ ସୂତ୍ରରୁ ଜଣାପଡ଼ିଛି। ମୁଖ୍ୟମନ୍ତ୍ରୀ ରାଜ୍ୟପାଳ ଲକ୍ଷ୍ମଣ ପ୍ରସାଦ ଆଚାର୍ଯ୍ୟଙ୍କୁ ଏକ ସ୍ମାରକପତ୍ର ଜରିଆରେ ଉପରୋକ୍ତ ଅନୁରୋଧ ଜଣାଇଛନ୍ତି। ତାଙ୍କ ସମେତ ବହୁସଂଖ୍ୟାରେ ବିଧାୟକ ଏବଂ ବିଧାନସଭା ବାଚସ୍ପତି ରବିବାର ରାଜଭବନକୁ ଯାଇ ରାଜ୍ୟପାଳଙ୍କୁ ଭେଟିଥିଲେ।
ସ୍ମାରକପତ୍ରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, କେନ୍ଦ୍ର ସରକାର ମଣିପୁରରେ ଶାନ୍ତି ସୁନିଶ୍ଚିତ କରାନ୍ତୁ ଏବଂ ନିର୍ବାଚିତ ରାଜ୍ୟ ସରକାରଙ୍କୁ ପର୍ଯ୍ୟାପ୍ତ କ୍ଷମତା ଦିଅନ୍ତୁ। ସସ୍ପେନ୍‌ଶନ ଅଫ୍‌ ଅପରେଶନ (ଏସ୍‌ଓଓ) ଚୁକ୍ତିନାମାକୁ ରଦ୍ଦ କରିବା ପାଇଁ ବୀରେନ୍‌ ଆହ୍ବାନ ଦେଇଛନ୍ତି। ୨୦୦୮ରେ କେନ୍ଦ୍ର ସରକାର, ମଣିପୁର ସରକାର ଏବଂ କୁକି ଉଗ୍ରପନ୍ଥୀ ସଂଗଠନର ୨ ଗୋଷ୍ଠୀ କୁକି ନ୍ୟାଶନାଲ ଅର୍ଗାନାଇଜେଶନ (କେଏନ୍‌ଓ) ଏବଂ ୟୁନାଇଟେଡ୍‌ ପିପୁଲ୍ସ ଫ୍ରଣ୍ଟ (ୟୁପିଏଫ୍‌) ମଧ୍ୟରେ ଏସ୍‌ଓଓ ଚୁକ୍ତିନାମା ସ୍ବାକ୍ଷର ହୋଇଥିଲାବେଳେ ବିଭିନ୍ନ ସମୟରେ ଏହାର ସମୟସୀମା ବୃଦ୍ଧି କରାଯାଉଛି। ଗତ କିଛିଦିନ ହେଲା ମଣିପୁରରେ ହିଂସାକାଣ୍ଡ ବଢ଼ିବାରେ ଲାଗିଛି। ଶୁକ୍ରବାର ରକେଟ୍‌ ଆକ୍ରମଣରେ ଜଣେ ଲୋକଙ୍କ ମୃତ୍ୟୁ ଘଟିଥିବାବେଳେ ଶନିବାର ସକାଳେ ଜିରିବାମ୍‌ ଜିଲାରେ ସାନି ହିଂସା ଘଟି ୬ ଜଣଙ୍କ ଜୀବନ ଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସିଆର୍‌ପିଏଫ୍‌ର ନେତୃତ୍ୱ ନେବେ ସିମରନ୍‌ ବାଲା

ନୂଆଦିଲ୍ଲୀ,୨୨ା୧: ଜାନୁଆରୀ ୨୬ରେ ନୂଆଦିଲ୍ଲୀର କର୍ତ୍ତବ୍ୟ ପଥରେ ପାଳନ ହେବାକୁ ଥିବା ସାଧାରଣତନ୍ତ୍ର ଦିବସ ପରେଡ୍‌ରେ କେନ୍ଦ୍ରୀୟ ରିଜର୍ଭ ପୋଲିସ ବଳ (ସିଆର୍‌ପିଏଫ୍‌)ର ନେତୃତ୍ୱ ନେବେ...

ନିଜ କଥା ରଖିପାରିଲେନି ଆମେରିକା ରାଷ୍ଟ୍ରପତି, ନେଲେ ୟୁ ଟର୍ନ

ଓ୍ବାଶିଂଟନ,୨୨।୧: ଗ୍ରୀନଲାଣ୍ଡ ଉପରେ ୟୁରୋପୀୟ ଦେଶମାନଙ୍କ ଉପରେ ଶୁଳ୍କ ଲଗାଇବାର ଧମକ ଏବଂ ସାମରିକ କାର୍ଯ୍ୟାନୁଷ୍ଠାନର ଅନୁମାନ ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ତାଙ୍କ...

ଭାଜପା, ଶିନ୍ଦେ ସେନା ଛକାପଞ୍ଝା

ମୁମ୍ବାଇ,୨୨ା୧: ଏସିଆର ସବୁଠୁ ଧନୀ ମହାନଗର ନିଗମ ବିଏମ୍‌ସି ନିର୍ବାଚନ ଜାନୁଆରୀ ୧୫ରେ ଅନୁଷ୍ଠିତ ହୋଇଥିଲା। ୨୨୭ ଆସନ ବିଶିଷ୍ଟ ବିଏମ୍‌ସି ଦଖଲ ପାଇଁ ମ୍ୟାଜିକ୍‌...

ଗଙ୍ଗପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା; କଣ୍ଟେନରକୁ ଧକ୍କା ଦେଲା ଥାର୍, ୩ ମୃତ

ଖୋର୍ଦ୍ଧା୨୧।୧: ପୁଣିଥରେ ଦୁର୍ଘଟଣା ଘଟାଇଲା ଥାର୍ । ମଙ୍ଗଳବାର ରାତିରେ ଥାର ଦୁର୍ଘଟଣାରେ ଭୁବନେଶ୍ବରରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଜି ପୁଣି ଖୋର୍ଦ୍ଧା ଦୁର୍ଘଟଣାରେ...

ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି, ରାସ୍ତାରେ ଭାସିଲା ପରେ ଲୋକେ…

ଭୁବନେଶ୍ୱର,୨୧।୧: ରାଜଧାନୀ ଭୁବନେଶ୍ୱର ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି । ତେବେ ଏହି ଅଘଟଣ ପରେ ରାସ୍ତାରେ ତେଲ ଭାସୁଥିବା ଦେଖିଯାଇଛି ।...

ଗ୍ରୀନଲ୍ୟାଣ୍ଡକୁ ପୁଣି ଧମକ ଦେଲେ ଟ୍ରମ୍ପ, ଯଦି ହଁ କରନ୍ତି….

ନୂଆଦିଲ୍ଲୀ,୨୧।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ୱିଜରଲ୍ୟାଣ୍ଡର ଡାଭୋସରେ ବିଶ୍ୱ ଅର୍ଥନୈତିକ ଫୋରମ୍ (WEF)ର ବାର୍ଷିକ ବୈଠକରେ ଭାଷଣ ଦେଇ ତାଙ୍କ ପ୍ରଥମ ବର୍ଷ କାର୍ଯ୍ୟକାଳର...

ଜୀବିତ ସତ୍ତ୍ବେ ମୃତ ଦର୍ଶାଇ ଆଧାର ନିଷ୍କ୍ରିୟ: ମଣ୍ଡିରେ ବିକ୍ରି ହୋଇ ପାରିଲାନି ଧାନ, ଘରକୁ ଫେରାଇ…

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri