ମାଲକାନଗିରି ସ୍ଥିତି ପାଇଁ ୨ ଅଧିକାରୀଙ୍କୁ ବଡ଼ ଦାୟିତ୍ୱ,

ଭୁବନେଶ୍ୱର,୯ା୯: ମାଲକାନଗିରି ସ୍ଥିତି ପାଇଁ ୨ ବରିଷ୍ଠ ଅଧକାରୀଙ୍କୁ ବଡ଼ ଦାୟିତ୍ୱ ଦିଆଯାଇଛି। ଆଏଏସ୍‌ ବିଷ୍ଣୁପଦ ସେଠୀ ଏବଂ ଆଇପିଏସ୍‌ ସୁଧାଂଶୁ ଷଡ଼ଙ୍ଗୀଙ୍କୁ ଏହି ଗୁରୁଦାୟିତ୍ୱ ଦିଆଯାଇଛି। ଲଘୁଚାପ ଜନିତ ବର୍ଷା ପାଇଁ ୨ ଅଧିକାରୀ ତଦାରଖ କରିବେ।

ଗତ ଦୁଇଦିନ ଧରି ଲଘୁଚାପ ଜନିତ ପ୍ରବଳ ବର୍ଷା ଯୋଗୁ ମାଲକାନଗିରି ଜିଲା ପ୍ରାୟ ବାହ୍ୟ ଜଗତରୁ ବିଚ୍ଛିନ୍ନ ହୋଇ ଯାଇଥିବା ଦେଖିବାକୁ ମିଳିଛି। ବିଶେଷକରି ମାଲକାନଗିରି ଜିଲାର ବିଭିନ୍ନ ନଦୀର ଜଳସ୍ରୋତ ବୃଦ୍ଧି ପାଇବାରୁ ନଦୀ ଉପରେ ପ୍ରାୟ ୩ ଫୁଟରୁ ଉଚ୍ଚରେ ବର୍ଷା ଜଳ ପ୍ରବାହିତ ହେବା ଯୋଗୁ ନଦୀର ଉଭୟ ପାର୍ଶ୍ୱରେ ଶହ ଶହ ଗାଡ଼ି ଅଟକି ରହିବା ସହ ଯାତାୟାତ ସମ୍ପୂର୍ଣ୍ଣ ଭାବେ ଠପ୍‌ ହୋଇଯାଇଛିା ମାଥିଲି ବ୍ଲକ ପାଙ୍ଗାମ ନଦୀ ଉପରେ ବର୍ଷାଜଳ ପ୍ରବାହିତ ହେଉଥିବା ବେଳେ କାଲିମେଳା ବ୍ଲକ କାଙ୍ଗୁରୁକୋଣ୍ଡା ନଦୀ ଉପରେ ମଧ୍ୟ ପ୍ରାୟ ୪ ଫୁଟର ବର୍ଷାଜଳ ପ୍ରବାହିତ ହେଉଅଛି। ବିଶେଷକରି ପୋଟେରୁ ନଦୀ ପୋଲ ଉପରେ ମଧ୍ୟ ୫ ଫୁଟରୁ ଉଚ୍ଚରେ ବର୍ଷା ଜଳ ପ୍ରବାହିତ ହୋଇ ଗାଁ ଭିତରେ ପଶିଛି। ଯାହାଫଳରେ ପୋଟେରୁ ଗ୍ରାମବାସୀ ଏକ ପ୍ରକାର ଜଳବନ୍ଦୀ ଜୀବନ ବିତାଉଛନ୍ତି। ସେହିପରି ଚିତ୍ରକୋଣ୍ଡା ମଧ୍ୟ ବାହ୍ୟ ଜଗତରୁ ବିଚ୍ଛିନ୍ନ ହୋଇ ଯାଇଛି। ମାଲକାନଗିରିରୁ ଚିତ୍ରକୋଣ୍ଡା ଯିବା ରାସ୍ତା ଚିତ୍ରକୋଣ୍ଡା ଘାଟି ଉପରେ ଭଲବ୍‌ ହାଉସ ନିକଟରେ ମାଟି ଅତଡା ଖସି ରାସ୍ତା ଅବରୋଧ ହୋଇଥିବାରୁ ଯାତାୟତ ଠପ୍‌ ହୋଇ ଯାଇଛିା

ସେହିପରି ଆନ୍ଧ୍ର ଓଡ଼ିଶା ସୀମାନ୍ତ ଚିତ୍ରକୋଣ୍ଡା ବ୍ଲକ ଅନ୍ତର୍ଗତ ପିଲିଗଡା କଲଭର୍ଟର ଗୋଟିଏ ପାର୍ଶ୍ୱ ବର୍ଷା ଜଳରେ ଧୋଇ ହୋଇ ଯିବାରୁ ଆନ୍ଧ୍ର ଓଡ଼ିଶାକୁ ମଧ୍ୟ ଯୋଗାଯୋଗ ବନ୍ଦ ହୋଇ ଯାଇଛି। ଜିଲାର ବିଭିନ୍ନ ସ୍ଥାନରେ ଗଛ ଉପୁଡି ରାସ୍ତା ଅବରୋଧ ହୋଇଥିବା, କେତେକ ଲୋକଙ୍କ ଘର କାନ୍ଥ ଭାଙ୍ଗି ଯାଇଥିବା ଦେଖିବାକୁ ମିଳିଛି। ମାଲକାନଗିରି ଅଗ୍ନିଶମ ବିଭାଗ ଓ ଓଡ୍ରାଫ୍‌ ଟିମ୍‌ ମଧ୍ୟ ସମସ୍ତ ଅଞ୍ଚଳରେ ସଜାଗ ହୋଇ ରହିବା ସହ ଯେପରି କୌଣସି ଅଘଟଣ ନ ଘଟେ ସେଥିପ୍ରତି ବିଶେଷ ଦୃଷ୍ଟି ଦେଉଥିବା ଦେଖିବାକୁ ମିଳିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଆଗେଇବ ରେଳ ଓଭରବ୍ରିଜ୍‌ ନିର୍ମାଣ କାର୍ଯ୍ୟ

ଭୁବନେଶ୍ୱର,୨୧ା୧: ରାଜ୍ୟର ରାସ୍ତା ସଂଯୋଗକୁ ମଜଭୁତ କରିବାରେ ରେଲଓ୍ବେ ଓଭରବ୍ରିଜ୍‌ (ଆର୍‌ଓବି) ଗୁରୁତ୍ୱପୂର୍ଣ୍ଣ ଭୂମିକା ନିଭାଇଥାଏ। ରେଲଓ୍ବେ ଲେଭଲକ୍ରସିଂକୁ ଆର୍‌ଓବିରେ ପରିବର୍ତ୍ତନ କରିବା ଦ୍ୱାରା ଯାନ...

ଭାରତୀୟ ବାୟୁସେନାର ଟ୍ରେନି ବିମାନ ଦୁର୍ଘଟଣାଗ୍ରସ୍ତ

ପ୍ରୟାଗରାଜ,୨୧।୧: ଜାନୁଆରୀ ୨୧, ୨୦୨୬ ରେ, ପ୍ରୟାଗରାଜରେ ଏକ ସେନା ତାଲିମ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ବିମାନଟି ହଠାତ ଖସି ପଡ଼ି ସହର ମଧ୍ୟଭାଗରେ ଥିବା...

ପଞ୍ଚାୟତିରାଜ ମନ୍ତ୍ରୀଙ୍କ ବଡ଼ ସୂଚନା: ୨୦୨୭ ସୁଦ୍ଧା ୧୫୦ ଜନସଂଖ୍ୟା ଥିବା ଗାଁକୁ ହେବ…

ଭୁବନେଶ୍ୱର,୨୧ା୧: ୨୦୨୭ ସୁଦ୍ଧା ରାଜ୍ୟର ୧୫୦ ଜନସଂଖ୍ୟା ଥିବା ଗାଁକୁ ରାସ୍ତା ହେବ। ଏନେଇ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାଏକ ସୂଚନା ଦେଇଛନ୍ତି। ଆସନ୍ତା...

ଆମ ଟିମ ନ୍ୟୁଜିଲାଣ୍ଡ ଠାରୁ ଅଧିକ ମଜଭୁତ, ଟି ୨୦ ସିରିଜ ଜିତିବ, ଜାଣନ୍ତୁ କାହାର ବୟାନ ହେଉଛି ଭାଇରାଲ

ନୂଆଦିଲ୍ଲୀ,୨୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମ୍ୟାଚ ବୁଧବାର ନାଗପୁରରେ ଖେଳାଯିବାକୁ ଯାଉଛି। ଏହି ମ୍ୟାଚକୁ ନେଇ...

ବାଲିପାଟଣାରେ ଗଡ଼ିଲା ମୁଣ୍ଡ

ଭୁବନେଶ୍ୱର,୨୧।୧: ଭୁବନେଶ୍ୱର ଉପକଣ୍ଠସ୍ଥ ବାଲିପାଟଣା ଭାପୁର ନାଥସାହିରେ ବୁଧବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସାମାନ୍ୟ ବଚସାରୁ ଜଣେ ଯୁବକଙ୍କୁ ଗାଁର ଅନ୍ୟ ଜଣେ...

ଦୁନିଆର ସବୁଠୁ ବିପଦପୂର୍ଣ୍ଣ ରାସ୍ତା, ଯାତାୟାତ ସମୟରେ କିଛିକ୍ଷଣ ପାଇଁ ଅଟକି ଯାଏ ନିଃଶ୍ୱାସ

ବିଶ୍ୱର ଅନେକ ରାସ୍ତା ଅତ୍ୟନ୍ତ ବିପଦପୂର୍ଣ୍ଣ। ଗାଡ଼ି ଚଳାଇବା ସମୟରେ ସାମାନ୍ୟ ଭୁଲ ଜୀବନ ନେଇପାରେ। ତେଣୁ ଧର୍ଯ୍ୟର ସହିତ ଗାଡ଼ି ଚଳାଇବା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ।...

IPL 2026: ହେଲା ବଡ଼ ଘୋଷଣା! ଏହି ୧୮ ପଡ଼ିଆରେ ଖେଳାଯିବ IPL ମ୍ୟାଚ, ରହିଛି ଗୋଟିଏ ବିବାଦୀୟ ଗ୍ରାଉଣ୍ଡ

ନୂଆଦିଲ୍ଲୀ,୨୧।୧: ଇଣ୍ଡିଆନ ପ୍ରିମିୟର ଲିଗ ୨୦୨୬ ସମ୍ପର୍କରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଏହି ସିଜିନରେ ମ୍ୟାଚ ଖେଳାଯିବ ବୋଲି ସ୍ଥାନ ଘୋଷଣା କରାଯାଇଛି।...

ସୋସିଆଲ ମିଡିଆ ପୋଷ୍ଟ ଉପରେ ଲାଗିଲା କଟକଣା

ବାଲେଶ୍ୱର,୨୧।୧(ବାଞ୍ଛାନିଧି ଦେ): ବାଲେଶ୍ୱରରେ ସୋସିଆଲ ମିଡିଆ ପୋଷ୍ଟ ଉପରେ ଜିଲା ପୋଲିସ ପକ୍ଷରୁ ବୁଧବାର କଟକଣା ଲାଗୁ କରାଯାଇଛିl କୌଣସି ସମ୍ପ୍ରଦାୟ ବିରୋଧରେ ପୋଷ୍ଟ ନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri